ଆଜିର ରାଶିଫଳ: ଅକ୍ଟୋବର ୨୫, ୨୦୧୮, ଗୁରୁବାର – କେମିତି କଟିବ ଆଜି ଆପଣଙ୍କ ଦିନ – ଏହି ୪ଟି ରାଶି ଉପରେ ଲକ୍ଷ୍ମୀ କୃପା ହେବ

ମେଷ:–

ନାନା ସମସ୍ୟାର ସମାଧାନ ହୋଇଯିବ। ପୂର୍ବ ଶତ୍ରୁମାନେ ପଛଘୁଞ୍ଚା ଦେବେ। ବାଦବିବାଦ ପରୀକ୍ଷା, ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ମହିଳାମାନେ ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ। ପ୍ରତିଦ୍ୱନ୍ଦିତା ଓ କ୍ରିଡାକ୍ଷେତ୍ରରେ ଶୁଭଫଳ ମିଳିବ। ରାଜନୀତିରେ ସାମାଜିକ କଲ୍ୟାଣ ଓ ଜୀବନ ସ୍ତର ପରିବର୍ତ୍ତନ ଉଦ୍ୟମ କରି ଉଚ୍ଚପ୍ରଶଂସିତ ହେବେ। ନୂତନ ସଂସ୍ଥାର ଆୟୋଜନ କରିବେ। ଜାଗା ଜମି, ଗୃହ ଉପକରଣ କ୍ରୟ କରିବେ। ଯାନ ବାହାନ ପ୍ରାପ୍ତି ହେବ। ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ବୃଷ:–

ସରକାରୀ କର୍ମ କ୍ଷେତ୍ରରରେ ପଦୋନ୍ନତି ଓ ବନ୍ଧୁ ଲାଭ। ବ୍ୟବସାୟରେ ପୂର୍ବ ସମସ୍ୟାର ସମାଧାନ ହୋଇ ପୂର୍ଣ୍ଣ ସଫଳତା ପାଇବେ। ମାଲିମୋକଦ୍ଦମାରେ ଜୟ, ରାଜନୀତିରେ ପୂର୍ଣ୍ଣ ସଫଳତା ପ୍ରାପ୍ତି, ବ୍ୟୟ ଅପେକ୍ଷା ଆୟ ଅଧିକ, ଋଣମୁକ୍ତ ଓ ଋଣପ୍ରାପ୍ତିହେବ। ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ଘରୋଇ ସଂସ୍ଥାର କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କଠାରୁ ପ୍ରଶଂସିତ ହେବେ। ଭାତୃ ବିବାଦ, ଜମି ବାଡ଼ି ଓ ଘରଜାଗା ନେଇ ଥିବା ଦ୍ୱନ୍ଦ୍ୱର ସମାଧାନ ହେବ। ଦାମ୍ପତ୍ୟ କଳହରଅବସାନ ଓ ସନ୍ତାନଙ୍କର ଉନ୍ନତିରେ ଖୁସିହେବେ। ପ୍ରତିକାର:- ଷଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:–

ନୂତନ ସଂସ୍ଥାର ଆୟୋଜନ କରିବେ। ଜାଗା ଜମି, ଗୃହ ଉପକରଣ କ୍ରୟ କରିବେ। ଯାନ ବାହାନ ପ୍ରାପ୍ତି ହେବ। କର୍ମୋନ୍ନତି ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ଅନେକ ପ୍ରକାର ପରିବର୍ତ୍ତନ ଆସିବ। ସ୍ୱାସ୍ଥ୍ୟ ଠିକ୍ ରହିବ। ମହିଳାମାନେ ଗୃହ ସମସ୍ୟା ସଜାଡିବାକୁ ଯାଇ ସୁବିଧା ସୁଯୋଗ ପାଇବେ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ ସାଙ୍ଗକୁ ସ୍ୱାସ୍ଥ୍ୟକର ପରିବେଶ ଏବଂ ସମ୍ମାନଜନକ ଘଟଣା ଦେଖା ଦେବ। ପ୍ରତିକାର- ଅସହାୟ ବୃଦ୍ଧଙ୍କୁ ଖାଦ୍ୟ ଦିଅନ୍ତୁ।

କର୍କଟ:–

ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତକାରରେ ଅସନ୍ତୋଷ ଦେଖାଦେବ। କେତେକ କ୍ଷେତ୍ରରେ ଲଜ୍ଜା ଅପମାନ ସହ୍ୟ କରିବାକୁ ପଡ଼ିବ। ଶାରିରୀକ ଅସୁସ୍ଥତା ସହ ମାନସିକ ଅଶାନ୍ତି ଦେଖାଦେବ। କର୍ମ କ୍ଷେତ୍ରରେ ମତାନ୍ତର ସୃଷ୍ଟି ହେବ। ବ୍ୟବସାୟରେ ଉଧାର ଦେଇ ଫେରି ପାଇବା କଷ୍ଟ ହେବ। ମାଲିମୋକଦ୍ଦମାରେ ସଂପୃକ୍ତ ହେବେ। ବନ୍ଧନ ଯୋଗ ମଧ୍ୟ ରହିଛି। ମହିଳାମାନେ ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ପ୍ରତିକାର- ଗ୍ରାମ୍ୟ ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

