ଆଜିର ରାଶିଫଳ 17 ମେ 2019, ଶୁକ୍ରବାର – ଶ୍ରୀକୃଷ୍ଣ ଙ୍କ କୃପା ରହିବ ଏହି ୩ଟି ରାଶି ଉପରେ

ମେଷ:-

ସ୍ଥିର ସ୍ଵଭାବ ଏବଂ ମଧୁରଭାଷି ହେତୁ ଲାଭକୁ ଦ୍ଵିଗୁଣା ବଢେଇ ପାରିବେ । ଅତିରିକ୍ତ ଆୟର ମଧ୍ୟ ସମ୍ଭାବନା ଅଛି । ରାଜନୈତିକ କ୍ଷେତ୍ରରେ ଆନ୍ତରିକଶକ୍ତି ଓ ଆତ୍ମବଳ ଦ୍ଵାରା ଆଗକୁ ବଢିବାରେ ସକ୍ଷମ ହେବେ । ମାନସିକଶାନ୍ତି ଅନୁଭବ କରିବେ । କୌଣସି ମହତ୍ଵପୂର୍ଣ୍ଣ ସୂଚନା ବା ସନ୍ଦେଶ ପ୍ରାପ୍ତ ହେବାର ସମ୍ଭାବନା ଅଛି ।   ଆନୁଷ୍ଠାନିକ କାମ, ଗୃହସୀମା, ଜମିଜମା, ଗାଡ଼ିମୋଟର, ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ମାନସିକତା ଅକ୍ଷୁର୍ଣ୍ଣ ରହିବ । ବନ୍ଧୁଙ୍କଠାରୁ ସାହାଯ୍ୟର ପ୍ରତିଶୃତି ପାଇ ମାନସିକଶାନ୍ତି ପାଇବେ । ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ ।  ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ ।

ବୃଷ:-

ସନ୍ତାନ ସମ୍ବନ୍ଧୀୟ ଚିନ୍ତା ଦୂର ହୋଇଯିବ । ନୂତନବନ୍ଧୁଙ୍କ ଆଗମନ ହେବ । ଦୁର୍ବଳ ବା ବୃଦ୍ଧ ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ ହାତ ବଢେଇବେ । କଳା, ସାହିତ୍ୟ କ୍ଷେତ୍ରରୁ ସୁଫଳ ଓ ଆନନ୍ଦ ମିଳିବ । ମହିଳାମାନେ କର୍ମକ୍ଷେତ୍ରରେ ବହୁତ ଗୁଡିଏ କାମ ହାତକୁ ନେଇ ବ୍ୟସ୍ତ ହେବେ । ବ୍ୟବସାୟ ପାଇଁ ଆଖପାଖକୁ ଯାତ୍ରା କରି ଶାନ୍ତି ଅନୁଭବ କରିବେ । କାମ-କାର୍ଯ୍ୟରେ ନୂଆ ଅନୁଭୂତି ପ୍ରୟୋଗ କରିପାରିବେ । ପାରିବାରିକ ବ୍ୟବସ୍ଥା ପରି ବର୍ତ୍ତନ ସାଙ୍ଗକୁ ଅର୍ଥସଙ୍କଟରୁ ମୁକ୍ତି ମିଳିବ । ରାଜନୀତିରେ ଅଯଥା ତରତର ନ ହୋଇ ବିବେକ ବୁଦ୍ଧି ଖଟାଇ ଧୈର୍ଯ୍ୟର ସହିତ ଚାଲିବା ଉଚିତ ।  ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ ।

ମିଥୁନ:-

ପରିବହନ ବ୍ୟବସାୟରେ ଆଶାଜନକ ସଫଳତା ହାସଲ କରିବେ । ବିଦ୍ୟାର୍ଥୀମାନେ ଆନନ୍ଦିତ ହେବେ । ରାଜନୀତିରେ ଅନେକ ସମସ୍ୟାର ସମାଧାନ ହୋଇ, ହସ ଖୁସିରେ ବାତାବରଣ ଖେଳିଯିବ । ନୂଆ ଲକ୍ଷ ନିର୍ଦ୍ଧାରିତ କରି ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ପାଇଁ ପ୍ରଯତ୍ନଶୀଳ ହେବେ । ପ୍ରଭାବଶାଳୀ ବ୍ୟକ୍ତିଙ୍କ ସାନ୍ନିଧ୍ୟ ପ୍ରାପ୍ତ ହେବ । ସମସ୍ତ କାମ ନିର୍ବିଘ୍ନରେ ସମ୍ପନ୍ନ ହୋଇଯିବ । ବ୍ୟବସାୟିକ ଯାତ୍ରା କରିବା ଦ୍ଵାରା ଧନ ଲାଭ ହେବାର ସମ୍ଭାବନା ଅଛି । ପ୍ରତ୍ୟେକକ୍ଷେତ୍ରରେ କେବଳ କୌଶଳପୂର୍ଣ୍ଣ କଥାକହିବା ଦ୍ୱାରା କାମହାସଲ କରି ପାରିବେ । ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ ।

କର୍କଟ:-

ଜାଗାଜମି, ଯାନବାହାନ, ସମ୍ପତ୍ତି କ୍ରୟ ଓ ବିକ୍ରୟ କରିପାରିବେ । ଚାକିରିରେ କୌଣସି ମହତ୍ଵପୂର୍ଣ୍ଣ କାର୍ଯ୍ୟ ନିଜ ହାତକୁ ନେବେ । ପୈତୃକ ସମ୍ପତ୍ତି ସମ୍ବନ୍ଧୀୟ ସମସ୍ୟା ଦୂର ହେବ ।  ମାଙ୍ଗଳିକ କାର୍ଯ୍ୟରେ ଯୋଗ ଦେବେ । ପାରିବାରିକ କ୍ଷେତ୍ରରେ ସାହାଯ୍ୟ ଓ ସହଯୋଗ ମାନସିକ ସ୍ଥିତିକୁ ମଜଭୁତ୍ କରିବ । ଆର୍ଥିକ ସ୍ୱଚ୍ଛଳତା ଫେରିପାଇବେ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ନୂତନକର୍ମାରମ୍ଭ ଓ ବିନ୍ଧୁମିଳନ ହେତୁ ନୂଆ ଉତ୍ସାହନେଇ କାମ କରିବେ । ପୁରାତନ ରୋଗର ସାମାନ୍ୟ ଉପସମ ପରିଲକ୍ଷିତ ହେବ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ସିଂହ:-

ପରୋପକାର ବା ଲୋକକଲ୍ୟାଣ କାମରେ ବ୍ୟସ୍ତ ରହିବେ । ଗୃହ ସମସ୍ୟାରେ ଜଡିତ ଥିଲେ ମଧ୍ୟ ଅନ୍ୟକାର୍ଯ୍ୟରେ ଧ୍ୟାନ ରଖିବାକୁ ହେବ । ରାଜନୈତିକ କ୍ଷେତ୍ରରେ ନୈତିକତା ହିସାବରୁ ଆପଣ ବହୁତ ଉଚ୍ଚରେ ରହିବେ । ଅଧ୍ୟୟନ, ଅନୁସନ୍ଧାନ, ଲେଖନ ଆଦି କାର୍ଯ୍ୟ ଆରମ୍ଭ କରିପାରିବେ । ପରିଶ୍ରମର ପୁରା ଲାଭ ମିଳିବ । ଆଶାକରିଥିବା ଦିଗରୁ ଅର୍ଥପ୍ରାପ୍ତି ହେବ । ପ୍ରକାଶନ, ପ୍ରଶାସନ, ଆଇନ ଅଦାଲତ, ସଭାସମିତି ଓ ଆମଦାନୀ ବାଣିଜ୍ୟ କ୍ଷେତ୍ରରେ ଉପକୃତ ହେବେ । ମହିଳାମାନଙ୍କୁ ପାରିବାରିକ କ୍ଷେତ୍ରରୁ ମଧ୍ୟ ପ୍ରଶଂସା ମିଳିବ । ବିଦ୍ୟାକ୍ଷେତ୍ରରେ ପ୍ରଶଂସିତ ହେବେ ।  ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ ।

କନ୍ୟା:-

ବିଦ୍ୟାର୍ଥୀଙ୍କ ପାଇଁ ସମୟ ଲାଭପ୍ରଦ ହେବ । ଅଧ୍ୟୟନ, ଶୋଧ, ଅନୁସନ୍ଧାନ, ଧ୍ୟାନ, ପ୍ରାର୍ଥନା ଆଦି ପାଇଁ ସମୟ ଉପଯୁକ୍ତ ଅଟେ । ଚାକିରିରେ ସ୍ଥାନାନ୍ତର ଭୟ କଟିଯିବ । ପରିବାରର ଅନ୍ୟ ସଦସ୍ୟଙ୍କ ପ୍ରତି ସମ୍ବନ୍ଧ ସୁଦୃଢ ହେବ । ମନୋରଞ୍ଜନ ଓ ହସ-ଖୁସିରେ ସମୟ ବ୍ୟତୀତ ହେବ । ନୂଆ କ୍ୟାରିୟର ଆରମ୍ଭ କରିପାରିବେ । ରାଜନୈତିକ କ୍ଷେତ୍ରରେ ଉଚ୍ଚାକାଂକ୍ଷା ପୁର୍ତ୍ତିର ଫଳ ସ୍ୱରୂପ ନିଜ କ୍ଷେତ୍ରରେ ଅଗ୍ରଣୀ ଭୂମିକା ଗ୍ରହଣ କରି ପାରିବେ । ଯାତ୍ରା ଫଳରେ ଉତ୍ସାହିତ ହେବେ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ ।  ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ ।

ତୁଳା:-

ପ୍ରେମୀ-ପ୍ରେମିକାଙ୍କ ସମ୍ପର୍କ ସ୍ଥାପିତ ହେବ । ଗୃହୋପକରଣ କ୍ରୟ କରିବେ । ଆନୁଷ୍ଠାନିକ କାମ, ଜମିଜମା, ଗାଡ଼ି ମୋଟର, ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ମାନସିକତା ଅକ୍ଷୁର୍ଣ୍ଣ ରହିବ । ବନ୍ଧୁଙ୍କଠାରୁ ସାହାଯ୍ୟର ପ୍ରତିଶୃତି ପାଇ ମାନସିକ ଶାନ୍ତି ପାଇବେ । କୋର୍ଟ କଚେରି ମାମଲାର ବିରୋଧୀମାନେ ଯେତେ ଚାହିଁଲେ ମଧ୍ୟ ଆପଣଙ୍କର କିଛି ଅହିତ କରିପାରିବେ ନାହିଁ । ବିଦ୍ୟାର୍ଥୀମାନେ ଆନନ୍ଦିତ ହେବେ । ରାଜନୈତିକ କ୍ଷେତ୍ରରେ କ୍ରୋଧିତ ହେଲେ ତିଆରି କରିଥିବା କାର୍ଯ୍ୟରେ  ସଫଳ ହେବେ ନାହିଁ । କୌଣସି କାଗଜରେ ନପଢି ନବୁଝି ଦସ୍ତଖତ କରିବେ ନାହିଁ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବିଛା:-

ଯେଉଁ କାମରେ ହାତଦେବେ ତାହା ନିର୍ବିଘ୍ନରେ ସମାପନ ହେବ । ବ୍ୟାପାରରେ ନୂଆ ଅର୍ଡର ବା ଏଗ୍ରୀମେଣ୍ଟ କରିପାରିବେ । ଅଚାନକ ଧନ ପ୍ରାପ୍ତି ହେବାର ସମ୍ଭାବନା ଅଛି । ନିଜର ବ୍ୟବହାର ଓ ଜୀବନ ଶୈଳୀକୁ ମଧ୍ୟ ପରିବର୍ତ୍ତନ କରିବେ । ମାନସିକତାରେ ପରିବର୍ତ୍ତନ ହେବ । ନୂତନ ଦ୍ରବ୍ୟ କ୍ରୟ କରିବେ । ମହିଳାମାନେ ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବାରେ ପ୍ରଯତ୍ନ କରିବେ । ବିଦ୍ୟାରେ ଉନ୍ନତି ହେବ । ରାଜ ନୀତିରେ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ ଓ ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ ।  ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ ।

ଧନୁ:-

କର୍ମକ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ପଦୋନ୍ନତି ମିଳିବାର ସୂଚନା ପାଇ ପାରନ୍ତି । ଭଲ ଚାକିରୀ ମଧ୍ୟ ମିଳିବା ସହ ମାନ-ସମ୍ମାନ, ଯଶ, କୀର୍ତ୍ତିରେ ବୃଦ୍ଧି ହେବ । କଳା, ସାହିତ୍ୟ କ୍ଷେତ୍ରରୁ ସୁଫଳ ଓ ଆନନ୍ଦ ମିଳିବ । ମହିଳାମାନେ କର୍ମକ୍ଷେତ୍ର ସତସଙ୍ଗ ଓ ମନୋରଞ୍ଜନ, କ୍ରୀଡ଼ା ଆଦିରେ ପ୍ରଶଂସିତ ହେବେ । ରାଜନୈତିକ କ୍ଷେତ୍ରରେ କେତେକ ସାଧାରଣ ଘଟଣାକୁ କେନ୍ଦ୍ରକରି ଉପୁଜିଥିବା ବିବାଦ ମେଣ୍ଟିଯିବ । ଯୁକ୍ତି-ତର୍କରେ ଦକ୍ଷତା ସହ ବ୍ୟବହାରିକ ବିଜ୍ଞାନ ଓ ଦର୍ଶନର ଗଭୀରତା ଭିତରକୁ ଟାଣିହୋଇ ଯିବେ । ବିଦ୍ୟାରେ ଶୁଭ ସମାଚାର ଶୁଣି ମାନସିକ ଚିନ୍ତା ଦୂର ହେବ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମକର:-

ଗୁରୁଜନଙ୍କ ଆଶୀର୍ବାଦ ମିଳିବ ଓ ଆଧ୍ୟାତ୍ମିକ ବୌଦ୍ଧିକ କ୍ଷେତ୍ରରେ ଦୃଢତା ପ୍ରାପ୍ତ ହେବ । ମାଲିମୋକଦ୍ଦମାରେ ବିଜୟୀ ହେବେ । ବିଦ୍ୟାର୍ଥୀମାନେ ଶୁଭ ସମାଚାର ପାଇ ଖୁସିହେବେ । ଚାକିରୀ କ୍ଷେତ୍ରରେ କଠିନ ପରିଶ୍ରମ କଲେ ସଫଳତାପୂର୍ଣ୍ଣ ଫଳ ପ୍ରାପ୍ତ କରିବେ । ସ୍ଵାସ୍ଥ୍ୟରେ ଉନ୍ନତି ହେବ । ଦୂରଯାତ୍ରା କରିଲେ ବହୁତ ଭଲ ହେବ ଓ ଆତ୍ମବିଶ୍ଵାସ ବୃଦ୍ଧି ହେବ । ଶାରୀରିକସୁସ୍ଥତା ଅନୁଭବ କରିବେ । ବନ୍ଧୁ ପରିଜନଙ୍କ ସ୍ନେହ, ଶ୍ରଦ୍ଧା ପାଇବେ । ରାଜନୈତିକ କ୍ଷେତ୍ରରେ ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢ଼େଇ ଦେବ । ମହିଳାମାନଙ୍କର ଉପରିସ୍ଥ କର୍ମଚାରୀ ସହଯୋଗ ଲୋଡିବେ ।  ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

କୁମ୍ଭ:-

ପଡୋଶୀଙ୍କ ସହିତ ଲାଗିଥିବା ବିବାଦ ଦୂର ହେବ । ଧର୍ମ କାର୍ଯ୍ୟ ଓ ଶୁଭ କାର୍ଯ୍ୟରେ ଯୋଗଦାନ କରି କିଛି ଅର୍ଥ ମଧ୍ୟ ବ୍ୟୟ କରିପାରନ୍ତି । ସମସ୍ତ ସମସ୍ୟା ଶାନ୍ତିପୂର୍ବକ ଢଙ୍ଗରେ ସମାଧାନ କରିପାରିବେ ଓ କଷ୍ଟରୁ ମୁକ୍ତି ପାଇବେ । ସଭାସମିତି, କଳା, କ୍ରୀଡ଼ା, ସଙ୍ଗୀତ ତଥା ନୂତନବନ୍ଧୁ ସମ୍ପର୍କ ସ୍ଥାପନ କ୍ଷେତ୍ରରେ ଆଶାନୁଯାୟୀ ଫଳ ପାଇବେ । ଘରର ଗୁରୁଜନ ବା ମାତା-ପିତାଙ୍କୁ ସମ୍ମାନ ଦେଲେ ତାଙ୍କର ଆଶୀର୍ବାଦରେ ଆପଣଙ୍କର ବିକାଶ ହେବ । ରାଜନୈତିକ କ୍ଷେତ୍ରରେ ମିତ୍ର ସହଯୋଗୀମାନେ ସାହାଯ୍ୟ ସହଯୋଗ କରିବେ ଓ ବିରୋଧୀମାନେ ଦୂରେଇଯିବେ ।  ପ୍ରତିକାର:- ଗୋମାତାଙ୍କୁ  ଖାଦ୍ୟ ଦିଅନ୍ତୁ ।

ମୀନ:-

ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ସାଙ୍ଗଠନିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିବ । ଶୁଭ ସମାଚାର ଶୁଣି ମାନସିକ ଚିନ୍ତା ଦୂର ହେବ । ପୁରୁଣା ବନ୍ଧୁଙ୍କ ସହାୟତାରେ ଆର୍ଥିକସ୍ଥିତି ବଦଳିବ । ମିତ୍ର ସହଯୋଗୀମାନେ ସାହାଯ୍ୟ ସହଯୋଗ କରିବେ । ବିଦ୍ୟାର୍ଥୀମାନେ ପିକ୍ଚର, ପାର୍ଟି ବା କୌଣସି ସମାରୋହ ଆଦିରେ ଭାଗ ନେଇ ପାରନ୍ତି । ଚାକିରୀ କ୍ଷେତ୍ରରେ ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ଗୃହାପୋକରଣ ନୂତନ ଦ୍ରବ୍ୟ କ୍ରୟ କରିବେ । ରାଜନୈତିକ କ୍ଷେତ୍ରରେ ପ୍ରଶଂସା ପାଇବେ ।  ପ୍ରତିକାର:- ଷଣ୍ଢକୁ ଖାଦ୍ୟ ଦିଅନ୍ତୁ ।