ଅକ୍ଟୋବର ୧୯, ୨୦୧୮: ଶୁକ୍ରବାର – ଦଶହରାରେ ଏହି 6ଟି ରାଶି ଉପରେ ମା”ଙ୍କ କୃପା ବର୍ଷିବ – ପଢନ୍ତୁ ଆଜିର ରାଶିଫଳ

ଆଜିର ରାଶିଫଳ, ୧୯ ଅକ୍ଟୋବର ୨୦୧୮

ମେଷ:-

ସରକାରୀ କାମରେ ସଫଳତା ମିଳିବ ।   ସ୍ୱାସ୍ଥ୍ୟ ଭଲ ରହିବ ।  ଶତୃମାନେ ଦୂରେଇ ଯିବେ ।  ସାଂସାରିକ ଜୀବନରେ ମହତ୍ଵପୂର୍ଣ୍ଣ କାର୍ଯ୍ୟରେ ପରାକ୍ରମ ଏବଂ ପରିଶ୍ରମରେ ଲାଭ ଓ ସୁଖ ପ୍ରାପ୍ତି ହେବ ।   ଉନ୍ନତିର ମାର୍ଗ ପ୍ରଶସ୍ତ ହେବ ।   ବନ୍ଧୁଙ୍କ ଆଗମନ ହେବ । ବ୍ୟବସାୟରେ ଉତ୍ତମ ଲାଭ ହେବ । ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇବେ । କୌଣସି ଦୂର ସ୍ଥାନକୁ ଯାତ୍ରା କରିବେ । କର୍ମଚାରୀମାନଙ୍କର ଉନ୍ନତିହେବ । ନୂତନ ନିଯୁକ୍ତିର ସୁଯୋଗ ପାଇବେ । ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ ।

ବୃଷ:–

ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ ।   ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ ଓ ଉନ୍ନତି ହେବ । ରାଜନୀତିରେ ନିଜର କର୍ତ୍ତବ୍ୟ ପ୍ରତି ଧ୍ୟାନ ରଖିବା ଅତ୍ୟନ୍ତ ଆବଶ୍ୟକ ଅଟେ । କୌଣସି ଗୋପନୀୟ କଥା ଉଜାଗର ହେବାର ସମ୍ଭାବାନା ଅଛି । କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । କୌଣସି ପୁରାତନ ରୋଗରୁ ମୁକ୍ତି ମିଳିବ । ପାରିବାରିକ କ୍ଷେତ୍ରରେ ଦାମ୍ପତ୍ୟ ସୁଖରେ ସୁଖୀ ହେବେ । କର୍ମ କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ । ପ୍ରତିକାର : ଅଶ୍ୱସ୍ଥ ବୃକ୍ଷ ମୂଳରେ କ୍ଷୀର ଗୁଡ଼ ପଣାକରି ଢ଼ାଳନ୍ତୁ  ।

ମିଥୁନ:–

ପରିଶ୍ରମ ଓ କଷ୍ଟକରି ଶାନ୍ତିବଜାୟ ରଖିବେ । ପାରିବାରିକ ଜୀବନରେ ସୁଧାର ହେବ ।   କୋର୍ଟ-କଚେରୀ ମାମଲା ସମାଧାନ ହୋଇଯିବ ।  ବାଦ-ବିବାଦଠାରୁ ଦୂରେଇ ରହିବା ଉଚିତ୍ । ବ୍ୟବସାୟରେ ସାମାନ୍ୟ ଲାଭ ହେବ । ଉତ୍ତମ ରୋଜଗାର ହେଲେ ମଧ୍ୟ ଆୟ ତୁଳନାରେ ବ୍ୟୟ ଅଧିକ ହେବ ।   ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବେ ।   ମାନସିକ ଦୁଃଶ୍ଚିନ୍ତା ଦୂର ହେବ । ଅଟକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ ।

କର୍କଟ:–

ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ଲାଭବାନ ହେବେ । ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ । କର୍ମଚାରୀମାନଙ୍କର କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ । ମାନସିକ ଅଶାନ୍ତି ଦୂର ହେବ । ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ । ଘନିଷ୍ଠ ବ୍ୟକ୍ତିଙ୍କ ସହିତ ଭେଟ ହୋଇ ବିଗିଡି ଯାଇଥିବା କାର୍ଯ୍ୟ ବା ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ । ପ୍ରତିକାର- ଗାଈକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:–

