ଅକ୍ଟୋବର ୨, ୨୦୧୮, ମଙ୍ଗଳବାର – ଆଜିର ରାଶିଫଳ – ଆଜି ଦିନଟି କିପରି କଟିବ : ଏହି 4ଟି ରାଶିର ଆଜି ଧନପ୍ରାପ୍ତି ଯୋଗ ଅଛି।

ଆଜିର ରାଶିଫଳ, ୨ ଅକ୍ଟୋବର ୨୦୧୮

ମେଷ:-

କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ। ସମ୍ମାନର ସହିତ ଦିନଚର୍ଯ୍ୟା କରି ଚଳିବାରେ ବାଧା ଉପୁଜିବ ନାହିଁ। ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି  ବେଶ୍ ଆନନ୍ଦ ଅନୁଭବ କରିବେ। ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। ପ୍ରତିକାର-ପିତା ମାତା ଓ ଗୁରୁଙ୍କ ଆଜ୍ଞା ପାଳନ କରନ୍ତୁ।

ବୃଷ:-

ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ମହିଳାମାନଙ୍କର ମାନସିକ ଚାପବୃଦ୍ଧି ଓ ସ୍ୱାସ୍ଥ୍ୟ ସଙ୍କଟ ଦୂରେଇ ଯିବ। ରାଜନୀତି କ୍ଷେତ୍ରରେ କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। ପାରିବାରିକ କ୍ଷେତ୍ରରେ ଗୋଟିଏ ପାଖରେ ଶ୍ଣେହ ଶ୍ରଦ୍ଧାର ସ୍ରୋତ ଛୁଟୁଥିଲାବେଳେ ଅନ୍ୟ ପାଖରେ ଉପେକ୍ଷା ଓ ଅଶାନ୍ତିର ନିଆଁ କୁହୁଳିପାରେ। ପ୍ରତିକାର-ଅସହାୟଙ୍କୁ ନିରାଶ କରିବେ ନାହିଁ।

ମିଥୁନ:-

ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ। ମହିଳାମାନେ ଦୂର ଯାତ୍ରା ଫଳରେ ସ୍ୱାସ୍ଥ୍ୟ ପ୍ରଭାବିତ ହେବ ଏବଂ ଦୁର୍ବଳ ଅନୁଭବ କରିବେ। ଛାତ୍ର-ଛାତ୍ରୀମାନଙ୍କର ବିଦ୍ୟାରେ ଉନ୍ନତି ଘଟିବ। ପ୍ରତିକାର- ଅସହାୟକୁ ଖାଦ୍ୟ ଦିଅନ୍ତୁ।

କର୍କଟ:-

ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ଚାକିରି କ୍ଷେତ୍ରରେ ଉନ୍ନତିର ସୂଚନା ପାଇବେ। ପ୍ରବାସରେ  ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ। ବ୍ୟବସାୟକ୍ଷେତ୍ରରେ ଅନେକ ସୂତ୍ରରୁ କିଛି ଧନ ପାଇବାର ଯୋଗ ଅଛି। ରାଜନୀତି କ୍ଷେତ୍ରରେ କାର୍ଯ୍ୟଭାର ବହନ କରି ଯାତ୍ରା କରିବାକୁ ପଡ଼ିବ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

ରୋଡ଼ ପତିରୁ ହେଇଯାଅନ୍ତୁ କରୋଡ଼ ପତି ବାସ କରନ୍ତୁ ଏହି କାମ ।

ସିଂହ:-

ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ରାଜନୀତିରେ କାର୍ଯ୍ୟରେ ପ୍ରେରଣା ଓ ଉତ୍ସାହ ପ୍ରାପ୍ତି ହେବ। କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ମହିଳାମାନଙ୍କର ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ଛାତ୍ର-ଛାତ୍ରୀମାନେ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

କନ୍ୟା:-

ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ। ବ୍ୟବସାୟ କ୍ଷେତ୍ରରେ ଆୟ ବୃଦ୍ଧି ହେବା ଫଳରେ କ୍ଳାନ୍ତି ଓ ଅବସନ୍ନତା ଜନିତ ଆଳସ୍ୟଭାବ ଦୂରେଇଯିବ। ଛାତ୍ର-ଛାତ୍ରୀମାନଙ୍କର ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ। ମହିଳାମାନଙ୍କର ସାଙ୍ଗସାଥିମାନେ ସାହାଯ୍ୟ କରିବେ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। କର୍ମକ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ତୁଳା:-

ବ୍ୟବସାୟକ୍ଷେତ୍ରରେ କାରବାରର ଗତି ରୀତିରେ ପରିବର୍ତ୍ତନର ଆଶଙ୍କା ନାହିଁ। କର୍ମକ୍ଷେତ୍ରରେ ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବେ। ମାଲିମୋକଦ୍ଦମାରେ ନିଜ ପକ୍ଷ ସବଳ ରହିବ। ମହିଳାମାନେ ବନ୍ଧୁକୁଟୁମ୍ବଙ୍କ ପକ୍ଷରୁ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ପ୍ରତିକାର- ଗ୍ରାମ୍ୟ ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

ବିଛା:-

ଛାତ୍ର-ଛାତ୍ରୀମାନଙ୍କର ବିଦ୍ୟାରେ ଉନ୍ନତି ଘଟିବ। କର୍ମକ୍ଷେତ୍ରଟି ସୁଦୃଢ ହେବ। ଦୂର ଯାତ୍ରା ଫଳରେ ସ୍ୱାସ୍ଥ୍ୟ ପ୍ରଭାବିତ ହେବ ଏବଂ ଦୁର୍ବଳ ଅନୁଭବ କରିବେ। ପ୍ରମୋଶନ ସୂଚନାପାଇ ଖୁସି ହେବେ କିନ୍ତୁ ଅସନ୍ତୋଷ, ଭ୍ରମଣକାଳରେ କ୍ଲେଶ, ସହକର୍ମୀଙ୍କସହ ବିବାଦ ଦେଖାଦେଇ ପାରେ। ପରିବାର ଜନଙ୍କ ପାଇଁ ଅଚାନକ ଖର୍ଚ୍ଚ ହେବ। ଯାହାର ବେଶି ଉପକାର କରିବେ ତାହାଦ୍ୱାରା ବେଶି ଆଘାତ ପାଇବେ। ସ୍ୱାସ୍ଥ୍ୟପାଇଁ ଚିନ୍ତିତ ରହିବେ। ପ୍ରତିକାର:-ଆରାଧ୍ୟା ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

ଧନୁ:-

ପାରିବାରିକ ଏବଂ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବ୍ୟବସାୟକ୍ଷେତ୍ରରେ ବୃତ୍ତିଗତ ଦୃଷ୍ଟିରୁ ପରିଶ୍ରମ ବୃଦ୍ଧି ପାଇବା ଫଳରେ ସୁଖ ଶାନ୍ତି ବର୍ଦ୍ଧିତ ହେବ ଓ ସୁରକ୍ଷିତ ରହିବେ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ରାଜନୀତିରେ କୃତକାର୍ଯ୍ୟ ହେବେ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମକର:-

କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବ। ନୂତନକର୍ମପ୍ରାପ୍ତିର ସୂଚନା ପାଇବେ। ବ୍ୟବସାୟକ୍ଷେତ୍ରରେ ପୁଞ୍ଜିଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ପରିବାରର ସମସ୍ୟାର ସମାଧାନ ହୋଇଯିବ। ରାଜନୀତି କ୍ଷେତ୍ରରେ ସାମାଜିକ କଲ୍ୟାଣ ଓ ଜୀବନସ୍ତର ପରିବର୍ତ୍ତନର ଉଦ୍ୟମ କରିବେ। ମହିଳା ମାନେ କର୍ତ୍ତବ୍ୟ ନିଷ୍ଠାରୁ ଯଶ- ପ୍ରଶଂସାର ଅଧିକାରିଣୀ ହେବେ। ପ୍ରତିକାର- ଚଣାଡାଲି କିଛି ମନ୍ଦିରରେ ଦାନ କରନ୍ତୁ।

କୁମ୍ଭ-

ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ବ୍ୟବସାୟରେ  ଉଧାର ଦେଇ ଫେରି ପାଇବା ସହଜ ହେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ପରୀକ୍ଷା, ପ୍ରତିଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ। ପାରିବାରିକ ସ୍ତରରେ ସ୍ଵାର୍ଥ ପ୍ରବୃତ୍ତିର ଅଧୀନ ହୋଇ ସମ୍ପର୍କର ମଧୁର ସ୍ଵାଦରୁ ବଞ୍ଚିତ ହୋଇ ପାରନ୍ତି। ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ। ପ୍ରତିକାର:-ଆରାଧ୍ୟା ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

ମୀନ-

ମହିଳାମାନଙ୍କର ଦାମ୍ପତ୍ୟ କଳହ ସମସ୍ୟାର ସମାଧାନ ହୋଇଯିବ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ବୃଦ୍ଧିହେବ। ଦୂରଯାତ୍ରାର ସୁଯୋଗ ପାଇବେ। ଜାଗା, ଜମି, ଗୃହପୋକରଣ କ୍ରୟ କରିବେ। ଆୟ ଉପାର୍ଜନରେ ବାଧା ନାହିଁ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ବକେୟା ଅର୍ଥ କିଛି ମିଳିବ। ମାନସିକ ଶାନ୍ତି ଓ  ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବ। ପାରିବାରିକକ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ। ପ୍ରତିକାର :-  ଅସହାୟଙ୍କର ସେବାକରି ଆଶୀର୍ବାଦ ଭିକ୍ଷା କରନ୍ତୁ।

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri, 993755198