ଆଜିର ଦିନଟି କେମିତି କଟିବ ଆପଣଙ୍କ ପାଇଁ? ୮ ଜାନୁୟାରୀ, ୨୦୧୮

ଆଜିର ରାଶିଫଳ: ୮ ଜାନୁୟାରୀ, ୨୦୧୮

ମେଷ- ଏହି ସମୟ ନିଜ ସାଙ୍ଗ ସାଙ୍ଗରେ କୌଣସି କଳି କଜିଆରେ ପଡ଼ନ୍ତୁ ନାହିଁ । ବୋଧ ହୁଏ ସମସ୍ତେ ଚ଼ିନ୍ତାର ସମ୍ମୁଖୀନ ହୋଇଛନ୍ତି, ଯାହାର କାରଣ ଚ଼ିନ୍ତାର ପରିବେଶ ସୃଷ୍ଟି ହୋଇଛି ।

ବୃଷ- ଆପଣ ଆସୁବିଧାରେ ପଡ଼ୁଥିବା ପରିସ୍ଥିତିରୁ ଦୂରେଇ ରୁହନ୍ତୁ । କୌଣସି ବେକାର କାର୍ଯ୍ୟରେ ପଡ଼ନ୍ତୁ ନାହିଁ ଏବଂ ନିଜର ସକାରାତ୍ମକ ଚ଼ିନ୍ତା ଧାରା ବଜାୟ ରଖନ୍ତୁ । ଯାହା ଆପଣ ହୋଇପାରିବେ ନାହିଁ ତାହା ହେବା ପାଇଁ ଚ଼େଷ୍ଟା କରନ୍ତୁ ନାହିଁ ।

ମିଥୁନ- ଆଜି ଆପଣ ଆରାମ କରନ୍ତୁ । ନିଜ ଚ଼ତୁଃପାର୍ଶ୍ୱର ଲୋକମାନଙ୍କ ସହିତ ମଜ୍ଜା କରନ୍ତୁ । ଏହି ସମ୍ପର୍କ ସବୁରୁ ଆପଣଙ୍କୁ ଭବିଷ୍ୟତରେ ବହୁତ ଲାଭ ହେବ । ଆପଣ ଆପଣଙ୍କ ଘର ଲୋକଙ୍କ ସହ ମଧ୍ୟ ଏକ ଗଭୀର ସମ୍ପର୍କ ମୁଳଦୁଆ ରଖିଛନ୍ତି ।

କର୍କଟ- ଭବିଷ୍ୟତର ଯୋଜନା କରିବା ପାଇଁ ଏହି ସମୟ ଉପଯୁକ୍ତ । ଆପଣଙ୍କ ମଧ୍ୟରୁ ଯେଉଁ ଲୋକମାନେ ଖରାପ ପରିସ୍ଥିତିର ସାମ୍ନାକରୁଛନ୍ତି, ସେମାନେ ନିଜର ରଣନୀତିରେ ପରିବର୍ତ୍ତନ ଆଣିବା ଉଚ଼ିତ୍ । ଏହା ଦ୍ୱାରା ଆପଣ ସହଜରେ ଲକ୍ଷ ପ୍ରାପ୍ତି କରିପାରିବେ ।

ସିଂହ- ଆଜି ଆପଣଙ୍କର ଘର ଉପରେ ଖୁସି ବିଛାଇ ହୋଇଥିବ । ଏହି ଅବସରର ଲାଭ ଉଠାଇବା ସହିତ ଆପଣ ସେହି ଲୋକଙ୍କ ସହିତ ମିସିପାରିବେ ଯାହାକୁ ଆପଣ ଅଧିକ ସମୟ ଧରି ମିସି ନଥିବେ । ଆଜି ଆପଣ ସବୁ ଅସୁବିଧାକୁ ଗୋଟିଏ ଆଡକୁ ରଖି ନିଅନ୍ତୁ ।

କନ୍ୟା- ଆପଣ ଏ ପରିସ୍ଥିତିରେ ଅଛନ୍ତି ଯେ ଆପଣଙ୍କୁ ଅନେକ ଅଧିକାର ଓ କ୍ଷମତା ମିଳିବ । ଏଥିରେ ଆପଣଙ୍କୁ ବହୁତ ଆନନ୍ଦ ମିଳିବ କିନ୍ତୁ ଏହା ଧ୍ୟାନ ରଖିବା ଉଚ଼ିତ୍ ଯେ ଏହି ଅଧିକାର ସହିତ ଆପଣଙ୍କୁ ଅତିରିକ୍ତ ଦାୟୀତ୍ତ୍ୱ ମଧ୍ୟ ମିଳିବ ।

ତୁଳା- ଆଜି ଆପଣ ଉଭୟ ଶାରିରୀକ ଓ ମାନସିକ ରୂପେ ସୁସ୍ଥ ରହିବେ । ଘର ହେଉ ବା କାର୍ଯ୍ୟକ୍ଷେତ୍ର , ଆପଣଙ୍କ ଆକର୍ଷଣୀୟ ବ୍ୟକ୍ତିତ୍ୱ ସମସ୍ତଙ୍କୁ ଖୁସି କରିଦେବ । ଶାରିରୀକ ଓ ମାନସିକ ସୁସ୍ଥତା ହେତୁ ଉଭୟ ଆପଣଙ୍କ ଉତ୍ପାଦନ ଓ ଗୁଣବତ୍ତା ବଢ଼ିଯ଼ିବ ।

ବିଛା- ଆଜି ଆପଣଙ୍କ ମନ କୌଣସି ତୀର୍ଥ ଯାତ୍ରାରେ ଯିବାକୁ କହୁଛି । ଆଜି ଆପଣ ଦେବ କାର୍ଯ୍ୟରେ ମନ ନିବେଶ କରିବେ । ଆପଣ ନିଜ ଜୀବନରେ ଧର୍ମର ମହତ୍ତ୍ୱ ଚାହୁଁଛନ୍ତି । ଏହି ପଥରେ ଜୀବନ ଧାରା ନେଲେ ସୁଖ ଓ ଶାନ୍ତି ମିଳିବ ।

ଧନୁ- ବିଦେଶରୁ ଆସୁଥିବା ଖବର ଜରୁରୀ ନୁହେଁ ଯେ ଆପଣଙ୍କ ପାଇଁ ଶୁଭ ହେବ । ଯେଉଁ ଖବର ପାଇଁ ଆପଣ ଆଶାୟୀ ଥିଲେ ସେ ଖବର ହୁଏତ ଆପଣଙ୍କୁ ମିଳି ନପାରେ । ଧର୍ଯ୍ୟ ଧରି ପରିସ୍ଥିତିକୁ ବୁଝିବାକୁ ଚେଷ୍ଟା କରନ୍ତୁ ।

ମକର- କିଛି ସମୟରୁ ଆପଣଙ୍କ ଘରେ ଛୋଟଛୋଟ କଥାକୁ ନେଇ ଝଗଡା ସୃଷ୍ଟି ହେଉଛି । କିନ୍ତୁ ଆଜି ଆପଣ ଏହି ଝଗଡାକୁ ସମାପ୍ତ କରି ହିଁ ଦିଅନ୍ତୁ । ଆଜି ଆପଣ ନିଜର ଚେଷ୍ଟାରେ ଏହି କାର୍ଯ୍ୟଟି କରି ହିଁ ନିଅନ୍ତୁ ।

କୁମ୍ଭ- ପରିସ୍ଥିତି ଯେମିତି ହେଉ ମଧ୍ୟ ଆପଣ ଘରର ଶାନ୍ତି ଭଙ୍ଗ ହବାକୁ ଦିଅନ୍ତୁ ନାହିଁ । ନିଜ କ୍ରୋଧକୁ ନିଜ ଭିତରେ ରଖିବା ହିଁ ମଙ୍ଗଳ ।ଏହି କଳହ ଦ୍ୱାରା ଆପଣ ଲାଭବାନ ହେବେ ନାହିଁ ବରଂ ଏହା ଆପଣଙ୍କର ଅଧିକ ଚ଼ିନ୍ତାର କାରଣ ହେବ ।

ମୀନ- ଆଜି ଆପଣଙ୍କ ନିଜ ବନ୍ଧୁମାନଙ୍କ ମଧ୍ୟରେ ଥିବା ସମ୍ପର୍କ ଖୁସି ଆଣିଦେବ ।କୌଣସି ଭୁଲ ବୁଝାମଣା ଠିକ କରିବା ପାଇଁ ଚେଷ୍ଟା କରନ୍ତୁ । ଆଜି ସଫଳତା ହାସଲ କରିବେ । ଏହି ସମୟ ପୁରୁଣା ସ୍ମୃତିକୁ ମନେପକେଇବାର ସମୟ ଅଟେ ।