ଆଜିର ରାଶିଫଳ 14 ଜୁନ୍ 2019, ଶୁକ୍ରବାର – ଏହି ୫ଟି ରାଶି ଉପରେ ମହାଦେବ ଙ୍କ କୃପା ରହିବ

ମେଷ:-

ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ପ୍ରବାସ ଯାତ୍ରାରେ ଲାଭବାନ ହେବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ । ପୁରାତନରୋଗର ଉପଶମମିଳିବ । ପାରିବାରିକକ୍ଷେତ୍ରରେ ଶାନ୍ତିଶୃଙ୍ଖଳା ଦେଖାଦେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । ଉଚ୍ଚାଧିକାରି ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ । ମହିଳାମାନେ ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ ।  ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ ।

ବୃଷ :-

ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ । କର୍ମକ୍ଷେତ୍ରରେ ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ । ରାଜନୈତିକ କ୍ଷେତ୍ରରେ ବିପଦ ସଙ୍କୁଳ ଦେଖାଦେଇ ଟଳିଯିବ । ବନ୍ଧୁଙ୍କ ଡାକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ କିନ୍ତୁ ଯାତ୍ରାରେ ସଫଳତା ଲାଭ ହେବ । ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ବନ୍ଧୁଙ୍କ ଶୁଭକର୍ମରେ ମଧ୍ୟ ଯୋଗଦେବାକୁ ବାଧ୍ୟ ହେବେ । ମହିଳାମାନଙ୍କର ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ ।  ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ମିଥୁନ:-

ବନ୍ଧୁଙ୍କ ଶୁଭକର୍ମରେ ଯୋଗଦେବାକୁ ପଡି ପାରେ । ପରିବହନ ବାଣିଜ୍ୟ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ ଓ ଦୂରଯାତ୍ରାର ସୁଯୋଗ ପାଇବେ । ମହିଳାମାନେ ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ । ବିଦ୍ୟାକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ପ୍ରଶଂସା ପାଇବେ । ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ସାମାନ୍ୟ ଲାଭ ପାଇବେ । ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ଘଟିପାରେ । ରାଜନୈତିକ କ୍ଷେତ୍ରରେ ପୁରୁଣା ସମସ୍ୟା ସମାଧାନ କରି ବିଜୟୀ ହେବେ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ ।  ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

କର୍କଟ:-

ବାସଗୃହ ଓ ଯାନବାହାନ ନେଇ କେତେ ସମସ୍ୟାର ସମାଧାନ ହେବ । ପାରିବାରିକ ସମ୍ପର୍କରେ ଉନ୍ନତି ହେବ । ସ୍ୱାସ୍ଥ୍ୟ ଦିଗରୁ ମଧ୍ୟମ ଫଳ ପ୍ରାପ୍ତି । ଭ୍ରାତୃ ବିବାଦ ଦୂର ହେବ । ଆର୍ଥିକ ଦିଗରୁ ବେଶ୍ ଅନୁକୂଳ ଥିବାରୁ କିଛି ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କ ବାଲାନ୍ସ ବୃଦ୍ଧି ପାଇବ । ମହିଳାମାନେ ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ଶିକ୍ଷକ, ପ୍ରଶିକ୍ଷକ, ଅଭିନେତା, ନେତା ମାନେ ଲାଭବାନ୍ ହେବେ । ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ ।  ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।

ସିଂହ:-

ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । ପାରିବାରିକକ୍ଷେତ୍ରରେ ବୁଝାମଣା ଠିକ୍ ରହିବ । ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ସାମାଜିକ ପତିଆରା ଅମଳିନ ରହିବ । ଆୟ ଉପାର୍ଜନ ବୃଦ୍ଧି ହେବ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ । ଦୂରଯାତ୍ରାରେ ସଫଳ ହେବେ । ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ । ରାଜନୀତି କ୍ଷେତ୍ରରେ ଶୁଭ ସମ୍ବାଦ ପାଇ ଦୂରଯାତ୍ରାରେ ସଫଳ ହେବେ ।  ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

କନ୍ୟା:-

ଜାଗା, ଜମି, ଗୃହପୋକରଣ କ୍ରୟ କରିବେ । ନୂତନକର୍ମପ୍ରାପ୍ତିର ସୁଯୋଗ ପାଇବେ । ବ୍ୟବସାୟରେ ଆଶାତୀତ ଲାଭ ମିଳିବ । ପରିବାରରେ ସୁସ୍ଥ ବାତାବରଣ ଜାରିରହିବ । ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ । ଦୂରଯାତ୍ରାର ସୁଯୋଗ ପାଇବେ । ଆୟ ଉପାର୍ଜନରେ ବାଧା ନାହିଁ । ପ୍ରମୋଶନ ସୂଚନାପାଇ ଖୁସି ହେବେ । ବାଦ ବିବାଦ, ପରୀକ୍ଷା ପ୍ରତିଯୋଗିତା ସାକ୍ଷାତ୍କାରରେ ସଫଳହେବେ । ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ । ସେୟାର ବଜାରରେ ମୁନାଫା ମିଳିବ ।  ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ ।

ତୁଳା:-

କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବ ଓ ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ । ସାମାଜିକ କାର୍ଯ୍ୟରେ ସଫଳତା ଓ ମାନସମ୍ମାନ ବୃଦ୍ଧି ହେବ । ଯାତ୍ରାରେ ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ କଟିବ । ବିଦ୍ୟାକ୍ଷେତ୍ରରେ ଶୁଭଯୋଗ ଓ ପ୍ରତିଯୋଗିତା ପରୀକ୍ଷା ରେ ସଫଳ ହେବେ । ଖାଦ୍ୟପେୟ ପ୍ରତି ସଜାଗ ନ ରହିଲେ ସ୍ୱାସ୍ଥ୍ୟ ହାନୀ ହେବ । ମହିଳାମାନେ ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ । ତୀର୍ଥାଟନ କରି ଯାତ୍ରା କାଳରେ ଯନ୍ତ୍ରଣା ଭୋଗିବେ । ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେ ମାପି ଚାଖଣ୍ଡେ ଚାଲିବା ଆବଶ୍ୟକ ।  ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ ।

ବିଚ୍ଛା:-

ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ । କର୍ମ କ୍ଷେତ୍ରରେ ସହଯୋଗୀମାନଙ୍କ ଯୋଗୁଁକର୍ମ କ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ । କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ଶିକ୍ଷକ, ପ୍ରଶିକ୍ଷକ, ଅଭିନେତା, ନେତା, ରସାୟନଜ୍ଞ ଓ ଡାକ୍ତର ମାନେ ସାମାନ୍ୟ ଲାଭବାନ୍ ହେବେ । ବାଦବିବାଦ ପରୀକ୍ଷା, ପ୍ରତିଯୋଗିତା ଓ ମାଲିମକଦ୍ଦମାର ଅବସାନ ହେବ । ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ନିବେଶ ପାଇଁ ସମୟ ଉପଯୁକ୍ତ ଅଟେ । ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ ।  ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-

ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ । ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ ଓ ସଫଳତା ମିଳିବ । ଭ୍ରମଣ, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ । ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ । ଉଚ୍ଚପଦସ୍ଥ କର୍ମକର୍ତ୍ତାମାନଙ୍କର କର୍ମଉପରେ ନଜର ପଡ଼ିପାରେ । କୌଣସି ଶୁଭ ସମାଚାର ମଧ୍ୟ ଶୁଣିବାକୁ ମିଳିବ ।  ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ମକର :-

ରାଜନୈତିକ କ୍ଷେତ୍ରରେ ଧୈର୍ଯ୍ୟ ସହନ ଶୀଳତା ଯୋଗେ ଯଶ ମିଳିବ ଓ ସାମାଜିକ ପତିଆରା ଅମଳିନ ରହିବ । ଯେକୌଣସି ଯନ୍ତ୍ରଚାଳନା, ଯାନବାହନ ଓ ଜଙ୍ଗଲ ବିପଦ ସଙ୍କୁଳ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ଲାଭବାନ ହୋଇପାରନ୍ତି । ଗୃହରେ ମାଙ୍ଗଳିକ କାର୍ଯ୍ୟ ସମ୍ପାଦନ କରିପାରିବେ । ଆର୍ଥୀକ ଅବସ୍ଥାରେ ପରିବର୍ତ୍ତନ ଆସିବ ଓ ଶାରୀରିକ ସୁସ୍ଥତା ଅନୁଭବ କରିବେ । ରୌପ୍ୟାଦି ଧାତୁଦ୍ରବ୍ୟ, ଔଷଧ, କ୍ଷୀର, ଜଳଜାତ ଦ୍ରବ୍ୟ, ଖାଇବାତେଲ, କାଚଦ୍ରବ୍ୟ, ଅତର, ସେଣ୍ଟ, ଷ୍ଟେସେନାରୀ, ଥଣ୍ଡାପାନୀୟ, ରେଡିମେଡ, କପଡା, ଶାଢୀ, ଲୁଗା, ସଉକୀନ୍ ଦ୍ରବ୍ୟ ବ୍ୟବସାୟରେ ଲାଭବାନ୍ ହେବେ ।  ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ ।

କୁମ୍ଭ:-

ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହିବ ଓ ବନ୍ଧୁତ୍ଵ ବୃଦ୍ଧି ପାଇବ ।   ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ । ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ପଡ଼ିବ । ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ନିଜର ଯୋଜନାମୁତାବକ କାମ କରିବେ । କର୍ମଚାରୀ ମାନଙ୍କୁ ଭରସା କଲେ କୌଣସି ପ୍ରକାର ଅସୁବିଧା ହେବନାହିଁ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ । ବାଦବିବାଦ ପରୀକ୍ଷା, ପ୍ରତିଯୋଗିତା ଓ ମାଲିମକଦ୍ଦମାର ଅବସାନ ହେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-

ମାନସିକ ଶାନ୍ତି ମିଳିବ । ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍ । ନୂତନ ଦ୍ରବ୍ୟ କ୍ରୟ କରିବେ । ମହିଳାମାନେ ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ । ଶତୃମାନେ ଦୂରେଇ ଯିବେ । କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି । ସରକାରୀ କ୍ଷେତ୍ରରେ ସଫଳତା ମିଳିବ । ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ ।  ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।