ଆଜିର ରାଶିଫଳ, 10 ଜାନୁଆରୀ 2021, ରବିବାର, ସୂର୍ଯ୍ୟଦେବଙ୍କ ଆଶୀର୍ବାଦ ରହିବ ଏହି ୬ଟି ରାଶି ଉପରେ, ହେବ ଧନବର୍ଷା

ଦୈନିକ ରାଶିଫଳ ଚନ୍ଦ୍ର ଗ୍ରହର ଗଣନା ଉପରେ ଆଧାରିତ ହୋଇଥାଏ । ଆଜିର ରାଶିଫଳ ବିଷୟରେ କହିବା ସମୟରେ ପାଞ୍ଜିର ଗଣନା ଓ ସଠିକ ଖଗୋଲୀୟର ବିଶ୍ଲେଷଣ କରାଯାଇଥାଏ । ଆମର ଏହି ଦୈନିକ ରାଶିଫଳରେ ସମସ୍ତ ୧୨ଟି ରାଶି ଗୁଡିକ ଭବିଷ୍ୟତ କୁହାଯାଇଥାଏ । ଏହି ରାଶିଫଳକୁ ପଢି ଆପଣ ନିଜର ଦୈନିକ ଯୋଜନାକୁ ସଫଳ କରି ପାରିବେ । ଆଜିର ରାଶିଫଳରେ ଆପଣଙ୍କ ପାଇଁ ଚାକିରି, ବ୍ୟାପାର, ପରିବାର ଓ ମିତ୍ରଙ୍କ ସହିତ ସମ୍ବନ୍ଧ, ସ୍ୱାସ୍ଥ୍ୟ ଓ ଦିନସାରା ହେଉଥିବା ଶୁଭ – ଅଶୁଭ ଘଟଣାର ଭବିଷ୍ୟଫଳ ହୋଇଥାଏ । ପଢନ୍ତୁ ଚନ୍ଦ୍ର ରାଶି ଉପରେ ଆଧାରିତ ୧୦ ଜାନୁଆରୀ ୨୦୨୧ର ଦୈନିକ ରାଶିଫଳ । ସମସ୍ତ ୧୨ଟି ରାଶି ପାଇଁ କେମିତି ରହିବ ଆଜିର ଦିନ । କାହାକୁ ମିଳିବ ଖୁସି ଓ କେଉଁ ରାଶିକୁ ସମସ୍ୟାର ସାମ୍ନା କରିବାକୁ ପଡିପାରେ । ନିଜ ରାଶି ଅନୁସାରେ ଜାଣନ୍ତୁ କଣ କହିଥାଏ ଆଜିର ରାଶିଫଳ ।

ମେଷ-

ଧନଧାନ୍ୟ, ଗୋସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହୋଇ ପାରେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦୂର ହେବ । ବ୍ୟବସାୟ କ୍ଷେତ୍ରରେ କର୍ତ୍ତୁତ୍ଵ ଜାରି ରଖି ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ । ଯାତ୍ରାଫଳରେ ଉତ୍ସାହିତ ହେବେ । ପରିବାରରେ କୌଣସି ଖୁସି ପ୍ରସଙ୍ଗ ଆସିବା ଯୋଗେ ସମ୍ବନ୍ଧରେ ପ୍ରଗାଢତା ଦେଖା ଦେବ । ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ-

ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ପରିବାରର ମାମଲା ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ଆତ୍ମବିଶ୍ଵାସ ବୃଦ୍ଧି ପାଇବ । କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାର କ୍ଷେତ୍ରରେ କୃତକାର୍ଯ୍ୟ ହେବେ । ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧିହେବ । ପ୍ରତିକାର- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ମିଥୁନ-

ସମାଜ ସେବା, ଧାର୍ମିକ ଅନୁଷ୍ଠାନରେ ଯୋଗଦେଇ ଲୋକ ସମ୍ପର୍କ ବୃଦ୍ଧି ହେବା ସହ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ଓ ପ୍ରଶଂସା ପାଇବେ । ବିଦ୍ୟୁତ୍ ଯନ୍ତ୍ର ଚାଳନ, ଯାନବାହାନ ତଥା ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ବିଶେଷ ଲାଭବାନ ହୋଇ ପାରନ୍ତି । ଘରର କୌଣସି ନୂତନ ବସ୍ତୁ କ୍ରୟ କରି ପାରିବେ । ବନ୍ଧୁଙ୍କ ସମସ୍ୟା ସମାଧାନ କରିବା ପାଇଁ ଚିନ୍ତା କରିବେ । ନୂଆ କ୍ୟାରିୟର ଆରମ୍ଭ କରିପାରିବେ । କୌଣସିଠାରୁ ଶୁଭ ସମାଚାର ଶୁଣି ମନ ଆନନ୍ଦ ହେବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

