ଅକ୍ଟୋବର ୨୩, ୨୦୧୮, ମଙ୍ଗଳବାର: ଆଜିର ରାଶିଫଳ – କେମିତି କଟିବ ଆଜିର ଦିନ – ଏହି ୪ ରାଶି ଉପରେ ହନୁମାନ ପ୍ରସନ ହେବେ

ମେଷ-

ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ସଂଘର୍ଷ ଦ୍ୱାରା ସଫଳତା ମିଳିବ ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ରୋଜଗାର ସମସ୍ୟା ସୁଧୁରି ଯିବା ଫଳରେ ଧନ ଲାଭ ହେବାରୁ ମନଖୁସି ରହିବ। ଅଧିକାରୀଙ୍କଠାରୁ ସହଯୋଗ ପାଇ କାର୍ଯ୍ୟ ପୂରଣ କରିବେ। ମହିଳାମାନେ ଉଚିତ୍ପନ୍ଥା ଗ୍ରହଣ କରି ସମୟ ହସ ଖୁସିରେ ବିତେଇବେ। ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବା ଫଳରେ ମାନସିକ ଚିନ୍ତା ଦୂରହେବ। ମାଲିମୋକଦ୍ଦମାରେ ସଫଳତା ମିଳିବ। ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ। ପରିବହନରେ ବିଶେଷ ଲାଭବାନ ହେବେ। ପ୍ରତିକାର-ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।

ବୃଷ-

ନୂତନ କର୍ମ ପ୍ରାପ୍ତି ହେବ ଓ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ। ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଶତୃମାନେ ପରାଜିତ ହୋଇ ମଥାନତ କରିବେ। ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ ଓ ବନ୍ଧୁ ସମାଗମ ହେବ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବନାହିଁ। ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ। ଅଯଥା ବାକବିତଣ୍ଡା ବା ବାଦ-ବିବାଦରୁ ଦୂରତା ରକ୍ଷା କରନ୍ତୁ। ପିଲାମାନଙ୍କ ପାଠପଢା ନେଇ ଚିନ୍ତିତ ରହିବେ। ମାଲିମୋକଦ୍ଦମାର ଭୟ ରହିବ। କର୍ମ କ୍ଷେତ୍ରରେ ନୂତନ ଜାଗାର ନିମନ୍ତ୍ରଣ ବା ଆଶା କରୁଥିବା ସ୍ଥାନକୁ ସ୍ଥାନାନ୍ତରଣ ହେବେ। ମହିଲାମାନେ ସ୍ୱାସ୍ଥ୍ୟ ସମସ୍ୟା ନେଇ ଡାକ୍ତରଙ୍କ ପରାମର୍ଶ କରିବାକୁ ମନ ବଳେଇବେ ।

ମିଥୁନ-

ଦାମ୍ପତ୍ୟ ସୁଖ ବୃଦ୍ଧି ହେବା ସହ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ରାଜନୀତିରେ ଫାଇଦା ଉଠାଇବେ। ପଢାପଢିରେ ମାନସିକ ଶାନ୍ତି, ବ୍ୟବସାୟରେ ପ୍ରଚୁର ଲାଭ, ମନର ଅଶାନ୍ତି ଦୂରହେବ। ସନ୍ତାନମାନଙ୍କ ଉନ୍ନତିପାଇଁ ଚିନ୍ତିତ ରହିବେ। ଦୂରସ୍ଥାନକୁ ଯାତ୍ରା କରି ଶାରୀରିକ ଅସୁସ୍ଥତା ଅନୁଭବ କରିବେ। ହାତକୁ ନେଇଥିବା କାର୍ଯ୍ୟଟି କଠିନ ପରିଶ୍ରମ କରିବାକୁ ପଡିବ। ମାଲିମୋକଦ୍ଦମାରେ ସଫଳ ହେଲେ ମଧ୍ୟ ଅସ୍ଥିରତା ବଢିବ। ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ। ବାଦ ବିବାଦ, ପରୀକ୍ଷା ପ୍ରତିଯୋଗିତା ସାକ୍ଷାତ୍କାରରେ ସଫଳ ହେବେ। ପ୍ରତିକାର- ଗୁଡ ରୁଟି ଗାଈକୁ ଖାଇବାକୁ ଦିଅନ୍ତୁ।

କର୍କଟ-

ପାରିବାରିକ କ୍ଷେତ୍ରରେ ଅଶାନ୍ତିର ବାତାବରଣ ଦୂରେଇଯିବ। ସନ୍ତାନ ସନ୍ତତିଙ୍କ ଦିଗରୁ ଶୁଭ ସମ୍ବାଦପାଇ ଖୁସିହେବେ। ଦୂରଯାତ୍ରା କରି ମନ ଖୁସି ରହିବ। କର୍ମକ୍ଷେତ୍ରରେ ପଦୋନ୍ନତି ଓ ବନ୍ଧୁ ଲାଭ। ବ୍ୟବସାୟରେ ପୂର୍ଣ୍ଣ ସଫଳତା, ପୂର୍ବ ସମସ୍ୟାର ସମାଧାନ ହେବ। ମନରେ ଭୟ ଆଶଙ୍କା, ଶାରୀରିକ ଅସୁସ୍ଥତା ଦୂରେଇଯିବ । ବାଦ-ବିବାଦ, ପରୀକ୍ଷା, ପ୍ରତିଯୋଗୀତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପଡା-ପଡୋଶୀ ବନ୍ଧୁ ମିତ୍ରଙ୍କ ବ୍ୟବହାରରେ ମନ ଶାନ୍ତ ହେବ। ଶୁଭକାମ କରି ପ୍ରଶଂସିତ ହେବେ। ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ। ବ୍ୟୟ ଅପେକ୍ଷା ଆୟ ଅଧିକହେବ, ଋଣମୁକ୍ତ ଓ ଋଣପ୍ରାପ୍ତି ହେବ। ନୂତନ ସଂସ୍ଥାର ଆୟୋଜନ କରିବେ। ଜଗାଜମି, ଗୃହ ଉପକରଣ କ୍ରୟ କରିବେ। ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

ସିଂହ-

ପରିବାରର ସଦସ୍ୟଙ୍କ ସହିତ ସୌହାଦ୍ୟ ପୂର୍ଣ୍ଣ ସଂପର୍କ ରହିବ । ବନ୍ଧୁ, ମିତ୍ର ଏବଂ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ । ପରିବାରଜନଙ୍କ ସହ ନିଜ ବାହନରେ କୌଣସି ଜାଗାକୁ ଯାତ୍ରା କରନ୍ତୁ ନାହିଁ ଆଉ ନିଜେ ମଧ୍ୟ ଗାଡ଼ି ଚଳାନ୍ତୁ ନାହିଁ। ମହିଳାମାନେ ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ । ଅଧିକ ପରିଶ୍ରମ କରି ସାମାନ୍ୟ ଲାଭ ପାଇବେ । କର୍ମକ୍ଷେତ୍ରରେ ଅସନ୍ତୋଷ, ଭ୍ରମଣକାଳରେ କ୍ଲେଶ, ସହକର୍ମୀଙ୍କ ସହ ବିବାଦ ସୃଷ୍ଟି ହେବ। ଭୟ ସତ୍ତ୍ୱେ ଜୟ, ନାନା ସମସ୍ୟାର ସମ୍ମୁଖୀନ ହେବେ। ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ। ବ୍ୟବସାୟ ପାଇଁ ଦୂରଯାତ୍ରା କରି ମନ ଖୁସି ରହିବ। ପ୍ରତିକାର-ଗୋମତାର ସେବା କରନ୍ତୁ।

କନ୍ୟା-

ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ଲାଭ । ଶିକ୍ଷା କ୍ଷେତ୍ରରେ ଏବଂ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ। ଆତ୍ମୀୟ- ସ୍ଵଜନଙ୍କ ପାଇଁ ଭୋଗ ବିଳାସଦ୍ରବ୍ୟ କ୍ରୟକରି ଆର୍ଥିକ ଶଙ୍କଟ ଭୋଗିବେ। ଶାନ୍ତଶିଷ୍ଟ, ସାଧୁ, ସତ୍ୟବାଦୀ, ଶାସ୍ତ୍ରପୁରାଣପ୍ରିୟ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ଶତୃମାନେ ମଥାନତ କରିବେ। ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବନାହିଁ। ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

ତୁଳା-

କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । ଅଧିକାଂଶ ସମୟ ଘର ତଥା ପରିବାରର କଥା ଚିନ୍ତାକରି କଣ କରିବେ ଏବଂ କଣ ନକରିବେ ଏହି ଚିନ୍ତାରେ ମନ ଭଲ ରହିବ ନାହିଁ। ଦୂରଯାତ୍ରାରେ ସଫଳ ହେବେ । ପ୍ରଶାସନ, ପ୍ରକାଶନ, ଅଧ୍ୟୟନ ଓ ଅଧ୍ୟାପନା, ସାହିତ୍ୟ ଚର୍ଚ୍ଚା କ୍ଷେତ୍ରରୁ ଶୁଭଫଳ ମିଳିବ । ଧର୍ମ କାର୍ଯ୍ୟରେ ଯୋଗ ଦେଇ ଦେବ ଦର୍ଶନ କରିବେ। ବ୍ୟବସାୟ କ୍ଷେତ୍ରରେ ଲାଭବାନ୍ ହେବେ। ମହିଳାମାନେ ବ୍ରତ, ଉପାସନାରେ ବ୍ରତୀ ହେବେ। ପରୀକ୍ଷା ପ୍ରତି ଯୋଗିତାରେ ଆଶା ମୁତାବକ ଫଳ ପାଇବେ। କର୍ମକ୍ଷେତ୍ରରେ ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସମ୍ଭାଳିବାରେ ସମର୍ଥ ହୋଇପାରିବ। ମାଲିମୋକଦ୍ଦମାରେ ଜୟ, ରାଜନୀତିରେ ପୂର୍ଣ୍ଣ ସଫଳତା ପ୍ରାପ୍ତିହେବ। ପ୍ରତିକାର:- ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ବିଛା-

ବ୍ୟବସାୟ ପାଇଁ ଦୂରଯାତ୍ରାର ସୁଯୋଗ ପାଇବେ ଓ କମ୍ ପରିଶ୍ରମରେ ଆଶାଜନକ ଲାଭ ପ୍ରାପ୍ତିହେବ। ଚିକିତ୍ସକ, ରସାୟନଜ୍ଞ, କେମିକାଲ୍, ଔଷଧନିର୍ମାଣ ଓ ବିକ୍ରୟ କରୁଥିବା ବ୍ୟକ୍ତିମାନେ ବିଶେଷ ଲାଭାନ୍ୱିତ ହେବେ। କର୍ମକ୍ଷେତ୍ରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ। ଗୃହ ନିର୍ମାଣ କରିବେ। ଆର୍ଥିକ ସ୍ଥିତି ସୁଧୁରିଯିବା ସହ ଉନ୍ନତିହେବ। ଦୂରଯାତ୍ରାରେ ପରିଶ୍ରମ କାର୍ଯ୍ୟ କରି ପ୍ରଶଂସିତ ହେବେ ଓ ଆକସ୍ମିକ ଧନପ୍ରାପ୍ତିହେବ। ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ। ପ୍ରତିଦ୍ଵନ୍ଦିତାରେ ସଫଳ, ବିଦ୍ୟାକ୍ଷେତ୍ରରେ ଶୁଭଯୋଗ, ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ। ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

ଧନୁ-

ଦୂରଯାତ୍ରାର ସୁଯୋଗ ପାଇବେ। ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ବ୍ୟବସାୟ କ୍ଷେତ୍ରରେ ଅର୍ଥଲାଭର ମାର୍ଗ ଖୋଲିଯାଇ ଉନ୍ନତିହେବ। ଲେଖକ, ପତ୍ରକାର, ରାଜନୈତିକ, ସଙ୍ଗୀତଜ୍ଞ, ଠିକାଦାର ଓ ସରକାରୀ କର୍ମରତଥିବା ବ୍ୟକ୍ତିମାନଙ୍କର ଶୁଭ ସମାଚାର ମିଳିବ ଓ ଅନେକ ଶୁଭହେବ। ମହିଳା ମାନେ ବନ୍ଧୁ ଓ ମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗ ପାଇବେ ଓ ନୂତନକର୍ମ ଯୋଗୁ ଆୟ ବୃଦ୍ଧି ହେବ କିନ୍ତୁ ଶାରୀରିକ ପୀଡ଼ାଯୋଗୁ ଖର୍ଚ୍ଚ ମଧ୍ୟ ହେବ। ବିଦ୍ୟାରେ ଅମନ ଯୋଗ ହେଲେମଧ୍ୟ ମନୋବିଜ୍ଞାନ ସମ୍ବନ୍ଧରେ ବିଶେଷ ରୁଚି ରହିବ। କୌଣସିଏକ ରୋଗୀର ସେବା କରନ୍ତୁ। ପ୍ରତିକାର- ଗ୍ରାମ୍ୟଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

