ମେଷ
ଆଜି ଆପଣ ସେମାନଙ୍କୁ ଜଣାଇଦେବେ ଯେ ଆପଣ ସେମାନଙ୍କ ସାହାଯ୍ୟ କିପରି ଗ୍ରହଣ କରିଛନ୍ତି ଏବଂ ସବୁବେଳେ ଆପଣ ସେମାନଙ୍କ ବ୍ୟତିତ ଅନ୍ୟ କାହାର ସାହାଯ୍ୟ ଆବଶ୍ୟକ ହେଲେ ଆପଣ ସାହାଯ୍ୟ କରିବାକୁ ପଛାନ୍ତୁ ନାହିଁ । ସ୍ଵଭାବରେ ଉଗ୍ରତା ଉପରେ ନିୟନ୍ତ୍ରଣ ରଖିବାକୁ ଉପଦେଶ । ଶାରୀରିକ ତଥା ମାନସିକ ଅସୁସ୍ଥତା ଅନୁଭବ କରିପାରନ୍ତି । କମ ସଫଳତା ମିଳିବାରୁ ନିରାଶା ହୋଇପାରନ୍ତି । ସନ୍ତାନମାନଙ୍କ ବିଷୟରେ ଚିନ୍ତା ହୋଇପାରେ । ସରକାରୀ କାର୍ଯ୍ୟଗୁଡ଼ିକରେ ସଫଳତା ମିଳିବ । ଆଧ୍ୟାତ୍ମିକ ସିଦ୍ଧି ପ୍ରାପ୍ତ କରିବା ପାଇଁ ବହୁତ ଭଲ ଯୋଗ ଅଛି । ବାଣୀ ଉପରେ ନିୟନ୍ତ୍ରଣ ରଖିବେ, ବାଦ-ବିବାଦରେ ପଡ଼ନ୍ତୁ ନାହିଁ,ପ୍ରତିକାର : ଗାଈକୁ ରୁଟି ଖାଇବାକୁ ଦିଅନ୍ତୁ ।
ବୃଷ
ଆପଣଙ୍କ ଆଖପାଖରେ ଲୋକ ଆପଣଙ୍କ ମଧୁର ବ୍ୟବହାରକୁ ଦେଖି ଆଶ୍ଚର୍ଯ୍ୟ ହେବେ । ଆପଣ ସମସ୍ତଙ୍କୁ ସାହାଯ୍ୟ କରିବା ପାଇଁ ଆଗେଇ ଯିବେ । ଆଜି ଆପଣ ଦେଖିବେ ଯେ ଜୀବନ ପ୍ରତି ଆପଣଙ୍କ ଭାବ ପୁରାପୁରି ବଦଳାଇ ଯାଇଛି । ଏହି ଖବର ବିଦେଶରେ ରହୁଥିବା କୌଣସି ବନ୍ଧୁପରିଜନ ଆପଣଙ୍କୁ ଦେବେ । ଆପଣ ତାଙ୍କର ଫୋନ କିମ୍ବା ଇମେଲର ଅପେକ୍ଷା କରନ୍ତୁ । କାରଣ ଏହି ସୁସମ୍ବାଦ ଆପଣଙ୍କ ପାଇଁ ଖୁବ୍ ଗୁରୁତ୍ତ୍ୱପୂର୍ଣ୍ଣ । ଶାରୀରିକ ଏବଂ ମାନସିକ ରୂପରେ ଆପଣ ବ୍ୟଗ୍ରତା ଅନୁଭବ କରିପାରନ୍ତି । ଅନିଦ୍ରା କାରଣରୁ ସ୍ଵାସ୍ଥ୍ୟ ବିଗିଡ଼ି ପାରେ । ବୌଦ୍ଧିକ ଚର୍ଚ୍ଚାରେ ଆନନ୍ଦ ପ୍ରାପ୍ତ ହୋଇପାରେ, ପରନ୍ତୁ ଏପରି ବୌଦ୍ଧିକ ଚର୍ଚ୍ଚାରୁ ଦୂରରେ ରହବା ପାଇଁ ଉପଦେଶ |ପଢ଼ିବା -ଲେଖିବାରେ ବିଦ୍ୟାର୍ଥିମାନଙ୍କ ମନ ଲାଗିବ ନାହିଁ । ପରନ୍ତୁ ମଧ୍ୟାହ୍ନ ପରେ ଆପଣଙ୍କ ମନ ପ୍ରଫୁଲ୍ଲିତ ହେବ ,ପ୍ରତିକାର:- ପିତାମାତାଙ୍କର ସେବାକରିବା ଆବଶ୍ୟକ
ମିଥୁନ
ଆଜି ଆପଣ ଦାୟୀତ୍ତ୍ୱର ସହ କିଛି କାମ କରିବାରେ ଅସୁବିଧା ହେବ । ଆପଣ ନିଜ ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ କରନ୍ତୁ କିନ୍ତୁ ଧୀର ମସ୍ତିଷ୍କରେ ଯୋଜନା କରନ୍ତୁ । ଶେଷରେ ଦେଖିବେ ଆପଣ ସମସ୍ତ କାର୍ଯ୍ୟ ସୁରୁଖୁରରେ କରିପାରିବେ । ପାରିବାରିକ କାର୍ଯ୍ୟଗୁଡ଼ିକ ପଛରେ ଧନ ଖର୍ଚ୍ଚ ହୋଇପାରେ । ବାଣୀ ଉପରେ ନିୟନ୍ତ୍ରଣ ରଖିବେ । ଶଙ୍କା ଦୂର କରନ୍ତୁ । ବନ୍ଧୁମାନଙ୍କ ସହିତ ମନମାଳିନ୍ୟର ପ୍ରସଂଗ ବନିପାରେ | ଧାର୍ମିକ ଯାତ୍ରା ହେବାର ସଂଭାବନା ଅଛି । ଧନ ଲାଭର ମଧ୍ୟ ସଂଭାବନା ଅଛି । ବ୍ୟବସାୟରେ ପ୍ରମୋସନର ଯୋଗ ଅଛି.ପ୍ରତିକାର : କାହାରିଠାରୁ ମାଗଣା କୌଣସି ଦ୍ରବ୍ୟ ଗ୍ରହଣ କରିବେ ନାହିଁ
କର୍କଟ
ଆଜି ଆପଣଙ୍କ ଆତ୍ମତ୍ଜ୍ଞାନ ଆଧ୍ୟାତ୍ମିକ ଦିଗରେ ତାହାର ଚରମ ସୀମାରେ ରହିବ । ସେଥିପାଇଁ ସମୟ ବାହାର କରି କୌଣସି ଧାର୍ମିକ ସ୍ଥାନକୁ ଯାଆନ୍ତୁ । ଆଜିର ଦିନ ଲମ୍ବା ସମୟ । ଲକ୍ଷ୍ ଉପରେ ଧ୍ୟାନ କେନ୍ଦ୍ରିଭୁତ କରିବା ପାଇଁ ବହୁତ ଭଲ ସମୟ । କିନ୍ତୁ ସବୁ ପରିସ୍ଥିତିରେ ଆପଣଙ୍କୁ ଶାନ୍ତ ରହିବାକୁ ପଡିବ ଏବଂ ନିଜ ଲୋକଙ୍କୁ ସାହାର୍ଯ୍ୟ ପାଇଁ ଚେଷ୍ଟା କରିବା ଉଚିତ ହେବ । ଭୁଲ ବୁଝାବଣା ଏବଂ ନକାରାତ୍ମକ ବ୍ୟବହାର ଆପଣଙ୍କ ଚିତ୍ତରେ ଗ୍ଲାନିର ଭାବ ସୃଷ୍ଟି କରିବ । ସ୍ଵାସ୍ଥ୍ୟରେ ବିଶେଷରୂପରେ ଆଖିରେ ଅସୁବିଧା ହେବ । ପାରିବାରିକ ସଦସ୍ୟମାନଙ୍କ ସହିତ ମନମାଳିନ୍ୟ ହେବ । କାମରେ ସନ୍ତୋଷର ଭାବନା ଆସିବ
ସିଂହ
ଆଜି ଆପଣ ଘରର ସୁରକ୍ଷା ପ୍ରତି ଧ୍ୟାନ ଦିଅନ୍ତୁ, କାରଣ ବହୁମୂଲ୍ୟ ବସ୍ତୁ କିଛି ଚୋରି ହେବାର ସମ୍ଭାବନା ରହିଛି । କିନ୍ତୁ ଯଦି ଆପଣ ସାବଧାନ ରୁହନ୍ତି , କ୍ଷତି ହୋଇ ନ ପାରେ । ଏହାର ଅର୍ଥ ନୁହେଁ ଯେ ଆପଣ ଡରିଯିବେ । । ନୂଆ ଯୋଜନାକୁ ଅମଳରେ ଆଣିବା ପାଇଁ ଶୁଭ ଦିନ ଅଟେ । ଚାକିରିପେଶା ଲୋକଙ୍କୁ ଉଚ୍ଚ ପଦାଧିକାରିମାନଙ୍କ ତଥା ସରକାରଙ୍କ ତରଫରୁ ପରିଶ୍ରମର ଭଲ ଫଳ ମିଳିବ । ଭାଇ-ଭଉଣୀମାନଙ୍କ ତଥା ମିତ୍ରମାନଙ୍କ ସହିତ ଆନନ୍ଦପୂର୍ବକ ସମୟ କଟିବ । ଭାଗ୍ୟବୃଦ୍ଧି ହେବ ,ପ୍ରତିକାର : ଆମିଷ ଓ ମାଦକଦ୍ରବ୍ୟ ସେବନରୁ ଦୂରେଇ ରୁହନ୍ତୁ । ପ୍ରତିକାର : ଗାଈକୁ ରୁଟି ଖାଇବାକୁ ଦିଅନ୍ତୁ ।
କନ୍ୟା
ଆଜି ଆପଣ ପରିବାର ଲୋକଙ୍କ ସହିତ ସମୟ କଟାଇବେ ଏବଂ ବହୁତ ଖୁସି ହେବେ । କିଛି ଏମିତି କରନ୍ତୁ ଯାହା ସମସ୍ତଙ୍କୁ ଖୁସି କରିବ ଏବଂ ପରସ୍ପର ନିକଟତର ହୋଇ ପାରିବେ । ମଉଜ-ମସ୍ତୀ ଏବଂ ମନୋରଞ୍ଜନ ପ୍ରବୃତ୍ତିଗୁଡ଼ିକରେ ଆପଣଙ୍କ ବିଶେଷ ରୁଚି ରହିବ । ପିତା ତଥା ବରିଷ୍ଠ ନାଗରୀକମାନଙ୍କ ସହଯୋଗ ପ୍ରାପ୍ତ କରିବେ । ସାମାଜିକ ପ୍ରତିଷ୍ଠାରେ ବୃଦ୍ଧି ହେବ । ଆପଣଙ୍କ ସ୍ଵଭାବରେ କ୍ରୋଧ ଏବଂ ବ୍ୟବହାରରେ ଉଗ୍ରତା ରହିବ,ପ୍ରତିକାର:- ଗୋମାତାର ସେବାକରିବା ଆବଶ୍ୟକ ।
ତୁଳା
ଆପଣଙ୍କ ଦୃଢ଼ତା ଏବଂ ଧୌର୍ଯ୍ୟ ଆପଣଙ୍କ ପାଖରେ ଥିବା ଲୋକ ଉପରେ ସକାରାତ୍ମକ ପ୍ରଭାବ ପଡ଼ିବ ଏବଂ ଆପଣଙ୍କର ସବୁ ସମସ୍ୟାର ସମାଧାନ ଆପେ ଆପେ ହୋଇଯିବ । ଆପଣ ଯେକୌଣସି ପ୍ରକାର ସାହାଯ୍ୟ ଚାହୁଁଛନ୍ତି ଆପଣଙ୍କୁ ମିଳିପାରିବ । ସେଥିପାଇଁ ସାହାଯ୍ୟ ମାଗିବାକୁ କୁଣ୍ଠା ପ୍ରକାଶ କରନ୍ତୁ ନାହିଁ । ଆଜି ଆପଣଙ୍କ ଅହଂକାରର କାରଣରୁ ଝଗଡ଼ା ହେବାର ଆଶଂକା ଅଛି । ଶାରୀରିକ ଏବଂ ମାନସିକ ଚିନ୍ତା ସହିତ ଆଜିର ଦିନ କଟିବ । ସ୍ଵଭାବରେ ଉତ୍ତେଜନାଯୋଗୁଁ କାମ ବିଗିଡ଼ିବାର ଆଶଂକା ଅଛି,ପ୍ରତିକାର – ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।
ବିଛା
ଆପଣଙ୍କୁ କେହି ସାମାଜିକ କାମ ପାଇଁ ସାହାଯ୍ୟ ମାଗିଲେ ଆପଣ ତାହା ଅବଶ୍ୟ କରନ୍ତୁ । ଏଥିରୁ ଆପଣଙ୍କୁ ସନ୍ତୁଷ୍ଟି ମିଳିବା ସହିତ ସେମାନଙ୍କୁ ସାହାଯ୍ୟ ମଧ୍ୟ ମିଳିଯିବ । ଆଗକୁ ବଢ଼ନ୍ତୁ ଏବଂ ଏହି ଅନୁଭବର ମଜ୍ଜା ନିଅନ୍ତୁ । ଯେତେ ସହଜରେ ଆପଣ ସାହାଯ୍ୟ କରନ୍ତି ସେତିକି ସେମାନେ ମଧ୍ୟ ଆପଣଙ୍କୁ ସାହାଯ୍ୟ କରିବାକୁ ଆଗେଇ ଆସିବେ । ଶରୀରରେ ଆଳସ୍ୟ, ଏବଂ ଅଣନିଶ୍ୱାସୀ ହୋଇପାରେ । ସ୍ଵାସ୍ଥ୍ୟ ନରମ-ଗରମ ରହିବ । କୌଣସି ବିଷୟରେ ଚିନ୍ତା କରନ୍ତୁ ନାହିଁ, ଆପଣଙ୍କ ପରିଶ୍ରମରେ ଶେଷରେ ସବୁ ଠିକ ହୋଇଯିବ । ସନ୍ତାନମାନଙ୍କ ବିଷୟରେ ଟିକେ ଚିନ୍ତା ହୋଇପାରେ । ପ୍ରତିକାର- ଗ୍ରାମ୍ୟ ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ ।
ଧନୁ
ଆଜି ନିଜର ଧ୍ୟାନ ଏଠି ସେଠି ନ ଲଗେଇ ନିଜ କାର୍ଯ୍ୟରେ ମନୋନିବେଶ କରନ୍ତୁ । ଆପଣ ହୁଏତ ଏହି ସମୟ ଏକ ସମାରୋହ ଚାହାଁନ୍ତି । କିନ୍ତୁ ନିଜ ପରିବାର ସହ ସମୟ ବିତାନ୍ତୁ ଏବଂ ସେମାନଙ୍କ ସମସ୍ୟା ଉପରେ ଧ୍ୟାନ ଦିଅନ୍ତୁ । ନକାରାତ୍ମକ ବିଚାରରୁ ଦୂରରେ ରୁହନ୍ତୁ । ଅଚାନକ ଧନ ଖର୍ଚ୍ଚ ହୋଇପାରେ । ଚିକିତ୍ସାରେ ଖର୍ଚ୍ଚ ହେବାର ଆଶଂକା ଅଛି । ବ୍ୟାପାରରେ ଭାଗିଦାରୀମାନଙ୍କ ସହିତ ଆନ୍ତରିକ ମତଭେଦ ହୋଇପାରେ । କ୍ରୋଧ ଉପରେ ନିୟନ୍ତ୍ରଣ ରଖିବେ,ପ୍ରତିକାର : ଆମିଷ ଓ ମାଦକଦ୍ରବ୍ୟ ସେବନରୁ ଦୂରେଇ ରୁହନ୍ତୁ ।
ମକର
ଆପଣଙ୍କର ବନ୍ଧୁ ନିଜର ଥିବା ଦୁଃଖକୁ ଲାଘବ କରିବା ପାଇଁ ନିଜ ଗୁରୁଙ୍କ ଉପଦେଶ ନେବା ଉଚିତ୍ । ଆପଣ ନିଜ ତରଫରୁ ସବୁ କିଛି ଠିକ୍ କରିବାକୁ ଚେଷ୍ଟା କରୁଛନ୍ତି । ଏହି ମାର୍ଗରେ ଚାଲନ୍ତୁ, କାରଣ ଏଥିରେ ଆପଣଙ୍କୁ ବହୁତ ଖୁସି ମିଳିବ । ଆପଣ କୌଣସି ପବିତ୍ର ସ୍ଥାନକୁ ଯାଇପାରନ୍ତି । ଗୃହସ୍ଥ ଜୀବନରେ ଆନନ୍ଦ ଏବଂ ସନ୍ତୋଷର ଅନୁଭବ ହେବ । ସ୍ଵାସ୍ଥ୍ୟ ଭଲ ରହିବ । ସମାଜରେ ମାନ-ସମ୍ମାନ ମିଳିବ । ଉଚ୍ଚ ପଦାଧିକାରି ଏବଂ ବରିଷ୍ଠ ନାଗରୀକମାନଙ୍କ କୃପା ଆପଣ ଉପରେ ରହିବ,ପ୍ରତିକାର-ଅସହାୟଙ୍କୁ ନିରାଶ କରିବେ ନାହିଁ ।
କୁମ୍ଭ
ଯେଉଁ ଛାତ୍ରମାନେ ନିଜର ଉଚ୍ଚଶିକ୍ଷା ଲାଭ କରିବାକୁ ଚାହୁଁଛନ୍ତି , ଆଜି ଏକ ଶୁଭଦିନ ହିସାବରେ ଯୋଜନା ଆରମ୍ଭ କରନ୍ତୁ । କଣ ଶିକ୍ଷା କରିବେ ଏକ ଚିଠା ତିଆରି କରନ୍ତୁ ଏବଂ ତାହାର ଭଲମନ୍ଦ ବିଚାର କରନ୍ତୁ । । ତରତର ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ । ପ୍ରତ୍ୟେକ କାର୍ଯ୍ୟ ଆତ୍ମବିଶ୍ଵାସ ଏବଂ ଅଟଳ ମନୋବଳର ସହିତ କରନ୍ତୁ, ନିଶ୍ଚିତ ସଫଳତା ମିଳିବ । ପିତା କିମ୍ବା ପୈତୃକ ସଂପତ୍ତିରେ ଲାଭ ହେବ । ସରକାରଙ୍କଠାରୁ ଆର୍ଥିକ ଲାଭ ହେବ । ବିଦ୍ୟାର୍ଥୀମାନେ ନିଜର ପଢ଼ାରେ ଭଲ ପ୍ରଦର୍ଶନ କରିବେ,ପ୍ରତିକାର – ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।
ମୀନ
ସଂଦ୍ଧ୍ୟାରେ ଆପଣଙ୍କର କୌଣସି ମାନସିକ ସମାରୋହକୁ ଯିବାର ସଙ୍କେତ ଅଛି । ଆପଣ କାହାରି ଭୋଜିରେ ମଧ୍ୟ ଯାଇ ପାରନ୍ତି କିମ୍ବା ବନ୍ଧୁଙ୍କ ଘରେ ହେଉଥିବା ସମାରୋହରେ ଭାଗନେଇ ପାରନ୍ତି । ଯାହା ବି ହେଉନା କାହିଁକି ଆଜି ଦିନ ଖୁବ୍ ଭଲ ତାଙ୍କ ଉପଦେଶ ଉପରେ ଧ୍ୟାନ ଦିଅନ୍ତୁ । ପ୍ରଣୟ, ରୋମାନ୍ସ, ଯାତ୍ରା, ପର୍ଯ୍ୟଟନ ଏବଂ ମନୋରଞ୍ଜନରେ ଆପଣଙ୍କ ଆଜିର ଦିନ କଟିବ । ମିତ୍ରମାନଙ୍କ ସହିତ ଭୋଜନ କରିବାର ଅବସର ଆସିବ । ବସ୍ତ୍ରାଭୂଷଣ ଏବଂ ବାହନ ପ୍ରାପ୍ତିର ଯୋଗ ଅଛି । ଭାଗିଦାରୀଙ୍କ ସହିତ ଆପଣଙ୍କ ସମ୍ବନ୍ଧ ଭଲ ରହିବ,ପ୍ରତିକାର : କଳା କୁକୁରର ସେବା କରନ୍ତୁ ।