ଅକ୍ଟୋବର ୧୨, ୨୦୧୮, ଶୁକ୍ରବାର – ଆଜିର ରାଶିଫଳ – ଆଜି ଦିନଟି କିପରି କଟିବ

ଆଜିର ରାଶିଫଳ, ୧୨ ଅକ୍ଟୋବର ୨୦୧୮

ମେଷ:-

ପରିବାର ହିତ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ। ଲୋକ ସମ୍ପର୍କ, ସମାଜ ସେବା, ଧାର୍ମିକ ଅନୁଷ୍ଠାନରେ କ୍ଷତି ସହିବେ। ଭାବନାର ବଶୀଭୂତ ହୋଇ ଅମିନୀ, ଜାମିନି, ମଧ୍ୟସ୍ଥତା  ଠିକ୍ ହେବ ନାହିଁ । ବିଶେଷ କରି ମହିଳାମାନେ ସାବଧାନତା ପୂର୍ବକ ନ ଚଳିଲେ ବିପଦରେ ପଡ଼ିବେ। ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡ଼ିପାରେ। ସାମାଜିକ ସ୍ଥିତି ଓ ମାନସମ୍ମ।ନ ବଜାୟ ରହିବ। ଧାର୍ମିକ ଓ ମାଙ୍ଗଳିକ କାର୍ଯ୍ୟପାଇଁ ବ୍ୟସ୍ତ ରହିବେ। ପ୍ରତିକାର : ଶିବ ଦର୍ଶନ କରି ପାଦୁକ ସେବନ କରନ୍ତୁ  ।

ବୃଷ:–

ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ। ଯାତ୍ରା ଫଳରେ ଉତ୍ସାହିତ ହେବେ। ଗୃହୋପକରଣ କ୍ରୟ କରିବେ। ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ସନ୍ତାନ ଯୋଗେ ଆନନ୍ଦିତ ହେବେ। ବିଦ୍ୟାରେ ଉନ୍ନତି କରିବେ। ପ୍ରତିକାର : ଭୋକିଲା ଲୋକକୁ ଖାଇବାକୁ ଦିଅନ୍ତୁ।

ମିଥୁନ:–

ଉଚ୍ଚାଧିକାରୀ, ସହକର୍ମୀ,  ଭାଇ ବନ୍ଧୁ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢ଼େଇ ଦେବ। ପ୍ରବାସ ଯାତ୍ରାରେ ଲାଭବାନ୍ ହେବେ। ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢ଼ୀଭୂତ ହେବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର, ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ। ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ପ୍ରତିକାର : ଗାଈକୁ କିଛିଖାଦ୍ୟ ଖୁଆନ୍ତୁ।

କର୍କଟ:–

ନିଜର ବୁଦ୍ଧି, ବିବେକ ଖଟାଇ ସମସ୍ୟାର ସମାଧାନ କରିପାରିବେ। ଆମୋଦ, ପ୍ରମୋଦ, ମନୋରଞ୍ଜନ, ଦୀର୍ଘ ଯାତ୍ରା, ଛୋଟ ବଡ଼ ମିଟିଂରେ ଯୋଗ ଦେବେ। ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ ହୋଇପାରିବ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ହେଲେ ଆଗେଇ ନବା ଉଚିତ୍। ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। କର୍ମକ୍ଷେତ୍ରରେ ଆଶା କରୁଥିବା ଘଟଣା ଘଟିବା ଫଳରେ ପ୍ରଶାସନ କ୍ଷେତ୍ରରେ ଦ୍ଵନ୍ଦ ଦୂର ହେବ। ପ୍ରତିକାର: ଶିବ ଦର୍ଶନ କରି ପାଦୁକ ସେବନ କରନ୍ତୁ।

ସିଂହ:–

ବ୍ୟବସାୟ ସମ୍ବନ୍ଧୀୟ ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡ଼ିବ। କର୍ମ କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ। ସନ୍ତାନର ସୁ-ଖବର ଶୁଣି ଖୁସି ହେବେ। ସ୍ୱାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ। ଅଟକି ଥିବା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟିତ ହେବେ। ପ୍ରତିଯୋଗିତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ। ପରିବାରରେ କିଛି ଅର୍ଥ ସଙ୍କଟ ଦେଖାଦେବାରୁ ଅତ୍ୟଧିକ ଚିନ୍ତା କରିବେ। ପ୍ରତିକାର :- ଷଣ୍ଢକୁ ଗୁଡ଼ ଓ ରୁଟି ଖାଇବାକୁ ଦିଅନ୍ତୁ।

କନ୍ୟା:–

ବାଦ ବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ମାଲି ମକଦ୍ଦମାର ସମାଧାନ ହେବ।  ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ। ଜମି, ଜାଗା, ବାସ ଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ବ୍ୟବସାୟରେ ଆଶାତିତ ଲାଭ କରି କିଛି ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କ ବାଲାନ୍ସ ବୃଦ୍ଧି ହେବ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ଶେଷ କରିବାକୁ ଚାହୁଁଥିବା କର୍ମଟି ପୂରଣ ହୋଇଯିବ। ସଭାସମିତି, ସାହିତ୍ୟ ଓ କଳାରେ ପ୍ରଶଂସିତ ହେବେ। ପ୍ରତିକାର:- ଗାଈକୁ ଖାଇବାକୁ ଦିଅନ୍ତୁ।

ତୁଳା:–

ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁଁ  ନୂତନ  ବ୍ୟବସାୟର ଯୋଜନା କରିବେ। ପ୍ରେମ ସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୂରତା ସୃଷ୍ଟି ହେବ। ମହିଳାଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ସାମାଜିକ କ୍ଷେତ୍ରରେ ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି ହେବ। ବାସସ୍ଥାନ ବା ଯାନବାହାନ ପ୍ରାପ୍ତି ଯୋଗ ଅଛି। କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଆଶାତୀତ ଲାଭହେବ।  ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ବିଛା:–

ମହିଳାମାନେ ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। ରାଜନେତାମାନଙ୍କର ସୁଖ ସମୃଦ୍ଧି ବୃଦ୍ଧି ଓ ଅଚାନକ ଧନପ୍ରାପ୍ତି ହେବ। ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବେ। ଛାତ୍ର-ଛାତ୍ରୀମାନଙ୍କର ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ। ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ। ମହିଳାମାନଙ୍କର ଆକସ୍ମିକ ଅର୍ଥଲାଭହେବ। ସ୍ୱାସ୍ଥ୍ୟ କ୍ଷେତ୍ରରେ ପରିବର୍ତ୍ତନ ଆସିବ। ତୀର୍ଥାଟନ କରି ଯାତ୍ରା କାଳରେ କଷ୍ଟ ଭୋଗିବେ। ପ୍ରତିକାର :- ବୃଦ୍ଧ ବୃଦ୍ଧାଙ୍କୁ ସାହାଯ୍ୟ କରି ଖାଦ୍ୟ ଦିଅନ୍ତୁ।

ଧନୁ:–

ଜନସେବାରେ ନିଜକୁ ନିୟୋଜିତ କରିବେ। କର୍ମ କ୍ଷେତ୍ରରେ ସହଯୋଗୀମାନଙ୍କ ଯୋଗୁଁ ଶାନ୍ତି ପାଇବେ। ପରିବାରରେ ସୁଖ ଶାନ୍ତି ଓ ସାମଞ୍ଜସ୍ୟ ବାତାବରଣ ରହିବ। ବ୍ୟବସାୟରେ ଯେତେ ପରିଶ୍ରମ କରିବେ ସେତେ ଲାଭ ବାନ୍ ହେବେ। ଉଚ୍ଚ ଶିକ୍ଷାପାଇଁ ସୁଯୋଗ ପାଇବେ। ପ୍ରଚୁର ଖଟଣି ଖଟି ନିଜର ଭାବ ମୂର୍ତ୍ତିକୁ ବଜାୟ ରଖିବେ। କ୍ରୋଧ ନିୟନ୍ତ୍ରଣ ନ ରଖିଲେ ଅନେକ କ୍ଷତି ହେବ। ଦୂର ଯାତ୍ରାରେ ଶରୀରପୀଡା ଭୋଗ କରିବାସହ ମୂଲ୍ୟବାନ ଦ୍ରବ୍ୟ ଚୋରୀ ହେବାର ସୂଚନା ମିଳେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ମକର:–

ଅଚାନକ ଧନ ପ୍ରାପ୍ତି ହେବ ଓ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେସ କରିବେ। ପରିବାରରେ ଓ କୁଟୁମ୍ବରେ ମାଙ୍ଗଳିକ କାର୍ଯ୍ୟର ଦାୟିତ୍ୱ ନେଇ ଧାଁ ଦଉଡ଼ କରିବା ଫଳରେ ପ୍ରଶଂସା ପାଇବେ। ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ। ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତିର ସୂଚନା ପାଇବେ। ଶତୃ ପରାଜିତ ହେବେ। ବାକିଥିବା ଅର୍ଥପ୍ରାପ୍ତି ହେବ। ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ।  ପ୍ରତିକାର- ଅସହାୟ ବୃଦ୍ଧଙ୍କୁ ଖାଦ୍ୟ ଦିଅନ୍ତୁ।

କୁମ୍ଭ:–

ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ସନ୍ତାନ ପକ୍ଷର ଚିନ୍ତା ଦୂର ହେଇଯିବ। ଦୈନଦିନ କର୍ମପ୍ରତି ଉତ୍ସାହ ବୃଦ୍ଧି ପାଇବ। ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ। ବ୍ୟବସାୟରେ ଭାଗୀଦାରମାନଙ୍କ ସହ ମତାନ୍ତର ମେଣ୍ଟିଯିବ। ସ୍ଥାନାନ୍ତରଣ ପାଇଁ ଚେଷ୍ଟା କଲେ ସଫଳ ହେବେ। ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। ଛାତ୍ର ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ଦେଇ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ। ଶେଷ କରିବାକୁ ଚାହୁଁଥିବା କର୍ମଟି ପୂରଣ ହୋଇଯିବ। ପ୍ରତିକାର- ଗାଈକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:–

କର୍ମ କ୍ଷେତ୍ରରେ ଉଚ୍ଚାଧିକାରୀ ଓ ସହକର୍ମୀଙ୍କ ସହ ବାଦ ବିବାଦ ମେଣ୍ଟି ଯିବ। ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ। ପରିବାରର କେତେକ ସମସ୍ୟା ସମାଧାନ ନେଇ ମାନସିକ ଶାନ୍ତି ଅନୁଭବ କରିବେ। ବ୍ୟବସାୟରେ ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ। ଛାତ୍ର-ଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ପ୍ରତିକାର-ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri, 993755198