ମେଷ:–
ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନରେ ବାଧା ଆସିବ । କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ବହୁ ଅସୁବୁଧାର ସମ୍ମୁଖୀନ ହେବେ । କର୍ମ ନିଯୁକ୍ତିରେ ବିଫଳ ହେବେ ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ବିଫଳ ହେବେ । ଦାମ୍ପତ୍ୟ ସୁଖରେ ବାଧା ଆସିବ । ବ୍ୟବସାୟୀମାନେ ଗୁପ୍ତଶତୃଙ୍କ ଚକ୍ରାନ୍ତରେ ପଡ଼ି ପାରନ୍ତି । ଶିକ୍ଷା କ୍ଷେତ୍ରରେ ଆଦୌ ମନଯୋଗ ଦେବେ ନାହିଁ । ପ୍ରତିକାର:- ଅସହାୟ ବୃଦ୍ଧଙ୍କୁ ଖାଦ୍ୟ ଦିଅନ୍ତୁ ।
ବୃଷ:–
ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ପାରିବାରିକ ଜୀବନ ଆନନ୍ଦମୟ ହେବ । ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ସଫଳ ହେବେ । ସେବାକାରୀମାନଙ୍କ ସହଯୋଗରେ ସମ୍ମ । ନଜନକ ସ୍ଥିତି ପରିଲକ୍ଷିତ ହେବ । ଜନସେବାଦ୍ଵାରା ଓ ସାମାଜିକ ଅନୁଷ୍ଠାନରେ ଯୋଗ ଦେବାର ସୁଯୋଗ ମିଳିବ । ମହିଳାମାନେ ଗୁରୁଜନମାନଙ୍କର ଆଦରଣୀୟା ହେବେ ଓ ପରିବାର ମଧ୍ୟରେ ମୁଖ୍ୟତା ଲାଭ କରିବେ । ପ୍ରତିକାର:-ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।
ମିଥୁନ:–
ଉଚ୍ଚପ୍ରଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ଲାଭ ହେବ । ବନ୍ଧୁମିଳନ ତୀର୍ଥ ଭ୍ରମଣ ଓ ସଂସ୍କୃତିକ ତଥା ସାମାଜିକ କାର୍ଯ୍ୟରେ ଭାଗନେବେ । ବୁଦ୍ଧି ବିବେକ ଖେଳାଇ ପ୍ରତିକୂଳ ସ୍ରୋତକୁ ଅନୁକୂଳ ଦିଗରେ ମୁହାଁଇ ଦେବାକୁ ସାମର୍ଥ୍ୟ ଯୁଟିବ । ସାମାଜିକ ସ୍ଥିତି ଓ ମାନସମ୍ମ । ନ ବଜାୟ ରହିବ । ଗୁରୁଜନଙ୍କ ସହାନୁଭୁତି ଉପଲବ୍ଧ ହେବ । ପ୍ରତିକାର:-କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।
କର୍କଟ:–
ଉପରିସ୍ଥ କର୍ମଚାରୀମାନଙ୍କ ପ୍ରିୟଭାଜନ ହେବେ । କଠିନ ପରିଶ୍ରମ କରିବା ଦ୍ଵାରା ଯଶ-ମାନ ସମ୍ମାନ ମିଳିବ । ଗୃହିଣୀମାନେ ମୋଟାମୋଟି ଭାବେ ସୁଖରେ ଦିନଟି କାଟିବେ । ଅଟକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ । ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ପାରିବାରିକ ଅଶାନ୍ତି ଦୂରେଇ ଯିବ । ଶିକ୍ଷା କ୍ଷେତ୍ରରେ ସଫଳ ହେବେ । ପ୍ରତିକାର:- କୁକୁରକୁ ଖାଇବାକୁ ଦିଅନ୍ତୁ ।
ସିଂହ:–
ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ । କର୍ମ ଓ ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ । ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ । ସ୍ୱାସ୍ଥ୍ୟ ଦିଗରୁ ବିଶେଷ ସତର୍କ ରହିବା ଉଚିତ୍ । ସମସ୍ତଙ୍କ ମେଳରେ ରହି ମଧ୍ୟ ନିଃସଙ୍ଗତା ଅନୁଭବ କରିବେ । ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ ।
କନ୍ୟା:–
କର୍ମକ୍ଷେତ୍ରରେ ଆଶା କରୁଥିବା ଘଟଣା ଘଟିବା ଫଳରେ ପ୍ରଶାସନ କ୍ଷେତ୍ରରେ ଦ୍ଵନ୍ଦ ଦୂର ହେବ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । ଶେଷ କରିବାକୁ ଚାହୁଁଥିବା କର୍ମଟି ପୂରଣ ହୋଇଯିବ । ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଆଶାତୀତ ଲାଭହେବ । ସଭାସମିତି, ସାହିତ୍ୟ ଓ କଳାରେ ପ୍ରଶଂସିତ ହେବେ । ପ୍ରତିକାର:- ଗୋମାତାର ସେବାକରିବା ଆବଶ୍ୟକ ।
ତୁଳା:–
ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ଆଦର୍ଶବାଦୀ ହେବେ । କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ । ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ । ପରିବାରରେ ମନୋମାଳିନ୍ୟ ଥିଲେ ଆଜି ଚେଷ୍ଟାକଲେ ମେଣ୍ଟିଯିବ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ । ପରିବାରରେ କିଛି ଅର୍ଥ ସଙ୍କଟ ଦେଖାଦେବାରୁ ଅତ୍ୟଧିକ ଚିନ୍ତା କରିବେ । ପ୍ରତିକାର:- ଅସହାୟ ବୃଦ୍ଧଙ୍କୁ ଖାଦ୍ୟ ଦିଅନ୍ତୁ ।
ବିଛା:–
ବ୍ୟବସାୟରେ ଆଶାତୀତ ଲାଭ ପାଇବେ । ଶତୃମାନେ ତଳମୁହାଁ ହେବେ । ଆର୍ଥିକ କ୍ଷେତ୍ରରେ ଉନ୍ନତି ଦେଖାଦେବ । ମାନସିକ ଦୁଃଶ୍ଚିନ୍ତା ଦୂର ହେବ । ନୂତନକର୍ମ ନିଯୁକ୍ତି ପାଇଁ ଚେଷ୍ଟା ସଫଳ ହେବ । ଦାମ୍ପତ୍ୟ ସୁଖରେ ସୁଖୀ, ଭୌତିକ ସୁଖ ସୁବିଧା ପ୍ରାପ୍ତି । ଉଚ୍ଚ ଶିକ୍ଷା ଅଧ୍ୟୟନ ପାଇଁ ବିଦେଶ ଯାତ୍ରା କରିବେ । ବନ୍ଧୁ ମିତ୍ର ଓ ସହକର୍ମୀଙ୍କ ଠାରୁ ଆଶାତୀତ ସହଯୋଗ ମିଳିବ । କର୍ମ କ୍ଷେତ୍ରରେ ବାଧା ସୃଷ୍ଟି ହେବ । ପ୍ରତିକାର : ଅସହାୟ ବୃଦ୍ଧଙ୍କୁ ଖାଦ୍ୟ ଦିଅନ୍ତୁ ।
ଧନୁ:–
ରାଜନୈତିକ କ୍ଷେତ୍ରର ସାବଧାନତା ପୂର୍ବକ ପାଦ ବଢେଇବା ବୁଦ୍ଧିମତାପୂର୍ଣ୍ଣ ହେବ ନତୁବା ଲକ୍ଷ୍ୟ ଭ୍ରଷ୍ଟ ହୋଇଯିବା ଫଳରେ ମନସ୍ତାପ ବଢିଯିବ । ସଙ୍କୁଚିତ ସ୍ଥିତିର ଅଧୀନ ହୋଇ ଘୋଷାରି ହେବେ ଓ ପ୍ରଚୁର ଖଟଣି ଖଟି ନିଜର ଭାବ ମୂର୍ତ୍ତିକୁ ବଜାୟ ରଖିବେ । ଦୂର ଯାତ୍ରାରେ ଶରୀରପୀଡା ଭୋଗ କରିବାସହ ମୂଲ୍ୟବାନ ଦ୍ରବ୍ୟ ଚୋରୀ ହେବାର ସୂଚନା ମିଳେ । ବିହିନ୍ନ ପ୍ରକାର କଥା ଚିନ୍ତାକରି କୌଣସି କାମ ପ୍ରତି ମନ ଲାଗିବ ନାହିଁ । ପ୍ରତିକାର– ଗାଈକୁ କିଛିଖାଦ୍ୟ ଖାଇବାକୁ ଦିଅନ୍ତୁ ।
ମକର:–
ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ । ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । ପାରିବାରିକ ତିକ୍ତତାର ସମସ୍ୟା ଦୂର ହେବ । ପ୍ରତିକାର:-ଦିନ ଦୁଃଖୀଙ୍କୁ ଅନ୍ନ ଦାନ ଦିଅନ୍ତୁ ।
କୁମ୍ଭ:–
କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ । ମାନସିକ ଅଶାନ୍ତି ଦୂର ହେବ । ବସ୍ତ୍ରାଭୂଷଣ ବ୍ୟବସାୟୀମାନେ ବିଶେଷ ଲାଭବାନ ହେବେ । ଅଧାଥିବା କାର୍ଯ୍ୟ ପୂରଣ ହେବ । ଆର୍ଥିକ ସ୍ୱଚ୍ଛଳତା ଦେଖା ଦେବ । ନୂତନ କର୍ମ ନିଯୁକ୍ତି ପାଇବେ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ, ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ଅବିବାହିତ ଯୁବକ-ଯୁବତୀମାନେ ବିବାହ କରିବା ସୁଯୋଗ ପାଇବେ । ପ୍ରତିକାର : ଗାଈକୁ ରୁଟି ଓ ଗୁଡ଼ ଖାଇବାକୁ ଦିଅନ୍ତୁ ।
ମୀନ:–
ଧର୍ମାନ୍ଧତାରୁ ଦୂରେଇ ରହି, ଅଧ୍ୟାତ୍ମିକତାର ପ୍ରଦର୍ଶନ କରିବେ । ମନୋରଞ୍ଜନ କାର୍ଯ୍ୟ କ୍ରମରେ ଯୋଗଦେଇ କଳାସଙ୍ଗୀତ ଓ ନୃତ୍ୟ ଗୀତରେ ମଜ୍ଜି ରହିବେ । ପୈତୃକ ସମ୍ପତ୍ତି ନେଇ ବିବାଦର ସମାଧାନ ହେବ । ଆତ୍ମୀୟ ମିତ୍ରଙ୍କ ସାହାଯ୍ୟରେ ବନ୍ଦ ଥିବା କାର୍ଯ୍ୟ ପୂରଣ ହେବ । ଅବିବାହିତ ଯୁବକ-ଯୁବତୀମାନେ ବିବାହ କରିବା ସୁଯୋଗ ପାଇବେ । ପ୍ରତିକାର– ଷଣ୍ଢକୁ ଗୁଡ ଓ ରୁଟି ଖାଇବାକୁ ଦିଅନ୍ତୁ ।