ଆଜିର ରାଶିଫଳ, 10 ଅକ୍ଟୋବର 2019 ଗୁରୁବାର, ମା ଲକ୍ଷ୍ମୀ ଆଜି ଏହି ୪ଟି ରାଶି ଉପରେ କୃପା କରିବେ

୧-ମେଷ

ବ୍ୟବସାୟରେ ଉଚିତ୍ ପନ୍ଥା ଗ୍ରହଣ କରି ସଫଳତା ଅର୍ଜନ କରିବେ । ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ । ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ । ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ । କାର୍ଯ୍ୟକ୍ଷେତ୍ରରେ ମାନସିକ ଶାନ୍ତି ମିଳିବ । ଅନେକ ସମସ୍ୟାର ସମାଧାନ ହୋଇ ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ । ଯଶକୀର୍ତ୍ତୀ, ମାନସମ୍ମାନ, ପ୍ରତିଷ୍ଠା ପ୍ରତିପତ୍ତିରେ ବୃଦ୍ଧି ହେବ । ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ । ବିଳାସ ବ୍ୟସନ ଖାଦ୍ୟ ପେୟ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

୨-ବୃଷ

ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ । ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ । ନୂତନ ବସ୍ତୁ କ୍ରୟ କରି ପାରିବେ । ନିଜର କ୍ଷମତା ଓ ଯୋଗ୍ୟତାକୁ ବହୁତ ଉପଯୋଗ କରିବେ । ପାରିବାରିକ ଓ ଆର୍ଥିକ ସ୍ଥିତିରେ ସୁଧାର ଆସିବ । ଜୀବନରେ ନୂଆଲକ୍ଷ ନିର୍ଦ୍ଧାରିତ କରି ମନ ଲଗାଇ କାର୍ଯ୍ୟ କରିବେ । କର୍ମନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । କୌଣସି ପୁରାତନ ରୋଗରୁ ମୁକ୍ତି ମିଳିବ । ଦାମ୍ପତ୍ୟ ସୁଖରେ ଆନନ୍ଦିତ ହେବେ । କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ । ଫୋନ, ମୋବାଇଲ୍, ଇଣ୍ଟରନେଟ୍ ରେ ପୁରୁଣା ମିତ୍ରଙ୍କ ଦ୍ଵାରା ସମ୍ବାଦ କାୟମ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

୩-ମିଥୁନ

ପାରିବାରିକ କ୍ଷେତ୍ରରେ ମାନସିକ ଶାନ୍ତି ମିଳିବ । ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ନୂତନ କର୍ମନିଯୁକ୍ତି, ନୂତନ ବ୍ୟବସାୟରମ୍ଭ, ଯାନ, ବାହନ, ଜାଗା, ଜମି, ଗୃହପୋକରଣ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରିବେ । ସୁଖ ସମ୍ପତ୍ତି ଲାଭ ହେବ । କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ । ଛାତ୍ର-ଛାତ୍ରୀମାନେ ହସ ଖୁସିରେ ସମୟ କଟାଇବେ ଓ ଉଚ୍ଚ ଶିକ୍ଷା ଲାଭ କରିବେ । ଆର୍ଥିକସ୍ଥିତି ଆବଶ୍ୟକ ଠାରୁ ଅଧିକ ବିସ୍ତାରିତ ହେବ ଓ ଋଣ ଭାରରୁ ମୁକ୍ତି ପାଇବେ । ଧୈର୍ଯ୍ୟ ଓ ସାହସ ଦ୍ଵାରା ସମସ୍ତ କାର୍ଯ୍ୟରେ ସଫଳତା ମିଳିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

