ଆଜିର ରାଶିଫଳ 6 ମେ 2019, ସୋମବାର – ମହାକାଳ ଙ୍କ କୃପା ବରଷିବ ଏହି ୪ଟି ରାଶି ଉପରେ

ମେଷ:-

ଚତୁରତା ହେତୁ ବିଗିଡିଥିବା କର୍ମଟିକୁ ସଜାଡି ପାରିବେ । ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ । ଧନର ଆଗମନ ହୋଇପାରେ । କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟଶ୍ରୀ ମିଳିବ । କର୍ମକ୍ଷେତ୍ରରେ ଦାଇତ୍ଵ ବଢିବ । କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ । ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ । ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ । ରାଜନୀତି ମାମଲାରେ ତରବାରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କାମ କରିବା ଉଚିତ୍ । ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ ।

ବୃଷ:-

ବିଦେଶ ଯାତ୍ରାରେ ଲାଭବାନ ହେବେ ଓ ଗୃହରେ ମାଙ୍ଗଳିକ ଶୁଭକାର୍ଯ୍ୟ ମଧ୍ୟ କରିପାରିବେ । ଚିତ୍ତପ୍ରସନ୍ନ ଯୋଗେ କାର୍ଯ୍ୟ ସିଦ୍ଧି ହେବ । ରାଜକୀୟ ମାମଲାରେ ସମସ୍ୟା ଦୂରହୋଇ ଉଚ୍ଚ ଆଶାରେ ଆଗେଇବେ । ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ । ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ । ନିଜର କ୍ଷମତା ଓ ଯୋଗ୍ୟତାକୁ ବହୁତ ଉପଯୋଗ କରିବେ । ରାଜନୀତି ମାମଲାରେ ସଫଳତା ମିଳିବ । କୌଣସି ନୂତନ ବନ୍ଧୁ ବ୍ୟକ୍ତିଙ୍କ ସହିତ ଭେଟ ହେବ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ମିଥୁନ:-

ସେୟାର ବଜାରରେ ପୁଞ୍ଜି ନିବେଶ କରିଲେ ବହୁତ ଧନ ପ୍ରାପ୍ତ ହେବ । ନୂତନ ବସ୍ତୁ କ୍ରୟ କରିପାରିବେ । ସରକାରୀ କାମରେ ସଫଳତା ମିଳିବ । ପାରିବାରିକ ମାମଲା ବହୁତ ସହଜ ସରଳହେବ । ସ୍ୱାସ୍ଥ୍ୟ ଭଲ ରହିବ । ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ । ରାଜନୀତିରେ ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ ଓ ବିରୋଧୀମାନେ କିଛି କ୍ଷତି କରିପାରିବେ ନାହିଁ । ନୂଆ କାମ କିଛି ଆରମ୍ଭ କରିଲେ ଲାଭବାନ ହେବେ । ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ । ବୃତ୍ତିଗତ ଦୃଷ୍ଟିରୁ ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କର୍କଟ:-

ରାଜନୀତିରେ ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ଏବଂ ବୁଦ୍ଧିଜୀବୀ ମାନଙ୍କ ସାନ୍ନିଧ୍ୟରେ ଆସିବେ । ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସମାଧାନ କରି ପ୍ରଶଂସିତ ହେବେ । ପାରିବାରିକସ୍ତର ହସ ଖୁସିରେ କଟିବ । ସ୍ଵାସ୍ଥ୍ୟରେ ଉନ୍ନତି ଦେଖାଦେବ । ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ବାଣିଜ୍ୟ କ୍ଷେତ୍ରରେ ଯାହା ଚିନ୍ତା କରିବେ ତାହା ପୂରଣ ହେବ । ଛୋଟ ଛୋଟ କାମକୁ ବୁଝିବିଚାରି ନକଲେ ଦ୍ଵନ୍ଦରେ ପଡିବେ । ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ ।

ସିଂହ:-

ବିଦ୍ୟାରେ ଉନ୍ନତି କରିବେ । ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ଲାଭ ପାଇବେ । କିଛି ନୂତନ କର୍ମ ଆରମ୍ଭ କରି ନିକଟ ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ । ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ । କର୍ମକ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ଠିକ୍ ଭାବେ ସଂପୂର୍ଣ୍ଣ କରି ପାରିବେ । ଦୀର୍ଘ ସମୟରୁ ପ୍ରତୀକ୍ଷା କରିଥିବା ଖବର ପାଇ ଖୁସି ହେବେ । ପୈତୃକ ସମ୍ପତ୍ତିକୁ ନେଇ ବାଦ-ବିବାଦ ଲାଗି ରହିଥିଲେ ତାହାର ସମାଧାନ କରିପାରିବେ । ରାଜନୀତିରେ କେତେକ କ୍ଷେତ୍ରରେ ସୁବିଧା ଓ ସମ୍ମାନ ପାଇବେ । ପ୍ରତିକାର-ମାଦକଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ ।

କନ୍ୟା:-

ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟ ସହଯୋଗ କରିବେ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ । ବ୍ୟବସାୟରେ ପ୍ରଚୁର ଲାଭହେବ ଓ ବ୍ୟବସାୟ ପାଇଁ ଦୂରଯାତ୍ରା କରି ମନ ଖୁସି ରହିବ । କର୍ମକ୍ଷେତ୍ରରେ ସ୍ଥାନାନ୍ତର ଓ ମତାନ୍ତର ଭୟ ଦୂରେଇ ଯିବା ଫଳରେ କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ କରିବାକୁ ଚେଷ୍ଟା କରିବେ । କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେଲେ ଶତୃମାନେ ଦୂରେଇ ଯିବେ । ଅପେକ୍ଷା କରିଥିବା କାମର ଶୁଭସୂଚନା ମିଳିବ । ପଢାପଢିରେ ମାନସିକ ଶାନ୍ତି ମିଳିବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:-

ହାତକୁ ନେଇଥିବା କାର୍ଯ୍ୟଟି ପାଇଁ ପରିଶ୍ରମ କରିବାକୁ ପଡିବ । ଶୁଭକାମ କରି ପ୍ରଶଂସିତ ହେବେ । ସାହିତ୍ୟଚର୍ଚ୍ଚା ଓ ସଭାସମିତିରେ ସଫଳତା ମିଳିବ । ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ । ପଡା-ପଡୋଶୀ ବନ୍ଧୁ ମିତ୍ରଙ୍କ ବ୍ୟବହାରରେ ମନ ଆନନ୍ଦ ହୋଇପାରେ । ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । ଶତୃମାନେ ମଥାନତ କରିବେ । ପାରିବାରିକ କ୍ଷେତ୍ରରେ କେତେକ କର୍ମରେ ସଫଳତା ପ୍ରାପ୍ତି ହେବ । ବାଦବିବାଦ, ମାଲିମୋକଦ୍ଦମା ଓ କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବିଚ୍ଛା:-

ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ପରିବହନରେ ବିଶେଷ ଲାଭବାନ ହେବେ । ଅଫିସରେ ଲାଗି ରହିଥିବା ସମସ୍ୟା ଦୂର ହେବ । କୋର୍ଟ କଚେରୀ ମାମଲାର ଶୁଣାଣି ସପକ୍ଷରେ ଯିବ । କଳେବଳେ କୌଶଳରେ ଅର୍ଥ ସଂଗ୍ରହ କରି ମଉଜ ମଜଲିସ୍ କରିବା ପାଇଁ ସମୟ ପାଇବେ । କ୍ରିଡା ପ୍ରତିଦ୍ଵନ୍ଦିତାରେ, ପ୍ରତିଯୋଗିତା ପରୀକ୍ଷା, ସାକ୍ଷାତ୍କାରରେ ଉତ୍ତୀର୍ଣ୍ଣ ହୋଇ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ନେଇ ପାରନ୍ତି । ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ । ରାଜନୀତିରେ ସଫଳତା ମିଳିବ । ଭଲ ଭାବରେ ଚିନ୍ତା କରି କାମରେ ଆଗେଇ ଚାଲନ୍ତୁ କୌଣସି ଅସୁବିଧା ହେବ ନାହିଁ । ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ ।

ଧନୁ:-

ମାନସିକ ଦୁଶ୍ଚିନ୍ତାଦୂରହେବ । ଋଣମୁକ୍ତିପାଇଁ ରାସ୍ତା ଦେଖାଦେବ । ଶତୃବାଧା ଦୂରେଇ ଯିବ । ଆୟବୃଦ୍ଧି, କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ । ବ୍ୟବସାୟରେ କ୍ଷତି ଅପେକ୍ଷା ଲାଭର ପରିମାଣ ଅଧିକ ହେବ । ମାନ, ସମ୍ମାନ, ଯଶ, ପ୍ରତିଷ୍ଠା, ପ୍ରତିପତ୍ତି ଓ ସୁଖ ସମ୍ପଦ ପ୍ରାପ୍ତିହେବ । କର୍ମକ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବେ । କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ । ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମକର:-

ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ପାରିବାରିକ ଜୀବନ ଆନନ୍ଦମୟ ହେବ । ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ସଫଳ ହେବେ । ବୁଦ୍ଧି ବିବେକ ଖେଳାଇ ପ୍ରତିକୂଳ ସ୍ରୋତକୁ ଅନୁକୂଳ ଦିଗରେ ମୁହାଁ ଇ ଦେବାକୁ ମଧ୍ୟ ସାମର୍ଥ୍ୟ ଯୁଟିବ । ଚେଷ୍ଟା କଲେ କାହାକୁ ଦେଇଥିବା ଧନ ମିଳିଯିବ । ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି । ବନ୍ଧୁ ମିତ୍ରମାନେ ଶତ୍ରୁତା ଆଚରଣ କରି ପାରନ୍ତି ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ । ପ୍ରତିକାର:-କୁକୁରକୁ ଖାଦ୍ୟ ଦିଅନ୍ତୁ ।

କୁମ୍ଭ:-

ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳତା ମିଳିବ । ସହକର୍ମୀମାନେ କର୍ମକ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ । ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । ପାରିବାରିକ ଶାନ୍ତିଶୃଙ୍ଖଳା ବୃଦ୍ଧି ହେବାସହ ଗଠନମୂଳକ କାର୍ଯ୍ୟ ପାଇଁ ପ୍ରସ୍ତୁତି ଆରମ୍ଭ କରିବେ । ବହୁକ୍ଷେତ୍ରରେ ପ୍ରିୟତା, ଯାନବାହାନ ଓ ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟର ବିଶେଷ ଶୁଭ ସମୟ । ବ୍ୟାଙ୍କ, ବୀମା, ନିବେଶ ପରି ଆର୍ଥିକ ଗତିବିଧିରେ ସଫଳତା ପାଇବେ । ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ । ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ

ମୀନ:-

କର୍ମକ୍ଷେତ୍ରରେ ପଦୋନ୍ନତି ପାଇବାର ସୂଚନା ପାଇ ଖୁସି ହେବେ । ରାଜନୈତିକ କ୍ଷେତ୍ରରେ ପଦବୀ ଲାଭ ଓ ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବେ । ନୂତନ ଯାନ କ୍ରୟ, ଗୃହନିର୍ମାଣ ଆଦି କରି ପାରିବେ । ସ୍ଥଗିତ ଥିବା କର୍ମଟି ସହଜ ସରଳରେ ପୂର୍ଣ୍ଣହେବ । ଯାନବାହାନ ବ୍ୟବସାୟରେ ତଥା ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟ ରେ ଲାଭବାନ ହେବେ । ମାଲିମୋକଦ୍ଦମାରେ ସଫଳତା ମିଳିବ । ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ । ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ । କାର୍ଯ୍ୟକ୍ଷେତ୍ରରେ ନୂତନ ପଦକ୍ଷେପ ନେବା ଫଳରେ ଆଶାତୀତ ଲାଭ ପାଇବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।