ସୁନା, ରୂପା, କଂସା, ପିତ୍ତଳ, ତେଜରାତି, ଷ୍ଟେନସାରୀ, ଔଷଧ ବ୍ୟବସାୟୀ ମାନଙ୍କର ଅଧିକ ଲାଭ ପ୍ରାପ୍ତି ହେବ । ଲୋକଙ୍କ ପ୍ରତି ଉଦାର ଓ ଦୟାଳୁ ପ୍ରବୃତି ଜାଗ୍ରତ ହେବ । ମିଳିମିଶି କାମ କରିପାରିଲେ କଷ୍ଟ ଦୂର ହେବ ।   ଧନ ସମ୍ବନ୍ଧୀୟ ମାମଲାରେ ବିବେକ ଦ୍ଵାରା ବିଚାର କଲେ ଲାଭ ମିଳିବ । କାହାକୁ ଦେଇଥିବା ଉଧାର ଟଙ୍କା ମିଳିଯିବ । ଘରୋଇ ଚାକିରୀ କ୍ଷେତ୍ରରେ ପ୍ରଚୁର ଅର୍ଥ ଲାଭ ହେବ ଓ ପରିସ୍ଥିତି ବଦଳିଯିବ । ଛାତ୍ର-ଛାତ୍ରୀମାନେ ପାଠପଢ଼ାରେ ମନଯୋଗ ଦେବେ । ରାଜନୈତିକ କ୍ଷେତ୍ରର ସାବଧାନତା ପୂର୍ବକ ପାଦ ବଢେଇବା ବୁଦ୍ଧିମତାପୂର୍ଣ୍ଣ ହେବ । ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ ।

କନ୍ୟା:–

ଆର୍ଥିକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କବାଲାନ୍ସ ବୃଦ୍ଧି ପାଇବ । ଚାକିରୀ କ୍ଷେତ୍ରରେ ମଧ୍ୟ ସୁଧାର ଆସିବ ।   ବନ୍ଧୁ ମିତ୍ରଙ୍କ ଆଗମନ ହେବ ।   ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ । ସ୍ୱାସ୍ଥ୍ୟ ଉତ୍ତମ ରହିବ । ବାସଗୃହ ଓ ଯାନବାହନର କେତେକ ସମସ୍ୟା ସମାଧାନ ହୋଇଯିବ । ପାରିବାରିକ ସମ୍ପର୍କରେ ଉନ୍ନତି ହେବ । ରାଜନୈତିକ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ । ଭୌତିକ ଐଶ୍ଵର୍ଯ୍ୟ ସାଧନରେ ବୃଦ୍ଧି ହେବ । ପ୍ରତିକାର- ଶଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:–

ପ୍ରିୟ ଲୋକମାନଙ୍କ ସହିତ ସମ୍ବନ୍ଧ ଓ ସମ୍ପର୍କ ସ୍ଥାପନ ହେବ । ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । କର୍ମରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ । ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ଦୂରଯାତ୍ରାରେ ସଫଳତା ପ୍ରାପ୍ତି ହେବ । ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ । ମହିଳାମାନଙ୍କର ନିଜର ରଚନାତ୍ମକତା ଚରମ ହେବ ତଥା ଲୋକଙ୍କୁ ନିଜର କରିପାରିବେ । ପ୍ରତିକାର-ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ ।

ବିଛା:–

ବ୍ୟବସାୟରେ ଉନ୍ନତି ହେବା ସହ ଲାଭବାନ ହେବେ । ହରାଇଥିବା ଧନ ପ୍ରାପ୍ତି ହେବ । ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ । ନୂତନ କର୍ମ ନିଯୁକ୍ତି ପାଇବାର ଅଧିକ ସମ୍ଭାବନା । ନିଜର ବୁଦ୍ଧିମତା କାରଣରୁ କାମ ହାସିଲ କରିପାରିବେ ।   ଅଫିସର, ସହକର୍ମୀ ଓ ମିତ୍ର କାମର ପ୍ରଶଂସା କରିବେ । ପ୍ରେମିକ-ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ ଓ ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ଛାତ୍ର-ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ । ପ୍ରତିକାର-ଗୁଡ ରୁଟି ଗାଈକୁ ଖାଇବାକୁ ଦିଅନ୍ତୁ ।

