ଆଜିର ରାଶିଫଳ, 15 ଅଗଷ୍ଟ 2021, ରବିବାର, ସୂର୍ଯ୍ୟଦେବଙ୍କ ଆଶୀର୍ବାଦ ରହିବ ଏହି ୫ଟି ରାଶି ଉପରେ, ହେବ ଧନଲାଭ

ଦୈନିକ ରାଶିଫଳ ଚନ୍ଦ୍ର ଗ୍ରହର ଗଣନା ଉପରେ ଆଧାରିତ ହୋଇଥାଏ । ଆଜିର ରାଶିଫଳ ବିଷୟରେ କହିବା ସମୟରେ ପାଞ୍ଜିର ଗଣନା ଓ ସଠିକ ଖଗୋଲୀୟର ବିଶ୍ଲେଷଣ କରାଯାଇଥାଏ । ଆମର ଏହି ଦୈନିକ ରାଶିଫଳରେ ସମସ୍ତ ୧୨ଟି ରାଶି ଗୁଡିକ ଭବିଷ୍ୟତ କୁହାଯାଇଥାଏ । ଏହି ରାଶିଫଳକୁ ପଢି ଆପଣ ନିଜର ଦୈନିକ ଯୋଜନାକୁ ସଫଳ କରି ପାରିବେ ।

ଆଜିର ରାଶିଫଳରେ ଆପଣଙ୍କ ପାଇଁ ଚାକିରି, ବ୍ୟାପାର, ପରିବାର ଓ ମିତ୍ରଙ୍କ ସହିତ ସମ୍ବନ୍ଧ, ସ୍ୱାସ୍ଥ୍ୟ ଓ ଦିନସାରା ହେଉଥିବା ଶୁଭ – ଅଶୁଭ ଘଟଣାର ଭବିଷ୍ୟଫଳ ହୋଇଥାଏ । ପଢନ୍ତୁ ଚନ୍ଦ୍ର ରାଶି ଉପରେ ଆଧାରିତ ୧୫ ଅଗଷ୍ଟ ୨୦୨୧ର ଦୈନିକ ରାଶିଫଳ । ସମସ୍ତ ୧୨ଟି ରାଶି ପାଇଁ କେମିତି ରହିବ ଆଜିର ଦିନ । କାହାକୁ ମିଳିବ ଖୁସି ଓ କେଉଁ ରାଶିକୁ ସମସ୍ୟାର ସାମ୍ନା କରିବାକୁ ପଡିପାରେ । ନିଜ ରାଶି ଅନୁସାରେ ଜାଣନ୍ତୁ କଣ କହିଥାଏ ଆଜିର ରାଶିଫଳ ।

୧-ମେଷ

ଶରୀର ସୁସ୍ଥ ହେବାର ସମ୍ଭାବନା ଅଛି । ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ସୁଯୋଗ ପାଇବେ । ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ବ୍ୟବସାୟ କ୍ଷେତ୍ରରେ ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର । ମହିଳାମାନେ ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ ଓ ପାରିବାରିକ ସ୍ତରରେ ଭୁଲ ବୁଝାମଣାର ସମାଧାନ ହୋଇ ଉନ୍ନତିମୂଳକ ପଦକ୍ଷେପ ନେବେ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ ।   କୋର୍ଟ-କଚେରୀ ମାମଲା ଓ ବିବାଦ ଆପଣଙ୍କ ସପକ୍ଷରେ ଯିବ । ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ ।

୨-ବୃଷ

ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ଆର୍ଥିକ ସଙ୍କଟ ଦୂରେଇଯିବ । ଧାର କରଜ ସୁଝିବାପାଇଁ ସୁଯୋଗ ପାଇବେ । ଧର୍ମାତ୍ମା, ଦେବତା, ସାଧୁସନ୍ଥଙ୍କସେବା ଓ ପରୋପକାର କର୍ମରେ ନିଜକୁ ନିଯୋଜିତ କରିବେ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ମହିଳାମାନେ ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ । ବିଦ୍ୟାକ୍ଷେତ୍ରରେ ପ୍ରଶଂସା ପାଇବେ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ ।   ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ ।

୩-ମିଥୁନ

ମହିଳାମାନେ ପିଲାମାନ ସଫଳତାରେ ଖୁସିହେବେ । ନିର୍ମାଣ ମୂଳକ ଯୋଜନାରେ ଆଗେଇପାରିବେ । ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ । ରାଜନୀତିରେ ସଫଳତା ମିଳିବ । ନୂଆ ସମ୍ପର୍କରେ ଉନ୍ନତି ହେବ ଓ ଅଧାଥିବା କାର୍ଯ୍ୟ ପୂରଣ ହେବ । ଆର୍ଥିକ ଚିନ୍ତା ଦୁରହେବ ଓ ସ୍ୱାସ୍ଥ୍ୟ ରେ ଉନ୍ନତି ଦେଖାଦେବ । ସାମାଜିକ ଉତ୍ସବରେ ଯୋଗ ଦେଲେ ସଫଳତା ମିଳିବ । ବ୍ୟବସାୟ କ୍ଷେତ୍ରରେ ପୁରୁଣା ଧନଲାଭ ହେବାରୁ ଖୁସି ହେବେ ଓ ଶୁଭ ସମ୍ବାଦ ପାଇବେ । ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହେବ ।   ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