କର୍କଟ-

ସହକର୍ମୀ ମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ହେବା ସହ ସୁନାମ ଅର୍ଜନ କରିବେ । ଉଚ୍ଚପଦସ୍ଥ ବ୍ୟକ୍ତି ଓ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ନିବିଡ ହେବ । ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚତୁରୀ କଥା କହି କାର୍ଯ୍ୟ ପୂରଣ କରିବେ । ବିଦ୍ୟା କ୍ଷେତ୍ରରେ ପ୍ରତିଭାର ବିକାଶ ହେବ । ସମାନ ବିଚାରଧାରା ବ୍ୟକ୍ତିଙ୍କ ସହିତ ଭେଟ ହେବ । ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ-

ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ । ବ୍ୟାପାରରେ କୌଣସି ନୂଆ କାମ, ଏଗ୍ରୀମେଣ୍ଟ ବା ନୂଆ ଅର୍ଡର ମିଳିପାରେ । ଆକସ୍ମିକ ଧନ ପ୍ରାପ୍ତି ହେବ । କର୍ମକ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହେବ । ବ୍ୟବହାରିକ ଜ୍ଞାନ କୌଶଳ ପ୍ରୟୋଗ କରି ଲାଭବାନ ହେବେ । ଭ୍ରମଣ ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ପ୍ରତିକାର- ଦହି ମିଠା ଖାଇ କରି ଘରୁ ବାହାରନ୍ତୁ ।

କନ୍ୟା-

ଭୌତିକ ସୁଖସୁବିଧା ସାଧନରେ ବୃଦ୍ଧି ହେବ । ଆକସ୍ମିକ ଧନ ପ୍ରାପ୍ତି ହେବା ଫଳରେ ସମସ୍ୟାକୁ ସମାଧାନ କରି ମାନସମ୍ମାନ ପାଇବେ । ବ୍ୟାପାର ବା କାରବାରରେ ବହୁତ ଭଲ ଲାଭ ହେବ । ନାନା ବାଟରେ ଧନାଗମ ଘଟିବା ଫଳରେ ବ୍ୟୟ ଭରଣା କରି ଯଥେଷ୍ଟ ବଳକା ଲାଭାଂଶର ଉପଭୋକ୍ତା ହୋଇ ପାରିବେ । ପାରିବାରିକ ଜୀବନ ସୁଖରେ କାଟିବେ । ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରି ପାରନ୍ତି । ରାଜନୀତିରେ ସ୍ଵନାମ ଅର୍ଜନ କରି ପାରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ତୁଳା-

ଯାତ୍ରା ଫଳରେ ଉତ୍ସାହିତ ହେବେ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆନନ୍ଦିତ ହେବେ । ଶୁଭ ସୂଚନା ମଧ୍ୟ ପାଇବେ । ପ୍ରତିଯୋଗୀତା ପରୀକ୍ଷାରେ ଆଶାତୀତ ନମ୍ବର ରଖି ପ୍ରଶଂସିତ ହେବେ । ବ୍ୟବସାୟୀମାନେ ପ୍ରଚୁର ଲାଭ ପାଇବେ । ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ । ବାଦବିବାଦ, ମାଲିମୋକଦ୍ଦମାରେ ବିଜୟୀ ହେବେ । ଛାତ୍ରଛାତ୍ରୀମାନେ ଅଧ୍ୟୟନ ପାଇଁ ମନଯୋଗୀ ହେବେ । ଭୌତିକ ସୁଖସୁବିଧା ସାଧନରେ ବୃଦ୍ଧି ହେବ । ପ୍ରତିକାର- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ବିଚ୍ଛା-

ବ୍ୟବସାୟ କ୍ଷେତ୍ରରେ ଆୟ ବୃଦ୍ଧି ହୋଇ ଉନ୍ନତି ହେବ । ନିକଟ ସମ୍ପର୍କୀୟଙ୍କ ଠାରୁ ପ୍ରଶଂସିତ ହେବେ । ଅଫିସରେ ନିଜର ପ୍ରତ୍ୟୁତ୍ମନ ମତିତା କାରଣରୁ ଟେନସନ୍ ଦୂର ହୋଇ ମଉଜ ମଜଲିସ୍ କରିବେ । କଳା, ସାହିତ୍ୟ, କ୍ରିଡା, ଚଳଚିତ୍ର, ଓ ଶିଳ୍ପବାଣିଜ୍ୟ କାମରେ ପ୍ରଶଂସା ମିଳିବ । ଭାଗୀଦାରୀଙ୍କ ସହିତ ଲାଗିରହିଥିବା ବିବାଦ ବା ମତଭେଦର ନିରାକରଣ ହୋଇଯିବ । ବିଦ୍ୟା କ୍ଷେତ୍ରରେ ମନ ଲାଗିବ । କର୍ମକ୍ଷେତ୍ରରେ ଦାୟିତ୍ଵ ବଢିବା ଯୋଗେ ଅନ୍ୟମନସ୍କ ରହିପାରନ୍ତି । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ-

ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମାନସିକସ୍ଥିତି ଭଲ ରହିବ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଶୁଭ ସୂଚନା ପାଇବେ । ଦୂର ଯାତ୍ରାରେ ସଫଳତା ମିଳିବ । ଅଚାନକ ଭାବରେ ଧନ ପ୍ରାପ୍ତି ହେବ । ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ଅଫିସରେ ବନ୍ଧୁଙ୍କ ସାହାଯ୍ୟ ଏବଂ ଅବଦାନ ଅବିସ୍ମରଣୀୟ ରହିବ । ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ନିଶ୍ଚିତ ଭାବେ ପାଇବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ମକର-

ସାମାଜିକ କାର୍ଯ୍ୟରେ ସମୟ ବିତେଇବେ । କୌଣସି ଠାରୁ ଶୁଭ ସମାଚାର ଶୁଣିବାକୁ ମିଳିବ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ମନ ଯୋଗ ଦେବେ । ପ୍ରତିକୂଳ ପରିସ୍ଥିତି ଦୂରେଇ ଯାଇ ନିଜ ଲୋକମାନଙ୍କ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହୋଇ ସମ୍ମାନିତ ହେବେ । ବ୍ୟବସାୟରେ ସୁଯୋଗ ପାଇ ସଫଳତା ଅର୍ଜନ କରିବେ । ସାମୁହିକ ଗତିବିଧି ଦ୍ଵାରା ଆପଣ ସଫଳତା ହାସଲ କରି ପାରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କୁମ୍ଭ-

ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ । ଦୂରଯାତ୍ରା କରି ମନ ଖୁସି ରହିବ । ସନ୍ତାନମାନେ ଉଚିତ୍ପନ୍ଥା ଗ୍ରହଣ କରି ମାନସିକ ଶାନ୍ତି ପାଇବେ । ପଢ଼ାପଢ଼ିରେ ମନଯୋଗଦେଲେ ବିଦ୍ୟାରେ ଉନ୍ନତି ହେବ । ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପୂର୍ବରୁ ଭଲ ସମ୍ପର୍କ ଥିବା ବ୍ୟକ୍ତିମାନେ ଆପଣଙ୍କ ଉନ୍ନତିରେ ଈର୍ଷାପରାୟଣ ହୋଇ ବିଭିନ୍ନ ପ୍ରକାରର ସମସ୍ୟା ସୃଷ୍ଟି କରି ପାରନ୍ତି । ପ୍ରତିକାର- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ମୀନ-

କର୍ମକ୍ଷେତ୍ରରେ ଈର୍ଷାପରାୟଣ ବ୍ୟକ୍ତିମାନେ ଦୂରେଇଯିବା ଫଳରେ ସମ୍ମାନଲାଭ କରିବେ । ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ପ୍ରେମପ୍ରସଙ୍ଗରେ ମଧୁରତା ଆସିବ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ଭ୍ରମଣ ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ । ମାଲିମୋକଦ୍ଦମାରେ ବିଜୟୀ ହେବେ । ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ । ଆଗକୁ ଆମ ସହିତ ରହିବା ପାଇଁ ପେଜକୁ ଲାଇକ କରନ୍ତୁ ।