ଆଜିର ରାଶିଫଳ, 11 ଫେବୃୟାରୀ 2023, ଶନିବାର, ଶନିଦେବଙ୍କ କୃପା ରହିବ ଏହି ୫ଟି ରାଶି ଉପରେ, ହେବ ଧନଲାଭ

ଦୈନିକ ରାଶିଫଳ ଚନ୍ଦ୍ର ଗ୍ରହର ଗଣନା ଉପରେ ଆଧାରିତ ହୋଇଥାଏ । ଆଜିର ରାଶିଫଳ ବିଷୟରେ କହିବା ସମୟରେ ପାଞ୍ଜିର ଗଣନା ଓ ସଠିକ ଖଗୋଲୀୟର ବିଶ୍ଲେଷଣ କରାଯାଇଥାଏ । ଆମର ଏହି ଦୈନିକ ରାଶିଫଳରେ ସମସ୍ତ ୧୨ଟି ରାଶି ଗୁଡିକ ଭବିଷ୍ୟତ କୁହାଯାଇଥାଏ । ଏହି ରାଶିଫଳକୁ ପଢି ଆପଣ ନିଜର ଦୈନିକ ଯୋଜନାକୁ ସଫଳ କରି ପାରିବେ ।

ଆଜିର ରାଶିଫଳରେ ଆପଣଙ୍କ ପାଇଁ ଚାକିରି, ବ୍ୟାପାର, ପରିବାର ଓ ମିତ୍ରଙ୍କ ସହିତ ସମ୍ବନ୍ଧ, ସ୍ୱାସ୍ଥ୍ୟ ଓ ଦିନସାରା ହେଉଥିବା ଶୁଭ – ଅଶୁଭ ଘଟଣାର ଭବିଷ୍ୟଫଳ ହୋଇଥାଏ । ପଢନ୍ତୁ ଚନ୍ଦ୍ର ରାଶି ଉପରେ ଆଧାରିତ ୧୧ ଫେବୃୟାରୀ ୨୦୨୩ ର ଦୈନିକ ରାଶିଫଳ । ସମସ୍ତ ୧୨ଟି ରାଶି ପାଇଁ କେମିତି ରହିବ ଆଜିର ଦିନ । କାହାକୁ ମିଳିବ ଖୁସି ଓ କେଉଁ ରାଶିକୁ ସମସ୍ୟାର ସାମ୍ନା କରିବାକୁ ପଡିପାରେ । ନିଜ ରାଶି ଅନୁସାରେ ଜାଣନ୍ତୁ କଣ କହିଥାଏ ଆଜିର ରାଶିଫଳ ।

୧-ମେଷ

ସୁଖ ଶାନ୍ତିରେ ଦିନ କାଟିବେ । ବ୍ୟକ୍ତିଗତ ସାର୍ବଜନୀନ ସମ୍ପର୍କରେ ବିକଶିତ ହେବ । ଗୃହରେ ଧର୍ମକାର୍ଯ୍ୟ ଓ ଧର୍ମାନୁଷ୍ଠାନରେ ଯୋଗଦାନ କରିବେ । ଦୂରଯାତ୍ରା କଲେ ଅଶୁଭତ୍ୱନାଶ ହୋଇ ଶୁଭ ଫଳ ପ୍ରାପ୍ତି ହେବ । ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ । ମାଲିମକଦ୍ଦମା, ବାଦବିବାଦ, ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ । ବିଦେଶ ଯାତ୍ରା, ସୁଖ ଶାନ୍ତି, ଯଶ ଲାଭ, ନୂତନ ବାହନଆଦି ପ୍ରାପ୍ତି ଯୋଗ ଅଛି । ସରକାରୀ କର୍ମକ୍ଷେତ୍ରରେ ଉନ୍ନତିର ସୁଯୋଗ ପାଇବେ । ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ ଓ ବଡନେତାଙ୍କୁ ସନ୍ତୁଷ୍ଟ କରିବା ସହଜ ସରଳ ହେବ । ମହିଳାମାନେ ସୁଖ ଶାନ୍ତିରେ ଦିନ କଟାଇବେ । ପ୍ରତିକାର- ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ ।

୨-ବୃଷ

ଆୟର ମାର୍ଗ ପ୍ରଶସ୍ତ ହେବ । ଦୂରଯାତ୍ରାରେ ସୁଖମିଳିବ ଏବଂ ଲାଭ ବାନ୍ ହେବେ । ପରିବାରରେ ଆନନ୍ଦ ଲହରୀ ଖେଳିଯିବ । ମିତ୍ର, ଭାଇ ଓ ବନ୍ଧୁମାନେ ସହଯୋଗ କରିବେ । ପରିଶ୍ରମଦ୍ୱାରା କାର୍ଯ୍ୟ ସଫଳ ହେବ । ବାହାନ କ୍ରୟ ଓ ବିକ୍ରୟ କରିବେ । ବାଦବିବାଦ ମାଲିମୋକଦ୍ଦମା ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ । ମହିଳାମାନେ ସମସ୍ୟା ସମାଧାନ କରି ଶାନ୍ତି ପାଇବେ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ଦାମ୍ପତ୍ୟ ଜୀବନ ଆନନ୍ଦମୟହେବ । ରାଜନୀତି କ୍ଷେତ୍ରରେ ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ଆଲୋଚନା କ୍ଷେତ୍ରରେ ଠିକ୍ ନିସ୍ପତି ନେବେ । ଆର୍ଥିକ ସଙ୍କଟ ଦୂର ହେବ । ପ୍ରତିକାର- ରୁଟି ଗାଈକୁ ଖାଇବାକୁ ଦେବେ ।

୩-ମିଥୁନ

ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ । ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ । ସହଯୋଗୀମାନେ ଉନ୍ନତିପାଇଁ ଚେଷ୍ଟା କରିବେ । ବିଶିଷ୍ଟ ବ୍ୟକ୍ତିଙ୍କ ସହ ସଂପର୍କ ଓ ଆମୋଦପ୍ରମୋଦର ସୁଯୋଗ ପାଇବେ । ଶୁଭକାର୍ଯ୍ୟ ପାଇଁ ଇଚ୍ଛାକରି ଗୁରୁଜନମାନଙ୍କ ଠାରୁ ଆର୍ଶିବାଦ ପାଇବେ । କର୍ମକ୍ଷେତ୍ରରେ ସଫଳତା ମିଳିବ । ବ୍ୟବସାୟରେ ପ୍ରସାର ପ୍ରଚାର ହେବ । ରାଜନୀତିରେ ସମସ୍ୟା ଦୂର ହେବ । ପ୍ରତିକାର- ଗାଈକୁ ଗୁଡ ରୁଟି ଖାଇବାକୁ ଦିଅନ୍ତୁ ।

୪-କର୍କଟ

ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ । ରାଜନୀତିରେ ସ୍ଵାର୍ଥରକ୍ଷା କରିବାରେ ସମୟ ବିତିବ । କଠିନ ପରିଶ୍ରମ କରି ଚଳିବେ ଓ ଶୁଭ ସମାଚାର ପାଇ ଖୁସି ହେବେ । କୌଣସି ଆନୁଷ୍ଠାନିକ, ମାଙ୍ଗଳିକ ଓ ସାଙ୍ଗଠନିକ କାର୍ଯ୍ୟରେ ଯୋଗ ଦେବେ । ଆର୍ଥିକସ୍ଥିତି ମନ୍ଦ ହେବନାହିଁ, ଯାହାଦ୍ୱାରା କି ବହୁ ପରିମାଣରେ ଅଭିବୃଦ୍ଧିର ହାର ବଢ଼ିଯିବ । ଲେଖାପଢ଼ାରୁ, ସଭାସମିତିରୁ, ବନ୍ଧୁମିଳନରୁ ଶୁଭଫଳ ପାଇବେ । କର୍ମକ୍ଷେତ୍ରରେ ନିଜର ପ୍ରାଧାନ୍ୟ ବିସ୍ତାର କରି ସମସ୍ୟାକୁ ସୁଧାରି ନେବେ । ପ୍ରତିଯୋଗିତା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟ ଲାଭ କରିବେ । ମହିଳାମାନେ ଅନ୍ୟକୁ ନିଜ ସହ ତୁଳନା କରି ମାନସିକ ଶାନ୍ତି ଅନୁଭବ କରିବେ ।