ମକର-

ବ୍ୟବସାୟରେ ଇଚ୍ଛା ମୁତାବକ ଲାଭପାଇବେ। ଅନେକ ଶୁଭ କର୍ମର ସୁଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ଆୟବୃଦ୍ଧି, ଋଣମୁକ୍ତି, କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ। ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ। ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ। କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ। ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ। ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ। ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ଶତୃମାନେ ମଥାନତ କରିବେ। ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବନାହିଁ। ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ। ପ୍ରତିକାର-ଗାଈକୁ ଘାସ ଖୁଆନ୍ତୁ।

କୁମ୍ଭ-

କର୍ମକ୍ଷେତ୍ରରେ ପଦୋନ୍ନତିର ସଙ୍କେତ ପାଇବାସହ ସ୍ଥାନାନ୍ତର ସୂଚନା ପାଇବେ। ମହିଳାମାନେ ନୂତନ ବନ୍ଧୁଙ୍କୁ ପାଇ ଖୁସୀ ଅନୁଭବ କରିବେ । ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହେବେ । ପିତ୍ତଦୋଷ ବୃଦ୍ଧି ପାଇବ ଓ ଶରୀରପୀଡା କଷ୍ଟକର ହୋଇପାରେ। ପାରିବାରିକ କ୍ଷେତ୍ରରେ ମନକୁ ଆଘାତ ଲାଗିଲାପରି କଥା ଶୁଣିବେ। ଦାମ୍ପତ୍ୟ କଳହ ମେଣ୍ଟିଯିବ। ବିଳାସ ବ୍ୟସନ ଖାଦ୍ୟ ପେୟ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ । ବନ୍ଧୁ, ମିତ୍ର ସହକର୍ମୀ ଭାଗୀଦାରୀଙ୍କ ପାଇଁ କ୍ଷତି ସହିବେ । ପୁରୁଣା ସମ୍ପର୍କରେ ତିକ୍ତତା ଆସିବ । ମାଲିମୋକଦ୍ଦମାରେ କ୍ଷତି ସହିବେ । ସାଧାରଣ କେତେକ ସୁବିଧା ସୁଯୋଗକୁ ବାଦ୍ ଦେଲେ ଅନ୍ୟାନ୍ୟ କ୍ଷେତ୍ରରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେବ। ବିଦ୍ୟୂତ୍ ଓ ଯନ୍ତ୍ରଚାଳନା, ଯାନବାହନ ତଥା ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ଦୁର୍ଘଟଣାର ସମ୍ମୁଖୀନ ହେବେ । ପ୍ରତିକାର:- ଗାଈକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ-

ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ। କର୍ମକ୍ଷେତ୍ରରେ ସଙ୍କଟ ଜନକ ପରିସ୍ଥିତିର ଅବସାନ ଘଟିବ। ବିଦେଶ ଯାତ୍ରାରେ ସଫଳ ହେବେ। କୃଷି ଓ ବାଣିଜ୍ୟରେ ବ୍ୟୟ ଅପେକ୍ଷା ଆୟ ଅଧିକ ହେବ। ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂରେଇ ଯିବ ଓ ମନ ଓ ଶରୀର ଭଲ ରହିବ। ନିର୍ମାଣ ମୂଳକ ଯୋଜନାରେ ଆଗେଇପାରିବେ। ରାଜନୀତିରେ ଉନ୍ନତିମୂଳକ ପଦକ୍ଷେପ ଯୋଗେ ସଫଳତା ମିଳିବ। ପିଲାମାନଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ। ପ୍ରତିକାର- ଗାଈକୁ ସଦ୍ୟ ଘାସ ଖାଇବାକୁ ଦିଅନ୍ତୁ।