୪-କର୍କଟ

ସମସ୍ୟା ସମାଧାନ ହୋଇଯିବ । ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ । ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ । ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ । ବିଦ୍ୟାରେ ଉନ୍ନତିହେବା ସହ ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ଗୃହବାହନ ପ୍ରାପ୍ତି ହେବ । ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ଫଳରେ ଧନ ପ୍ରାପ୍ତ ହେବ । ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ । ଆଇନ ଅଦାଲତ ଓ ପାରିବାରିକ କ୍ଷେତ୍ରରେ ରହିଥିବା ବିଦ୍ୟାରେ ଉନ୍ନତି ଓ ଉଚ୍ଚ ବିଦ୍ୟା ଅଧ୍ୟୟନ ପାଇଁ ସୁଯୋଗ ପାଇବେ । ବିଭିନ୍ନ ଦିଗରୁ ଲାଭବାନ୍ ହେବେ । ପ୍ରତିକାର- ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ ।

୫-ସିଂହ

ମହିଳାମାନଙ୍କ ଚାକିରିରେ ପଦୋନ୍ନତିସହ ଆର୍ଥଲାଭ ହୋଇପାରେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହୋଇ ନୂତନ କର୍ମ ନିଯୁକ୍ତିର ସୁବିଧା ସୁଯୋଗ ପାଇ ଖୁସି ହେବେ । ଶତ୍ରୁ ନାଶ ଯୋଗେ ନିରୁପଦ୍ରବ ଜୀବନଚର୍ଯ୍ୟାର ଅଧିକାରୀ ହେବେ । ପାରିବାରିକ କ୍ଷେତ୍ରରେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରି ହେବେ । ଯଥେଷ୍ଟ ଆର୍ଥିକ ଉନ୍ନତି ଘଟିବ ଓ କର୍ମକ୍ଷେତ୍ରରେ ଦକ୍ଷତା ପ୍ରତିଭା ପ୍ରଦର୍ଶନ ଜନିତ ଯଶ-ମାନ-ପ୍ରତିଷ୍ଠା ପ୍ରାପ୍ତି ହେବ ।   ଅଧିକ  ପରିଶ୍ରମ ବଳରେ ଜୀବନ ଶୈଳିରେ ସୁଖ-ସମୃଦ୍ଧି ଓ ପ୍ରତିଷ୍ଠାଲାଭ କରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

୬-କନ୍ୟା

ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ । ମହିଳାମାନେ ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ । ହସଖୁସିରେ ସମୟ ବିତାଇବେ । ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । ରାଜନୀତି କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ । ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ ।   କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

୭-ତୁଳା

ଅନେକ କାର୍ଯ୍ୟ କଳାପରେ ସମ୍ପୃକ୍ତ ହେବେ, ଯାହାକି ସଂକ୍ଷେପରେ କହିବାକୁ ଗଲେ ଚାକିରୀରେ ପଦୋନ୍ନତି ମିଳିବ, ଯଶ-ପ୍ରତିଷ୍ଠା ତଥା ଲୋକପ୍ରିୟତା ମଧ୍ୟ ହାସିଲ ହେବ । ଯେକୌଣସି କାର୍ଯ୍ୟରେ ହାତ ଦେବେ ସଫଳତା ମିଳିବ । ପିଲାମାନଙ୍କ ଉନ୍ନତିରେ ପ୍ରସନ୍ନ ରହିବେ । ମାନସିକ ବା ବୌଦ୍ଧିକ ତଥା ଭାବନାତ୍ମକ ରୂପରେ ଅଧିକସକ୍ଷମ ଏବଂ ଅନୁଭବୀ ହେବେ । ଗହଣା, ବସ୍ତ୍ର ଓ ଅନ୍ୟ ସାମଗ୍ରୀ କ୍ରୟ କରିବେ । ଇଛାଶକ୍ତିକୁ ପ୍ରବଳ କରି ଖରାପକୁ ଭଲରେ ଜିତିବାକୁ ହେବ । ଘର ବା କାର୍ଯ୍ୟଳୟ ବଦଳ କରିବା ପାଇଁ ଚିନ୍ତା କରି ପାରନ୍ତି । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

୮-ବିଚ୍ଛା

ଅପେକ୍ଷା କରିଥିବା କାର୍ଯ୍ୟରେ ଶୁଭ ସୂଚନା ମିଳିବ । ନିଜ ଚେଷ୍ଟାରେ ବହୁତ କଷ୍ଟକଲେ ବାକିଥିବା ଅର୍ଥ ପାଇବେ । କର୍ମକ୍ଷେତ୍ରରେ ଦାୟିତ୍ଵ ବଢିବା ଯୋଗେ ଅନ୍ୟମନସ୍କ ରହିବେ । ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ବ୍ୟବସାୟ କ୍ଷେତ୍ରରେ ମନ ଲଗେଇ କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ କରିବେ । କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଉଚିତ୍ । ଶତୃମାନେ ଦୂରେଇ ଯିବେ ।   ଛାତ୍ରଛାତ୍ରୀମାନେ ଅଧ୍ୟୟନ ପାଇଁ ମନଯୋଗ ଦେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

୯-ଧନୁ

ଶତୃମାନେ ଦୂରେଇ ଯିବା ଫଳରେ ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । କର୍ମକ୍ଷେତ୍ରରେ ଦାୟିତ୍ଵ ବଢିବା ଯୋଗେ ଅନ୍ୟମନସ୍କ ରହିବେ । ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ । କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ କରିବେ । କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଉଚିତ୍ । ଅପେକ୍ଷା କରିଥିବା କାର୍ଯ୍ୟର ଶୁଭ ସୂଚନା ମିଳିବ । ଛାତ୍ରଛାତ୍ରୀମାନେ ଅଧ୍ୟୟନ ପାଇଁ ମନଯୋଗୀ ହେବେ । ବାଦବିବାଦ, ମାଲିମୋକଦ୍ଦମା ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ ।

୧୦-ମକର

ସମ୍ୟକ ବୁଦ୍ଧି ଜାଗ୍ରତ ଓ ଇଛାଶକ୍ତି ପ୍ରବଳ ହେବ । ଧର୍ମକାର୍ଯ୍ୟରେ ରୁଚି ବୃଦ୍ଧି ହେବ । କୋର୍ଟ କଚେରୀ ମାମଲାର ଶୁଣାଣି ବିଳମ୍ବରେ ଘଟିବାରୁ ବ୍ୟସ୍ତତା ବଢିଯିବ । ଅତି ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ପାଇଁ ଅସୁବିଧାର ସମ୍ମୁଖୀନ ହେବେ । କର୍ମକ୍ଷେତ୍ରରେ ଧୀରେସୁସ୍ଥେ ଗତିକରି କାମ ହାସଲ କରିବେ । କଳା, ସାହିତ୍ୟ ଓ ସମ୍ବାଦିକତାରେ ପ୍ରଶଂସିତ ହେବେ । ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ । ସମସ୍ତ କର୍ମ କଷ୍ଟରେ ହିଁ ସମ୍ପନ୍ନ ହେବ । ବିଦ୍ୟା କ୍ଷେତ୍ରରେ ସୁନାମ ଅର୍ଜନ କରିବେ । ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ । କୌଣସି କାଗଜରେ ନପଢି ନବୁଝି ଦସ୍ତଖତ ନକରିବା ଉଚିତ୍ ।   ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

୧୧-କୁମ୍ଭ

ପାରିବାରିକ ବ୍ୟବସ୍ଥା ପରି ବର୍ତ୍ତନ ସାଙ୍ଗକୁ ଅର୍ଥସଙ୍କଟରୁ ମୁକ୍ତି ମିଳିବ । ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ । ବ୍ୟବସାୟ କ୍ଷେତ୍ରରେ ଖୁବ ଅଗ୍ରଗତି ଘଟିବ । କରଜ ଭାରରୁ ମୁକ୍ତି ମିଳିବ । ଆଇନ ଅଦାଲତରେ ଜୟଯୁକ୍ତ ହେବେ । ଚାକିରିରେ ପ୍ରତିଷ୍ଠିତ ହେବେ । ଉପରିସ୍ଥ କର୍ମଚାରୀ ଆପଣଙ୍କର ସହଯୋଗ ଲୋଡିବେ । ବିପତ୍ତି କଟିବା ଫଳରେ ସୁଖ ସୌଭାଗ୍ୟ ବୃଦ୍ଧି ହେବ । ବାଦ-ବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ ।

୧୨-ମୀନ

ସାମାଜିକ ସ୍ତରରେ ସମ୍ମାନଲାଭ କରିବେ । ପରିବହନରେ ବିଶେଷ ଲାଭବାନ ହେବେ । ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ । ହାତକୁ ନେଇଥିବା କାର୍ଯ୍ୟଟି କଠିନ ପରିଶ୍ରମ କରିବାକୁ ପଡିବ । ସ୍ୱାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । ନୂତନକର୍ମ ଆରମ୍ଭ କଲେ ସଫଳ ହେବେ । ଛାତ୍ରଛାତ୍ରୀ ମାନଙ୍କର ମାନସିକ ବିକାଶ ଘଟିବ । ମହିଳାମାନେ କାର୍ଯ୍ୟଦକ୍ଷତା ଦେଖାଇବେ । ଈର୍ଷାପରାୟଣ ବ୍ୟକ୍ତିମାନେ ଦୂରେଇଯିବେ ।   ଶୁଭ କାମ କରି ପ୍ରଶଂସିତ ହେବେ । ପରୀକ୍ଷା ପ୍ରତିଯୋଗୀତା, ବାଦବିବାଦ, ମାଲିମୋକଦ୍ଦମା ଓ ସାକ୍ଷାତରେ ବିଜୟୀ ହେବେ । ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ ।