ଆଜିର ଦିନଟି କେମିତି କଟିବ ଆପଣଙ୍କ ପାଇଁ? ୧୨ ଜାନୁୟାରୀ, ୨୦୧୮

Today Horoscope: 12 January, 2018

ଆଜିର ରାଶିଫଳ: ୧୨ ଜାନୁୟାରୀ, ୨୦୧୮

ମେଷ-

ଆଜି ଆପଣ ନିଜ ଶାରୀରିକ ସୁନ୍ଦରତା ଆଡ଼କୁ ବହୁତ ଧ୍ୟାନ ଦେବେ, ଆପଣ ନିଜ ମନପସନ୍ଦର ପୋଷାକ ପିନ୍ଧିବେ ଓ ବହୁତ ସମୟ ଧରି ନିଜ କେଶ ସଜାଇବେ । ଆପଣଙ୍କ ଏହି ନୂଆ ରୂପକୁ ଦେଖି ଲୋକେ ଆପଣଙ୍କ ପ୍ରଶଂସା କରିବେ ।

ବୃଷ-

ଆଜି ଆପଣଙ୍କୁ ନିଜର ସମ୍ପ୍ରେକ୍ଷଣ କଳାର ଉପଯୋଗ କରିବାକୁ ହେବ, ଆଜି ଆପଣ ନିଜକୁ ନିଜେ ହୁଏତ ଏକ ଅସୁବିଧା ପରିସ୍ଥିତିରେ ପାଇବେ, ଯାହାକି ଅନ୍ୟଙ୍କ ଦ୍ୱାରା ସୃଷ୍ଟି କରାଯାଇଛି ।

ମିଥୁନ-

ବର୍ତ୍ତମାନ ଉଚ୍ଚପଦସ୍ଥ ଅଧିକାରୀମାନଙ୍କ ସହ କୌଣସି ପ୍ରକାର ମନୋମାଳିନ୍ୟରୁ ଦୂରେଇ ରୁହନ୍ତୁ । ବିଶେଷକରି ଯେତେବେଳେ ଆପଣଙ୍କୁ ତାଙ୍କଠାରୁ କୌଣସି କାମର ସ୍ୱୀକୃତି ଦରକାର ହେଉଛି ।

କର୍କଟ-

ଆଜି ଆପଣଙ୍କୁ ନିଜର ସାଙ୍ଗମାନଙ୍କ ମଧ୍ୟରେ ଥିବା ସମ୍ପର୍କକୁ ଦେଖିବା ଆବଶ୍ୟକ ଅଟେ । ହୁଏତ ଆପଣଙ୍କ ମଧ୍ୟରେ ଇର୍ଷା ସୃଷ୍ଟି ହେଉଛି ଯାହାକି ଆଗକୁ ଯାଇ କ୍ଷତିକାରକ ହୋଇପାରେ ।

ସିଂହ-

ଆଜି ଆପଣ ନିଜକୁ ପରିସ୍ଥିତି ସହିତ ଖାପଖୁଆଇ ଚ଼ଳିବାକୁ ଚ଼େଷ୍ଟା କରନ୍ତୁ । ଅସୁବିଧାଟି ଆସୁଥିବ ଏବଂ ଯାଉଥିବ କିନ୍ତୁ ଆପଣ ଏହାଜାଣିସାରିଛନ୍ତି ସକାରାତ୍ମକ ଭାବନା ରଖିଲେ ଆମେ ଆମ ଅସୁବିଧା ଗୁଡ଼ିକୁ ଭଲ ଭାବରେ ସମ୍ଭାଳି ପାରିବା ।

କନ୍ୟା-

ଆଜି ଆପଣ ନିଜର ବନ୍ଧୁମାନଙ୍କ କଥା ନଶୁଣି ,ନିଜର ହୃଦୟ କଥା ଶୁଣନ୍ତୁ ।ଆପଣଙ୍କ ଅନ୍ତରର ବାଣି ହିଁ ଆପଣଙ୍କୁ ନୂତନ ଦିଗଦର୍ଶନ ଦେବ ।ଆପଣ ନିଜେ ହିଁ
ନିଜକୁ ଆଗେଇ ନେବାରେ ସାହାୟକ ହୋଇଛନ୍ତି ଏବଂ ଏବେ ଆପଣଙ୍କୁ ସଠିକ୍ ନିର୍ଣ୍ଣୟ ନେବା ଉଚ଼ିତ୍ ।

