ଅକ୍ଟୋବର ୮, ୨୦୧୮, ସୋମବାର – ଆଜିର ରାଶିଫଳ – ଆଜି ଦିନଟି କିପରି କଟିବ

ଆଜିର ରାଶିଫଳ, ୮ ଅକ୍ଟୋବର ୨୦୧୮

ମେଷ:-

ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ। ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବ। ନୂତନ ଲୋକଙ୍କ ସହିତ ଭେଟ ହେବ। ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଆଜି ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ପ୍ରତିକାର-ପିତା ମାତାଙ୍କ ଆଜ୍ଞା ପାଳନ କରନ୍ତୁ।

ବୃଷ:-

ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡିବ। ଅନେକ ସମସ୍ୟାର ସମାଧାନ ହୋଇ ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ। ରାଜନୀତି କ୍ଷେତ୍ରରେ ଧୈର୍ଯ୍ୟ ଓ ସଂଯମ ରଖିବା ଆବଶ୍ୟକ ଅଟେ। ଛାତ୍ର-ଛାତ୍ରୀମାନେ ଦୁଃଖୀ ଲୋକଙ୍କୁ ସାହାଯ୍ୟ କରିବେ। ଭାବନାର  ବଶୀଭୂତ ହୋଇ ଅମିନୀ, ଜାମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ। ପ୍ରତିକାର-ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।

ମିଥୁନ:-

ବେମାର, ବୃଦ୍ଧଜନ ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ। ଦୂରଯାତ୍ରା କରିବା ଦ୍ଵାରା ବହୁତ ଲାଭ ମିଳିବ। ନିଜର ନୂଆଲକ୍ଷ ନିର୍ଦ୍ଧାରିତ କରିବେ। ମନ ଲଗାଇ କାର୍ଯ୍ୟ ମଧ୍ୟ କରିବେ। କେତେକ ନୂଆ ସମସ୍ୟାର ସମ୍ମୁଖୀନ ହେଲେବି ନିଜର ବୁଦ୍ଧି, ବିବେକ ଖଟାଇ ସମାଧାନ କରିପାରିବେ। ଆମୋଦ ପ୍ରମୋଦ, ମନୋରଞ୍ଜନ, ଦୀର୍ଘଯାତ୍ରା, ଛୋଟ ବଡ ମିଟିଙ୍ଗୀରେ ଯୋଗ ଦେବେ। ଶିକ୍ଷାକ୍ଷେତ୍ରରେ ଉଚ୍ଚଶ୍ରେଣୀ ପାଇବେ ଏବଂ ଉଚ୍ଚଶିକ୍ଷା ପାଇବାର ସୁଯୋଗ ମଧ୍ୟ ପାଇପାରିବେ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

କର୍କଟ:-

ବିଗିଡିଯାଇଥିବା କାର୍ଯ୍ୟ ସୁଧୁରିଯିବ। ନିବେଶ ପାଇଁ ସମୟ ଉପଯୁକ୍ତ ଅଟେ। ଯେ କୌଣସି ପରୀକ୍ଷା ବା ସାକ୍ଷାତ୍କାରର ପରିଣାମ ଆପଣଙ୍କ ସପକ୍ଷରେ ରହିବ। ଘର ପରିବାରରେ କୌଣସି ଖୁସି ପ୍ରସଙ୍ଗ ଆସିବ। ମହିଳାମାନେ ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। ଶତୃମାନେ ଦୂରେଇ ଯିବେ।  କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। ସରକାରୀ କ୍ଷେତ୍ରରେ ସଫଳତା ମିଳିବ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ସିଂହ:-

ଆଧ୍ୟାତ୍ମିକ ବା ଧାର୍ମିକ କ୍ଷେତ୍ରରେ ଯୋଗଦେବେ। ବ୍ୟାଙ୍କ, ବୀମା, ନିବେଶ ପରି ଆର୍ଥିକ ଗତିବିଧିରେ ବ୍ୟସ୍ତ ରହିବେ। ବ୍ୟବସାୟ ସମ୍ବନ୍ଧୀୟ  ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡିବ। କର୍ମ କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ। ସନ୍ତାନର ସୁ-ଖବର ଶୁଣି ଖୁସି ହେବେ। ସାମାନ୍ୟ କଥାରେ ଅଯଥା ତର୍କ ନକରି ଶାନ୍ତ ରହିବା ଉଚିତ୍। କୌଣସି କ୍ଷେତ୍ରରେ ଆଗକୁହା ନ ହୋଇ କର୍ମନିଷ୍ଠା ମଧ୍ୟରେ ନିଜକୁ ସୀମିତ ରଖିବା ହିତକର। ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

କନ୍ୟା:-

କର୍ମକ୍ଷେତ୍ରରେ ଉନ୍ନତିମୂଳକ ପଦକ୍ଷେପ ନେଇ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ। ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଶାରିରୀକ ଅସୁସ୍ଥତା ଦୂରହେବ। ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ। ଫୋନ, ମୋବାଇଲ୍, ଇଣ୍ଟରନେଟ୍ ରେ ପୁରୁଣା ମିତ୍ରଙ୍କ ଦ୍ଵାରା ସୁସମ୍ବାଦ ପ୍ରାପ୍ତି ହେବ। ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ। ବାଦ-ବିବାଦ, ପ୍ରତିଯୋଗୀତା-ପରୀକ୍ଷା ଓ ମାଲିମୋକଦ୍ଦମାର ସମାଧାନ ହେବ। ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସିବ। ପ୍ରତିକାର- ଇଷ୍ଟ ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

ତୁଳା:-

ନୂତନ ବନ୍ଧୁ ଭେଟ ହେବେ ଓ ଶୁଭ ସମାଚାର ଶୁଣିବାକୁ ମିଳିବ। ବିତିଯାଇଥିବା ମାମଲାରେ ମଧ୍ୟ ସଫଳତା ମିଳିବ। କାର୍ଯ୍ୟ କ୍ଷେତ୍ରରେ ଲାଭ ଉଠେଇବେ। ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁଁ ନୂତନ ବ୍ୟବସାୟର ଯୋଜନା କରିବେ। ପ୍ରେମସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୁରତା ସୃଷ୍ଟି ହୋଇ ସମ୍ବନ୍ଧରେ ପ୍ରଗାଢତା ଆସିବ। ମହିଳାଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ଗୃହପାଳିତ ପଶୁ ଓ ଯାନବାହାନ  ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ। ପ୍ରତିକାର- ଚଣାଡାଲି ଓ ଗୁଡ ମନ୍ଦିରରେ ଦାନ କରନ୍ତୁ।

ବିଛା:-

ବ୍ୟବସାୟୀମାନେ ଧନଲାଭ କରିବାର ସୁଯୋଗ ପାଇବେ। ଶତୃମାନେ ମିତ୍ରଭାବ ଆଚରଣ କରିବେ। ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ବାଦବିବାଦ, ପ୍ରତିଯୋଗିତାପରୀକ୍ଷା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳହେବେ। ମିତ୍ରଙ୍କ ସାହାଯ୍ୟ ଦ୍ଵାରା ସୁଖ ସମୃଦ୍ଧି ବୃଦ୍ଧି ହେବ ଓ  ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। ସ୍ୱାସ୍ଥ୍ୟରେ ସୁଧାର ଆସିବ। ବିପରୀତ ଲିଙ୍ଗୀଙ୍କ ସହଯୋଗ ଦ୍ଵାରା ଆଗକୁ ବଢିବେ। ଜାଗା, ଜମି, ସ୍ଵର୍ଣ୍ଣ ଅଳଙ୍କାର ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବେ। ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ।

ଧନୁ:-

ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ।  କର୍ମ କ୍ଷେତ୍ରରେ ସହଯୋଗୀମାନଙ୍କ ଯୋଗୁଁ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବାର ସୁଯୋଗ ପାଇବେ। କର୍ମସନ୍ଧିତ୍ସୁମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ।  ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ। ନୂଆ ଲକ୍ଷକୁ ନିର୍ଦ୍ଦାରିତ କରିପାରିବେ। ନୂତନ ବସ୍ତୁ କ୍ରୟ କରିବେ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମକର:-

ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ। କୋର୍ଟ-କଚେରୀ ମାମଲା ଓ ବିବାଦ ଆପଣଙ୍କ ସପକ୍ଷରେ ଯିବ। ପ୍ରତିଯୋଗିତା ପରୀକ୍ଷା, ବାଦବିବାଦ ଓ ମାଲିମୋକଦ୍ଦମାରେ ସଫଳତା ମିଳିବ। ନିଜର ଆତ୍ମନିରୀକ୍ଷଣ ଦ୍ଵାରା ସାମାଜିକ କଲ୍ୟାଣ ଓ ଜୀବନସ୍ତର ପରିବର୍ତ୍ତନ ହେବ। ଅଚାନକ ଧନ ପ୍ରାପ୍ତି ହେବ ଓ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। ଉଚ୍ଚଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ଧର୍ମ-କର୍ମରେ ରୁଚି ରହିବ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଲଗାନ୍ତୁ।

କୁମ୍ଭ:-

ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ସନ୍ତାନ ପକ୍ଷର ଚିନ୍ତା ଦୂର ହୋଇଯିବ। ସ୍ଥାନାନ୍ତର ହେବାକୁ ଚାହୁଁଥିଲେ, ଆଜି ଚେଷ୍ଟାକଲେ ଉତ୍ତମ ସ୍ଥାନରେ ଅବସ୍ଥାପିତ ହେବେ। ପୁରାତନରୋଗ ପ୍ରକୋପରେ ଶରୀରକଷ୍ଟ ଭୋଗ କରିବେ। କର୍ମକ୍ଷେତ୍ରରେ ବାଧା ଦେଖାଦେବ। ପାରିବାରିକ ସ୍ଥିତିର ଅବ୍ୟବସ୍ଥିତତାକୁ ଆଧାର କରି କ୍ଷୋଭ, ଅବଶୋଷ, ଅପମାନରେ ଜର୍ଜରିତ ହେବେ। ଅଳ୍ପକେ ଦୁର୍ଘଟଣାରୁ ରକ୍ଷା ପାଇବେ। ପ୍ରତିକାର- ଆରାଧ୍ୟଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

ମୀନ:-

ପରିବାରରେ ସୁସ୍ଥ ବାତାବରଣ ଜାରିରହିବ। ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ଜାଗା, ଜମି, ଗୃହପୋକରଣ କ୍ରୟ କରିବେ। ଆୟ ଉପାର୍ଜନରେ ବାଧା ନାହିଁ। ଜନ ସେବାରେ ନିଜକୁ ନିୟୋଜିତ କରିବେ। ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ। କର୍ମ କ୍ଷେତ୍ରରେ ଉଚ୍ଚଅଧିକାରୀ ସହକର୍ମୀଙ୍କ ସହ ବାଦବିବାଦ ମେଣ୍ଟିଯିବ। ଇଛାକରିଥିବା ସଂସ୍ଥାରେ ନୂତନ କର୍ମପ୍ରାପ୍ତି ହେବ। ମହିଳାମାନଙ୍କର ଧାର୍ମିକ କାର୍ଯ୍ୟରେ ରୁଚିବୃଦ୍ଧି ପାଇବ। ପ୍ରତିକାର- ଗାଈକୁ କିଛି ଖାଦ୍ୟ ଦିଅନ୍ତୁ।

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri, 993755198