ଆଜିର ରାଶିଫଳ 1 ସେପ୍ଟେମ୍ବର 2019 ରବିବାର, ମା ଲକ୍ଷ୍ମୀ ଙ୍କ କୃପା ବରଷିବ ଏହି ୩ଟି ରାଶି ଉପରେ

ମେଷ:-

ଅନ୍ୟମାନଙ୍କୁ ସାହାଯ୍ୟ କରିବା ପାଇଁ କୌଣସି ଆୟୋଜନ କରେଇବେ ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ । ପ୍ରତେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ରହିବ । କର୍ମକ୍ଷେତ୍ରରେ କୌଣସି ଅସୁବିଧା ହେବ ନାହିଁ । ଆଇନ ଅଦାଲତ ଓ ପାରି ବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ । ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ । ଶତୃମାନେ ମିତ୍ରଭାବ ଆଚରଣ କରିବେ । ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । କେତେକ କର୍ମରେ ବାଧା ସୃଷ୍ଟି ହେଲେ ମଧ୍ୟ ସଫଳ ହେବେ ।  ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-

ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବ । ହୋଟେଲ୍, ତେଲବ୍ୟବସାୟୀ, କଳାକାର, ରାଜନୈତିଜ୍ଞ, ଶିଳ୍ପକାର, ରେଡିମେଡ୍ ବସ୍ତ୍ରବ୍ୟବସାୟୀ, ମଡେଲିଙ୍ଗ ଓ ପନିପରିବା ଚାଷୀମାନେ ବିଶେଷ ଲାଭାନ୍ଵିତ ହେବେ । ରାଜନୀତି, ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ । ପରିବାରରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହି ହେବେ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂରେଇଯିବ । ଆୟବୃଦ୍ଧି, ଋଣମୁକ୍ତି, କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମିଥୁନ:-

ଶୁଭ କାମ କରି ପ୍ରଶଂସିତ ହେବେ । ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ । ଧାର୍ମିକ କାର୍ଯ୍ୟରେ ରୁଚି ବଢିବା ସହିତ ସମୟ ମଧ୍ୟ ଆନନ୍ଦମୟ ହେବ । ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ । ନୂତନ କର୍ମପ୍ରାପ୍ତିର ସୁଯୋଗ ପାଇବେ । ବ୍ୟବସାୟରେ ଉତ୍ତମ ରୋଜଗାର ହୋଇ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ । ଦୂରଯାତ୍ରାର ସୁଯୋଗ ପାଇବେ । ଜାଗା, ଜମି, ଗୃହପୋକରଣ କ୍ରୟ କରିବେ । ଆୟ ଉପାର୍ଜନରେ ବାଧା ନାହିଁ । ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ । ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ ।  ପ୍ରତିକାର-ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ ।

କର୍କଟ:-

ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ ଓ ବକେୟା ଅର୍ଥ ଆଦାୟ ହେବ । ଅନେକ ଶୁଭ କର୍ମର ସୁଯୋଗ ପାଇବେ । ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ । ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ । ଶତୃମାନେ ମଥାନତ କରିବେ । ସାମାଜିକ ସ୍ତରରେ ସମ୍ମାନଲାଭ କରିବେ । ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ । ତରବାରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କର୍ମ କରିବା ଉଚିତ୍ । ଉପରିସ୍ଥ କର୍ମଚାରୀ ଦେଇଥିବା ପ୍ରତିଶୃତିରେ ଖିଲାପ କରି ସମସ୍ୟାକୁ ବଢାଇ ଦେଇ ପାରନ୍ତି ।  ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-

ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ ଓ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । ମହିଳାମାନେ ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ । ପାରିବାରିକ ସ୍ତରରେ ଭୁଲ ବୁଝାମଣାର ସମାଧାନ ହୋଇ ସ୍ଥିତି ସନ୍ତୋଷ ଜନକ ହେବ ଓ ଉନ୍ନତି ମୂଳକ ପଦକ୍ଷେପ ନେବେ । ଶରୀର ସୁସ୍ଥ ହେବାର ସମ୍ଭାବନା ଅଛି । ବାଦବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଶତୃମାନେ ପରାଜିତ ହେବେ । ଆତ୍ମୀୟ ସ୍ଵଜନଙ୍କ ପାଇଁ ଭୋଗ ବିଳାସଦ୍ରବ୍ୟ ଓ ଗୃହୋପକାରଣ କ୍ରୟକରିବେ । ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କନ୍ୟା:-

ଶତୃମାନେ ଦୁର୍ବଳ ହେବେ ଓ ଆୟରପନ୍ଥା ସହଜ ହେବ । ପିଲାମାନଙ୍କ କାର୍ଯ୍ୟରେ ଖୁସି ହେବେ । ନୂଆ ସମ୍ପର୍କ ହେବ ଓ ଅଧାଥିବା କାର୍ଯ୍ୟ ପୂରଣ ହେବ । ବନ୍ଧୁ ପରିବାର ଠାରୁ ସୁଖ ମିଳିବ । ପରିଶ୍ରମ ଦ୍ଵାରା ବ୍ୟବସାୟ ବଢିବ । ସାମାଜିକ ଉତ୍ସବରେ ଯୋଗ ଦେବେ । ରାଜନୀତି କାର୍ଯ୍ୟରେ ସଫଳତା ମିଳିବ । ଧନଲାଭ ହେବାରୁ ଖୁସି ହେବେ । ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ପଡିବ । ପିଲାମାନେ ପରୀକ୍ଷାରେ ସଫଳତା ପ୍ରାପ୍ତ ହେବେ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ତୁଳା:-

ଆକସ୍ମିକ ଅର୍ଥଲାଭ ହୋଇ ଆର୍ଥିକ ଚିନ୍ତା ଦୁରହେବ । ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ । ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି କରି ପାରିବେ । ମାନସିକ ଶାନ୍ତି ଓ ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବ । ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରି ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧି ହେବ । ଆୟ ଉପାର୍ଜ୍ଜନର ବୃଦ୍ଧି, ଚାକିରୀ ସମ୍ବନ୍ଧୀୟ କାର୍ଯ୍ୟରେ ସଫଳ ହୋଇ ପାରିବେ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବିଚ୍ଛା:-

କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ । କୌଣସି ପ୍ରକାରେ ଉଚ୍ଚମାନ୍ୟତା ରକ୍ଷା କରି ଆର୍ଥିକ ସ୍ଥିତିକୁ ସୁଦୃଢ କରିପାରିବେ । ନ୍ୟାୟମାର୍ଗ ଓ ମିଷ୍ଟ ବଚନ କୁ ନିଜର ଭୂଷଣଭାବି ବ୍ୟବସାୟ ଓ କର୍ମ କରିଲେ ଲାଭବାନ ହେବେ । ପ୍ରତିଯୋଗୀତା ପରୀକ୍ଷାରେ ଯଶରସହ ଉତ୍ତୀର୍ଣ୍ଣ ହୋଇ ପ୍ରଶଂସିତ ହେବେ । ପ୍ରକୃତିସ୍ଥ ହୋଇ ହିସାବରେ ଚଳିଲେ ଦୁର୍ଗତିରୁ ସୁରକ୍ଷିତ ରହି ହେବ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ଧନୁ:-

ସହାବସ୍ଥାନର ନିରାପଦ ବଳୟ ଭିତରେ ଆପଣା ଲୋକଙ୍କ ସାହାଯ୍ୟ ପାଇ ପାରିବାରିକ ଜୀବନ ସୁଧାରୀ ନେବେ । ମହିଳାମାନେ ସୁଖ ଶାନ୍ତିରେ ଦିନ କଟାଇବେ । ଶିକ୍ଷାର୍ଥୀମାନେ ଉନ୍ନତିର ଛକ ଉପରେ ପଦାର୍ପଣ କରି ଦିଗ ଭ୍ରଷ୍ଟର ଶିକାର ନ ହେଲେ ଲକ୍ଷ୍ୟପୂରଣ ଆଡକୁ ଆଗେଇ ପାରିବେ । ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେଲେ ବି ବଡନେତାଙ୍କୁ ସନ୍ତୁଷ୍ଟ କରିବା କାଠିକର ପାଠ ହେବ । ପ୍ରତିଦ୍ୱନ୍ଦିତା, ବିତଣ୍ଡା, ବିତର୍କ କ୍ଷେତ୍ରରୁ ଓହରି ରହି ଯିବା ଅଧିକ ଉତ୍ତମ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ ।  ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ ।

ମକର:-

ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ । ଋଣ ଭରଣାରେ ସହଜ ହେବ । ଉଚ୍ଚଶିକ୍ଷା ଅଧ୍ୟୟନ ପାଇଁ ବିଦେଶ ଯାତ୍ରା ଯୋଗ ଅଛି । ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ । ମହିଳାମାନେ ଭଲ କାମ କରି ସୁଖରେ ଦିନଟି ବିତାଇବେ । ଆୟର ସ୍ରୋତ ଖୋଲିଯିବ । ପଦୋନ୍ନତି ସହ ନୂତନ କର୍ମପ୍ରାପ୍ତି ହେବ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ଶୃଙ୍ଖଳା ଦେଖାଦେବ । ମନକୁ ଆଘାତ ଲାଗିଲାପରି କଥା ଶୁଣିବେ ।  ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-

ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ । ରାଜନୀତିରେ ସ୍ଵାର୍ଥରକ୍ଷା କରି କଠିନ ପରିଶ୍ରମ କରିବାକୁ ପଡିବ । ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । କର୍ମକ୍ଷେତ୍ରରେ ନିମ୍ନ ବର୍ଗୀୟ ବ୍ୟକ୍ତି ବିଶେଷଙ୍କଠାରୁ ବିଶେଷ ଲାଭବାନ ହେବେ । ପ୍ରତ୍ୟକ୍ଷ ଓ ପରୋକ୍ଷ ଶତ୍ରୁତା ଓ ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ଵାରା ପୂରସ୍କୃତ ହେବେ । ସୁସ୍ଥ ମାନସିକତା ରକ୍ଷାକରି ବିଦ୍ୟାକ୍ଷେତ୍ରରେ ଆଶାତୀତ ଲାଭ ପାଇବେ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମୀନ:-

ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ । ରାଜକୀୟ ମାମଲାରେ ସଫଳତା ମିଳିବ । ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି । ଚାକିରୀରେ ଅଫିସର୍ ଓ ସହକର୍ମୀମାନେ କାମର ପ୍ରଶଂସା କରିବେ । ଜନସମ୍ପର୍କ ସୁଦୃଢ ହେବ । ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ । ରାଜନୀତି କ୍ଷେତ୍ରରେ ଅସାଧାରଣ ସ୍ଥିତି ରହିବ । ଶିକ୍ଷାର୍ଥୀମାନେ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇବେ । କୋର୍ଟ କଚେରୀ ମାମଲାରେ ଜିଦରୁ ନିବୃତ ହେବା ଶ୍ରେୟସ୍କର ହେବ । ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦ ପାଇବେ ।  ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ ।