ଆଜିର ଦିନଟି କେମିତି କଟିବ ଆପଣଙ୍କ ପାଇଁ? ୧୦ ଜାନୁୟାରୀ, ୨୦୧୮

ଆଜିର ରାଶିଫଳ: ୧୦ ଜାନୁୟାରୀ, ୨୦୧୮

ମେଷ-

ଆଜି ଆପଣଙ୍କ ଘରକୁ ବିଦେଶରୁ ଅତିଥି ଆସିବାର ସମ୍ଭାବନା ରହିଛି । ଏହା ଦ୍ୱାରା ଆପଣଙ୍କ ଘରେ ଆନନ୍ଦର ପରିବେଶ ରହିବ । ଯଦି ଆପଣ କାର୍ଯ୍ୟରେ ବ୍ୟସ୍ତ ରୁହନ୍ତି ତଥାପି ସମୟ ବାହାରକରି ସେମାନଙ୍କ ସହ ଆନନ୍ଦିତ ହୁଅନ୍ତୁ ।

ବୃଷ-

ଏହି କ୍ଷେତ୍ରରେ ଆପଣ ବଢ଼ାଇଥିବା ପାଦ କେବଳ ଆପଣଙ୍କ ମାନସିକ ଯୋଗ୍ୟତା ନୁହେଁ ଆପଣଙ୍କ ବ୍ୟବସାୟିକ ଦିଗରେ ମଧ୍ୟ ବହୁତ ଲାଭଦାୟକ ହେବ । ଆଜି ଆପଣଙ୍କୁ କିଛି ନୂଆ ଶିଖିବାର ଆଗ୍ରହ ଆପଣଙ୍କୁ ବ୍ୟସ୍ତ କରେଇଦେବ ।

ମିଥୁନ-

ଆଜି ଦିନରେ ମିଶ୍ରିତ ମାନସିକତା ଅନୁଭବ କରିବେ । ରୁଚି ସଂପନ୍ନ କାର୍ଯ୍ୟ କରି ମନକୁ ପ୍ରଫୁଲ୍ଲ ରଖନ୍ତୁ । ନାଚ , ଗୀତ ଅଧ୍ୟୟନ ଓ ବଂଧୁ ମାନଙ୍କସହ ବାର୍ତ୍ତାଳାପ ରହି କାର୍ଯ୍ୟରେ ସମୟ କଟାଇପାରନ୍ତି ।

କର୍କଟ-

ଘରେ ଲାଗିରହିଥିବା ଅଶାନ୍ତି ଯୋଗୁଁ ଆପଣ ଚ଼ିନ୍ତିତ ହୋଇପାରନ୍ତି । ଯଦିଓ ଘରର ଅଶାନ୍ତିର କାରଣ ଆପଣ ନୁହଁନ୍ତି ତଥାପି ମାନସିକ ଶାନ୍ତି ପାଇଁ ନିଜର ଭାବନାକୁ ନିୟନ୍ତ୍ରଣରେ ରଖନ୍ତୁ ।

ସିଂହ-

ବୋଧହୁଏ ଆଜି ଆପଣଙ୍କୁ ଲାଗିପାରେ କି ଆପଣଙ୍କୁ ସମସ୍ତେ ଭୂଲ୍ ବୁଝୁଛନ୍ତି । ମନେ ରଖନ୍ତୁ ଯେ ସବୁବେଳେ ଆମେ ସମସ୍ତଙ୍କୁ ଖୁସୀରେ ରଖି ପାରିବା ନାହିଁ ।

କନ୍ୟା-

ଏହି ସମୟରେ ଆପଣଙ୍କ ସମ୍ପର୍କରେ ବିଶ୍ୱାସ ବଢିଯିବ । ଆପଣ ନଜ ଆତ୍ମୀୟଜନଙ୍କ ପାଖକୁ ଆସିବେ ଏବଂ ନିଜ ଜୀବନରେ ସେମାନଙ୍କର ମହତ୍ତ୍ୱ ବୁଝିପାରିବେ ।

ତୁଳା-

ଆଜି ଆପଣ ନିଜ ମନ ଖୁସିରଖନ୍ତୁ, ଛୋଟ ବଡ଼ ସମସ୍ୟାରେ ବ୍ୟସ୍ତ ହୁଅନ୍ତୁ ନାହିଁ । ଆଜି ଆପଣ ଯୁକ୍ତି କରିବା ମୁଡ଼ରେ ଲାଗୁଛନ୍ତି, ତଥାପି ଆପଣ ସବୁକିଛି ସମ୍ଭାଳି ନେବେ ।

ବିଛା-

ଆଜି ଆପଣଙ୍କ ଘରେ କୌଣସି ସାମାଜିକ ଅନୁଷ୍ଠାନ ହୋଇପାରେ । ଏହା ଆପଣଙ୍କୁ ଏକ ଅବଶର ମିଳିବ । ସବୁ ଦୁଃଖ, ଚ଼ିନ୍ତା ଭୂଲି ନିଜ ପରିବାରର ଲୋକଙ୍କ ସହିତ ସମୟ କାଟିବା ପାଇଁ ଆପଣ ଏଥି ପାଇଁ ନିଜକୁ ସତେଜ ଅନୁଭବ କରିବେ ।

ଧନୁ-

ଆଜି ଆପଣ ନିଜ ନିଷ୍ପତ୍ତିରେ ଅଟଳ ରୁହନ୍ତୁ ଏବଂ ଆଉ କାହା କଥାରେ ପ୍ରଭାବିତ ହୁଅନ୍ତୁ ନାହିଁ । ଭଲ ହେବ ନିଜ ବିଚ଼ାରକୁ ନିଜେ ଶୁଣନ୍ତୁ । କୌଣସି ବ୍ୟକ୍ତିର ବିଚ଼ାର ଧାରାକୁ ନିଜ ଉପରେ ପ୍ରଭାବିତ ହେବାକୁ ଦିଅନ୍ତୁ ନାହିଁ ।

ମକର-

ଆଜି ଆପଣ ଯାହା ନିଷ୍ପତ୍ତି ନେବେ ଭାବିଚ଼ିନ୍ତି ନିଅନ୍ତୁ ,କାରଣ ଆପଣ ନେଇଥିବା ନିଷ୍ପତ୍ତି ଉପରେ ପଶ୍ଚାତାପ ଯେପରି କରିବାକୁ ନ ପଡ଼େ । ତରତର ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ ।

କୁମ୍ଭ-

ଯଦି ଆପଣଙ୍କୁ ଏମିତି ଲାଗେ ଯେ ପରିବାରରେ ଯେ କୌଣସି ସମସ୍ୟା ଲାଗୁଛି ତାହାଲେ ଆପଣ ତାହାକୁ ନଷ୍ଟ କରିବା ପାଇଁ ଚ଼େଷ୍ଟା କରିବା ଉଚ଼ିତ୍ । ସମ୍ପର୍କ ମଧ୍ୟରେ ଫାଟ ସୃଷ୍ଟି ହେବାକୁ ଦିଅନ୍ତୁ ନାହିଁ ।

ମୀନ-

ଆଜି ଆପଣଙ୍କୁ ଏହା ଜାଣି ବହୁତ ଖରାପ ଅନୁଭବ ହେବଯେ ଯାହାକୁ ଆପଣ ନିଜ ସାଙ୍ଗ ଭାବୁଛନ୍ତି ସେ ଆପଣଙ୍କ ପିଠି ପଛରେ ଆପଣଙ୍କର ଖରାପ କରୁଛନ୍ତି ।