ତୁଳା-

ଆଜି ନିଜ ଲୋକମାନଙ୍କ ସହିତ ମିସିବାର ସମ୍ଭାବନା ହୋଇପାରେ । ଏହା ଆପଣଙ୍କୁ ହଠାତ୍ ଖୁସି ଆଣିଦେବ ଆପଣଙ୍କର ପୁରୁଣା ବନ୍ଧୁ ଆପଣଙ୍କର ହୃଦୟର ବହୁତ ନିକଟତର ଅଟନ୍ତି ।

ବିଛା-

ଆପଣ ଭଗବାନଙ୍କ ସହ ନିଜ ସମ୍ପର୍କ ଜାଣିବାକୁ ଚାହିଁବେ,ଏତଦ୍ୱାରା ଆଜି ଆପଣଙ୍କୁ ଏହା ଜାଣିବାରେ ସାହାଯ୍ୟ ମିଳିବ ଯେ ଯାହା ଆଜି ଆପଣଙ୍କ ସହିତ ହେଉଛି ତାହା କାହିଁକି ହେଉଛି ଓ କେମିତି ଆଜି ଆପଣଙ୍କ ନିଜ ଜୀବନକୁ ଆହୁରି ସୁନ୍ଦର ମନେଇପାରିବେ ।

ଧନୁ-

ଆଜି ଆପଣଙ୍କ ପରିବାରର କୌଣସି ସଦସ୍ୟଙ୍କ ପରାମର୍ଶ ଆପଣଙ୍କୁ ଠିକ୍ ଲାଗି ନ ପାରେ । ଏହାର ପ୍ରଭାବ ଆପଣଙ୍କ ଉପରେ ପଡ଼ିଲେ ମଧ୍ୟ ଆପଣ ଏହି ବିଷୟରେ କିଛି କରିପାରିବେ ନାହିଁ ।

ମକର-

ଆପଣ ଏବଂ ଆପଣଙ୍କର ସାଙ୍ଗ ମଧ୍ୟରେ ଥିବା ସମ୍ପର୍କରେ ଅଧିକ ଦୃଢତା ଆସିବ ।ଆପଣଙ୍କ ମଧ୍ୟରେ ଚିନ୍ତାଧାରାରେ ବହୁତ ସାମଞ୍ଜସ୍ୟ ଥିବାରୁ ଏକା ସାଂଗରେ ସମୟ କଟାଇବାକୁ ବହୁତ ଭଲ ଲାଗିବ । ଏହି ସମ୍ପର୍କକୁ ଏହି ଭଳି ବଜାଇ ରଖନ୍ତୁ ।

କୁମ୍ଭ-

ଆଜି ଆପଣଙ୍କର ଭାଗ୍ୟହିଁ ଆପଣଙ୍କୁ ସଫଳତା ଦେବ । ଆଜି ସବୁ କିଛି ଆପଣଙ୍କର ଇଚ୍ଛା ଅନୁସାରେ ହିଁ ହେବ । ଆପଣଙ୍କୁ ଲାଗିବ ସବୁକିଛି ଆପଣଙ୍କ ପରିଶ୍ରମରେ ନହୋଇ ଆପଣଙ୍କ ଭାଗ୍ୟ ଯୋଗୁଁ ହେଉଛି । ଏହି ସୁଯୋଗର ସମ୍ପୁର୍ଣ୍ଣ ରୂପେ ଲାଭ ଉଠାନ୍ତୁ ।

ମୀନ-

ଆଜି ଆପଣ କୌଣସି ଖୁସି ଖବର ଶୁଣିବା ପାଇଁ ପ୍ରସ୍ତୁତ ହୋଇଯାଆନ୍ତୁ । ଆଜି ଆପଣଙ୍କୁ ନିଜ ଲୋକଙ୍କ ଠାରୁ କୌଣସି ଖୁସି ଖବର ମିଳିପାରେ । ଆଜି ଆପଣଙ୍କର ଦିନଟି ବହୁତ ଭଲରେ କଟିବ । ଏହି ସମୟଟି ଆପଣ ନିଜ ଲୋକଙ୍କ ସହିତ କଟାଇ ପାରନ୍ତି ।