ସେପ୍ଟେମ୍ବର ୧୫, ୨୦୧୮, ଶନିବାର – ଆଜିର ରାଶିଫଳ – ଆଜି ଦିନଟି କିପରି କଟିବ : ଆଜି ଏହି ୩ଟି ରାଶି ଉପରେ ରହିବ ଶନିଦେବଙ୍କ କୃପା, ଏହି ୨ଟି ରାଶି ରୁହନ୍ତୁ ସାବଧାନ ।

ଆଜିର ରାଶିଫଳ, ୧୫ ସେପ୍ଟେମ୍ବର ୨୦୧୮

ମେଷ:-

ଗୃହସ୍ଥ ଜୀବନ ସୁଖ ଶାନ୍ତିରେ କଟିବ। ବ୍ୟବସାୟରେ ଆୟ ବୃଦ୍ଧି ଓ କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। କର୍ମକ୍ଷେତ୍ରରେ ସହଯୋଗ ପ୍ରାପ୍ତି ହେବ ଓ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ପ୍ରଶଂସିତ ହେବେ। ରାଜନୈତିକକ୍ଷେତ୍ରରରେ ସ୍ଥିତି ସୁଦୃଢ ହେବା ସହ କାର୍ଯ୍ୟଭାର ବୃଦ୍ଧି ହେବ। ପୂର୍ବରୁ ଭଲ ସମ୍ପର୍କ ଥିବା ବ୍ୟକ୍ତିମାନେ ଆପଣଙ୍କ ଉନ୍ନତିରେ ଈର୍ଷାପରାୟଣ ହୋଇ ବିଭିନ୍ନ ପ୍ରକାରର ସମସ୍ୟା ସୃଷ୍ଟି କରିବେ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ। ଅତି  ବିଶ୍ଵାସପାତ୍ର ଧୋଖା ଦେଇ ପାରନ୍ତି। ପ୍ରତିକାର:- ଗାଈକୁ ଖାଇବାକୁ ଦେବେ।

ବୃଷ:-

ବସ୍ତ୍ର, ତେଜରାତି, ସୁନା, ରୂପା, ଅଳଙ୍କାର ଇତ୍ୟାଦି, ଲୌହ ଜାତୀୟ ଦ୍ରବ୍ୟ କାଷ୍ଠ ଉପକରଣ ଇତ୍ୟାଦି ବ୍ୟବସାୟରେ ଲାଭବାନ ହେବେ। କର୍ମକ୍ଷେତ୍ରରେ କଠିନ ପରିଶ୍ରମ କରିବାକୁ ପଡିବ ଓ ପଦୋନ୍ନତିର ସୂଚନା ପାଇବେ। ପଢ଼ାପଢ଼ିରେ ମନଦେବେ ମାନସିକ ଦୁଶ୍ଚିନ୍ତା ଦୂରହେବ । ରାଜନୈତିକ କ୍ଷେତ୍ରରେ ନିଜର ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ସାମାଜିକକ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ । ପରୀକ୍ଷା ପ୍ରତିଯୋଗିତା, ବାଦବିବାଦ, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଆଶାତୀତ ଫଳ ପାଇବେ । ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ ଓ ନୂତନ ଗୃହ ନିର୍ମାଣ କରି ପାରିବେ। ପ୍ରତିକାର-ଅସହାୟକୁ ଖାଇବାକୁ ଦିଅନ୍ତୁ।

ମିଥୁନ:-

ବାଣିଜ୍ୟ ବ୍ୟାପାର ମାମଲାରେ ଦୂରସ୍ଥାନକୁ ଯିବାକୁ ପଡିବ। ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ କିଛି ବ୍ୟୟ କରିବେ। ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ ଓ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ ଓ ଆଶା ଆକାଂକ୍ଷା ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ଉଚ୍ଚପଦସ୍ଥ ଅଫିସରମାନେ ସନ୍ତୋଷ ହେବେ । ରାଜନୈତିକକ୍ଷେତ୍ରରେ ମାନସିକ କ୍ଷମତା ଓ ଶାରୀରିକ କାର୍ଯ୍ୟ କ୍ଷମତାରେ ବୃଦ୍ଧି ହେବ। ବାଦବିବାଦ,ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ନିଶ୍ଚିତ ଭାବେ ପାଇବେ। ପ୍ରତିକାର:- ଗାଈକୁ ରୁଟି ଓ ଗୁଡ଼ ଖାଇବାକୁ ଦିଅନ୍ତୁ  ।

