ଆଜିର ରାଶିଫଳ, 13 ଅକ୍ଟୋବର 2021, ବୁଧବାର, ଗଣେଶଙ୍କ କୃପା ରହିବ ଏହି ୬ଟି ରାଶି ଉପରେ, ଆର୍ଥିକ ସ୍ଥିତିରେ ହେବ ଉନ୍ନତି

ଦୈନିକ ରାଶିଫଳ ଚନ୍ଦ୍ର ଗ୍ରହର ଗଣନା ଉପରେ ଆଧାରିତ ହୋଇଥାଏ । ଆଜିର ରାଶିଫଳ ବିଷୟରେ କହିବା ସମୟରେ ପାଞ୍ଜିର ଗଣନା ଓ ସଠିକ ଖଗୋଲୀୟର ବିଶ୍ଲେଷଣ କରାଯାଇଥାଏ । ଆମର ଏହି ଦୈନିକ ରାଶିଫଳରେ ସମସ୍ତ ୧୨ଟି ରାଶି ଗୁଡିକ ଭବିଷ୍ୟତ କୁହାଯାଇଥାଏ । ଏହି ରାଶିଫଳକୁ ପଢି ଆପଣ ନିଜର ଦୈନିକ ଯୋଜନାକୁ ସଫଳ କରି ପାରିବେ ।

ଆଜିର ରାଶିଫଳରେ ଆପଣଙ୍କ ପାଇଁ ଚାକିରି, ବ୍ୟାପାର, ପରିବାର ଓ ମିତ୍ରଙ୍କ ସହିତ ସମ୍ବନ୍ଧ, ସ୍ୱାସ୍ଥ୍ୟ ଓ ଦିନସାରା ହେଉଥିବା ଶୁଭ – ଅଶୁଭ ଘଟଣାର ଭବିଷ୍ୟଫଳ ହୋଇଥାଏ । ପଢନ୍ତୁ ଚନ୍ଦ୍ର ରାଶି ଉପରେ ଆଧାରିତ  ୧୩ ଅକ୍ଟୋବର ୨୦୨୧ର ଦୈନିକ ରାଶିଫଳ । ସମସ୍ତ ୧୨ଟି ରାଶି ପାଇଁ କେମିତି ରହିବ ଆଜିର ଦିନ । କାହାକୁ ମିଳିବ ଖୁସି ଓ କେଉଁ ରାଶିକୁ ସମସ୍ୟାର ସାମ୍ନା କରିବାକୁ ପଡିପାରେ । ନିଜ ରାଶି ଅନୁସାରେ ଜାଣନ୍ତୁ କଣ କହିଥାଏ ଆଜିର ରାଶିଫଳ ।

୧-ମେଷ

ବ୍ୟବସାୟ କ୍ଷେତ୍ରରେ ଉନ୍ନତିମୂଳକ ପଦକ୍ଷେପରେ ବାଧା ପ୍ରତିରୋଧ ଦେଖାଦେଇ ପାରେ । କର୍ମକ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ଠିକ୍ ଭାବେ ସଂପୂର୍ଣ୍ଣ ହେବ । ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ । ମହିଳାମାନଙ୍କର ରାଜନୀତିରେ ସଫଳତା ମିଳିବ ଓ କର୍ମକ୍ଷେତ୍ରଟି ସୁଦୃଢ ହେବ । ପାରିବାରିକ ସ୍ତରରେ ଭୁଲ ବୁଝାମଣା ଜନିତ ସୁଖଶାନ୍ତି ହାନିହେବା ସହ ଦାମ୍ପତ୍ୟ ସମସ୍ୟା ଦେଖାଦେଇ ପାରେ । ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ ।

୨-ବୃଷ

ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ । ମହିଳାମାନେ ଉଚିତ୍ ପନ୍ଥା ଗ୍ରହଣ କରି ପୂର୍ବରୁ ଆରମ୍ଭ ହୋଇଥିବା କାର୍ଯ୍ୟ ପୁରଣରେ ଲାଗିବେ । ପ୍ରେମିକ-ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ନୂତନ କର୍ମ ନିଯୁକ୍ତି ପାଇଁ ଚେଷ୍ଟା କରିବେ ହସ ଖୁସିରେ ସମୟ ବିତିବ । ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ । ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ ।

୩-ମିଥୁନ

ଶେୟାର ମାର୍କେଟ, ଜୁଆ ଓ ଲଟେରୀ ଖେଳରେ ମନମୁତାବକ ଲାଭବାନ ହେବାର ସମ୍ଭାବନା । ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ । ବ୍ୟବସାୟର ଡାକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ । ପିଲାମାନଙ୍କ ପାଠପଢା ନେଇ କରିଥିବା ଚିନ୍ତା ଦୂରେଇ ଯିବ । ଅପେକ୍ଷା କରିଥିବା କାମର ଶୁଭସୂଚନା ମିଳିବ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । କର୍ମକ୍ଷେତ୍ରରେ ପ୍ରମୋଶନ ଓ ପରିବର୍ତ୍ତନ ଆସିବ । କୋର୍ଟ-କଚେରୀ ମାମଲା ସମାଧାନ ହୋଇଯିବ । ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେବେ । ରାଜନୀତିରେ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ ।

