ଆଜିର ରାଶିଫଳ – ସେପ୍ଟେମ୍ବର ୧୦, ୨୦୧୮, ସୋମବାର | ଆଜି କେମିତି ରହିବ ଆପଣଙ୍କ ଦିନ | ଏହି ୬ଟି ରାଶି ଉପରେ ମହାଦେବଙ୍କ କୃପା ବର୍ଷିବ।

ଆଜିର ରାଶିଫଳ, ୧୦ ସେପ୍ଟେମ୍ବର ୨୦୧୮

ମେଷ:-

କର୍ମକ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ଧର୍ମ କାର୍ଯ୍ୟପ୍ରତି ମନ ବଳାଇବେ। ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ। ଯେତେ ସମସ୍ୟା ଲାଗିଲେ ମଧ୍ୟ କାମକୁ ଅବହେଳା କରିବେ ନାହିଁ। ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରକ୍ଷାକରି ତାଙ୍କ କାର୍ଯ୍ୟରେ ବ୍ୟସ୍ତ ରହିବେ। ପାରିବାରିକ ପ୍ରତିରୋଧ କାମକୁ ଶୃଙ୍ଖଳିତ କରିବେ। ପରୋକ୍ଷ ଶତ୍ରୁତା ଥିଲେ ମଧ୍ୟ ଆଶା କରିଥିବା କାମଟି ସମ୍ପନ୍ନ କରିପାରିବେ। ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। ନିଜର ଚେଷ୍ଟା ଫଳରେ ବହୁତ ଦିନରୁ ବାକି ପଡିଥିବା ଟଙ୍କା ଓ ବୁଡିଯାଉଥିବାଟଙ୍କା ମିଳି ପାରିବ। ପ୍ରତିକାର- ଷଣ୍ଢକୁ ରୁଟି ଖାଇବାକୁ ଦିଅନ୍ତୁ।

ବୃଷ:-

ମହିଳାମାନେ ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେମଧ୍ୟ ସମାଧାନ କରି ପ୍ରଶଂସିତ ହେବେ। ଯୁବକ ଯୁବତୀ ମାନଙ୍କର ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ଦୂର ଯାତ୍ରାରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ଅତ୍ୟଧିକ ଅର୍ଥ ବ୍ୟୟ କରିବେ ଯାହାଦ୍ୱାରା ଆର୍ଥିକ ସଙ୍କଟ ଦେଖାଦେବ। କର୍ମକ୍ଷେତ୍ରରେ ସାଧାରଣ କଥାକୁ ଚିନ୍ତା କରି ବିରକ୍ତି ପ୍ରକାଶ କଲେ ଅନିଷ୍ଟକର ପରିସ୍ଥିତି ସୃଷ୍ଟି ହେବ। ସ୍ୱାସ୍ଥ୍ୟ ସମସ୍ୟା ମନକୁ ଭାରାକ୍ରାନ୍ତ କରିବ। ଖାଦ୍ୟପେୟର ଅନିୟମିତତା ସ୍ଵାସ୍ଥ୍ୟହାନିର କାରଣ ହେବ। ମନ ଭଲ ରହିବ ନାହିଁ। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

ମିଥୁନ:-

ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ। ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ। ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ। ସାଙ୍ଗସାଥିମାନେ ସାହାଯ୍ୟ ସହଯୋଗ କରିବେ। କର୍ମକ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ଜଣେ ସତ୍ ପରାମର୍ଶଦାତା, ଶିକ୍ଷକ, ଦାର୍ଶନିକ, ଉପଦେଷ୍ଠା, ଆଇନଜ୍ଞ, ବୈଜ୍ଞାନିକ, କର୍ତ୍ତବ୍ୟନିଷ୍ଠ, କର୍ମଠ, ସଚ୍ଚୋଟ ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ। ଅଫିସ୍ ରେ ଅଟକି ରହିଥିବା କାମଗୁଡ଼ିକ ସୁରୁଖୁରୁରେ ସମ୍ପନ୍ନ ହେବ। ବାଣିଜ୍ୟ ଓ ଦୂର ଯାତ୍ରାରେ ଅତ୍ୟଧିକ ଆୟ ବୃଦ୍ଧି ହେବ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।