କର୍କଟ:-

ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହୋଇ ମାନସିକ ଶାନ୍ତି ମିଳିବ ଓ ଧାନ ପ୍ରାପ୍ତି ହେବ। ନିଜର କର୍ତ୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରିପାରିବେ। ଶତୃ ଓ ବିରୋଧିମାନେ ଅପଦସ୍ଥ ହେବେ । ଶାରୀରିକ ଅସୁସ୍ଥତା ଦୂର ହେବ ଓ  ପୁରାତନ ରୋଗର ପ୍ରକୋପ ହ୍ରାସ ପାଇବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ବନ୍ଧୁ ମିତ୍ରମାନଙ୍କର ସହଯୋଗ ପ୍ରାପ୍ତି ଓ ଧନସମ୍ପଦ, ବସ୍ତ୍ରଭୂଷଣ ଆଦି ଲାଭ ହେବ। ତରବରିଆ ଭାବରେ କୌଣସି କାମ ନକରି ପରିସ୍ଥିତିକୁ ଆଖିଆଗରେ ରଖି କାମକରିଲେ ଭଲ ହେବ। ଡାକ୍ତରଙ୍କ ପାଖକୁ ଯିବାକୁ ପଡିପାରେ, ପ୍ରତିକାର:-ବୃଦ୍ଧବୃଦ୍ଧାଙ୍କୁ ସହାୟତା କରି ଆଶୀର୍ବାଦ ପ୍ରାପ୍ତ କରିବେ।

ସିଂହ:-

ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତକାର୍ଯ୍ୟରେ ସଫଳତା ମିଳିବ । ଧନଧାନ୍ୟ, ଗୋ-ସଂପଦ, ଭୂମି, ବସ୍ତ୍ର ଆଭୂଷଣ, ବାହାନାଦି ପ୍ରାପ୍ତି ହେବ। କାର୍ଯ୍ୟକ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ବିଦ୍ୟାରେ ଉନ୍ନତି ହେବ। ସ୍ୱାସ୍ଥ୍ୟ ଦୃଷ୍ଟିକୋଣରେ ସୁଧାର ଆସିବ। ଅଧ୍ୟୟନ, ଅଧ୍ୟାପନ, ଓ ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ। ପ୍ରତିକାର:-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

କନ୍ୟା:-

ଯେକୌଣସି କାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ କ୍ୟାରିୟର ଜୀବନ ଓ ପରିବାରର ଉନ୍ନତି ହେବ। ପତି ପତ୍ନିଙ୍କ ମଧ୍ୟରେ ମଧୁର ସଂପର୍କ ଦୃଢ ହେବ। କର୍ମ କ୍ଷେତ୍ରରେ ପରିବର୍ତ୍ତନ ହେବ। ପ୍ରିୟଜନ ଓ ବନ୍ଧୁ ମିତ୍ରଙ୍କ ସମାଗମରେ ସମୟ ବିତିବ। ଉଚ୍ଚଶିକ୍ଷା  ସମ୍ମିଳନୀରେ ଯୋଗଦେବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ପ୍ରତିଷ୍ଠା ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢିବ। ପ୍ରତ୍ୟେକ କ୍ଷେତ୍ରରେ ହାତ ବଢାଇଲେ ମଧ୍ୟ ସଫଳତା ପ୍ରାପ୍ତ ହେବ। ଘର ପରିବାରସ୍ଥିତି ଭଲ ରହିବ। କୌଣସି ଶୁଭ ସମାଚାର ଶୁଣିବାକୁ ମିଳିବ। ପ୍ରତିକାର:- ଗହମ, ଗୁଡ ଗାଈକୁ ଖାଇବାକୁ ଦିଅନ୍ତୁ।

ତୁଳା:-

ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ରାଜନୈତିକ କ୍ଷେତ୍ରରେ ଦୂରଯାତ୍ରାର ସୁଯୋଗ ଅଛି। ଆର୍ଥିକ ଉନ୍ନତି, ଶୁଭ ସମ୍ବାଦ ପ୍ରାପ୍ତି ହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ବ୍ୟବସାୟ କ୍ଷେତ୍ରରେ ପ୍ରତିଦ୍ୱନ୍ଦିତା ଲାଗି ରହିଲେ ବି ଆଶାତୀତ ଲାଭ ପାଇବେ। ନୂତନ କାର୍ଯ୍ୟକରିବା ପୂର୍ବରୁ ସତର୍କତା ଆବଶ୍ୟକ । ଜଗିରଖି କଥା ନ କହିଲେ କୌଣସି ଅସୁବିଧାରେ ଫଶିଯିବେ। ସ୍ୱାସ୍ଥ୍ୟପ୍ରତି ଧ୍ୟାନ ଦେବା ନିତାନ୍ତ ଆବଶ୍ୟକ। ପ୍ରତିକାର:- ମସୁରଡାଲି ଧର୍ମସ୍ଥାନରେ ଦେବେ।

ବିଛା:-

ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭ, ସନ୍ତାନମାନଙ୍କର ଉନ୍ନତି, କର୍ମକ୍ଷେତ୍ରରେ ପଦୋନ୍ନତି, ନୂତନ ବାହନ, ଗୃହ ଆଦି ଲାଭ ହେବାର ସମ୍ଭାବନା ଅଛି। ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ। ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ ତେଣୁ ସମୟକୁ ହାତ ଛଡ଼ା ନ କରିବା ଉଚିତ୍। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। କୌଣସି କାରଣ ବଶତଃ ଦୂର ବା ନିକଟ ଯାତ୍ରାକୁ ନଯିବା ଉଚିତ୍। ଉଚ୍ଚ ଶିକ୍ଷା ହାସିଲ କରିବା ପାଇଁ ପ୍ରୟାସରତ ରହିବେ। ପ୍ରତିକାର:- ପିଲାକୁ ମିଠା ଖାଇବାକୁ ଦେବେ।

ଧନୁ:-

ସରକାରୀ କର୍ମକ୍ଷେତ୍ରରେ ଉନ୍ନତି ହେବା ସହ ଶତ୍ରୁମାନେ ମିତ୍ରତା ଆଚରଣ କରିବେ। ବିବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତ୍କାରରେ ସଫଳତା ମିଳିବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ଫଳରେ ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭ ହେବ। ଅଫିସରେ ଅଟକି ରହିଥିବା କାମ ଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବ। ନୂତନ ଗୃହୋପକାରଣ ଦ୍ରବ୍ୟ କ୍ରୟ କରିବା ଫଳରେ ସ୍ଵାମୀ ସ୍ତ୍ରୀ ମଧ୍ୟରେ ଭୁଲ୍ ବୁଝାମଣା ହୋଇପାରେ। ବିଭିନ୍ନ କାର୍ଯ୍ୟରେ ଗୁରୁ ଦାୟିତ୍ୱ ବହନ କରିବେ । କୌଣସି ଶୁଭ କାର୍ଯ୍ୟ ଆରମ୍ଭ କରିବା ଅନୁଚିତ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରିବେ ନାହିଁ।

