ଆଜିର ରାଶିଫଳ 14 ଏପ୍ରିଲ 2019, ରବିବାର – ମା ଲକ୍ଷ୍ମୀ ଙ୍କ କୃପା ବରଷିବ ଏହି ୩ଟି ରାଶି ଉପରେ

ମେଷ

ପରିବାରରେ ମାନ ମନାନ୍ତର ଦୂର ହେବ । ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ । ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ । ସନ୍ତାନଙ୍କ ବ୍ୟବହାର ପାଇଁ ମନରେ ଶାନ୍ତି ସନ୍ତୋଷ ଦେଖାଦେବ । ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ବ୍ୟବସାୟୀକ ସଫଳତା ଆତ୍ମସନ୍ତୋଷ ବଢେଇବ । ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା, ପ୍ରତିଯୋଗିତାରେ ସଫଳତା ମିଳିବ । ମାନସିକ ଶାନ୍ତି ଓ ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ । ଦାମ୍ପତ୍ୟ କଳହର ଅବସାନ ଘଟିବ ।

ବୃଷ

ଛାତ୍ରଛାତ୍ରୀମାନଙ୍କର ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ । ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ହେବ । ମହିଳାମାନେ ସାମାଜିକ କାର୍ଯ୍ୟରେ ଯୋଗଦେଇ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ବଜାୟ ରଖିବେ । ରାଜନୀତି କ୍ଷେତ୍ରରେ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ ଓ ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ଅତି ଭଲସମ୍ପର୍କ ଥିବା ବନ୍ଧୁଙ୍କ ପାଇଁ ସମସ୍ତକର୍ମ ବହୁତ ଭଲରେ ହିଁ ସମ୍ପନ୍ନହେବ । ବ୍ୟବସାୟିକ କ୍ଷେତ୍ରରେ ଆଶାଜନକ ଫଳପ୍ରାପ୍ତିହେବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ ।

ମିଥୁନ

ସରକାରୀ କାମରେ ସଫଳତା ପାଇବେ । ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ । ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ । ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଆଜି ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ । ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ । ସାମାଜିକ ପତିଆରା ଅମଳିନ ରହିବ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ ।

କର୍କଟ

ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ବ୍ୟାପାର ଓ କାରବାରରେ ସୁଧାର ଆସିବ । ଟଙ୍କାର ଆବଶ୍ୟକତା ପୂରଣ ହେବ । ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ । ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ । ବିଦ୍ୟାରେ ଉନ୍ନତି ଓ ଉଚ୍ଚ ବିଦ୍ୟା ଅଧ୍ୟୟନ ପାଇଁ ସୁଯୋଗ ପାଇବେ । କର୍ମ ସମ୍ବନ୍ଧିତ ଯାତ୍ରା କରିବାକୁ ପଡିବ ଓ କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ । ପତିପତ୍ନୀଙ୍କ ମଧ୍ୟରେ ମତ ଭେଦ ଦୂରହୋଇ ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ଦେଖାଦେବ । ପ୍ରେମ କ୍ଷେତ୍ରରେ ସଫଳ ହେବେ ।

ସିଂହ

ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ବ୍ୟବସାୟକୁ ସୁସଜିତ କରିବେ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ ଓ ସଫଳତା ମିଳିବ । ଅଧୁରା କାର୍ଯ୍ୟ ପୂରଣ ହେବ ଓ ନିଜକୁ ସୁରକ୍ଷିତ ଅନୁଭବ କରିବେ । ରାଜନୀତି କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ । ପିତା ମାତାଙ୍କ ଠାରୁ ସହଯୋଗ ମିଳିବ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ । ଉଚ୍ଚଶିକ୍ଷା କ୍ଷେତ୍ରରେ ସଫଳ ହେବେ ।

କନ୍ୟା

ପ୍ରଶାସନିକ ସ୍ତରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ପରିଚାଳନା ଦାୟିତ୍ୱ ବୃଦ୍ଧି ପାଇବ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ଆଶା କରୁଥିବା କାର୍ଯ୍ୟ ସ୍ଥଗିତ ରହିବ । ବ୍ୟବସାୟରେ ଦୂରଯାତ୍ରାର ସୁଯୋଗ ପାଇ ସଫଳତା ଅର୍ଜନ କରିବେ । ମହିଳାମାନଙ୍କର କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ ଓ ସ୍ୱାସ୍ଥ୍ୟ ଅନୁକୂଳ ରହିବ । ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ପଡ଼ିବ । ବାଦ-ବିବାଦ, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ନିଜର ଯୋଜନାମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବନାହିଁ ।

ତୁଳା

କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ । ରାଜନୀତିରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ ଓ ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା, ପ୍ରତିଯୋଗିତାରେ ସଫଳତା ମିଳିବ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ । ମିତ୍ରଙ୍କ ସହାୟତା ଦ୍ଵାରା ଉନ୍ନତି ହେବ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ । ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବା ଫଳରେ ମାନସିକ ଶାନ୍ତି ମିଳିବ ।

ବିଛା

ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବାଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ପ୍ରବାସ ଯାତ୍ରାରେ ଲାଭବାନ ହେବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ । ରାଜନୀତିରେ ଉନ୍ନତି ହେବା ସହ ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ । ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍ । ମହିଳାମାନେ ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ ।

ଧନୁ

ନୂତନ ଦ୍ରବ୍ୟ କ୍ରୟ କରିବେ । ଶତୃମାନେ ଦୂରେଇ ଯିବେ । ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । ସ୍ଵାସ୍ଥ୍ୟରେ ଉନ୍ନତି, ମାନସିକ ସ୍ଥିରତା ଆସିବ । ଧୈର୍ଯ୍ୟ ଓ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରିପାରିବେ । ଶୁଭ ସମାଚାର ମିଳିପାରେ । ନୂଆ ଜ୍ଞାନର ବୃଦ୍ଧି ହେବ । କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି । ସରକାରୀ କ୍ଷେତ୍ରରେ ସଫଳତା ମିଳିବ । ବକେୟା ଅର୍ଥ କିଛି ମିଳିବ । ଛାତ୍ରଛାତ୍ରୀମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ । ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ ।

ମକର

ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ । ବ୍ୟବସାୟରେ ଉନ୍ନତି ହେବାଫଳରେ ଖୁସି ରହିବେ । କୌଣସି ମହତ୍ତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ କଷ୍ଟ ଅନୁଭବ କରିବେ । କିଛି କାରଣ ନଥାଇ ବଦନାମ୍ ବା ମିଛ କେଶ୍ ରେ ଫଶିଯିବେ । ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା କରିପାରନ୍ତି । ସନ୍ତାନ ଯୋଗେ ଚିନ୍ତିତ ରହିବେ । ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଲଢିପାରନ୍ତି । ଉଡ଼ା ଖବର ପାଇ ମନ ବିବ୍ରତ ହୋଇପାରେ ।

କୁମ୍ଭ

ବିଚାର ବିଭାଗର ରାୟ ଆପଣଙ୍କ ସପକ୍ଷରେ ଯିବ । ନୂତନ କାର୍ଯ୍ୟଆରମ୍ଭ ଓ ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ । ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ ଓ ଉନ୍ନତି ହେବ । ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ । ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ । ଜୁଆ ଓ ଲଟେରୀ ଖେଳରେ ମନମୁତାବକ ଲାଭବାନ ହେବାର ସମ୍ଭାବନା ।

ମୀନ

କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ଆରମ୍ଭ କରନ୍ତୁ ସେଥିରେ ବିଜୟୀ ହେବେ । ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । ରାଜନୀତି ମାମଲାରେ ସଫଳତା ମିଳିବ । ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବ ଓ ମନ ଖୁସି ରହିବ । ସେୟାର ବଜାର ଓ ପୁଞ୍ଜି ନିବେଶ କରିଲେ ବହୁତ ଧନ ପ୍ରାପ୍ତ ହେବ । ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ । ଶତୃ ଓ ବିରୋଧୀମାନେ ସାମ୍ନା କରିପାରିବେ ନାହିଁ । କୌଣସି କାମରେ ବିଶେଷଜ୍ଞତା ହାସିଲ କରିବେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ ।