ଆଜିର ରାଶିଫଳ, 15 ଡିସେମ୍ବର 2019 ରବିବାର, ଆଜି ଏହି ୪ଟି ରାଶିର ସବୁ ଦୁଃଖ ଦୂର କରିବେ ସୂର୍ଯ୍ୟଦେବ, ସବୁ କାମ ରେ ଖୁସି ମିଳିବ

୧-ମେଷ

ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହୋଇପାରେ । ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । କର୍ମକ୍ଷେତ୍ରରେ ସମୟ ଗୁଡିକ ହସ ଖୁସିରେ ବିତିବ । ବ୍ୟବସାୟରେ ରୋଜଗାର ସମସ୍ୟା ସୁଧୁରି ଯାଇ ଧନ ଲାଭ ହେବାରୁ ମନ ଖୁସି ରହିବ । ଅଟକିଥିବା ବା ଉଧାର ଦେଇଥିବା ଟଙ୍କା ମିଳିଯିବା ଫଳରେ ଧାର୍ମିକ କାର୍ଯ୍ୟରେ ରୁଚି ବଢିବ । ମହିଳାମାନେ ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ । ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରତିକାର– ଗୋମାତାକୁ ଖାଇବାକୁ ଦିଅନ୍ତୁ ।

୨-ବୃଷ

ସମ୍ମାନର ସହ ଦିନଚର୍ଯ୍ୟା ସମ୍ପାଦନ କରିବେ । କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ ଓ ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । ରାଜନୀତିରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ସମାଜ ସେବାରେ ସ୍ଵନାମ ଅର୍ଜନ କରିପାରିବେ । ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ପରିବାରରେ ଆତ୍ମବିଶ୍ଵାସ ବୃଦ୍ଧି ପାଇବା ଫଳରେ ଉତ୍ତମ ରୋଜଗାର କରିପାରିବେ । ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । କଳେବଳେ କୌଶଳରେ ସମସ୍ତ ପ୍ରକାର ଅଭିଳାଷ ପୂରଣ ହେବ । ପ୍ରତିକାର–ଭୋକିଲା ଲୋକକୁ ନିରାଶ କରିବେ ନାହିଁ ।

୩-ମିଥୁନ

ଶତୃ ଓ ବିରୋଧୀମାନେ ପରାସ୍ତ ହେବେ । ନିର୍ମାଣ ମୂଳକ ଯୋଜନାରେ ଆଗେଇପାରିବେ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସୁସମ୍ପର୍କ ରହିବ । ବୁଦ୍ଧିମାତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ । ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବ । ରାଜନୀତି କ୍ଷେତ୍ରରେ ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ସହଯୋଗ ମିଳିବ । ନୂଆ କାମ ନୂଆ ପ୍ରେରଣା ଦେବ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ । ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ । ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂରେଇ ଯିବ । ଅନେକ ଶୁଭ କର୍ମର ସୁଯୋଗ ପାଇବେ । ପ୍ରତିକାର– କୁକୁରକୁ ଖାଇବାକୁ ଦିଅନ୍ତୁ ।

୪-କର୍କଟ

ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ସାହିତ୍ୟ, କଳା କ୍ଷେତ୍ରରେ ମଧ୍ୟ ଆକର୍ଷିତ ହେବେ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ପରୀକ୍ଷା, ପ୍ରତିଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ । ବାଣିଜ୍ୟ କ୍ଷେତ୍ରରେ ଉନ୍ନତମାନର ଫଳପାଇବେ । ଶତୃମାନେ ସାମ୍ନାକୁ ଆସିବାକୁ ସାହସ କରିବେ ନାହିଁ । କର୍ମ କ୍ଷେତ୍ରରେ ଅଧିକାରୀଙ୍କଠାରୁ ସହଯୋଗ ମିଳିବା ଫଳରେ ଆୟ ବୃଦ୍ଧି ହେବ । ମହିଳାମାନେ ଉଚିତ ପନ୍ଥା ଗ୍ରହଣ କରିବେ । ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ । ଗୃହରେ ଶୁଭକାର୍ଯ୍ୟର ଆୟୋଜନ କରି ପାରନ୍ତି । ଭାବି ଚିନ୍ତି କାର୍ଯ୍ୟ ନ କଲେ ଠକାମିରେ ପଡିବେ । ପ୍ରତିକାର–ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ ।

୫-ସିଂହ

ବିଦ୍ୟା କ୍ଷେତ୍ରରେ ଆଶାମୁତାବକ ଫଳ ପାଇବେ । ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । ଶତୃମାନେ ମଥାନତ କରିବେ । ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ । ରାଜନୀତି କ୍ଷେତ୍ରରେ ଉଚ୍ଚପଦସ୍ଥ ବ୍ୟକ୍ତି ଓ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ନିବିଡ ହେବ । ବ୍ୟବସାୟ ପାଇଁ ଭ୍ରମଣ କରିବା ଫଳରେ ବିଶେଷ ଲାଭାନ୍ଵିତ ହେବେ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ । ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ । ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ପ୍ରତିକାର– ମୁହଁ ମିଠାକରି ଘରୁ ବାହାରନ୍ତୁ ।

୬-କନ୍ୟା

ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ । ପରିବାରରେ ସୁଖ-ଶାନ୍ତି ଯୋଗେ ସମସ୍ତ ଚିନ୍ତା ଦୂର ହେବ । କର୍ମକ୍ଷେତ୍ରରେ ଉପରିସ୍ଥଙ୍କ ଶ୍ରଦ୍ଧାଭାଜନ ହେଲେମଧ୍ୟ ଅଧସ୍ତନଙ୍କ ଈର୍ଷା ଓ ଅସହିଷ୍ଣୁତାର ଶିକାର ହୋଇ ପାରନ୍ତି । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ରାଜନୀତି କ୍ଷେତ୍ରରେ ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ କେତେକ କ୍ଷେତ୍ରରେ ସୁସ୍ଥ ବାତାବରଣ ଜାରି ରହିବ । ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ । ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରି ପାରନ୍ତି । ଆର୍ଥିକ କ୍ଷେତ୍ରରେ ଉନ୍ନତି ହେଲେ ମଧ୍ୟ ଖର୍ଚ୍ଚ ଅଧିକ ହେବ । ପ୍ରତିକାର–ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

୭-ତୁଳା

ଆୟବୃଦ୍ଧି, ଋଣମୁକ୍ତି ଓ କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ । ବ୍ୟବସାୟରେ ଆଶାତିତ ଲାଭ କରି କିଛି ନୂତନ ପଦାର୍ଥ ସଂଗ୍ରହ କରି ହେବ । ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ । ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ । ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ପ୍ରତିଯୋଗିତାରେ ବିଜୟୀ ହେବେ । ଧାର୍ମିକ କାର୍ଯ୍ୟପ୍ରତି ମନ ବଳାଇବେ । ପାରିବାରିକସ୍ତର ହସ ଖୁସିରେ କଟିବ ଓ ଚିନ୍ତା କରିଥିବା କାମ ଗୁଡିକ ହେବ । ରାଜନୀତି କ୍ଷେତ୍ରରେ ସୁଖ ସମୃଦ୍ଧି ବୃଦ୍ଧି ହେବା ସହ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

୮-ବିଚ୍ଛା

ବ୍ୟବସାୟରେ ଦୂରଯାତ୍ରାର ସୁଯୋଗ ପାଇ ସଫଳତା ଅର୍ଜନ କରିବେ ଓ ବ୍ୟବସାୟିକ ସ୍ଥିତି ସନ୍ତୋଷ ଜନକ ହେବ । କର୍ମକ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ପରସ୍ପରକୁ ସାହାଯ୍ୟ କରି ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି । ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ । ରାଜନୀତି କ୍ଷେତ୍ରରେ ସାମାଜିକ ସ୍ତରରେ ନିଜର ଉପସ୍ଥିତି ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ହାସଲ କରିବେ । ପିଲାମାନଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ । ବିଦ୍ୟା କ୍ଷେତ୍ରରେ ଆଶାମୁତାବକ ଫଳ ପାଇବେ । ନୂତନ ସଂସ୍ଥାର ଆୟୋଜନ କରିବେ । ପ୍ରତିକାର–ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

୯-ଧନୁ

କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ରାଜନୀତିରେ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବା ସହ କୃତକାର୍ଯ୍ୟ ହୋଇ ପ୍ରଶଂସିତ ହେବେ । ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁ ବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନ ହେବ । ରାଜକୀୟ ମାମଲାରେ ସଫଳତା ମିଳିବ । ପାରିବାରିକ ସୁଖ-ଶାନ୍ତି ବୃଦ୍ଧି ହେବ । ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ଦୂରଯାତ୍ରା କରି ମନ ଖୁସି ରହିବ । ପ୍ରତିକାର–ମାଦକଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ ।

୧୦-ମକର

ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ନୂଆ ନିଯୁକ୍ତି ଯୋଗ ଅଛି । ରାଜନୀତିରେ ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସ୍ଵନାମ ଅର୍ଜନ କରିପାରିବେ । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ । ପ୍ରତିକାର– ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ ।

୧୧-କୁମ୍ଭ

ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ । ସାଧୁ-ସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତ ହେବ । ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ । ବ୍ୟବସାୟରେ ଇଚ୍ଛା ମୁତାବକ ଲାଭପାଇବେ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ମହିଳାମାନେ ବିଭିନ୍ନ ପ୍ରକାର ସମସ୍ୟା ଭିତରେ ରହି କାର୍ଯ୍ୟ ହାସଲ କରିବେ । ବିଦ୍ୟା କ୍ଷେତ୍ରରେ ମନ ଲାଗିବ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ । ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବ । ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚତୁରୀ କଥା କହି କାର୍ଯ୍ୟ ପୂରଣ କରିବେ । ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ ।

୧୨-ମୀନ

ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ବିଜୟୀ ହେବେ । ଚାକିରୀରେ ଉଚ୍ଚ ପଦାଧିକାରୀ ଓ ସହକର୍ମୀମାନେ କାମର ପ୍ରଶଂସା କରିବେ । ଜନସମ୍ପର୍କ ସୁଦୃଢ ହେବା ଫଳରେ ଯାହା ଚିନ୍ତା କରିଛନ୍ତି ତାହା ପୂରଣ କରିବାକୁ ଚେଷ୍ଟା ଜାରି ରଖିବେ । ସନ୍ତାନମାନଙ୍କ ପାଇଁ ମାନସିକ ଚିନ୍ତା ଦୂର ହେବ । ଧାର୍ମିକ କାର୍ଯ୍ୟରେ ମନ ବଳାଇବେ । ରାଜନୀତିରେ ପ୍ରତିକୂଳ ପରିସ୍ଥିତି ଦୂରେଇଯିବ ଓ ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବ । ପ୍ରତିକାର–ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।