ଧନୁ:–

ବ୍ୟବସାୟରେ  ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ । ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ଆକସ୍ମିକ ଧନ ପ୍ରାପ୍ତି ହେବ । ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହେବେ । ଶାରିରୀକ ଅସୁସ୍ଥତା ଦୂରହେବ । ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବ ।   ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନରେ ବୃଦ୍ଧି ହେବ । ଯାତ୍ରା କରିବା ସମୟରେ କୌଣସି ଶୁଭ ସମାଚାର ଶୁଣିବାକୁ ମିଳିବ ।   ଦାମ୍ପତ୍ୟ ସମ୍ବନ୍ଧରେ ମଧୁରତା ଆସିବ ।   ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ ।

ମକର:–

କର୍ମଜୀବିମାନେ  ସହକର୍ମୀମାନଙ୍କଠାରୁ ସାହାଯ୍ୟ ଓ  ସହଯୋଗ ପାଇବେ । ଗୃହପୋକରଣ ନୂତନ ବସ୍ତୁ କ୍ରୟ କରିପାରିବେ । ସୁଖ ସମ୍ପଦ ପ୍ରାପ୍ତି ହେବ । ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ । ବହୁତ ଦିନରୁ ଲାଗିଥିବା ଚିନ୍ତା ଓ ବିବାଦରୁ ମୁକ୍ତି ମିଳିବ ।   ଶତୃ ଓ ବିରୋଧୀଙ୍କ ଠାରୁ ସାବଧାନ ରହିବା ଆବଶ୍ୟକ । କାର୍ଯ୍ୟ ଓ ବ୍ୟବସାୟରେ ଲକ୍ଷପ୍ରତି ଯଥାର୍ଥବାଦୀ ହେବେ । ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ ଓ ଆର୍ଥିକ ମାମଲା ସୁଧୁରିବ । କୌଣସି ମିତ୍ରଙ୍କୁ ସହାୟତା ପାଇଁ ହାତ ବଢେଇବେ । ପ୍ରତିକାର- ଗାଈକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:–

ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ସମ୍ମାନ ଲାଭ କରିବେ । ରାଜନୈତିକ କ୍ଷେତ୍ରରେ ସାସାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ଗୃହରେ ମାଙ୍ଗଳିକ କାର୍ଯ୍ୟରେ ଧନ ବ୍ୟୟହେବ । ଆର୍ଥିକ ଦିଗରୁ ଉନ୍ନତି ହେବ । ସ୍ୱାସ୍ଥ୍ୟ ଠିକ୍ ରହିବ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ । ନୁତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେମାପି ଚାଖଣ୍ଡେ ଚାଲିବା ଉଚ୍ଚିତ୍ । ଆୟକୁ ଚାହିଁ ବ୍ୟୟର ଅଟକଳ ନ କଲେ ଲୋକହସା ହେବେ । ପାରିବାରିକ ସମସ୍ୟା ଗୁଡିକୁ ସୁଧାରି ନେବା ଉଚିତ୍ । ପ୍ରତିକାର- ଇଷ୍ଟଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ ।

ମୀନ:–

କୌଣସି ନୂତନ ବନ୍ଧୁଙ୍କ ସହିତ ଭେଟ ହେବ ।  ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ନୂତନ କାର୍ଯ୍ୟଆରମ୍ଭ କରିପାରିବେ । ସନ୍ତାନଙ୍କ ସମ୍ବନ୍ଧରେ ମଧୁରତା ଆସିବ । ବ୍ୟବସାୟରେ ଉନ୍ନତି ଓ ଆର୍ଥିକ ସ୍ଥିତିରେ ବୃଦ୍ଧି ସହ ଶରୀର ସୁସ୍ଥ ରହିବ । ରାଜନୀତି କ୍ଷେତ୍ରରେ ସୁଖ ଶାନ୍ତି ପ୍ରାପ୍ତି ହେବ । ଗାଡି ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ । ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ । ନୂତନ ସମ୍ପତ୍ତି କ୍ରୟ କରିବେ । ପ୍ରତିକାର:- ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri, 993755198