୪-କର୍କଟ

ଘରର କୌଣସି ନୂତନ ବସ୍ତୁ କ୍ରୟ କରି ପାରିବେ । କୌଣସିଠାରୁ ଶୁଭ ସମାଚାର ଶୁଣି ମନ ଉତ୍ସୁକ ହେବ । ପାରିବାରିକ ସ୍ଥିତି ବଦଳିବା ଯୋଗେ ହସ ଖୁସିରେ ସମୟ ବ୍ୟତୀତ ହେବ । ବ୍ୟାପାରରେ ଯଦି ପଥରକୁ ଛୁଇଁବେ ତେବେ ତାହା ହୀରାରେ ପରିଣତ ହେବ । ବିଦ୍ୟାର୍ଥୀ ମାନଙ୍କୁ ଶୁଭ-ସୂଚନା ପ୍ରାପ୍ତ ହେବ । ସ୍ଵାସ୍ଥ୍ୟରେ ଉନ୍ନତି ହେବ । ଧନ ସମ୍ବନ୍ଧୀୟ ମାମଲାରେ ବିବେକ ଦ୍ଵାରା ବିଚାର କଲେ ଲାଭ ମିଳିବ । ରୋଜି-ରୋଜଗାର ପାଇଁ ଉପଯୁକ୍ତ ସମୟ ଅଟେ । କୌଣସି ବରିଷ୍ଠ ରାଜନେତା ବା ଅଧିକାରୀ, ସେଲିବ୍ରିଟ୍ ଦ୍ଵାରା ଦେଖାହେବା ଫଳରେ ପ୍ରଚୁର ଲାଭ ହେବ । ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ ।

୫-ସିଂହ

ଗୃହୋପକରଣ ନୂତନ ଦ୍ରବ୍ୟ କ୍ରୟ କରିବେ । ଇଛାଶକ୍ତି ପ୍ରବଳ ମାତ୍ରାରେ ଜାଗ୍ରତ ହେବା ଫଳରେ ଅର୍ଥର ସମ୍ୟକ ବୃଦ୍ଧି ହେବ । ଅଚାନକ ପରିସ୍ଥିତିରେ ଧନ ପ୍ରାପ୍ତି ହେବାର ସମ୍ଭାବନା ଅଛି । କର୍ମକ୍ଷେତ୍ରରେ ଜଗିରଖି କଥାବାର୍ତ୍ତା କରିଲେ ବହୁତ ଭଲ ହେବ । ବହୁତ କଷ୍ଟ ଓ କଠିନ ପରିଶ୍ରମ କଲେ ସଫଳତା ପୂର୍ଣ୍ଣ ଫଳ ପ୍ରାପ୍ତ ହେବ । ପରୋପକାର ବା ଲୋକକଲ୍ୟାଣ କାମରେ ବ୍ୟସ୍ତ ରହିବେ । ଧର୍ମ କାର୍ଯ୍ୟ ଓ ଶୁଭ କାର୍ଯ୍ୟରେ ଯୋଗଦାନ କରି କିଛି ଅର୍ଥ ମଧ୍ୟ ବ୍ୟୟ କରିପାରନ୍ତି । ମାଲିମୋକଦ୍ଦମାରେ ସଫଳ ହେଲେ ମଧ୍ୟ ଅସ୍ଥିରତା ବଢିବ । ପ୍ରେମୀ-ପ୍ରେମିକାଙ୍କ ସମ୍ପର୍କରେ ତିକ୍ତତା ଦୂର ହୋଇ ପାରେ । ପ୍ରତିକାର– ମୁହଁ ମିଠାକରି ଘରୁ ବାହାରନ୍ତୁ ।