୪-କର୍କଟ

ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇ ଆୟର ସ୍ରୋତ ଖୋଲି ଯିବ । ବାସସ୍ଥାନ ବା ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଆସିଲେ ମଧ୍ୟ ଗ୍ରହଣ ନକରିବା ଉଚିତ୍ । ରାଜନୈତିକ କ୍ଷେତ୍ରରେ ନୂତନ ଦିଗ୍ଦର୍ଶନ ପାଇ ଅବହେଳିତ ଲୋକଙ୍କସହ ମିଳାମିଶା କରି ଉଚ୍ଚ ପ୍ରଶଂସିତ ହେବେ । ନୂତନ ଆଶା ଓ ଉର୍ଜା ଦ୍ଵାରା ଯେକୌଣସି ପ୍ରତିଯୋଗୀତାକୁ ସ୍ଵୀକାର କରିବା ପାଇଁ ପ୍ରସ୍ତୁତ ରହିବେ । ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବା ଫଳରେ ପାରି ବାରିକ ଜୀବନରେ ସୁଖଶାନ୍ତି ମିଳିବ ।

୫-ସିଂହ

ପରିବାର ଓ ମିତ୍ରଙ୍କ ସହିତ ସମୟ ବିତେଇବେ । ମନରେଥିବା କାମନା ପୂର୍ଣ୍ଣ ହେବ । ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ । ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ । ଶାରୀରିକ କଷ୍ଟ ଦୂର ହେବ । କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ । ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ । ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ । ନୂତନ କର୍ମ ନିଯୁକ୍ତି ପାଇବେ । ବ୍ୟବସାୟୀ ମାନଙ୍କର ଲାଭ ଅଧିକ ହେବା ଫଳରେ ମନ ଖୁସି ରହିବ । ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ବିଜୟ ହେବ ।

୬-କନ୍ୟା

ଜମିବାଡି ନେଇ କେତେକ ସମସ୍ୟା ସମାଧାନ ହେବ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ପ୍ରେମ କ୍ଷେତ୍ରରେ ସଫଳ ହେବେ । ସୁଯୋଗ ହାତପାହାନ୍ତାରେ ଥିଲେ ମଧ୍ୟ ଶେଷ ସମୟରେ ହରାଇ ମନ ବ୍ୟସ୍ତ ହେବ । ଶାରୀରିକ ଓ ମାନସିକ ସ୍ଥିରତା ଦେଖା ଦେବ । ରାଜନୀତିରେ ପ୍ରଶଂସିତ ହେବେ ଓ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧିହେବ । ବକେୟା ଅର୍ଥ ପ୍ରାପ୍ତି ହେବା ଫଳରେ ଆର୍ଥିକ ସ୍ଥିତି ସୁଧୁରିଯିବ ଏବଂ ନୂତନ କାର୍ଯ୍ୟ କରିବାର ସୁଯୋଗ ପାଇବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ ।

୭-ତୁଳା

ରାଜନୀତି କ୍ଷେତ୍ରରେ ଉନ୍ନତି କରିବା ପାଇଁ ବହୁତ ଭଲ ପାଉଥିବା ଲୋକ ଓ ଶୁଭଚିନ୍ତକ ଲୋକମାନେ ସାହାଯ୍ୟ କରିବେ । ବାଦବିବାଦ, ପ୍ରତିଯୋଗୀତାପରୀକ୍ଷା, ଖେଳ ଓ ପ୍ରତିଦ୍ୱନ୍ଦିତାରେ ସଫଳ ହେବେ । କର୍ମ ପ୍ରତି ହତୋତ୍ସାହ ଏବଂ ସ୍ଵାସ୍ଥ୍ୟରେ ଅବନତି ଦେଖାଦେଇ ପାରେ । ବ୍ୟବସାୟରେ ଆର୍ଥୀକ କ୍ଷେତ୍ରରେ ଆଶାତୀତ ଉନ୍ନତି ହୋଇପାରେ ଓ ଧନ ଲାଭ ସହିତ କର୍ତ୍ତବ୍ୟ ଦାଇତ୍ଵ ବଢିଯିବ । କୌଣସି ପୋଗ୍ରାମ୍ ବା କାର୍ଯ୍ୟକ୍ରମରେ ସମ୍ମାନିତ ହେବେ । ଘରପରିବାରକୁ ପ୍ରାଥମିକତା ଦେଇ ମାତାପିତା ଓ ଗୁରୁଜନଙ୍କ ଆଶୀର୍ବାଦ ପାଇବେ । ପାଖ ପଡୋଶୀଙ୍କ ସହିତ ସମ୍ପର୍କ ବୃଦ୍ଧି ହେବ ।

୮-ବିଚ୍ଛା

ଅଧ୍ୟୟନ-ଅଧ୍ୟାପନ କାର୍ଯ୍ୟରେ ବ୍ୟସ୍ତ ରହି ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ । ମହିଳାମାମାନେ ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ । ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ । ପ୍ରେମ ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ । ଅଧା ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ । ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରି ପାରିବେ ।

୯-ଧନୁ

ରୋଜଗାର ପ୍ରାପ୍ତି ହେବାର ସମ୍ଭାବନା ଅଛି ବା ନୂଆ ନିଯୁକ୍ତି ଯୋଗ ଅଛି । ଏମିତି କାର୍ଯ୍ୟ କରିବେ ଯାହାକି ଭବିଷ୍ୟତ ଆକାଂକ୍ଷାକୁ ପୂର୍ଣ୍ଣ କରିବ । ନିର୍ମାଣମୂଳକ ଯୋଜନାରେ ଆଗେଇବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ । ନିଜର ସାମୁଦାୟିକ ମାମଲା ବା ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ । ଆତ୍ମବିଶ୍ଵାସ ବୃଦ୍ଧି ପାଇବ । ରାଜନୈତିକ କ୍ଷେତ୍ରରେ କୀର୍ତ୍ତୀ ଓ ମାନ-ପ୍ରତିଷ୍ଠାରେ ବୃଦ୍ଧି ହେବ । ବ୍ୟବସାୟ କ୍ଷେତ୍ରରେ ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରିବ ।

୧୦-ମକର

ପାରିବାରିକ ସୁଖ ଶାନ୍ତି ବୃଦ୍ଧି ହେବ ଓ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ରାଜନୀତି କ୍ଷେତ୍ରରେ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବା ସହ କୀର୍ତ୍ତୀ, ମାନ ପ୍ରତିଷ୍ଠାରେ ବୃଦ୍ଧି ହେବ । ମହିଳାମାନେ ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ । ନୂଆ ନିଯୁକ୍ତି ପାଇବାର ସମ୍ଭାବନା ଅଛି । ଆର୍ଥିକ ଉନ୍ନତି ଓ ଅଚାନକ ଧନ ପ୍ରାପ୍ତି ହେବ । ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ । ବ୍ୟବସାୟୀକ ଆତ୍ମବିଶ୍ଵାସ ବୃଦ୍ଧି ପାଇବ ଓ ନୂତନ ଦ୍ରବ୍ୟ କ୍ରୟ କରିବେ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍ ।

୧୧-କୁମ୍ଭ

ଋଣ ଭରଣାର ଯୋଜନା କରିବେ ଶାରୀରିକ କ୍ଷେତ୍ରରେ ଉନ୍ନତି ହେବ । ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି କରି ପାରିବେ । ପାରିବାରିକ କ୍ଷେତ୍ରରେ ସୁଖ-ସୌଭାଗ୍ୟ ତଥା ଯଶ-ପ୍ରସିଦ୍ଧି ଆଶା କରି ହେବ । ଶତୃଙ୍କଠାରୁ ଦୂରେଇ ନରହିଲେ ମନସ୍ତାପ ବଢିଯିବ । ବ୍ୟବସାୟରେ ଲକ୍ଷପ୍ରତି ଯଥାର୍ଥବାଦୀ ହେବେ । ଶତୃଙ୍କ ସହିତ ମୁକାବିଲା କରିପାରିବେ । ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚ ମାନ୍ୟତାରେ ବୃଦ୍ଧି ହେବ । ରାଜନୀତି କ୍ଷେତ୍ରରେ ଉଚ୍ଚ ସମ୍ପର୍କରୁ ଲାଭବାନ ହେବେ ଓ କୌଣସି ବରିଷ୍ଠ ରାଜନେତା ଦେଖାହୋଇ ପାରନ୍ତି ।

୧୨-ମୀନ

ନୂଆ ନିଯୁକ୍ତି ଯୋଗ ଅଛି । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ । ରାଜନୀତିରେ ପ୍ରତିକୂଳ ପରିସ୍ଥିତି ଦୂରେଇଯିବ ଓ ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବ । ତୀର୍ଥାଟନଯୋଗ ଥିବାରୁ ଯାତ୍ରାକାଳରେ ଯନ୍ତ୍ରଣା ଭୋଗି ପାରନ୍ତି । ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ ।