ଆଜିର ରାଶିଫଳ, 17 ଜାନୁୟାରୀ 2019, ଗୁରୁବାର – ମା ଲକ୍ଷ୍ମୀ ଏହି ୪ଟି ରାଶି ଉପରେ ଧନ ବର୍ଷା କରିବେ

ମେଷ:-

ବ୍ୟବସାୟ ସଂସ୍ଥାନ, ଶିଳ୍ପ ପ୍ରତିଷ୍ଠା ବା ଯୋଜନା ସାଫଲ୍ୟଦାୟକ ହେବ । କର୍ମ କ୍ଷେତ୍ରରେ ସାଫଲ୍ୟ, ଉଚ୍ଚସମ୍ମାନ ଓ ପଦ ପଦବୀ ଲାଭହେବ । କେତେକ କାର୍ଯ୍ୟ ଦୋଦୁଲ୍ୟମାନ ଅବସ୍ଥାରେ ରହିବ । ସାଧାରଣ ଦିନଚର୍ଯ୍ୟ । ରେ ଅତୁଟ ରହିଲେମଧ୍ୟ ଉଦରପୀଡା ଓ ଚକ୍ଷୁପୀଡାରେ ପ୍ରଭାବିତ ରହିବେ । ପୁରାତନ ବନ୍ଧୁ ଓ ଅଚିହ୍ନା ଲୋକଙ୍କଠାରୁ ନିନ୍ଦା ପାଇବେ । ଆର୍ଥିକ ସ୍ଥିତିରେ ବାଧା ହେବା ସହ ଶତୃ ବୃଦ୍ଧି ହେବ । ପ୍ରତିକାର:- ଦିନ ଦୁଃଖୀଙ୍କୁ ଅନ୍ନ ଦାନ ଦିଅନ୍ତୁ ।

ବୃଷ:-

ମହିଳାମାନେ ବିଦେଶୀ ବନ୍ଧୁଙ୍କ ଦ୍ଵାରା ଅଧିକ ଉପକୃତ ହେବେ । ରାଜନେତାମାନେ ନୀରବତା ରକ୍ଷାକରି ପରିସ୍ଥିତି ହାତରେ ନିଜକୁ ସମର୍ପଣ କରିଦେବା ଉତ୍ତମ ହେବ । ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ବାଧା ଉପୁଯିବ । କର୍ମକ୍ଷେତ୍ରରେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରୀ ହୋଇ ପାରିବେ । ରେଶମୀବସ୍ତ୍ର, ଅଗରବତୀ, ଇଟା, କ୍ଷୀର, ଦହି, ଘିଅ, ସୁନା, ଚାନ୍ଦି, ବ୍ୟବସାୟରେ କ୍ଷତି ସହିବେ । ରୋଗ ଓ ଋଣର ଶୀକାର ହେବେ । ପ୍ରତିକାର- ପଙ୍ଗୁ ଭିକାରୀଙ୍କୁ ଖାଦ୍ୟ ଦିଅନ୍ତୁ ।

ମିଥୁନ:-

ସଂଚାଳକ, ଓକିଲ, ନ୍ୟାୟଧୀଶ, ଚିକିତ୍ସକ, କଳାକାରମାନଙ୍କର ପ୍ରବଳ ଉନ୍ନତି ହେବ । ରାଜନୈତିକ କ୍ଷେତ୍ରରେ ପ୍ରବଳ ଲୋକ ସମର୍ଥନ ମିଳିବ । ପୁରୁଖା ନେତା ବା ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇପାରିବେ । ଦୀର୍ଘଦିନ ଧରି ଚିନ୍ତା କରୁଥିବା ନୂତନ କାର୍ଯ୍ୟ ଏବଂ ନୂତନ ବ୍ୟବସାୟ ଅତି ସହଜରେ ଆରମ୍ଭ କରି ପାରିବେ । ପୁରାତନ ବନ୍ଧୁ ଓ ଅଚିହ୍ନା ଲୋକଙ୍କଠାରୁ ସାହାଯ୍ୟ ପାଇ ଧନ୍ୟ ହେବେ । ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ ।

କର୍କଟ:-

ବ୍ୟବସାୟ କ୍ଷେତ୍ରରେ ଲାଭବାନ ହେବେ । ପରୀକ୍ଷା ରେ ଆଶା ମୁତାବକ ଫଳ ପାଇବେ । ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହୋଇ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ନେବେ । ଦୀର୍ଘଦିନର ଆଶା ଆଜି ପୂରଣ ହେବ । ଉଚ୍ଚପଦବୀରେ ଅଧିଷ୍ଠିତହେବେ । ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତିକୁ ସରଳ କରିବେ । ପରହାତରେ ଥିବା ଧନ ପ୍ରାପ୍ତି ହେବ । ଅଧା ହୋଇଥିବା କାର୍ଯ୍ୟ ସହଜରେ ପୂରଣ ହେବ । ପ୍ରତିକାର- ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ ।

ସିଂହ:-

ପୁରାତନ ରୋଗର ଉପଶମ ପାଇଁ ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ । ବ୍ୟବସାୟରେ ଉନ୍ନତି ଓ ଲାଭପ୍ରାପ୍ତି ହେବ । ସନ୍ତାନମାନେ ଉଚ୍ଚଶିକ୍ଷାରେ ଶ୍ରେଷ୍ଠସ୍ଥାନ ଲାଭ କରିବେ । ସାଂସାରିକ ଜୀବନ ସୁଖମୟ ହେବ । ରେଶମୀବସ୍ତ୍ର, ଅଗରବତୀ, ଇଟା, କ୍ଷୀର, ଦହି, ଘିଅ, ଚାନ୍ଦି, ବାଦ୍ୟଯନ୍ତ୍ର, ଚଳଚିତ୍ର, ଔଷଧ, ଶାଢ଼ୀ, ଷ୍ଟେସନାରୀ ଓ ସ୍ତ୍ରୀମାନଙ୍କର ସୌଖୀନ ଦ୍ରବ୍ୟାଦି ବ୍ୟବସାୟରେ ଅଧିକଲାଭ କରିପାରିବେ । ପ୍ରତିକାର-ଭିକାରୀକୁ ନିରାଶ କରିବେ ନାହିଁ ।

କନ୍ୟା:-

ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ପାରିବାରିକ କ୍ଷେତ୍ରରେ ଗୋଟିଏ ପାଖରେ ଶ୍ଣେହ ଶ୍ରଦ୍ଧାର ସ୍ରୋତ ଛୁଟୁଥିଲାବେଳେ ଅନ୍ୟ ପାଖରେ ଉପେକ୍ଷା ଓ ଅଶାନ୍ତିର ନିଆଁ କୁହୁଳିବ । ଅଭାବ ଅନାଟନ ପାଇଁ ବ୍ୟୟ ସଂକୋଚନ ହେବ । ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ । ନିଜର କ୍ରୋଧ ଉପରେ ନିୟନ୍ତ୍ରଣ ନ ରଖିଲେ ପ୍ରତି କ୍ଷେତ୍ରରେ ବିଫଳ ହେବେ । ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।

ତୁଳା:-

କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ମହିଳାମାନେ ଅଧିକ ଭାଗ୍ୟବାଦିନୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ଶାରିରୀକ ଅସୁସ୍ଥତା ଦୂରହେବ । ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନରେ ବୃଦ୍ଧି ହେବ । ପରୀକ୍ଷା ପ୍ରତିଯୋଗିତା, ଓ ସାକ୍ଷାତ୍କାରରେ ବିଜୟୀହେବେ । କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । ପ୍ରତିକାର- ଚଣାଡାଲି ମନ୍ଦିରରେ ଦାନ କରନ୍ତୁ ।

ବିଛା:-

ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲିବେ । ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ । ବ୍ୟବସାୟ କ୍ଷେତ୍ରରେ ଲାଭବାନ ହେବେ । ପରୀକ୍ଷା ଓ ପ୍ରତିଯୋଗୀତାରେ ଆଶା ମୁତାବକ ଫଳ ପାଇବେ । ଭାଇ ଭଉଣୀ ବନ୍ଧୁବାନ୍ଧବଙ୍କ ଉତ୍ତମ ସମ୍ପର୍କ ରହିବା ଫଳରେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ପାଇବେ । ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ । ପ୍ରତିକାର- ବୃଦ୍ଧ, ବୃଦ୍ଧାଙ୍କୁ ଭୋଜନ ଦିଅନ୍ତୁ ।

ଧନୁ:-

ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ପରୀକ୍ଷା, ପ୍ରତି ଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ । ଦାମ୍ପତ୍ୟ କଳହ ପାରିବାରିକ ସ୍ତରରେ ସ୍ଵାର୍ଥ ପ୍ରବୃତ୍ତିର ଅଧୀନ ହୋଇ ସମ୍ପର୍କର ମଧୁର ସ୍ଵାଦରୁ ବଞ୍ଚିତ ହେବେ । ଧର୍ମ କାର୍ଯ୍ୟରେ ଯୋଗଦେଇ ଦେବଦର୍ଶନ କରିବେ । ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ ।

ମକର:-

ପାରିବାରିକ ଓ ଦାମ୍ପତ୍ୟ ଜୀବନ ଆନନ୍ଦରେ କଟିବ । ବ୍ୟବସାୟ ପାଇଁ ଦୂରଯାତ୍ରାରେ ସଫଳ ହେବେ । କର୍ମକ୍ଷେତ୍ରରେ ଅନେକ ପ୍ରକାର ସୁବିଧା ସୁଯୋଗ ପାଇବାର ଆଶା ପୂରଣ ହେବାର ରାସ୍ତା ଖୋଲିଯିବ । କଠିନ ପରିଶ୍ରମ କରିବା ଯୋଗୁଁ ଶାରରୀକ ଅସୁସ୍ଥତା ଦେଖା ଦେବ । ରାଜନୈତିକ କ୍ଷେତ୍ରରେ ଭୋଗବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ଅସ୍ଵାସ୍ଥ୍ୟକର ପରିବେଶ ଓ ଅସମ୍ମାନଜନକ ଘଟଣା ଘଟି ପାରେ । ପ୍ରତିକାର- ଗାଈକୁ ଖାଇବାକୁ ଦିଅନ୍ତୁ ।

କୁମ୍ଭ:-

କର୍ମ କ୍ଷେତ୍ରରେ ପ୍ରତିଷ୍ଠା ଓ ଖ୍ୟାତି ପାଇବେ । ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ଆତ୍ମସନ୍ତୋଷ ମିଳିବ । ମହିଳାମାନେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରିଣୀ ହୋଇ ପାରିବେ । ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ । ବ୍ୟବସାୟରେ ଉନ୍ନତି ଓ ଲାଭପ୍ରାପ୍ତି ହେବ । ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ । ପାରିବାରିକ ସମସ୍ୟା ଗୁଡିକୁ ସୁଧାରି ନେବେ । ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।

ମୀନ:-

ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ପରୀକ୍ଷା ପ୍ରତିଯୋଗିତା, ଓ ସାକ୍ଷାତ୍କାରରେ ବିଜୟୀହେବେ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ଓ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ । ପତ୍ନୀଙ୍କ ସ୍ୱାସ୍ଥ୍ୟ ଭଲ ରହିବ । ବାଦବିବାଦ, ମାଲିମକଦ୍ଦମାରେ ବିଜୟି ହେବେ । ବ୍ୟବସାୟରେ ଉନ୍ନତି ହେବା ସହ ଲାଭବାନ ହେବେ । ହରାଇଥିବା ଧନ ପ୍ରାପ୍ତି ହେବ । କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ । ପ୍ରତିକାର- ବୃଦ୍ଧ, ବୃଦ୍ଧାଙ୍କୁ ଭୋଜନ ଦିଅନ୍ତୁ ।