ଅକ୍ଟୋବର ୧୮, ୨୦୧୮: ଗୁରୁବାର – ଆଜି ନବମୀ ରେ ଏହି 5ଟି ରାଶି ଉପରେ ମା ଦୂର୍ଗାଙ୍କ କୃପା ବର୍ଷିବ – ପଢନ୍ତୁ ଆଜିର ରାଶିଫଳ

ଆଜିର ରାଶିଫଳ, ୧୮ ଅକ୍ଟୋବର ୨୦୧୮

ମେଷ:-

ଶେଷ କରିବାକୁ ଚାହୁଁଥିବା କର୍ମଟି ପୂରଣ ହୋଇଯିବ। ବ୍ୟବସାୟରେ ଉତ୍ତମ ରୋଜଗାର ହେବା ସହ ବେଶ୍ ଦୁଇ ପଇସା ଲାଭ ହେବ। କର୍ମ କ୍ଷେତ୍ରରେ ଉନ୍ନତି ଏବଂ ନୂତନ ଆୟର ପନ୍ଥା ଖୋଲିଯିବ। ଦାମ୍ପତ୍ୟ ସୁଖ ବୃଦ୍ଧି ହେବା ସହ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ପାରିବାରିକ ଜୀବନରେ କୌଣସି ବିଶୃଙ୍ଖଳା ଦେଖାଦେବ ନାହିଁ। ଛାତ୍ର-ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ। ବାଦବିବାଦ, ମାଲିମୋକଦ୍ଦମା ଓ କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

ବୃଷ:–

ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି ଆକସ୍ମିକ ଅର୍ଥଲାଭ ହେବ। ସରକାରୀ କର୍ମଚାରୀମାନେ କାର୍ଯ୍ୟ କ୍ଷେତ୍ରରେ ସଫଳତା ପାଇବେ। ରାଜନୀତି କ୍ଷେତ୍ରରେ ସଫଳତା ଯୋଗେ ସାମାଜିକ ପ୍ରତିଷ୍ଠା. ମାନ-ସମ୍ମାନ ବୃଦ୍ଧି ହେବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ପ୍ରେମିକ-ପ୍ରେମିକାମାନେ ପ୍ରେମ ସମ୍ବନ୍ଧୀୟ କ୍ଷେତ୍ରରେ ସଫଳ ହେବେ। ଛାତ୍ର-ଛାତ୍ରୀମାନଙ୍କର ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋଗ ଆସିବ। ସଭାସମିତି, ସାହିତ୍ୟ ଓ କଳାରେ ପ୍ରଶଂସିତ ହେବେ। ପ୍ରତିକାର-ଗୁଡରୁଟି ଗାଈକୁ ଖାଇବାକୁ ଦେବେ।

ମିଥୁନ:–

ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ। ପରିବାରରେ ମନୋମାଳିନ୍ୟ ଥିଲେ ଆଜି ଚେଷ୍ଟାକଲେ ମେଣ୍ଟିଯିବ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ। ସରକାରୀ କର୍ମଚାରୀମାନଙ୍କର ସହକର୍ମୀ ମାନଙ୍କ ସହିତ ବିବାଦ ମେଣ୍ଟିଯିବ। ବିହିନ୍ନ ପ୍ରକାର କଥା ଚିନ୍ତାକରି କୌଣସି କାମ ପ୍ରତି ମନ ଲାଗିବ ନାହିଁ। ରାଜନୀତି କ୍ଷେତ୍ରରେ କେତେକ କ୍ଷେତ୍ରରେ ଭଲ କାମ କରି ବଦ୍ନାମ ହେବେ। ଯୁବକ-ଯୁବତୀ ମାନଙ୍କର ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ପ୍ରତିକାର- ଇଷ୍ଟ ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

କର୍କଟ:–

ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ସୁନାମ ଅର୍ଜନ କରିବେ ଓ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ବ୍ୟବସାୟରେ ଉନ୍ନତି କରି ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ। ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। କୌଣସି ଜଟିଳ ସମସ୍ୟାର ସମାଧାନ ହେବ। ବାଦବିବାଦ, ମାଲିମୋକଦ୍ଦମା ଓ କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। ଛାତ୍ର-ଛାତ୍ରୀମାନେ ଉଚ୍ଚ ଶିକ୍ଷାର ସଫଳତା ଲାଭ କରିବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ସିଂହ:–