କର୍କଟ:-

ମହିଳାମାନେ ଦୀର୍ଘ ସମୟରୁ ପ୍ରତୀକ୍ଷା କରିଥିବା ଖବର ପାଇ ଖୁସି ହେବେ। ଯୁବକ ଯୁବତୀ ମାନଙ୍କର କର୍ମକ୍ଷେତ୍ରରେ ଲାଗି ରହିଥିବା ସମସ୍ୟା ଆଜି ସମାଧାନ କରିପାରିବେ। ପରିବାରରରେ ମନୋମାଳିନ୍ୟକୁ ଏଡ଼େଇ ପାରିଲେ ଶାନ୍ତି ମିଳିବ। ଛାତ୍ରଛାତ୍ରୀମାନେ ଧୀରସ୍ୱଭାବ ଓ ଶ୍ରମଭାଗୀ ହେବେ। ପିଲାମାନଙ୍କ କାର୍ଯ୍ୟପ୍ରତି ଦ୍ରୁଷ୍ଟି ରଖିବା ଉଚିତ୍ ହେବ। ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ ଆପଣଙ୍କର କୌଣସି ପ୍ରକାର ଅସୁବିଧା ହେବନାହିଁ। ପ୍ରତିକାର- ଚଣାଡାଲି ଓ ଗୁଡ ମନ୍ଦିରରେ ଦାନ କରନ୍ତୁ।

ସିଂହ:-

ଯୁବକ ଯୁବତୀ ମାନଙ୍କର ଚାକିରି କ୍ଷେତ୍ରରେ ଉନ୍ନତି ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ନିର୍ମାଣକାର୍ଯ୍ୟ ସମ୍ପନ୍ନ ହେବା ଫଳରେ ସନ୍ତୁଷ୍ଟ ରହିବେ। ମହିଳାମାନେ ବନ୍ଧୁଙ୍କ ପ୍ରତିଶ୍ରୁତି ପାଇ ଆଶ୍ଵସ୍ତି ଅନୁଭବ କରିବେ। ପରିବାରରେ ସୁଖଶାନ୍ତି ଫେରି ଆସିବ। ଅପେକ୍ଷା କରିଥିବା କାମର ଶୁଭ ସୂଚନା ପାଇବେ। କଳା,ସାହିତ୍ୟ, କ୍ରୀଡ଼ା,ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ଅର୍ଥଲାଭର ମାର୍ଗ ଖୋଲିଯିବ। ଶୁଭ ସମାଚାର ମିଳିବ। ବନ୍ଧୁ ଓ ମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗ ମିଳିବ। ନୂତନକର୍ମ ଯୋଗୁ ଆୟ ବୃଦ୍ଧି ହେବ। ପ୍ରତିକାର:- ଷଣ୍ଢ ଓ ଗାଈକୁ ଖାଇବାକୁ ଦିଅନ୍ତୁ।

କନ୍ୟା:-

ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତା କରିବେ। ପାରିବାରିକ ଜୀବନରେ ସୁଖ ସମ୍ପଦ ପ୍ରାପ୍ତି ହେବ। ମହିଳାମାନଙ୍କର ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ଯୁବକ ଯୁବତୀ ମାନଙ୍କର ସଫଳତା ଓ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ ଏବଂ ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ । ନୁତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେମାପି ଚାଖଣ୍ଡେ ଚାଲିବା ଉଚ୍ଚିତ୍। ଆୟକୁ ଚାହିଁ ବ୍ୟୟର ଅଟକଳ ନ କଲେ ଲୋକହସା ହେବେ। ତୀର୍ଥାଟନଯୋଗ ଥିବାରୁ ଯାତ୍ରାକାଳରେ ଯନ୍ତ୍ରଣା ଭୋଗିବେ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ ।  

ତୁଳା:-

ବିଚାରବିଭାଗ, ଚିକିତ୍ସାବିଭାଗ, ରାଜନୀତି ବିଭାଗ, ଶିକ୍ଷା ବିଭାଗ ଆଦିରେ କର୍ମରତ ବ୍ୟକ୍ତିମାନେ ଅଧିକ ଲାଭବାନ୍ ହେବେ। କର୍ମ କ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ଦେଇ ପ୍ରଶଂସିତ ହେବେ। ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ। ପରୀକ୍ଷା ପ୍ରତିଯୋଗିତା ଓ ମାଲିମୋକଦ୍ଦମାରେ ରେ ଶୁଭଫଳ ମିଳିବ। ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ। ମହିଳାମାନେ କର୍ମକ୍ଷେତ୍ରରେ ବନ୍ଧୁଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ନିର୍ମାଣକ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ବିଛା:-

ଲେଖକ, ପତ୍ରକାର, ରାଜନୈତିକ, ସଙ୍ଗୀତଜ୍ଞ, ଠିକାଦାର ଓ ସରକାରୀ କର୍ମରତଥିବା ବ୍ୟକ୍ତିମାନଙ୍କର ଅନେକ ଶୁଭହେବ। ବାସଗୃହ ଓ ଯାନବାହନର କେତେକ ସମସ୍ୟା ସମାଧାନ ହୋଇଯିବ। ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ। ନୂଆ ଯୋଜନାରେ ସଫଳହେବେ। ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ। ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ। ପ୍ରତିକାର:- ଗୋମାତାର ସେବାକରିବା ଆବଶ୍ୟକ।

ଧନୁ:-

ବ୍ୟବସାୟରେ ସଫଳତା ଅର୍ଜନ  ତଥା ଦୂରଯାତ୍ରାର ସୁଯୋଗ ପାଇବେ। ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ଆର୍ଥିକ କ୍ଷେତ୍ରରେ ଉନ୍ନତିହେବ। ପରିବାରରେ ଖୁସିର ବାତାବରଣସ୍ଥାୟି ରହିବ। ନୂତନ ସମ୍ବନ୍ଧ ସୃଷ୍ଟିହେବ। କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ। ପରିବହନ ବ୍ୟବସାୟରେ ସମସ୍ୟା ସମାଧାନ ହେବ। ମହିଳାମାନେ ମାନସିକ ସୁସ୍ଥତା ଅନୁଭବ କରି ଧର୍ମକାର୍ଯ୍ୟ ପ୍ରତି ମନବଳାଇ ବହୁତ ଶାନ୍ତି ପାଇବେ। ପ୍ରତିକାର- ଗାଈକୁ କଞ୍ଚାଘାସ ଖାଇବାକୁ ଦିଅନ୍ତୁ।

ମକର:-

ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ। ଧନଲାଭ ହେବ କିନ୍ତୁ ବ୍ୟୟ ମଧ୍ୟ ହେବ। ସମସ୍ତକାର୍ଯ୍ୟ ସହଜରେ ପୂର୍ଣ୍ଣ ହେବ। ଶୁଭ ସମାଚାର ମିଳିବ ଓ ନିଜଲୋକ ସାହାଯ୍ୟ କରିବେ। ଦୂରଯାତ୍ରା କରି ନିଜକୁ ଅସୁସ୍ଥ ମନେକରିବେ। କର୍ମକ୍ଷେତ୍ରରେ କିଛି ନୂଆସୁଯୋଗ ଆସିବ। ପରିବାର କଥା ଚିନ୍ତା କରି ମନରେ ଅସନ୍ତୋଷ ଦେଖାଦେବ। ସତର୍କ ନହେଲେ ଯାନବାହନରେ ଆକସ୍ମିକ ଦୁର୍ଘଟଣା ଘଟିପାରେ। ଯାହାର ବେଶି ଉପକାର କରିବେ ତାହାଦ୍ୱାରା ବେଶି ଆଘାତ ପାଇବେ। ପ୍ରତିକାର:- ଅସହାୟା ବୃଦ୍ଧାମାନଙ୍କୁ ସାହାଯ୍ୟ କରନ୍ତୁ।

କୁମ୍ଭ:-

ବାଣିଜ୍ୟ ବ୍ୟବସାୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହେବ ଓ ପ୍ରସାର ପ୍ରଚାର କରିବାର ସୁଯୋଗ ପାଇ ଖୁସି ହେବେ। ଦୂରେଇ  ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ। ଆର୍ଥିକ ଦିଗରୁ ଉନ୍ନତି ହେବା ସହ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ମନୋବିଜ୍ଞାନ ସମ୍ବନ୍ଧରେ ବିଶେଷ ରୁଚି ରହିବ। ମହିଳାମାନଙ୍କର ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ।  ଛୋଟ ଛୋଟ କାମକୁ ବୁଝିବିଚାରି ନକଲେ ଦ୍ଵନ୍ଦରେ ପଡିବେ। ଯୁବକ ଯୁବତୀ ମାନଙ୍କର କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ଧାର କରିବାକୁ ବାଧ୍ୟ ହେବେ। ପ୍ରତିକାର- ଭୋକିଲା ଲୋକଙ୍କୁ ଭୋଜନ ଦିଅନ୍ତୁ।

ମୀନ:-

ବ୍ୟବସାୟ ବାଣିଜ୍ୟ କିମ୍ବା ଯୌଥ ପରିବାର ସମ୍ପର୍କୀୟ ଘଟଣା ଯୋଗୁଁ ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଦେଖାଦେବ। ଶ୍ଵ ଆର୍ଥିକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଆଗ୍ରହ ବଢିବ। ଶୁର ଘର କିମ୍ବା ଜମିବାଡି ନେଇ କେତେକ ସମସ୍ୟା ସମାଧାନ ହୋଇଯିବ। ସ୍ୱାସ୍ଥ୍ୟ ଠିକ୍ ରହିବ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ମହିଳାମାନେ ସତର୍କ ରହି କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି କରିବେ। ବିଦ୍ୟୁତ୍ ଓ ଯନ୍ତ୍ର ଚାଳନ, ଯାନବାହାନ ତଥା ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ଶୁଭ ସଂବାଦ ପାଇ ଖୁସିହେବେ। ପ୍ରତିକାର- ଗାଈକୁ ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack, 7008758366