ଆଜିର ରାଶିଫଳ, 12 ସେପ୍ଟେମ୍ବର 2021, ରବିବାର, ସୂର୍ଯ୍ୟଦେବଙ୍କ ଆଶୀର୍ବାଦ ରହିବ ଏହି ୫ଟି ରାଶି ଉପରେ, ହେବ ଧନଲାଭ

ଦୈନିକ ରାଶିଫଳ ଚନ୍ଦ୍ର ଗ୍ରହର ଗଣନା ଉପରେ ଆଧାରିତ ହୋଇଥାଏ । ଆଜିର ରାଶିଫଳ ବିଷୟରେ କହିବା ସମୟରେ ପାଞ୍ଜିର ଗଣନା ଓ ସଠିକ ଖଗୋଲୀୟର ବିଶ୍ଲେଷଣ କରାଯାଇଥାଏ । ଆମର ଏହି ଦୈନିକ ରାଶିଫଳରେ ସମସ୍ତ ୧୨ଟି ରାଶି ଗୁଡିକ ଭବିଷ୍ୟତ କୁହାଯାଇଥାଏ । ଏହି ରାଶିଫଳକୁ ପଢି ଆପଣ ନିଜର ଦୈନିକ ଯୋଜନାକୁ ସଫଳ କରି ପାରିବେ ।

ଆଜିର ରାଶିଫଳରେ ଆପଣଙ୍କ ପାଇଁ ଚାକିରି, ବ୍ୟାପାର, ପରିବାର ଓ ମିତ୍ରଙ୍କ ସହିତ ସମ୍ବନ୍ଧ, ସ୍ୱାସ୍ଥ୍ୟ ଓ ଦିନସାରା ହେଉଥିବା ଶୁଭ – ଅଶୁଭ ଘଟଣାର ଭବିଷ୍ୟଫଳ ହୋଇଥାଏ । ପଢନ୍ତୁ ଚନ୍ଦ୍ର ରାଶି ଉପରେ ଆଧାରିତ ୧୨ ସେପ୍ଟେମ୍ବର ୨୦୨୧ର ଦୈନିକ ରାଶିଫଳ । ସମସ୍ତ ୧୨ଟି ରାଶି ପାଇଁ କେମିତି ରହିବ ଆଜିର ଦିନ । କାହାକୁ ମିଳିବ ଖୁସି ଓ କେଉଁ ରାଶିକୁ ସମସ୍ୟାର ସାମ୍ନା କରିବାକୁ ପଡିପାରେ । ନିଜ ରାଶି ଅନୁସାରେ ଜାଣନ୍ତୁ କଣ କହିଥାଏ ଆଜିର ରାଶିଫଳ ।

୧-ମେଷ

ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ । କର୍ମକ୍ଷେତ୍ରରେ ସ୍ଥାନାନ୍ତର ଓ ମତାନ୍ତର ଭୟ ଦୂରେଇ ଯିବ । କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେବା ପୂର୍ବରୁ ପରିବାରସହ ଆଲୋଚନା କରିବା ଉଚିତ୍ । ବନ୍ଧୁମାନେ ସାହାଯ୍ୟ ସହଯୋଗର ହାତ ବଢେଇବେ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ । ପାରିବାରିକ କ୍ଷେତ୍ରରେ ଭୁଲ ବୁଝାମଣା, ରାଗରୁଷା, ମାନଅଭିମାନ, କଳହ ଇତ୍ୟାଦି ଅଳ୍ପ ବହୁତ ଦେଖାଦେଲେ ମଧ୍ୟ କୁ ପ୍ରଭାବ ପଡିବ ନହିଁ । ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେମଧ୍ୟ ସମାଧାନ କରି ପ୍ରଶଂସିତ ହେବେ ।

୨-ବୃଷ

ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ । ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ରାଜନୈତିକ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ । ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ । ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ । ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । କଷ୍ଟସାଧ୍ୟ କାର୍ଯ୍ୟର ଦାୟିତ୍ୱ ନେଇ ପ୍ରଶଂସା ପାଇବେ । ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ ।

୩-ମିଥୁନ

ଚେଷ୍ଟା କଲେ କାହାକୁ ଦେଇଥିବା ଧନ ମିଳିଯିବ । ରାଜନୀତିରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି । ପ୍ରତିଯୋଗୀତାପରୀକ୍ଷା, ଖେଳ ଓ ପ୍ରତିଦ୍ୱନ୍ଦିତାରେ ସଫଳ ହେବେ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ । ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ପାରିବାରିକ ଜୀବନ ଆନନ୍ଦମୟ ହେବ । ବୁଦ୍ଧି ବିବେକ ଖେଳାଇ ପ୍ରତିକୂଳ ସ୍ରୋତକୁ ଅନୁକୂଳ ଦିଗରେ ମୁହାଁଇ ଦେବାକୁ ମଧ୍ୟ ସାମର୍ଥ୍ୟ ଯୁଟିବ ।

୪-କର୍କଟ

ଅନ୍ୟମାନଙ୍କୁ ସାହାଯ୍ୟ କରିବେ, ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ । ଅଚାନକ ଧନପ୍ରାପ୍ତି, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବା ପାଇଁ ମନ କରିବେ । ଧର୍ମକାର୍ଯ୍ୟ ପ୍ରତି ମନବଳାଇ ବହୁତ ଶାନ୍ତି ପାଇବେ । ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ । ସ୍ଵର୍ଣ୍ଣ ଅଳଙ୍କାର କ୍ରୟ କରି ପାରନ୍ତି । ବାଣିଜ୍ୟ ବ୍ୟବସାୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହେବ ଓ ପ୍ରସାର ପ୍ରଚାର କରିବାର ସୁଯୋଗ ପାଇ ଖୁସି ହେବେ । ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ । ଆର୍ଥିକ ଦିଗରୁ ଉନ୍ନତି ହେବା ସହ ଋଣ ପରିଶୋଧ କରିବାର ସୁଯୋଗ ପାଇବେ ।

୫-ସିଂହ

ଦୂର ଯାତ୍ରାରେ ସଫଳତା ମିଳିବ । ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ । ପୁରାତନ ରୋଗର ଉପଶମ ପାଇଁ ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ । ସନ୍ତାନମାନେ ଉଚ୍ଚଶିକ୍ଷାରେ ଶ୍ରେଷ୍ଠସ୍ଥାନ ଲାଭ କରିବେ । ସାଂସାରିକ ଜୀବନ ସୁଖମୟ ହେବ । କର୍ମକ୍ଷେତ୍ରରେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରୀ ହୋଇ ପାରିବେ । ଶେୟାର ମାର୍କେଟ, ଜୁଆ ଓ ଲଟେରୀ ଖେଳରେ ମନମୁତାବକ ଲାଭବାନ ହେବାର ସମ୍ଭାବନା । କିଛି ନୂତନ କର୍ମ ଆରମ୍ଭ କରି ନିକଟ ସମ୍ପର୍କୀୟଙ୍କ ଠାରୁ ପ୍ରଶଂସିତ ହେବେ ।

୬-କନ୍ୟା

ଆୟକୁ ଚାହିଁ ବ୍ୟୟ କଲେ ଲୋକହସା ହେବେ ନାହିଁ । ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେ ମାପି ଚାଖଣ୍ଡେ ଚାଲିବା ଆବଶ୍ୟକ । ପାରିବାରିକ ସମସ୍ୟା ଗୁଡ଼ିକୁ ସମାଧାନ କରିବା ଉଚିତ୍‌ । ପୁରାତନ ରୋଗପ୍ରତି ସାବଧାନ ରହିଲେ ଭଲ । କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ । ଉଚ୍ଚପଦସ୍ଥ କର୍ମକର୍ତ୍ତାମାନଙ୍କର କର୍ମଉପରେ ନଜର ପଡ଼ିପାରେ । ବାଦବିବାଦ ପରୀକ୍ଷା, ପ୍ରତିଯୋଗିତା ଓ ମାଲିମକଦ୍ଦମାର ଅବସାନ ହେବ । ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ ।

୭-ତୁଳା

ବ୍ୟବସାୟ ପାଇଁ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । ଅଫିସ୍ କାମରେ ପରିଚାଳନାଗତ ସମସ୍ୟା ଦେଖାଦେଇ ପାରେ । ପରକଥାରେ ପଡି ପରିବାରରେ କଳହ ସୃଷ୍ଟି ହେବ । କର୍ମାନୁଯାୟୀ ଫଳପ୍ରାପ୍ତି ହେତୁ କର୍ତ୍ତବ୍ୟ ପରାୟଣତା ରକ୍ଷା କରି ପାରିବେ । ରାଜନୀତି କ୍ଷେତ୍ରରେ ସଫଳତା ମିଳିବ । ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । ଜନସେବା ଦ୍ଵାରା ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ । ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ ।

୮-ବିଚ୍ଛା

ରାଜନୀତି କ୍ଷେତ୍ରରେ କର୍ମୀଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ । ଯାନବାହାନ ଭ୍ରମଣ ସଙ୍କ୍ରାନ୍ତିୟ ଶୁଭ ସୂଚନା ପାଇବେ । ବାଦବିବାଦ, ପ୍ରତିଯୋଗୀତା ପରୀକ୍ଷା, ଖେଳ ଓ ପ୍ରତିଦ୍ୱନ୍ଦିତାରେ ସଫଳ ହେବେ । ବ୍ୟବସାୟ କ୍ଷେତ୍ରରେ ବହୁଲୋକଙ୍କର ପ୍ରିୟ ଭାଜନ ହେବା ସହ ଆଶାନୁରୂପ ଲାଭ ପାଇବେ । ବନ୍ଧୁମିଳନ ତୀର୍ଥ ଭ୍ରମଣ ଓ ସଂସ୍କୃତିକ ତଥା ସାମାଜିକ କାର୍ଯ୍ୟରେ ଭାଗନେବେ । ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସିବ । ପାରିବାରିକ ଶାନ୍ତିଶୃଙ୍ଖଳା ବୃଦ୍ଧି ହେବାସହ ଗଠନମୂଳକ କାର୍ଯ୍ୟ ପାଇଁ ପ୍ରସ୍ତୁତି ଆରମ୍ଭ କରିବେ ।

୯-ଧନୁ

ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ । ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍ । ଲୁହା, କାଠ, କୋଇଲା, କଳକବ୍ଜା, ବ୍ୟବସାୟରୁ, କଣ୍ଟ୍ରାକ୍ଟରୀରୁ ଯଥେଷ୍ଟ ଲାଭ ଉଠାଇବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ଆନ୍ତରିକ ଉତ୍ସାହ ବୃଦ୍ଧିହେବା ଫଳରେ ମହିଳାମାନେ ବ୍ୟବସାୟକ୍ଷେତ୍ରର ସମସ୍ୟାକୁ ସମାଧାନ କରି ମାନସମ୍ମାନ ପାଇବେ ।

୧୦-ମକର

ପରିବାର ମଧ୍ୟରେ ମୁଖ୍ୟତା ଲାଭକରି ବୁଦ୍ଧି ବିବେକ ଖେଳାଇ ପ୍ରତିକୂଳ ସ୍ରୋତକୁ ଅନୁକୂଳ ଦିଗରେ ମୁହାଁଇ ଦେବାକୁ ସାମର୍ଥ୍ୟ ଯୁଟିବ । ରାଜନୈତିକ କ୍ଷେତ୍ରରେ ସାମାଜିକ ସ୍ଥିତି ଓ ମାନସମ୍ମ । ନ ବଜାୟ ରହିବ । ଅଟକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ । ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ । ଉଚ୍ଚପ୍ରଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ଲାଭ ହେବ । ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ସେବାକାରୀ ମାନଙ୍କ ସହଯୋଗରେ ଜନସେବାଦ୍ଵାରା ସମ୍ମାନଜନକ ସ୍ଥିତି ପରିଲକ୍ଷିତ ହେବ ।

୧୧-କୁମ୍ଭ

ସରକାରୀ କାମରେ ସଫଳତା ପାଇବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବନ୍ଧୁ ମିତ୍ରଙ୍କ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ । ଅଧିକାରୀ କାମରେ ପ୍ରସନ୍ନ ରହିବେ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ । ସମସ୍ତ ନିର୍ଣ୍ଣୟ ଓ ଫଇସଲା ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ । ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଲଢିପାରନ୍ତି । ରାଜନୀତି କ୍ଷେତ୍ରରେ ପରିଶ୍ରମ ଓ ମେହନତର ପରିଣାମ ମିଳିବ ।

୧୨-ମୀନ

ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟା ଓ ଆତ୍ମୀୟ ଶତ୍ରୁତା ସହ ପୁରାତନ ରୋଗର ପ୍ରକୋପର ଉପସମ ହେବ । ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ । ଅଧ୍ୟୟନ, ଅଧ୍ୟାପନ, ଓ ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ । ବ୍ୟବସାୟ କ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ । ବ୍ୟୟ ଅପେକ୍ଷା ଆୟ ବୃଦ୍ଧିପାଇବ । ଅନେକ ଗୁଡ଼ିଏ କାର୍ଯ୍ୟ ବ୍ୟସ୍ତତା ଭିତରେ ବ୍ୟତିବ୍ୟସ୍ତ ରହିବେ ।