୫-ସିଂହ

ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ପାରିବାରିକ ଜୀବନ ଆନନ୍ଦମୟ ହେବ । ସହକର୍ମୀ ଓ ଅଧସ୍ତନ କର୍ମଚାରୀଙ୍କ ସହ ସମ୍ପର୍କ ଭଲ ରହିବ । ଆଶା କରିଥିବା କାର୍ଯ୍ୟଟି ପୂରଣ ହେବ । ଶତୃନାଶ, ଋଣନାଶ ଓ ପୁରାତନ ରୋଗପୀଡ଼ାର ଉପଶମ ହେବ । ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ । ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ । ଶୁଭ ସମାଚାର ପାଇ ମନ ଖୁସି ହେବ । ଦୂରଯାତ୍ରାକରି ଲାଭ ପାଇବେ ଓ ଅଭିଷ୍ଟ ପ୍ରାପ୍ତି ହେବ । କର୍ମ କ୍ଷେତ୍ରରେ ସମ୍ମାନୀତ ହେବେ । ରାଜନୀତି କ୍ଷେତ୍ରରେ ଜନ ସେବାରେ ପ୍ରଶଂସା ମିଳିବ । ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହ ହେବେ । ଖେଳ, ବିଦ୍ୟା ଓ କୃଷିକ୍ଷେତ୍ରରେ ଆଦୃତ ହେବେ । ପ୍ରତିକାର-ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ ।

୬-କନ୍ୟା

ବ୍ୟବସାୟରେ ଖୁବ୍ ଆଶାବାଦୀ ହେବେ । ବାକିଥିବା ଅର୍ଥ ଆଦାୟ ହେବ । ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ । ରାଜନୀତିରେ ଲୋକପ୍ରିୟତା ଓ ଉନ୍ନତି, ଖେଳ ରେ ପ୍ରଶଂସା, ବିଦ୍ୟାରେ ମନନିବେଶ କରିବେ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ । ସାଧାରଣ ଘଟଣାଯୋଗୁ ବନ୍ଧୁଙ୍କ ସହ ସମ୍ପର୍କ ତୁଟି ଯାଇପାରେ । ବାଦ ବିବାଦଠାରୁ ଦୂରେଇ ରହିବା ଉଚିତ । ରାଜନୀତିରେ ସମାଲୋଚିତ ହୋଇ ଭାବମୂର୍ତ୍ତି କ୍ଷୁର୍ଣ୍ଣ ହେବ । ଅତ୍ୟଧିକ ପରିଶ୍ରମ ଓ ଅନିଦ୍ରା ଜନିତ ରୋଗପ୍ରତି ସାବଧାନ ରହିବା ଉଚିତ୍ । ପରିବାରରେ ଅର୍ନ୍ତଦ୍ୱନ୍ଦ ସୃଷ୍ଟି ହେବ । ମହିଳାମାନେ ପିଲାଙ୍କ ଆଚରଣରେ ଚିନ୍ତିତ ରହିବେ ।

୭-ତୁଳା

ନୂତନ ଗୃହସୁଖ ମିଳିବ । ମନୋରଞ୍ଜନ କରିବା ପାଇଁ ସମୟ ମିଳିବ । ଯାତ୍ରାରେ ସମୟ କଟିବ ଓ ଲାଭ ପାଇବେ । ବ୍ୟବସାୟ ବୃଦ୍ଧି କିମ୍ବା ନୂଆ ଯୋଜନା ଅନୁସାରେ କାର୍ଯ୍ୟ କରିବେ । ସ୍ଥଗିତ ଥିବା ଧନପ୍ରାପ୍ତ ହେବ । ମହିଳାମାନେ ନୂତନ କର୍ମ ଓ ବ୍ୟବସାୟ ପାଇଁ ଚେଷ୍ଟିତ ହେବେ । ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ । ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ । ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ । ରାଜନୀତିରେ ଉନ୍ନତି, ବିଦ୍ୟାରେ ଉନ୍ନତି, ଖେଳରେ ଶାନ୍ତି ହେବେ । ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ । ଆର୍ଥିକସ୍ଥିତି ପୂର୍ବପରି ରହିବ ।

୮-ବିଚ୍ଛା

ଯେକୌଣସି ପ୍ରତିଯୋଗୀତାକୁ ସ୍ଵୀକାର କରିବା ପାଇଁ ପ୍ରସ୍ତୁତ ରହିବେ । କାରବାରରେ ସ୍ଥିତି ଠିକ୍ ରହିବ । ମହିଳାଙ୍କ ମାନସିକସ୍ଥିତି ଭଲ ରହିବ । ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ସମାଧାନ ହେବ । ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ । ଭୋଗ ବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ଗୃହରୁ ସୁଖମିଳିବ । ବାଦବିବାଦ, ପ୍ରତିଯୋଗିତାପରୀକ୍ଷା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତହେବେ । ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଧନସମ୍ପଦ, ବସ୍ତ୍ରଆଭୂଷଣ ଆଦି ଲାଭହେବ ।

୯-ଧନୁ

ଦାମ୍ପତ୍ୟଜୀବନ ସୁଖମୟ ହେବ । ପରିଶ୍ରମ ଦ୍ୱାରା ଲାଭ ପାଇବେ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ଦୂରଯାତ୍ରାକରି ଲାଭ ପାଇବେ ଓ ଅଭିଷ୍ଟ ପ୍ରାପ୍ତି ହେବ । ବିଦ୍ୟା ଓ ଖେଳରେ ଉନ୍ନତି ହେବ । ସହକର୍ମୀ ଓ ଅଧସ୍ତନ କର୍ମଚାରୀଙ୍କ ସହ ସମ୍ପର୍କ ଭଲ ରହିବ । ଆଶା କରିଥିବା କାର୍ଯ୍ୟଟି ପୂରଣ ହେବ । ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ । ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ । ଶୁଭ ସମାଚାର ପାଇ ମନ ଖୁସି ହେବ । ବ୍ୟବସାୟରେ ଅଚଳାବସ୍ଥା ସୁଧୁରିଯିବ । କର୍ମ କ୍ଷେତ୍ରରେ ସମ୍ମାନୀତ ହେବେ । ଜନ ସେବାରେ ପ୍ରଶଂସା ମିଳିବ । ପ୍ରତିକାର- ଅସହାୟକୁ କିଛି ଖାଇବାକୁ ଦିଅନ୍ତୁ ।

୧୦-ମକର

ଆର୍ଥିକସ୍ଥିତିରେ ଉନ୍ନତି ହେବ । କର୍ମକ୍ଷେତ୍ରରେ ଆନୁଷ୍ଠାନିକ କାମରେ ଠିକ୍ ପରାମର୍ଶ ଦେଇ ଆଦର, ସମ୍ମାନ ଓ ପ୍ରଶଂସା ମିଳିବ । ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ । ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ । ମହିଳାମାନଙ୍କର ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇ ହସ ଖୁସିରେ ଚଳିବେ । ଋଣ ଭରଣାରେ ସହଜ ହେବ । ବ୍ୟବସାୟରେ ଭାଗିଦାରୀଙ୍କ ପାଇଁ କ୍ଷତିରୁ ବଞ୍ଚିଯିବେ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ । ପ୍ରତିଦ୍ଵନ୍ଦିତାରେ ଉନ୍ନତମାନର ଫଳପାଇବେ । ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ । ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ ।

୧୧-କୁମ୍ଭ

ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ ଓ ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ମହିଳାମାନେ ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ । ଶତୃ ପରାଜିତ ହେବେ । ସାମାଜିକ ଉତ୍ସବରେ ଭାଗ ନେବେ । ସ୍ୱାସ୍ଥ୍ୟ ଠିକ୍ ରହିବ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ । ଅନ୍ୟର ଉପକାର କରି ନିଜେ କ୍ଷତିରେ ପଡିବେ । ପଟ୍ଟ ପରିବର୍ତ୍ତନ ଘଟି ଅଶାନ୍ତି ଓ ବିଶୃଙ୍ଖଳାରୁ ମୁକ୍ତ ହେବେ । ଆର୍ଥିକ ଦିଗରୁ ଉନ୍ନତି ହେଲେ ମଧ୍ୟ ବ୍ୟୟ ଭାର ବୃଦ୍ଧି ହେବ । ସତର୍କତା ଅବଲମ୍ବନ ନକଲେ କୌଣସି ଭୁଲ୍ କାମରେ ଫଶିଯିବେ । ପ୍ରତିକାର- ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।

୧୨-ମୀନ

ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ମହିଳାମାନେ ସନ୍ତାନ ସୁଖରେ ସୁଖୀ ହେବେ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତହେବେ । ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଧନସମ୍ପଦ, ବସ୍ତ୍ରଆଭୂଷଣ ଆଦି ଲାଭହେବ । ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ଥିବା ସମସ୍ୟାର ସମାଧାନ ହେବ । ବ୍ୟବସାୟରେ କଠିନ ପରିଶ୍ରମ କରିବାକୁ ପଡିବ । ରାଜନୈତିକ କ୍ଷେତ୍ରରେ ଯଶ, ମାନ ପ୍ରତିଷ୍ଠାବୃଦ୍ଧି ହେବ । ସରକାରୀ କର୍ମକ୍ଷେତ୍ରରେ ଉନ୍ନତିର ସୁଯୋଗ ପାଇବେ ।