ଆଜିର ରାଶିଫଳ ଅକ୍ଟୋବର ୧୫, ୨୦୧୮: ସୋମବାର – ଜାଣନ୍ତୁ ଆଜି କାହାର ବଦଳିବ ଭାଗ୍ୟ, ପଢନ୍ତୁ ରାଶିଫଳ

ଆଜିର ରାଶିଫଳ, ୧୫ ଅକ୍ଟୋବର ୨୦୧୮

ମେଷ:-

କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ। ମାନସିକ ଅଶାନ୍ତି ଦୂର ହେବ। ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ବାଦ୍ୟଯନ୍ତ୍ର, ଚଳଚିତ୍ର, ଔଷଧ, ଶାଢ଼ୀ, ଷ୍ଟେସନାରୀ ଓ ସ୍ତ୍ରୀମାନଙ୍କର ବସ୍ତ୍ରାଭୂଷଣ ସୌଖୀନ ଦ୍ରବ୍ୟାଦି ବ୍ୟବସାୟରେ ଅଧିକଲାଭ କରିପାରିବେ। ଅଧାଥିବା କାର୍ଯ୍ୟ ପୂରଣ ହେବ। ଆର୍ଥୀକ ସ୍ୱଚ୍ଛଳତା ଦେଖା ଦେବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ପାଇବ। ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ବୃଷ:–

ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ସାମାଜିକ ପତିଆରା ଅମଳିନ ରହିବ। ଆୟ ଉପାର୍ଜନ ବୃଦ୍ଧି ହେବ। ଦୂରଯାତ୍ରାରେ ଅଚାନକ ଧନପ୍ରାପ୍ତି ହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ପାରିବାରିକକ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁରସ୍ୱାଦରୁ ବଞ୍ଚିତହେବେ। ଉଚ୍ଚଶିକ୍ଷା କ୍ଷେତ୍ରକୁ ମୁହଁ।ଇ ପାରିବେ। ତୀର୍ଥାଟନଯୋଗ ଥିବାରୁ ଯାତ୍ରାକାଳରେ ଯନ୍ତ୍ରଣା ଭୋଗିବେ। ଦାମ୍ପତ୍ୟ ସୁଖରେ ବାଧା ଆସିବ। ପ୍ରତିକାର- ଗାଈକୁ ଖାଇବାକୁ ଦିଅନ୍ତୁ।

ମିଥୁନ:–

ବିନା ପରିଶ୍ରମରେ ଧନପ୍ରାପ୍ତି ହେବ ଓ ଅନ୍ୟର ଉପକାରକରି ପ୍ରଶଂସିତ ହେବେ। ବ୍ୟବସାୟରେ ନୂତନଧାରା ଖୋଲି ଆଶାତୀତ ଲାଭ ପାଇବେ। ଶତୃମାନେ ତଳମୁହାଁ ହେବେ। ଆର୍ଥୀକ କ୍ଷେତ୍ରରେ ଉନ୍ନତି ଦେଖାଦେବ। ମାନସିକ ଦୁଃଶ୍ଚିନ୍ତା ଦୂର ହେବ। ନୂତନକର୍ମ ନିଯୁକ୍ତି ପାଇଁ ଚେଷ୍ଟା ସଫଳ ହେବ। ଦାମ୍ପତ୍ୟ ସୁଖରେ ସୁଖୀ ହେବେ। ଭୌତିକ ସୁଖ ସୁବିଧା ପ୍ରାପ୍ତିହେବ। ଇଲୋକ୍ଟ୍ରୋନିକ୍ସ ଉପକରଣ, ଉଚ୍ଚ ସ୍ତରୀୟ ବାହନ କ୍ରୟ କରିପାରିବେ। ଅଳସୁଆ ପ୍ରକୃତି ପ୍ରକାଶ ପାଇବା ଫଳରେ ସାମାନ୍ୟ କ୍ଷତି ସହିବେ। ପ୍ରତିକାର : ଗୋଟାମୁଗ ମନ୍ଦିରରେ ଦାନ କରନ୍ତୁ।

କର୍କଟ:–

ପ୍ରତିଯୋଗୀ ପରୀକ୍ଷାରେ ପରିମାଣ ଅନୁକୂଳ ହେବାଦ୍ୱାରା ଚାରିଗୁଣ ଖୁସି ବଢ଼ିଯିବ। ପ୍ରମୋଶନ, ବେତନ ବୃଦ୍ଧି, ଇଚ୍ଛିତ ସ୍ଥାନକୁ ସ୍ଥାନାନ୍ତରଣ, ଅଟକି ଥିବା ଅର୍ଥ ମିଳିଯିବ। ପୈତୃକ ସମ୍ପତ୍ତି ନେଇ ବିବାଦର ସମାଧାନ ହେବ। ଆତ୍ମୀୟ ମିତ୍ରଙ୍କ ସାହାଯ୍ୟରେ ବନ୍ଦ ଥିବା କାର୍ଯ୍ୟ ପୂରଣ ହେବ। ଉଚ୍ଚ ଶିକ୍ଷା ଅଧ୍ୟୟନ ପାଇଁ ବିଦେଶ ଯାତ୍ରା କରିବାର ଚିନ୍ତା କରିବେ। ସାମାଜିକ ପ୍ରତିଷ୍ଠା ବୃଦ୍ଧି ପାଇବ। ବନ୍ଧୁ ମିତ୍ର ଓ ସହକର୍ମୀଙ୍କ ଠାରୁ ଆଶାତୀତ ସହଯୋଗ ମିଳିବ। ପ୍ରତିକାର: ଗାଈକୁ ରୁଟି ଓ ଗୁଡ଼ ଖାଇବାକୁ ଦିଅନ୍ତୁ।

ସିଂହ:–

ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ  ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ବ୍ୟବସାୟରେ ନୂତନ ଯୋଜନା ପ୍ରସ୍ତୁତ କରି ଲାଭବାନ ହେବେ। ବାକିଥିବା ଅର୍ଥ ପ୍ରାପ୍ତି ହେବ। କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ। ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ କର୍ମ ନିଯୁକ୍ତି ପାଇବାର ଆଶାଉଜ୍ଜଳ ହେବ। ସ୍ୱାସ୍ଥ୍ୟରେ ଉନ୍ନତି, ବିଦ୍ୟାରେ ଯଥେଷ୍ଟ ଶୁଭଫଳ ପ୍ରାପ୍ତି ହେବ। ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ଓ ନିଜର ମାନ ସମ୍ମାନ ପଦ ମର୍ଯ୍ୟାଦା ବୃଦ୍ଧି ହେବ। ପ୍ରତିକାର-ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।

କନ୍ୟା:–

ରାଜନେତାମାନଙ୍କର ସାମାଜିକ  ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ। ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ ଓ ସନ୍ତାନସୁଖ ପ୍ରାପ୍ତି ହେବ। ବ୍ୟବସାୟରେ ସାମାନ୍ୟ ଲାଭପ୍ରାପ୍ତି ହେବ। ମହିଳାମାନେ ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ।  ଶତୃମାନେ ଦୂରେଇ ଯିବେ। କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। ପରିବାର ତଥା କୁଟୁମ୍ବରେ ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ ଖର୍ଚ୍ଚାନ୍ତ ହେବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ତୁଳା:–

ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ବ୍ୟବସାୟରେ  ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ। ଗୃହରେ ମାଙ୍ଗଳିକ କାର୍ଯ୍ୟରେ ଧନ ବ୍ୟୟହେବ। ସହକର୍ମୀମାନଙ୍କଠାରୁ ସାହାଯ୍ୟ ଓ  ସହଯୋଗ ପାଇବେ। କର୍ମ ନିଯୁକ୍ତି ପାଇଁ ଚେଷ୍ଟା କରୁଥିଲେ କର୍ମପ୍ରାପ୍ତି ହେବାର ସୂଚନା ପାଇବେ। ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ। ଦୂରଯାତ୍ରାକଲେ ସାଙ୍ଗରେ ପଇଡ଼ ନେଇ ଯାଆନ୍ତୁ। ପ୍ରତିକାର- ଇଷ୍ଟ ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

ବିଛା:–

ବ୍ୟବସାୟିକ ସ୍ଥିତି ବୃଦ୍ଧି ହେବା ଫଳରେ ଆଶାନୁରୂପ ଅର୍ଥାଗମ ହେବ। ସେୟାର ମାର୍କେଟ, ଲଟେରୀ, ଜୁଆ ଆଦିରେ ଅର୍ଥ ଖଟେଇଲେ ବିଶେଷ ଲାଭବାନ୍ ହେବେ। ନିରର୍ଥକ ମନସ୍ତାପ, ମାନସିକ ଅଶାନ୍ତି, ଅସ୍ଥିର ବିଚାର, କର୍ମକ୍ଷେତ୍ର ଓ ପରିବାର ପାଇଁ ଚିନ୍ତାର କାରଣ ହେବ। ନୂତନ ଚାକିରି ପାଇଁ ପ୍ରୟାସ ରତ ଯୁବକଯୁବତୀମାନେ ଉତ୍ସାହବର୍ଦ୍ଧକ ସମାଚାର ପାଇବେ। ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଆଜି ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ। ପ୍ରତିକାର- ଗୁଡ ରୁଟି ଗାଈକୁ ଖାଇବାକୁ ଦିଅନ୍ତୁ।