କର୍ମଚାରୀମାନଙ୍କର କର୍ମ କ୍ଷେତ୍ରରେ ସଫଳତା ଲାଭ ହେବ। ବ୍ୟକ୍ତିତ୍ଵ ଓ ପ୍ରତିଭା ବଳରେ ଲୋକପ୍ରିୟତା ଅର୍ଜ୍ଜନ, ଧନସମ୍ପଦରେ ଅଭିବୃଦ୍ଧି ତଥା ବୈଷୟିକ ପ୍ରାଚୁର୍ଜ୍ୟପ୍ରାପ୍ତି ହେବ।  ବ୍ୟବସାୟରେ କର୍ତ୍ତୁତ୍ଵ ଜାରି ରଖି ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ। ଛାତ୍ରଛାତ୍ରୀମାନେ ପ୍ରତିଯୋଗିତା ମୂଳକ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ ଓ  ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ।  ଶତୃ, ରୋଗ, ଋଣରୁ ମୁକ୍ତି ହେବେ। ଶାରିରୀକ ସୁସ୍ଥତା ଦେଖା ଦେବ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

କନ୍ୟା:–

ଆର୍ଥିକ ଉନ୍ନତି ମାନସିକ ଶାନ୍ତି, କର୍ମଚାରୀମାନେ କର୍ମ କ୍ଷେତ୍ରରେ ସମ୍ମାନିତ ହେବେ। ମହିଳା ମାନଙ୍କର ଯେ କୌଣସି କାମରେ ହାତ ଦେଲେ, ସେଥିରେ ସଫଳତା ପାଇବେ। ରାଜନୀତି କ୍ଷେତ୍ରରେ ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବା ସହ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ପ୍ରେମିକ-ପ୍ରେମିକମାନେ ପ୍ରେମ ସମ୍ପନ୍ଧୀୟ କ୍ଷେତ୍ରରେ ସଫଳ ହେବେ। ଦୂରଯାତ୍ରାରେ ବିବାଦମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା ମଧ୍ୟେ ସମୟ ବିତିବ ଓ ଅର୍ଥାଗମ ଦିଗ ଖୋଲା ରହିବ। ଛାତ୍ର-ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ଉନ୍ନତି କରିବେ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ତୁଳା:–

ବ୍ୟବସାୟରେ ଆର୍ଥିକ ଉନ୍ନତି ଓ ଲାଭ ପ୍ରାପ୍ତି ହେବ। କର୍ମଚାରୀମାନେ କର୍ମ କ୍ଷେତ୍ରରେ ସହକର୍ମୀ ମାନଙ୍କ ଦ୍ଵାରା ବହୁ ସୁବିଧା ପାଇବେ। ପାରିବାରିକ ଜୀବନରେ ଅଶାନ୍ତି ଦୂରେଇ ଯିବ ଓ ଦାମ୍ପତ୍ୟ  ଜୀବନ ସୁଖମୟ ହେବ। ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ମେଣ୍ଟିଯିବ। ଛାତ୍ର-ଛତ୍ରୀମାନେ କଠିନ ପରିଶ୍ରମ କରିବା ସହିତ ପଢ଼ା ପଢ଼ିରେ ମନଯୋଗ ଦେବେ। ରାଜନୀତି କ୍ଷେତ୍ରରେ ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରି ପ୍ରତିଯୋଗୀତା ମୁଳକ କ୍ଷେତ୍ରକୁ ସାହସର ସହିତ ଲମ୍ଫ ଦେବେ। ପ୍ରତିକାର- ଚଣାଡାଲି ଓ ଗୁଡ ମନ୍ଦିରରେ ଦାନ କରନ୍ତୁ।

ବିଛା:–

ଆର୍ଥିକ ସ୍ଥିତିରେ ବୃଦ୍ଧି, କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ। ପାରିବାରିକ ସମସ୍ୟା ସମାଧାନ ହୋଇଯିବ। ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। କର୍ମ ନିଯୁକ୍ତି କ୍ଷେତ୍ରରେ ନୂତନ ଚାକିରୀ ପାଇବେ ଏବଂ ଛାତ୍ର-ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ପାଇବେ। ବାଣିଜ୍ୟ କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ ବନ୍ଦ ହୋଇଥିବା ବେପାର ପୁଣି ଚାଲୁ କରି ପାରିବେ ଓ ପ୍ରଚୁର ଆୟ ହେବ। ମହିଳାମାନଙ୍କର ପରିବାରରେ ସାଧାରଣ ପରିବର୍ତ୍ତନ ଘଟି ଆଶା ଆକାଂକ୍ଷା ପୂର୍ତ୍ତି ଘଟିବ। ପ୍ରତିକାର- ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।  

ଧନୁ:–

ସୁଖ ସମୃଦ୍ଧି ବୃଦ୍ଧି ହେବ। ପାରିବାରିକ ଜୀବନରେ ସୁବିଧା ବାଦକୁ ଆପଣେଇ ନେଇ ସଫଳ ହେବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ସ୍ୱାସ୍ଥ୍ୟ ସ୍ଥିତି ମଧ୍ୟମ ରହିବ। ପ୍ରେମ-ପ୍ରସଙ୍ଗରେ ଭୁଲ୍ ବୁଝାମଣାର ନିରାକରଣ ହେବ। ଭାଗୀଦାର ବା ମିତ୍ରଙ୍କ ସହିତ ଲାଗିଥିବା ବିବାଦ ଦୂର ହେବ। ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ। ସାହିତ୍ୟ, କଳାରେ ଉଚ୍ଚ ପ୍ରଶଂସା ପାଇବେ। ପ୍ରତିକାର-ବୃଦ୍ଧ ବୃଦ୍ଧାଙ୍କୁ ସାହାଯ୍ୟ କରି ଆଶୀର୍ବାଦ ଭିକ୍ଷା କରନ୍ତୁ।

ମକର:–

ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ। ଛାତ୍ର-ଛାତ୍ରୀମାନେ ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହୋଇ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ। ବନ୍ଧୁ ବାନ୍ଧବଙ୍କ ଦ୍ଵାରା ପାରିବାରିକ ସମସ୍ୟାର ସମାଧାନ ହେବ। କର୍ମଚାରୀମାନେ ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ସ୍ଥଗିତଥିବା କର୍ମଟି ପୂରଣ କରିବାକୁ ଚେଷ୍ଟା କରିବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ପ୍ରତିକାର- ଗାଈକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:–

ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବ। ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁଁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ। ପାରିବାରିକ ଜୀବନ ଆନନ୍ଦମୟ ହେବ। ଆକସ୍ମିକ ଧନ ପ୍ରାପ୍ତି ହେବ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ବାଦବିବାଦ, ମାଲିମକଦ୍ଦମାରେ ବିଜୟି ହେବେ। ସଙ୍କୁଚିତ ସ୍ଥିତିର ଅଧୀନ ହୋଇ ଘୋଷାରି ହେବେ ଓ ପ୍ରଚୁର ଖଟଣି ଖଟି ନିଜର ଭାବ ମୂର୍ତ୍ତିକୁ ବଜାୟ ରଖିବେ। ପ୍ରତିକାର-ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।

ମୀନ:–

କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ପାରିବାରିକ ଜୀବନ ଆନନ୍ଦରେ କଟିବ। ଦୂରଯାତ୍ରାରେ ସଫଳ ହେବେ। ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତି ସମାଧାନ ହେବ। ପରୀକ୍ଷା ଓ ପ୍ରତିଯୋଗୀତାରେ ଆଶା ମୁତାବକ ଫଳ ପାଇବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ଶେଷ କରିବାକୁ ଚାହୁଁଥିବା କର୍ମଟି ପୂରଣ ହୋଇଯିବ।  ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଆଶାତୀତ ଲାଭହେବ। ଧର୍ମ କାର୍ଯ୍ୟରେ ଯୋଗଦେଇ ଦେବଦର୍ଶନ କରିବେ। ପ୍ରତିକାର- ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri, 993755198