ସିଂହ:–

ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବ। ପ୍ରସିଦ୍ଧି, ସାମାଜିକ ସ୍ଥିତି, ମାନସମ୍ମାନ ଓ ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ କରିବେ। ସାମାଜିକ ପ୍ରତିଷ୍ଠା ଆତ୍ମ ବିଶ୍ୱାସ ବଢେଇବ। ଭାତୃ ବିବାଦ, ଜମି ବାଡ଼ି ଓ ଘରଜାଗା ନେଇ ଥିବା ଦ୍ୱନ୍ଦ୍ୱର ସମାଧାନ ହେବ। ଦାମ୍ପତ୍ୟ କଳହମେଣ୍ଟିଯିବ ଓ ସନ୍ତାନଙ୍କର ଉନ୍ନତିରେ ଖୁସିହେବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ମହିଳାମାନେ ବ୍ରତ, ଉପାସନାରେ ବ୍ରତୀ ହେବେ। ପ୍ରତିକାର:- ମା’ ମଙ୍ଗଳାଙ୍କୁ ପୂଜା ଆରାଧନା କରନ୍ତୁ ।

କନ୍ୟା:–

କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ ମିତ୍ରତା ବୃଦ୍ଧି ପାଇବ। ବ୍ୟବସାୟରେ ସାମାନ୍ୟ ଲାଭ ହେବ। ଅନେକ ଶୁଭକର୍ମର ସୁଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା, ପ୍ରତିପତ୍ତି ବୃଦ୍ଧି ପାଇବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଶତ୍ରୁମାନେ ପରାଜିତ ହେବେ। ବିଦେଶ ଯାତ୍ରାରେ ଲାଭ ପାଇବେ। ପରିବାର କ୍ଷେତ୍ରରେ ଦ୍ୱନ୍ଦ୍ୱ ଦେଖାଦବ। ମହିଳାମାନେ ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ। ପ୍ରତିକାର:- କୁକୁରକୁ ଖାଇବାକୁ ଦିଅନ୍ତୁ ।

ତୁଳା:–

କର୍ମକ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧିହେବା ସହ ଆୟବୃଦ୍ଧି ହେବ। ବ୍ୟବସାୟରେ କ୍ଷତି ଅପେକ୍ଷା ଲାଭର ପରିମାଣ ଅଧିକ ହେବ। ରାଜନୀତି କ୍ଷେତ୍ରରେ ସଫଳତା ମିଳିବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତକାରରେ ସଫଳତା ମିଳିବ। ପାରିବାରିକ ସ୍ନେହ ସହାନୁଭୂତି ପ୍ରାପ୍ତି ହେବ। ଶତ୍ରୁମାନେ ମଥାନତ କରିବେ। ପୂରାତନ ରୋଗର ଉପଶମ ହେବ। ବନ୍ଧୁ ସମାଗମ ହେବେ। ମହିଳାମାନଙ୍କର ଅର୍ଥ କିମ୍ବା ଦ୍ରବ୍ୟହାନି ଯୋଗୁ ବ୍ୟସ୍ତତା ବଢ଼ିଯିବ। ପ୍ରତିକାର:- ଗ୍ରାମ୍ୟ ଦେବତୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ ।

ବିଚ୍ଛା:–

ପରୀକ୍ଷା ଓ ପ୍ରତିଦ୍ୱିନ୍ଦିତାରେ ବିଜୟୀ ହେବେ। ବ୍ୟବସାୟୀ ମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ଅଧିକ ଲାଭ କରିବେ। ମହିଳାମାନେ ସତକଥା କହି ନିଜ ପରିସରରେ ପ୍ରଶଂସିତ ହୋଇପାରନ୍ତି। ବନ୍ଧୁ ମିତ୍ରମାନେ ସହଯୋଗ କରିବେ। ଲକ୍ଷ୍ୟ ଭ୍ରଷ୍ଟ ହୋଇଯିବା ଫଳରେ ମନସ୍ତାପ ବଢ଼ିଯିବ। ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ କାର୍ଯ୍ୟବ୍ୟସ୍ତତା ଯୋଗୁଁ ପରିବାର ଏବଂ ସାଙ୍ଗ ସାଥିଙ୍କ ଠାରୁ ଦୂରରେ ରହିବେ। ପରିବାରରରେ ମନୋମାଳିନ୍ୟ ଦେଖା ଦେବ। ଅତ୍ୟଧିକ ପରିଶ୍ରମ ଓ ଅନିଦ୍ରା ଜନିତ ରୋଗ ପ୍ରତି ସାବଧାନ ରହିବା ଉଚିତ୍। ପ୍ରତିକାର:- ଗାଈକୁ ଖାଦ୍ୟ ଦିଅନ୍ତୁ।

ଧନୁ:–

କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ଆକସ୍ମିକ ଧନ ପ୍ରାପ୍ତି ହେବ। ବିଦେଶ ଯାତ୍ରାରେ ଧନହାନୀ ହେବ। ବାଦ ବିବାଦ ପରୀକ୍ଷା, ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ରାଜନୀତିରେ ପ୍ରଶଂସିତ ହେବେ। ସମସ୍ତ କାର୍ଯ୍ୟ ସିଦ୍ଧି ହେବ। ଶତୃମାନେ ଦୂରେଇ ଯିବେ। ବନ୍ଧୁ ମିତ୍ରମାନେ ସହଯୋଗ କରିବେ। ଶରୀର ସୁସ୍ଥ ରହିବ। ଋଣ ପ୍ରାପ୍ତିରୁ ମୁକ୍ତି ମିଳିବ। ବ୍ୟବସାୟରେ କର୍ମତତ୍ପରତା ଓ ସଫଳତା ଯୋଗେ ଉଚ୍ଚ ସମ୍ମାନ ଲାଭ ହେବ। ମିଷ୍ଠାନ୍ନ ଭୋଜନ କରିବେ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମକର:–

ମନରେ ଦମ୍ଭ ସାହାସବୃଦ୍ଧି ହେବ, ଚିତ୍ତ ପ୍ରସନ୍ନ ରହିବ, କାର୍ଯ୍ୟ ସିଦ୍ଧି ହେବ। କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବ ଓ ସମସ୍ୟା ଦୂର ହୋଇ ଉଚ୍ଚ ଆଶାରେ ଆଗେଇବେ। ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ୱେ ଆୟ ବଢ଼ିବା ଯୋଗେ ଉଚ୍ଚ ପ୍ରଶଂସା ମିଳିବ। ନୂତନ କାର୍ଯ୍ୟାରମ୍ଭ କରିବେ। ବାଦ ବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ମାଲମୋକଦ୍ଦମାରେ ଜୟଯୁକ୍ତ ହେବେ। କ୍ଷମାଗୁଣରେ ଯଶପ୍ରାପ୍ତି, ସୁସଂବାଦ ଶ୍ରବଣ, ମାନସିକ ସ୍ଥିରତା ଦେଖାଦେବ। ରାଜନୀତିରେ ପଦ ପଦବୀ ଲାଭ ହେବ। ମହିଳାମାନେ ବ୍ୟସ୍ତତା ଭିତରେ କାର୍ଯ୍ୟ ସାଧନ କରିବେ। ପ୍ରତିକାର:- ଗୁଡ଼ ଓ ରୁଟି ଗାଈକୁ ଖାଇବାକୁ ଦିଅନ୍ତୁ ।

କୁମ୍ଭ:–

ବିଚାର ବିଭାଗ ରାୟ ସପକ୍ଷରେ ଯିବ ଓ ଉଚ୍ଚଆଶା ସଫଳହେବ। ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ। ବ୍ୟବସାୟରେ ସାମାନ୍ୟ ଲାଭ ପାଇବେ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ପରିବାରରେ ମାନ ମନାନ୍ତର ଦୂର ହେବ। ବିଦେଶ ଯାତ୍ରାରେ ଲାଭବାନ୍ ହେବେ। ବାଦ ବିବାଦ, ପରୀକ୍ଷା ପ୍ରତିଯୋଗିତା ରେ ବିଜୟୀ ହେବେ। ମହିଳାମାନେ ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ। ଶାରୀରିକ ପୀଡ଼ା, ମନରେ ଦୁଶ୍ଚିନ୍ତା ଓ ବନ୍ଧନ ଭୟ ରହିବ। ଶତୃମାନେ ବିପଦରେ ପକାଇବାକୁ ଚେଷ୍ଟା କରିବେ। ପ୍ରତିକାର:- ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ମୀନ:–

ବାଦ ବିବାଦ ପରୀକ୍ଷା, ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତକାରରେ ସଫଳତା ପ୍ରାପ୍ତି। ରାଜନୀତିରେ ପଦ ପଦବୀ ଲାଭ ହେବ। ସୁଖ, ସମ୍ପତ୍ତି ଲାଭ ଓ ସାହାର୍ଯ୍ୟ ପ୍ରାପ୍ତି ହେବ। ମହିଳାମାନେ ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେଲେ ମଧ୍ୟ ମାନସିକ ଅସ୍ଥିରତା ଦେଖାଦେବ। ଅନେକ କାର୍ଯ୍ୟରେ ସଫଳ ହେବେ। ଉଚ୍ଚ ଆଶା ପୂରଣ ଯୋଗେ ମିଷ୍ଠାନ୍ନ ଭୋଜନ କରିବେ। ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚ ସମ୍ମାନ ପାଇବେ। ଶତୃମାନେ ବିପଦରେ ପକାଇବାକୁ ଚେଷ୍ଟା କରିବେ। ମାନସିକ ଅସ୍ଥିରତା ଦେଖାଦେବ। ଆକସ୍ମିକ ଦୁର୍ଘଟଣା ଘଟିବ। ପରିବାରରେ କଳହ ସୃଷ୍ଟି ହେବ। ପ୍ରତିକାର- ଚଣାଡାଲି ମନ୍ଦିରରେ ଦାନ କରନ୍ତୁ।