ଆଜିର ରାଶିଫଳ, 11 ଅକ୍ଟୋବର 2021, ସୋମବାର, ମହାଦେବଙ୍କ କୃପା ରହିବ ଏହି ୬ଟି ରାଶି ଉପରେ, ଆର୍ଥିକ ସ୍ଥିତିରେ ହେବ ଉନ୍ନତି

ଦୈନିକ ରାଶିଫଳ ଚନ୍ଦ୍ର ଗ୍ରହର ଗଣନା ଉପରେ ଆଧାରିତ ହୋଇଥାଏ । ଆଜିର ରାଶିଫଳ ବିଷୟରେ କହିବା ସମୟରେ ପାଞ୍ଜିର ଗଣନା ଓ ସଠିକ ଖଗୋଲୀୟର ବିଶ୍ଲେଷଣ କରାଯାଇଥାଏ । ଆମର ଏହି ଦୈନିକ ରାଶିଫଳରେ ସମସ୍ତ ୧୨ଟି ରାଶି ଗୁଡିକ ଭବିଷ୍ୟତ କୁହାଯାଇଥାଏ । ଏହି ରାଶିଫଳକୁ ପଢି ଆପଣ ନିଜର ଦୈନିକ ଯୋଜନାକୁ ସଫଳ କରି ପାରିବେ ।

ଆଜିର ରାଶିଫଳରେ ଆପଣଙ୍କ ପାଇଁ ଚାକିରି, ବ୍ୟାପାର, ପରିବାର ଓ ମିତ୍ରଙ୍କ ସହିତ ସମ୍ବନ୍ଧ, ସ୍ୱାସ୍ଥ୍ୟ ଓ ଦିନସାରା ହେଉଥିବା ଶୁଭ – ଅଶୁଭ ଘଟଣାର ଭବିଷ୍ୟଫଳ ହୋଇଥାଏ । ପଢନ୍ତୁ ଚନ୍ଦ୍ର ରାଶି ଉପରେ ଆଧାରିତ  ୧୧ ଅକ୍ଟୋବର ୨୦୨୧ର ଦୈନିକ ରାଶିଫଳ । ସମସ୍ତ ୧୨ଟି ରାଶି ପାଇଁ କେମିତି ରହିବ ଆଜିର ଦିନ । କାହାକୁ ମିଳିବ ଖୁସି ଓ କେଉଁ ରାଶିକୁ ସମସ୍ୟାର ସାମ୍ନା କରିବାକୁ ପଡିପାରେ । ନିଜ ରାଶି ଅନୁସାରେ ଜାଣନ୍ତୁ କଣ କହିଥାଏ ଆଜିର ରାଶିଫଳ ।

୧-ମେଷ

ସାମାଜିକ ପତିଆରା ଅମଳିନ ରହିବ । କାର୍ଯ୍ୟାଳୟର ଜଟିଳ ପରିସ୍ଥିତିକୁ ସରଳ କରି ପ୍ରଶଂସା ପାଇବେ । ତୀର୍ଥାଟନ ଯାତ୍ରା କରିବାକୁ ବାଧ୍ୟ ହେବେ । ଆୟ ଉପାର୍ଜନରେ ବାଧା ନାହିଁ । ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ବିପଦରେ ପଡିବେ । ପାରିବାରିକ ଜୀବନରେ ସୁଖ-ଶାନ୍ତି ଲାଭ ହେବ । ଉତ୍ତମ ବୁଝାମଣା ଜନିତ ଉତ୍ସାହ-ଉଦ୍ଦୀପନାଯୁକ୍ତ ହେବେ । କୌଣସି ଗୁରୁତ୍ୱପୂର୍ଣ୍ଣ କର୍ମ ନେଇ ଆର୍ଥିକ ଅନାଟନ ଦେଖାଦେଇ ପାରେ । କର୍ମକ୍ଷେତ୍ରରେ ଉଦ୍ୟମ ଓ ଚେଷ୍ଟାଦ୍ୱାରା ସ । ଫଲ୍ୟ ହେବେ ଏବଂ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ ।

୨-ବୃଷ

ବନ୍ଧୁମିଳନ, ତୀର୍ଥ ଭ୍ରମଣ ଓ ସାଂସ୍କୃତିକ କାର୍ଯ୍ୟରେ ଭାଗନେଇ ପାରନ୍ତି । ରାଜନୀତିରେ ସେବାକାରୀ ମାନଙ୍କ ସହଯୋଗରେ ସମ୍ମ । ନ ଜନକ ସ୍ଥିତି ପରିଲକ୍ଷିତ ହେବ ଓ ସାମାଜିକ ଅନୁଷ୍ଠାନରେ ଯୋଗ ଦେବାର ସୁଯୋଗ ମିଳିବ । ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ପାରିବାରିକ ଜୀବନ ଆନନ୍ଦମୟ ହେବ । ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ସଫଳ ହେବେ । ମହିଳାମାନେ ଗୁରୁଜନମାନଙ୍କର ଆଦରଣୀୟା ହୋଇ ପରିବାର ମଧ୍ୟରେ ମୁଖ୍ୟତା ଲାଭ କରିବେ । ସ୍ୱାସ୍ଥ୍ୟ ଦିଗରୁ ବିଶେଷ ସତର୍କ ରହିବା ଉଚିତ୍ ।