୬-କନ୍ୟା

ପରିବାରର ଅନ୍ୟ ସଦସ୍ୟଙ୍କ ପ୍ରତି ସମ୍ବନ୍ଧ ସୁଦୃଢ ହେବ । ମନୋରଞ୍ଜନ ଓ ହସ-ଖୁସିରେ ସମୟ ବ୍ୟତୀତ ହେବ । କ୍ରୋଧିତ ହେଲେ ତିଆରି କରିଥିବା କାର୍ଯ୍ୟରେ ସଫଳ ହେବ ନାହିଁ । କୌଣସି କାଗଜରେ ନପଢି ନବୁଝି ଦସ୍ତଖତ କରିବେ ନାହିଁ । ପ୍ରେମୀ-ପ୍ରେମିକାଙ୍କ ସମ୍ପର୍କ ସ୍ଥାପିତ ହେବ । ଗୁରୁଜନଙ୍କ ଆଶୀର୍ବାଦ ମିଳିବ । ଅଧ୍ୟୟନ, ଅନୁସନ୍ଧାନ, ଲେଖନ ଆଦି କାର୍ଯ୍ୟ ଆରମ୍ଭ କରିପାରିବେ । ପରିଶ୍ରମର ପୁରା ଲାଭ ମିଳିବ । ଚାକିରିରେ ସ୍ଥାନାନ୍ତର ଭୟ ରହିବ । ଆଧ୍ୟାତ୍ମିକ ଓ ବୌଦ୍ଧିକ କ୍ଷମତା ପ୍ରାପ୍ତ କରିବେ । ବ୍ୟାପାରରେ ନୂଆ ଅର୍ଡର ବା ଏଗ୍ରୀମେଣ୍ଟ କରିପାରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

୭-ତୁଳା

ଦାମ୍ପତ୍ୟ ସୁଖରେ ସୁଖୀ ହେବେ । ଇଲୋକ୍ଟ୍ରୋନିକ୍ ଉପକରଣ, ଉଚ୍ଚ ସ୍ତରୀୟ ବାହନ କ୍ରୟ କରିବା ଫଳରେ ସହକର୍ମୀମାନେ ଆଶ୍ଚର୍ଯ୍ୟ, ଚକିତ ହେବେ । ସାମାଜିକ ପ୍ରତିଷ୍ଠା ବୃଦ୍ଧି ପାଇବ । ବନ୍ଧୁ ମିତ୍ର ଓ ସହକର୍ମୀଙ୍କ ଠାରୁ ଆଶାତୀତ ସହଯୋଗ ମିଳିବ । ପ୍ରତିଯୋଗୀ ପରୀକ୍ଷାରେ ପରିମାଣ ଅନୁକୂଳ ହେବା ଦ୍ୱାରା ଚାରିଗୁଣ ଖୁସି ବଢ଼ିଯିବ । ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ । କିଛି ଅସୁବିଧା ନଥିଲେ ମଧ୍ୟ କର୍ମକ୍ଷେତ୍ରରେ କୌଣସି କାରଣକୁ ନେଇ ଟେନସନ୍ ଲାଗିବ । ଛାତ୍ରଛାତ୍ରୀମାନେ ପ୍ରତିଯୋଗୀତା ମୁଳକ କ୍ଷେତ୍ରକୁ ସାହସର ସହିତ ଲମ୍ଫ ଦେବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

୮-ବିଚ୍ଛା

ବାକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବାରୁ ସନ୍ତୁଷ୍ଟି ମିଳିବ । ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ । ବାଣିଜ୍ୟ କ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବେ । କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ । କିଛି ଏମିତି ଲୋକଙ୍କ ସହିତ ମିଳନ ହେବ ଯେ ସେମାନେ ବିକାଶ ଧାରାରେ ସାମିଲ ହେବେ । ପିଲାମାନଙ୍କ ପାଠପଢା ନେଇ କରିଥିବା ଚିନ୍ତା ଦୂରେଇ ଯିବ । ଅପେକ୍ଷା କରିଥିବା କାମର ଶୁଭସୂଚନା ମିଳିବ । ଅତିରିକ୍ତ ଆୟର ଦରକାର ଅନୁଭବ ହେବ । ଗୃହରେ ଶୁଭ କାର୍ଯ୍ୟର ସମାଧାନ ହୋଇପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

୯-ଧନୁ

ଭୌତିକ ଓ ଆଧ୍ୟାତ୍ମିକ ମାମଲାରେ ବ୍ୟସ୍ତ ରହିବେ । ଅବହେଳିତ ଲୋକଙ୍କ ସହ ମିଳାମିଶା କରି ପ୍ରଶଂସିତ ହେବେ । ଶିକ୍ଷା କିମ୍ବା ସାଂଗଠନ କାର୍ଯ୍ୟରେ ଅଂଶ ଗ୍ରହଣ କରିବେ । ଆର୍ଥିକ କ୍ଷେତ୍ରରେ କୌଣସି ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବା ପୂର୍ବରୁ ବୁଝି ବିଚାରି କର୍ମ କରିବା ଉଚିତ୍ । ପାର୍ଟନର୍ସିପ୍ କ୍ଷେତ୍ରରେ ଆଖିବନ୍ଦ କରି କୌଣସି ପଦକ୍ଷେପ ନେଇ ପାରିବେ । ଶାରୀରିକ କଷ୍ଟ ଦୂରେଇ ଯିବ । ଗୃହ, ଜମି ସମସ୍ୟାକୁ ନେଇ ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷାପ୍ରତିଯୋଗିତା ଓ ସାକ୍ଷାତ୍କାରରେ କୃତକାର୍ଯ୍ୟ ହେବେ । ଛାତ୍ର-ଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ । ପ୍ରତିକାର–ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

୧୦-ମକର

ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ । ଶିକ୍ଷାର୍ଥୀମାନେ ଉଚ୍ଚ ଶିକ୍ଷାସ୍ଵପ୍ନକୁ ସାର୍ଥକ କରିବେ । ବ୍ୟବସାୟୀମାନେ ଧନମାନ ଦିଗରୁ ସୁରକ୍ଷିତ ରହିବେ । ରାଜନୀତି କ୍ଷେତ୍ରରେ ବନ୍ଧୁମିଳନ ପାଇଁ ଦୂରଯାତ୍ରା କରିବେ । କୌଣସି ବ୍ୟାଙ୍କରୁ ଋଣ ପାଇଁ ଯୋଗାଯୋଗ କାଲେ ସହଜ ସରଳରେ ରୁଣ ପ୍ରାପ୍ତି ହେବ । ସେୟାର ମାର୍କେଟ, ଲଟେରୀ, ଜୁଆ ଆଦିରେ ଅର୍ଥ ଖଟେଇଲେ ବିଶେଷ ଲାଭବାନ୍ ହେବେ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ ଜୟଯୁକ୍ତ ହେବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

୧୧-କୁମ୍ଭ

ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରି ପ୍ରଚୁର ଲାଭ କରିବେ । ରାଜନୀତି କ୍ଷେତ୍ରରେ ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ମହିଳାମାନେ କର୍ତ୍ତବ୍ୟ ନିଷ୍ଠା ରକ୍ଷାକରି ସଚ୍ଚୋଟ ଭାବେ ଦାୟିତ୍ୱ ତୁଲାଇବେ । ଉପରିସ୍ଥଙ୍କ ଶ୍ରଦ୍ଧା ବା କୃପାଭାଜନ ହେବେ । କର୍ତ୍ତବ୍ୟ ପରାୟଣ ପ୍ରଦର୍ଶନ କରି ନିଜର ପାରିଲା ପଣିଆ ଜାହିର କରିବେ । କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

୧୨-ମୀନ

ପାରିବାରିକ ଜୀବନରେ ଶାନ୍ତି, ଭାଇ ଓ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କରେ ରହିବ । ବନ୍ଧୁ ବାନ୍ଧବଙ୍କଠାରୁ ପୂର୍ଣ୍ଣ ସହଯୋଗ ପ୍ରାପ୍ତ ହେବ । ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ । ମିଷ୍ଟାନ ଭୋଜନ ଓ ଖେଳରେ ପ୍ରଶଂସିତ ହେବେ । ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସମାଧାନ କରି ପ୍ରଶଂସିତ ହେବେ । ସାମାଜିକ ପତିଆରା ଅମଳିନ ରହିବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ଶିକ୍ଷା କ୍ଷେତ୍ରରେ ସ୍ଵନାମ ଅର୍ଜନ କରିବେ । ଧର୍ମ କାର୍ଯ୍ୟରେ ଯୋଗଦେଇ ଦେବଦର୍ଶନ କରିବେ । ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ ।