ଅକ୍ଟୋବର ୧୭, ୨୦୧୮: ବୁଧବାର – ଗଣେଶଙ୍କ କୃପାରୁ ସୁଧୁରିବ ଏହି 4 ରାଶିର ଭାଗ୍ୟ – ପଢନ୍ତୁ ଆଜିର ରାଶିଫଳ

ଆଜିର ରାଶିଫଳ, ୧୭ ଅକ୍ଟୋବର ୨୦୧୮

ମେଷ:-

କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବ। ଆୟର ସ୍ରୋତ ଖୋଲିଯିବ। ପ୍ରେମ  ସମ୍ପର୍କ ବିବାହରେ ପରିଣତ ହେବ। ସନ୍ତାନର ଶିକ୍ଷା ପାଇଁ ଦୂର ଯାତ୍ରା କରିବାକୁ ପଡ଼ିବ। ଘରୋଇ ସମସ୍ୟାର ସମାଧାନ ହେବ। ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ବ୍ୟବସାୟିକ ସଫଳତା ମିଳିବ। ବାଦ-ବିବାଦ, ମାଲିମୋକଦ୍ଦମା ପ୍ରତିଯୋଗିତା ପରୀକ୍ଷା, ଓ ସାକ୍ଷାତ୍କାରରେ ବିଜୟୀ ହେବେ। ପ୍ରତିକାର:- ଷଣ୍ଢକୁ ଗୁଡ଼ ରୁଟି ଖୁଆନ୍ତୁ।

ବୃଷ:–

ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ମାନସିକ ଶାନ୍ତି ମିଳିବ ଓ  ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ।  ଦାମ୍ପତ୍ୟ କଳହର ଅବସାନ ଘଟିବ। ବକେୟା ଅର୍ଥ କିଛି ମିଳିବ। ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧି ହେବ। ନୂତନ ଯୋଜନା ପ୍ରସ୍ତୁତ କରି ବ୍ୟବସାୟରେ ଆୟ ଉପାର୍ଜ୍ଜନର ବୃଦ୍ଧି ହେବ। କର୍ମ କ୍ଷେତ୍ରରେ ଉଚ୍ଚାଧିକାରୀଙ୍କ ସହଯୋଗରେ ଉନ୍ନତି ହେବ। ସନ୍ତାନ-ସନ୍ତତିଙ୍କ ମର୍ଜି ରକ୍ଷା କରି ଶାନ୍ତି-ଶୃଙ୍ଖଳାରୁ ଦୂରେଇ ଯାଇ ପାରନ୍ତି। ପ୍ରତିକାର:-ଗାଈକୁ କିଛି ଖାଦ୍ୟ ଖୁଆନ୍ତୁ।

ମିଥୁନ:–

କର୍ମକ୍ଷେତ୍ରରେ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ। ପରିବାରର ଆବଶ୍ୟକତା ପୂରଣ ଦିଗରେ ଖର୍ଚ୍ଚାନ୍ତ ହେବେ। ବ୍ୟବସାୟ ପରିଚାଳନାଗତ ସମସ୍ୟା ନେଇ ପ୍ରିୟବନ୍ଧୁ ଆର୍ଥିକ ସହାୟତାର ହାତ ବଢେଇବେ। ବାଦ ବିବାଦ, କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। ପ୍ରତିଯୋଗିତା ପରୀକ୍ଷା ଓ  ସାକ୍ଷାତ୍କାରରେ ମନଉଣାହେବ। ଯାନବାହନରେ ସତର୍କତା ଅବଲମ୍ବନ କରିବା ଉଚିତ୍। ରାଜନେତାମାନେ ସ୍ଥଳବିଶେଷରେ ବ୍ୟୟ ସଂକୋଚନ ନ କଲେ ଆପଣା ଲୋକଙ୍କ ବିରକ୍ତି ଭାଜନ ହେବେ। ପ୍ରତିକାର- ଇଷ୍ଟ ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

କର୍କଟ:–

ବ୍ୟବସାୟରେ କର୍ତ୍ତୁତ୍ଵ ଜାରି ରଖି ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ। ବାଦବିବାଦ, ମାଲିମୋକଦ୍ଦମା ଓ କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। କ୍ରିଡା ପ୍ରତିଯୋଗିତାରେ, ପ୍ରତିଯୋଗିତା ପରୀକ୍ଷା, ସାକ୍ଷାତ୍କାରରେ ଉତ୍ତୀର୍ଣ୍ଣ ହେବେ। ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ। ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦ ଅନୁଭବ କରିବେ। କର୍ମକ୍ଷେତ୍ରରେ ଆୟର ସ୍ରୋତ ବୃଦ୍ଧି ହେବ। ପ୍ରତିକାର-ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।

ସିଂହ:–

ବ୍ୟବସାୟ ପାଇଁ ଦୂରଯାତ୍ରାର ସୁଯୋଗ ପାଇ ପ୍ରଚୁର ଲାଭ ପାଇବେ। ବିଦ୍ୟାରେ ଉନ୍ନତି ଓ ଉଚ୍ଚ ବିଦ୍ୟା ଅଧ୍ୟୟନ ପାଇଁ ସୁଯୋଗ ପାଇବେ। ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ସ୍ୱାସ୍ଥ୍ୟରେ ଉନ୍ନତି ଘଟିବା ଫଳରେ ମାନସିକ ଶାନ୍ତି ମିଳିବ। ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ। ବାଦବିବାଦ, ମାଲିମୋକଦ୍ଦମା ଓ କୋର୍ଟ କଚେରୀ ମାମଲାରେ ଆଶା ମୁତାବକ ଫଳ ପାଇବେ। ବ୍ୟକ୍ତିତ୍ଵ ଓ ପ୍ରତିଭା ବଳରେ ଲୋକପ୍ରିୟତା ଅର୍ଜ୍ଜନ କରିବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

କନ୍ୟା:–

ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ସାମାଜିକ ପତିଆରା ଅମଳିନ ରହିବ। ଆୟ ଉପାର୍ଜନ ବୃଦ୍ଧି ହେବ। ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ। ବାଦ-ବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ପ୍ରେମ ସମ୍ପର୍କ ବିବାହରେ ପରିଣତ ହେବ। ସ୍ୱାସ୍ଥ୍ୟରେ ଉନ୍ନତି ହେବା ଫଳରେ ମନ ଖୁସି ରହିବ। ଦୂରଯାତ୍ରାରେ ବିବାଦମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା ମଧ୍ୟେ ସମୟ ବିତିବ ଓ ଅର୍ଥାଗମ ଦିଗ ଖୋଲା ରହିବ। ପ୍ରତିକାର- କ୍ଷୀରଗୁଡ଼ ପଣାକରି ବରଗଛ ମୂଳରେ ଢ଼ାଳନ୍ତୁ।

ତୁଳା:–

ଛାତ୍ରଛାତ୍ରୀମାନେ ପ୍ରତିଯୋଗିତା ମୂଳକ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ ଓ  ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ। ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ। ଆର୍ଥିକ ଦିଗରୁ ସୁବିଧା ହେଲେ ମଧ୍ୟ ପୈତୃକ ସମ୍ପତ୍ତି ନେଇ ପାରିବାରିକ ଦ୍ୱନ୍ଦ ଦେଖାଦେଇ ପାରେ। କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। ପ୍ରତିକାର- ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ବିଛା:–

ଉଚ୍ଚାଧିକାରି ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ। ପୁରାତନ ରୋଗର ଉପଶମ ହେବା ଫଳରେ ମନ ଶାନ୍ତ ରହିବ। ପାରିବାରିକ କ୍ଷେତ୍ରରେ ଶାନ୍ତି ଶୃଙ୍ଖଳା ଦେଖାଦେବ। ଅନ୍ୟର ଉପକାର କରି ପ୍ରଶଂସିତ ହେବେ। ବ୍ୟବସାୟରେ ନୂତନଧାରା ଖୋଲିବେ। ନିର୍ମାଣମୂଳକ ଯୋଜନାରେ ଆଗେଇବେ। ଋଣରୁ ମୁକ୍ତି ମିଳିବ। ଶତ୍ରୁବାଧା ଦୂରେଇ ଯିବ। ମାଙ୍ଗଳିକ କାର୍ଯ୍ୟ ସମ୍ପାଦନ ହେବ। ବାଦ-ବିବାଦ, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:–

ଶତୃମାନେ  ପରାଜିତ ହୋଇ ମିତ୍ରଭାବ ଆଚରଣ କରିବେ। ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ବାଦ-ବିବାଦ,ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ଦାମ୍ପତ୍ୟ ସୁଖରେ ଆତ୍ମସନ୍ତୋଷ ମିଳିବ। ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ। ବ୍ୟବସାୟରେ ଅତ୍ୟଧିକ ପରିଶ୍ରମ କରି ଲାଭ ପାଇବେ। ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ। ପ୍ରତିକାର- ଗୁଡ ରୁଟି ଗାଈକୁ ଖାଇବାକୁ ଦିଅନ୍ତୁ।

ମକର:–

କର୍ମ କ୍ଷେତ୍ରରେ ନୂତନ ଦାୟିତ୍ୱ ନେଇ ଧାଁ ଦଉଡ଼ କରିବାକୁ ପଡ଼ିବ। ବିବାଦୀୟ ପରିସ୍ଥିତି ସମାଧାନ ଓ ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ।  ପାରିବାରିକ କ୍ଷେତ୍ରରେ ଭୂଲ ବୁଝାମଣା କଟି ଯାଇ ଶାନ୍ତି ବାତାବରଣ ସୃଷ୍ଟି ହେବ। ନୂତନ ଯୋଜନା ପ୍ରସ୍ତୁତ କରି ବ୍ୟବସାୟର ପ୍ରସାର ଫଳରେ ଆୟ ବୃଦ୍ଧି ପାଇବ। ରାଜନୈତିକ କ୍ଷେତ୍ରର ସାବଧାନତା ପୂର୍ବକ ପାଦ ବଢେଇବା ବୁଦ୍ଧିମତାପୂର୍ଣ୍ଣ ହେବ। ବାଦବିବାଦ, ମାଲିମୋକଦ୍ଦମା ଓ କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। ପ୍ରତିକାର-ଅସହାୟକୁ ଖାଇବାକୁ ଦିଅନ୍ତୁ।

କୁମ୍ଭ:–

ଆୟ ଅପରିବର୍ତ୍ତିତ ରହିବ। କର୍ମ କ୍ଷେତ୍ରରେ ଆତ୍ମନିର୍ଭର ଶୀଳ ହେବେ। ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ। ପାରିବାରିକ ଜୀବନରେ ସୁବିଧା ବାଦକୁ ଆପଣେଇ ନେଇ ସଫଳ ହେବେ।  ଛାତ୍ରଛାତ୍ରୀମାନଙ୍କ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ ଓ ପରୀକ୍ଷାରେ ଉଚ୍ଚ ଶ୍ରେଣୀ ମିଳିବ। ଧର୍ମ କାର୍ଯ୍ୟପ୍ରତି ମନ ବଳାଇ ଦୂର ଯାତ୍ରାରେ ଅତ୍ୟଧିକ ଅର୍ଥ ବ୍ୟୟ କରିବେ ଯାହାଦ୍ୱାରା ଆର୍ଥିକ ସଙ୍କଟ ଦେଖାଦେବ। ମନକୁ ଆଘାତ ଲାଗିଲାପରି କଥା ଶୁଣିବେ। ପ୍ରତିକାର:  ଗାଈକୁ କିଛି ଖୁଆନ୍ତୁ।

ମୀନ:–

ପରିବାରରେ ସୁସ୍ଥ ବାତାବରଣ ଜାରି  ରହିବ। ସହକର୍ମୀମାନେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ଦୂରଯାତ୍ରାର ସୁଯୋଗ ପାଇବେ। ଜାଗା, ଜମି, ଗୃହପୋକରଣ କ୍ରୟ କରିବେ। ଆୟ ଉପାର୍ଜନର ବୃଦ୍ଧି ହେବ। ବ୍ୟବସାୟରେ ଆଶାତୀତ ଲାଭ ମିଳିବ। ବାଦବିବାଦ, ମାଲିମୋକଦ୍ଦମା ଓ କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। କ୍ରିଡା ପ୍ରତିଯୋଗିତାରେ, ପ୍ରତିଯୋଗିତା ପରୀକ୍ଷା, ସାକ୍ଷାତ୍କାରରେ ଉତ୍ତୀର୍ଣ୍ଣ ହେବେ। ପ୍ରତିକାର:- ଦେବୀ ମନ୍ଦିରରେ ଭୋଗ କରି, ପିଲାଙ୍କୁ ବାଣ୍ଟି ଦିଅନ୍ତୁ।

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri, 993755198