ମକର:-

ବ୍ୟବସାୟରେ ଭାଗିଦାରୀମାନଙ୍କଠାରୁ ସାହାଯ୍ୟ ପାଇ ଭୂମି, ଧନ, ଗୋମାତା ପ୍ରାପ୍ତିହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା,ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ରାଜନୀତିକ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ପ୍ରତିଷ୍ଠା ବୃଦ୍ଧିହେବ। ଯେକୌଣସି କାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ପରିବାରର ସମସ୍ତ ସଦସ୍ୟଙ୍କର ସହଯୋଗ ପାଇବେ। ପରିବହନ ବ୍ୟବସାୟରେ ଆଶାଜନକ ସଫଳତା ହାସଲ କରିବେ ଓ ଆର୍ଥିକସ୍ଥିତି ଭଲ ରହିବ। କର୍ମ କ୍ଷେତ୍ରରେ ମିତ୍ରମାନେ ପରାମର୍ଶ ଦେଇ କିଛି ଉନ୍ନତି ମୂଳକ କାମପ୍ରତି ପ୍ରଲୋଭିତ କରିବେ। ସମ୍ପର୍କୀୟଙ୍କ ଶୁଭ ସୂଚନା ଶୁଣି ଖୁସି ହେବେ। ପ୍ରତିକାର:-ହନୁମାନ ମନ୍ଦିରରେ ବୁନ୍ଦିଲଡୁ ଭୋଗକରି ବାଣ୍ଟନ୍ତୁ।

କୁମ୍ଭ:-

ବ୍ୟବସାୟରେ ସଫଳତା ଅର୍ଜନ  ତଥା ଦୂରଯାତ୍ରାର ସୁଯୋଗ ପାଇବେ । ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ମାନସିକ ଅଶାନ୍ତି ଦୂର ହେବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି, ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା,  ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ଅଫିସରେ ବନ୍ଧୁଙ୍କ ସାହାଯ୍ୟ ଏବଂ ଅବଦାନ ଅବିସ୍ମରଣୀୟ ରହିବ। ଦୃଢ ସଂକଳ୍ପ ଦ୍ଵାରା କ୍ଷମତା ହାସିଲ କରିବେ ଓ ପ୍ରିୟଜନମାନେ ଖୁସିର ସନ୍ଦେଶ ଅର୍ପଣ କରିବେ। ବିଦ୍ୟାରେ ଉନ୍ନତି, କୃଷିରେ ଉନ୍ନତି, ରାଜନୀତିରେ ଉନ୍ନତି ହେବ। ନୂତନ ଗୃହ ନିର୍ମାଣ ଭବିଷ୍ୟତ ପାଇଁ ଶୁଭ। ପ୍ରତିକାର:-ଶିବମନ୍ଦିରରେ କ୍ଷୀର ଢାଳି ପାଦୁକ ପାନ କରନ୍ତୁ।

ମୀନ:-

ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ଲାଭବାନ ହେବେ। ସରକାରୀ କର୍ମଚାରୀଙ୍କର କାର୍ଯ୍ୟ କ୍ଷେତ୍ରରେ ଶତ୍ରୁମାନେ ପରାଜିତ ହେବେ। ମାନସିକ ଅଶାନ୍ତି ଦୂର ହେବ। ସାର୍ବଜନୀନ ସମ୍ପର୍କରେ ବିକଶିତ ହେବ ଓ ସୁଖ ଶାନ୍ତି ମିଳିବ। ବ୍ୟକ୍ତିଗତ ବାଦ ବିବାଦଠାରୁ ଦୂରେଇ ରହିବା ଉଚିତ। ଗୃହରେ ଧର୍ମକାର୍ଯ୍ୟ ଓ ଧର୍ମାନୁଷ୍ଠାନରେ ଯୋଗଦାନ ଏବଂ ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ। ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଦୂରଯାତ୍ରା ସୁଯୋଗ ପାଇବେ। ଲୋକମାନଙ୍କ ସହିତ ଜଗିରଖି କଥାବାର୍ତ୍ତା କରିଲେ ବହୁତ ଭଲ ହେବ। ଅନାବଶ୍ୟକ ଖର୍ଚ୍ଚ ଓ ଭ୍ରମଣ ଯୋଗେ ବ୍ୟଥିତ ହେବେ। ପ୍ରତିକାର:- ପିଲାଙ୍କୁ ମିଠା ଖାଇବାକୁ ଦେବେ।

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri, 993755198