୩-ମିଥୁନ

ପୂର୍ବରୁ ଆରମ୍ଭ ହୋଇଥିବା କାର୍ଯ୍ୟ ପୁରଣରେ ସଫଳ ହେବେ । ବହୁତ ପରିଶ୍ରମ କରି ସାମାନ୍ୟ ଅର୍ଥ ଲାଭ ହେବ । ଅତିରିକ୍ତ ଆୟର ଦରକାର ଅନୁଭବ ହେବ । ଆବଶ୍ୟକତା ପୂରଣ ଦିଗରେ ନୂତନ ବନ୍ଧୁ ମିତ୍ରମାନଙ୍କର ସହଯୋଗ ଲୋଡି ପାରନ୍ତି । ରାଜନୀତି କ୍ଷେତ୍ରରେ ଲୋକଙ୍କ ସମ୍ପର୍କରେ ରହିବେ । ନିଜ ଲୋକ ମନମୋଟିଆ ହେବେ । ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । ଧନ ସମ୍ବନ୍ଧୀୟ ମାମଲାରେ ବୁଦ୍ଧି ଓ ବିବେକ ଦ୍ଵାରା ବିଚାର କଲେ ଲାଭ ମିଳିବ । ପାରିବାରିକ ଜୀବନରେ ସୁଧାର ହେବ ।

୪-କର୍କଟ

ପରିବାରର କେତେକ ସମସ୍ୟା ନେଇ, ମାନସିକ ପୀଡା ଅନୁଭବ କରିବେ । ବାଦବିବାଦ ଯୋଗେ ଚିନ୍ତିତ ରହିବେ ଓ ଆଳସ୍ୟ ପରାୟଣ ବୃଦ୍ଧି ପାଇବ । ପ୍ରତିକୂଳ ପରିସ୍ଥିତି ଯୋଗେ ଅଧିକ ଖର୍ଚ୍ଚ ହେବ । ନିଜ ଲୋକମାନେ ବିଶ୍ଵାସ ଘାତକତା କରି ପାରନ୍ତି । ଖାଦ୍ୟପେୟ ପ୍ରତି ସଜାଗ ନ ରହିଲେ ସ୍ୱାସ୍ଥ୍ୟ ହାନୀ ହେବ । ଅସହାୟକୁ ନିରାଶ କରିବେ ନାହିଁ । ଅଧ୍ୟୟନ, ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ । ରାଜନୀତିରେ ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ ଓ ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ । ବନ୍ଧୁମିଳନ ତୀର୍ଥ ଭ୍ରମଣ ଓ ସାଂସ୍କୃତିକ ତଥା ସାମାଜିକ କାର୍ଯ୍ୟରେ ଭାଗନେବେ ।

୫-ସିଂହ

ଚାକିରୀରେ ପ୍ରମୋଶନ ମିଳିବାର ଯୋଜନା ପ୍ରସ୍ତୁତ ହେବ । ବେମାର, ବୃଦ୍ଧଜନ ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ । ଦୂରଯାତ୍ରା କରିବା ଦ୍ଵାରା ବହୁତ ଲାଭ ମିଳିବ । ରାଜନୈତିକ କ୍ଷେତ୍ରରେ ମନ ଲଗାଇ କାର୍ଯ୍ୟ କରିବେ । ଗୋ-ସଂପଦ, ଭୂମି, ବସ୍ତ୍ରଆଭୂଷଣ, ବାହାନାଦି ପ୍ରାପ୍ତି ହୋଇ ପାରେ । ନୂଆ ଚାକିରୀ ହେବାର ସୁଯୋଗ ମିଳିବ । ଋଣ ଭରଣାରେ ସହଜ ହେବ । ସ୍ଵାସ୍ଥ୍ୟକ୍ଷେତ୍ରରେ ଉନ୍ନତିହେବ । ସମ୍ପତ୍ତି କ୍ରୟ କରିବେ । ଯେ କୌଣସି ପରୀକ୍ଷା ବା ସାକ୍ଷାତ୍କାରର ପରିଣାମ ଆପଣଙ୍କ ସପକ୍ଷରେ ରହିବ । ଘର ପରିବାରରେ କୌଣସି ଖୁସି ପ୍ରସଙ୍ଗ ଆସିବା ଫଳରେ ମନ ପ୍ରଫୁଲ୍ଲିତ ରହିବ ।

୬-କନ୍ୟା

ପାରିବାରିକ କ୍ଷେତ୍ରରେ ବନ୍ଧୁବାନ୍ଧବଙ୍କ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ ଓ କୌଣସି ପ୍ରକାରେ ଉଚ୍ଚମାନ୍ୟତା ରକ୍ଷା କରି ଆର୍ଥିକ ସ୍ଥିତିକୁ ସୁଦୃଢ କରିପାରିବେ । ରାଜନୀତି କ୍ଷେତ୍ରରେ ଅନେକ ସୁଯୋଗ ହାତପାହାନ୍ତାରେ ପହଞ୍ଚିବ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଆନନ୍ଦିତ ହେବେ । ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ । ଭାତୃ ବିବାଦ, ଜମି ବାଡି ଓ ଘର ଜାଗା ନେଇଥିବା ଦ୍ଵନ୍ଦର ସମାଧାନ ହେବ ।

୭-ତୁଳା

କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସିବ । ମହିଳାଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ରାଜନୈତିକ କ୍ଷେତ୍ରରେ ଜନସେବା ଦ୍ଵାରା ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁଁ ନୂତନ ବ୍ୟବସାୟର ଯୋଜନା କରିବେ । ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ଛାତ୍ର-ଛତ୍ରୀମାନେ ପରିଶ୍ରମ କରିବା ଫଳରେ ପ୍ରଶଂସା ପାଇବେ ।

୮-ବିଚ୍ଛା

ସ୍ୱାସ୍ଥ୍ୟରେଉନ୍ନତି, ଆର୍ଥିକଦିଗରୁ ସୁବିଧା ପୈତୃକସମ୍ପତ୍ତିକୁ ନେଇ ପାରିବାରିକ ଦ୍ୱନ୍ଦର ଅବସାନ ହେବ । ରାଜନୀତିରେ ଅନ୍ୟର ଉପକାରକରି ପ୍ରଶଂସିତ ହେବେ । ବ୍ୟବସାୟରେ ନୂତନଧାରା ଖୋଲିବେ । ଧର୍ମକାର୍ଯ୍ୟରେ ମତି ରହିବ । ମହିଳାମାନଙ୍କର ଆୟ ଉପାର୍ଜନ ବୃଦ୍ଧି ହେବ । ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ । ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ସାମାଜିକ ପତିଆରା ଅମଳିନ ରହିବ । ଆୟ ଉପାର୍ଜନ ବୃଦ୍ଧି ହେବ । ବ୍ୟବସାୟରେ ଅଚାନକ ଧନପ୍ରାପ୍ତି । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ ।

୯-ଧନୁ

ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ । ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବାପାଇଁ କରିଥିବା ଯୋଜନା ସଫଳ ହୋଇ ପାରିବ । ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ । ମିଳିବ । କର୍ମ କ୍ଷେତ୍ରରେ ବନ୍ଧୁ, ମିତ୍ର ଏବଂ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ । ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳତା ଏବଂ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ରୋଜଗାର ସମସ୍ୟା ସୁଧୁରି ଯାଇ ଧନ ଲାଭ ହେବାରୁ ମନ ଖୁସି ରହିବ । ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳିବ ।

୧୦-ମକର

ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ଖେଳ, କୁଦ ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । ରାଜନେତାମାନେ ମାଙ୍ଗଳିକ କାର୍ଯ୍ୟ ଓ ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ ଖର୍ଚ୍ଚାନ୍ତ ହେବେ । ସରକାରୀ କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ । ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ । ଅନେକ ସମସ୍ୟାର ସମାଧାନ ହୋଇ ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ । ଯାତ୍ରାଫଳରେ ଉତ୍ସାହିତ ହେବେ । ଗୃହୋପକରଣ କ୍ରୟ କରିବେ ।

୧୧-କୁମ୍ଭ

ଭ୍ରମଣ କରିବାର ସୁଯୋଗ ଅଛି । ରାଜନୀତି କାର୍ଯ୍ୟରେ ଲୋକମାନଙ୍କ ସହିତ ମିଳିମିଶି କାମ କରିପାରିବେ । ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ନିଜର ରଚନାତ୍ମକତା ଚରମ ହେବ ତଥା ଲୋକଙ୍କୁ ନିଜର କରିପାରିବେ । ଆର୍ଥିକ ମାମଲା ସୁଧୁରିବ । ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ । ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ । ଛାତ୍ରଛାତ୍ରୀମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ ।

୧୨-ମୀନ

ଜନସମ୍ପର୍କ ସୁଦୃଢ ହେବା ଫଳରେ ଯାହା ଚିନ୍ତା କରିଛନ୍ତି ତାହା ପୂରଣ କରିବାକୁ ଚେଷ୍ଟା ଜାରି ରଖିବେ । ସନ୍ତାନମାନଙ୍କ ପାଇଁ ମାନସିକ ଚିନ୍ତା ଦୂର ହେବ । ଛାତ୍ର ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ । ଧାର୍ମିକ କାର୍ଯ୍ୟରେ ମନ ବଳାଇବେ । ରାଜନୀତିରେ ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସ୍ଵନାମ ଅର୍ଜନ କରିପାରିବେ । ନୂତନ ବ୍ୟବସାୟ ଆରମ୍ଭ କଲେ ବ୍ୟବସାୟରେ ପ୍ରଚୁର ଲାଭ ହେବ । ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ବିଜୟୀ ହେବେ । ସହକର୍ମୀମାନେ କାମର ପ୍ରଶଂସା କରିବେ ।