ଧନୁ:–

ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଶରୀର ସୁସ୍ଥ ରହିବ। ବନ୍ଧୁ ବାନ୍ଧବମାନଙ୍କର ସମାଗମ ହେବ। କର୍ମ କ୍ଷେତ୍ରରେ ସମ୍ମାନ ଲାଭ ସହ ନୂଆ ନୂଆ ଯୋଜନା ପ୍ରସ୍ତୁତ  କରିବେ। ପ୍ରତିଯୋଗି ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ କର୍ମ ନିଯୁକ୍ତି ପାଇବେ। ପାରିବାରିକ କ୍ଷେତ୍ରରେ ସୁଖଶାନ୍ତି ପ୍ରାପ୍ତି ହେବ। ଗୃହପାଳିତ ପଶୁ ଓ ଯାନବାହାନ  ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ସରକାରୀ କାମରେ ସଫଳତା ପାଇବେ।  ପ୍ରତିକାର: କେଶର, ହଳଦୀ ଘୋରି ମୁଣ୍ଡରେ ଲଗାନ୍ତୁ।

ମକର:–

ବାଦବିବାଦ ଓ ମାଲିମକଦ୍ଦମାର ଅବସାନ ହେବ। ବ୍ୟବସାୟ କ୍ଷେତ୍ରରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସାହାଯ୍ୟ ପାଇବେ। ସୁନା, ରୂପା, କଂସା, ପିତ୍ତଳ, ତେଜରାତି, ଷ୍ଟେସନାରୀ, ଔଷଧ ବ୍ୟବସାୟୀ ମାନଙ୍କର ଆଶାତିତ ଲାଭ ହେବ। କୌଣସି ଦୂର ସ୍ଥାନକୁ ଯାତ୍ରା କରିବେ। ଶରିର ସୁସ୍ଥ ରହିବ। ପ୍ରତିଯୋଗିତା ପରୀକ୍ଷା ରେ ସଫଳ ହୋଇ ସରକାରୀ କ୍ଷେତ୍ରରେ ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ। ଆୟଅପେକ୍ଷା ବ୍ୟୟ ବୃଦ୍ଧିପାଇବ। ପ୍ରତିକାର: ଅସହାୟ ଓ ବୃଦ୍ଧାଙ୍କର ସେବାକରି ଆଶୀର୍ବାଦ ଭିକ୍ଷା କରନ୍ତୁ।

କୁମ୍ଭ:–

ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ବନ୍ଧୁ ମିତ୍ରଙ୍କ ସାହାଯ୍ୟରେ ବାକି ପଡ଼ିଥିବା ଅର୍ଥ ପ୍ରାପ୍ତି ହେବ। କର୍ମ ନିଯୁକ୍ତି କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂରଣ ହେବ। ପୁରାତନ ରୋଗର ପ୍ରକୋପ ହ୍ରାସ ହେବ। ମାଙ୍ଗଳିକ କାର୍ଯ୍ୟ ଓ ଧାର୍ମିକ କାର୍ଯ୍ୟରେ  ଯୋଗ ଦେଇ ଶାନ୍ତି ଅନୁଭବ କରିବେ। ସ୍ତ୍ରୀମାନଙ୍କର ସୌଖୀନ ଦ୍ରବ୍ୟାଦି ବ୍ୟବସାୟରେ ବିଶେଷ ଲାଭ କରିପାରିବେ। ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ। ଦୂରଯାତ୍ରାରେ ସତର୍କ ରୁହନ୍ତୁ। ପ୍ରତିକାର:ଅଶ୍ୱତ୍ଥ ବୃକ୍ଷ ମୂଳରେ କ୍ଷୀର ଗୁଡ଼ ପଣାକରି ଢ଼ାଳନ୍ତୁ।

ମୀନ:–

ବ୍ୟବସାୟରେ  ଉତ୍ତମ ରୋଜଗାର ହେବ ଓ ସାମାଜିକ ପତିଆରା ଅମଳିନ ରହିବ। ସନ୍ତାନଙ୍କର ଉନ୍ନତିରେ ଉତ୍ସାହିତ ହେବେ। ଜାଗା, ଜମି, ସ୍ଥାବର ସମ୍ପତ୍ତି ସମ୍ବନ୍ଧୀୟ ସମସ୍ୟା ଦୂର ହୋଇଯିବ। ହର୍ସୋଲ୍ଲାସ ବାତାବରଣ ପରିବାରରେ ଖେଳିଯିବ। ଅଟକି ଥିବା କାର୍ଯ୍ୟ ଚାଲୁ ହେବ, ସନ୍ତାନମାନେ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ଉଚ୍ଚଶିକ୍ଷାରେ ଶ୍ରେଷ୍ଠସ୍ଥାନ ଲାଭ କରିବେ। ବନ୍ଧୁଙ୍କୁ ଦେଇଥିବା ପ୍ରତିସୂତି ରକ୍ଷାକରିବା ଫଳରେ ମନ ଭଲ ରହିବ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri, 993755198