ଆଜିର ରାଶିଫଳ, 15 ସେପ୍ଟେମ୍ବର 2021, ବୁଧବାର, ଗଣେଶଙ୍କ କୃପା ରହିବ ଏହି ୬ଟି ରାଶି ଉପରେ, ଆର୍ଥିକ ସ୍ଥିତିରେ ହେବ ଉନ୍ନତି

ଦୈନିକ ରାଶିଫଳ ଚନ୍ଦ୍ର ଗ୍ରହର ଗଣନା ଉପରେ ଆଧାରିତ ହୋଇଥାଏ । ଆଜିର ରାଶିଫଳ ବିଷୟରେ କହିବା ସମୟରେ ପାଞ୍ଜିର ଗଣନା ଓ ସଠିକ ଖଗୋଲୀୟର ବିଶ୍ଲେଷଣ କରାଯାଇଥାଏ । ଆମର ଏହି ଦୈନିକ ରାଶିଫଳରେ ସମସ୍ତ ୧୨ଟି ରାଶି ଗୁଡିକ ଭବିଷ୍ୟତ କୁହାଯାଇଥାଏ । ଏହି ରାଶିଫଳକୁ ପଢି ଆପଣ ନିଜର ଦୈନିକ ଯୋଜନାକୁ ସଫଳ କରି ପାରିବେ ।

ଆଜିର ରାଶିଫଳରେ ଆପଣଙ୍କ ପାଇଁ ଚାକିରି, ବ୍ୟାପାର, ପରିବାର ଓ ମିତ୍ରଙ୍କ ସହିତ ସମ୍ବନ୍ଧ, ସ୍ୱାସ୍ଥ୍ୟ ଓ ଦିନସାରା ହେଉଥିବା ଶୁଭ – ଅଶୁଭ ଘଟଣାର ଭବିଷ୍ୟଫଳ ହୋଇଥାଏ । ପଢନ୍ତୁ ଚନ୍ଦ୍ର ରାଶି ଉପରେ ଆଧାରିତ ୧୫ ସେପ୍ଟେମ୍ବର ୨୦୨୧ର ଦୈନିକ ରାଶିଫଳ । ସମସ୍ତ ୧୨ଟି ରାଶି ପାଇଁ କେମିତି ରହିବ ଆଜିର ଦିନ । କାହାକୁ ମିଳିବ ଖୁସି ଓ କେଉଁ ରାଶିକୁ ସମସ୍ୟାର ସାମ୍ନା କରିବାକୁ ପଡିପାରେ । ନିଜ ରାଶି ଅନୁସାରେ ଜାଣନ୍ତୁ କଣ କହିଥାଏ ଆଜିର ରାଶିଫଳ ।

୧-ମେଷ

ପଡା-ପଡୋଶୀ ବନ୍ଧୁ ମିତ୍ରଙ୍କ ବ୍ୟବହାରରେ ଖୁସିହେବେ ଓ ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । ଶତୃମାନେ ମଥାନତ କରିବେ । ଅଫିସରେ ଲାଗି ରହିଥିବା ସମସ୍ୟା ଦୂର ହେବ । କୋର୍ଟ କଚେରୀ ମାମଲାର ଶୁଣାଣି ସପକ୍ଷରେ ଯିବ । ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ । ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ଏବଂ ବୁଦ୍ଧିଜୀବୀ ମାନଙ୍କ ସାନ୍ନିଧ୍ୟରେ ଆସିବେ । ସାହିତ୍ୟଚର୍ଚ୍ଚା ଓ ସଭାସମିତିରେ ସଫଳତା ମିଳିବ । ଭଲଭାବରେ ଚିନ୍ତା କରି କାମରେ ଆଗେଇ ଚାଲନ୍ତୁ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ ।

୨-ବୃଷ

ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମାନ୍ୟତାର ଅଧିକାରୀ ହେବେ । ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ । ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ପରୀକ୍ଷା, ପ୍ରତି ଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ । କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ବୃତ୍ତିଗତ ଦୃଷ୍ଟିରୁ ସୁରକ୍ଷିତ ରହିବେ । ଜ୍ଞାନ-ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ । ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ ପ୍ରଶଂସିତ ହେବେ ।

୩-ମିଥୁନ

ସୁଖ ସମୃଦ୍ଧି ବୃଦ୍ଧି ହେବ । ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ । ଯାତ୍ରାଫଳରେ ଉତ୍ସାହିତ ହେବେ । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ । କାରବାର ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ସଂପାଦନ ହେବ । ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ପ୍ରଶଂସା ପାଇବେ । ଅଚାନକ ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ ଓ ସ୍ଵର୍ଣ୍ଣ ଅଳଙ୍କାର କ୍ରୟ କରିପାରନ୍ତି ।

୪-କର୍କଟ

ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । ପାରି ବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ । ଜନସେବାଦ୍ଵାରା ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ । ଭୃତ୍ୟ, ବାହନ ଓ ଭୌତିକ ଐଶ୍ଵର୍ଯ୍ୟ ସାଧନରେ ବୃଦ୍ଧି ହେବ । କୌଣସି ଶୁଭ ସମାଚାର ଶୁଣିବେ ଓ ହସ-ଖୁସିରେ ସମୟ ବ୍ୟତୀତ ହେବ । ବନ୍ଧୁ ବାନ୍ଧବଙ୍କଦ୍ଵାରା ସମସ୍ୟାର ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ । ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭର ସୁଯୋଗ ପାଇବେ ।

୫-ସିଂହ

ବ୍ୟବସାୟରେ ନୂତନ ଯୋଜନା ପ୍ରସ୍ତୁତ କରି ଲାଭବାନ ହେବେ । ବାକିଥିବା ଅର୍ଥ ପ୍ରାପ୍ତି ହେବ । କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ । ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । ସ୍ୱାସ୍ଥ୍ୟରେ ଉନ୍ନତି, ବିଦ୍ୟାରେ ଯଥେଷ୍ଟ ଫଳ ପ୍ରାପ୍ତି ହେବ । ରାଜନେତା ମାନେ ଧାର୍ମିକ କାର୍ଯ୍ୟରେ ଯୋଗ ଦେଲେ ସମ୍ମାନୀତ ହେବେ । ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ । ପୈତୃକ ସମ୍ପତ୍ତିକୁ ନେଇ ପରିବାରରେ ଅଶାନ୍ତି ଥିଲେ ଆଜି ତାହା ସମାଧାନ ହେବ । ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ ।

୬-କନ୍ୟା

ସ୍ଵାସ୍ଥ୍ୟକର ପରିବେଶ ସାଙ୍ଗକୁ ସମ୍ମାନଜନକ ଘଟଣା ଘଟି ପାରେ । କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ । ପରୀକ୍ଷା ଓ ପ୍ରତିଯୋଗୀତାରେ ଆଶା ମୁତାବକ ଫଳ ପାଇବେ । ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ । ପାରିବାରିକ ଜୀବନ ଆନନ୍ଦରେ କଟିବ । ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । ପାରିବାରିକ କ୍ଷେତ୍ରରେ ଆଲୁଅ ଅନ୍ଧାରରେ ଲୁଚକାଳି ଖେଳଭଳି ଦେଖା ଦେବ । ରାଜନୈତିକ କ୍ଷେତ୍ରରେ ସ୍ଥିରତା ଦେଖାଦେବା ସହ ଭୋଗବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ କଟିବ ।

୭-ତୁଳା

ଧାର୍ମିକ କାର୍ଯ୍ୟରେ ରୁଚି ବଢିବା ସହିତ ସମୟ ମଧ୍ୟ ଆନନ୍ଦମୟ ହେବ । ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତା କରିବେ । ପାରିବାରିକ ଜୀବନରେ ସୁଖ ସମ୍ପଦ ପ୍ରାପ୍ତି ହେବ । ଖାଦ୍ୟପେୟର ଅନିୟମିତତା ସ୍ଵାସ୍ଥ୍ୟହାନିର କାରଣ ହୋଇ ପାରେ । ରାଜନୈତିକ କ୍ଷେତ୍ରରେ କଠିନ ପରିଶ୍ରମ କଲେ ଯଶ, ମାନ ପ୍ରତିଷ୍ଠା ବୃଦ୍ଧି ହେବ । ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ । ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁଁ ନୂତନ ବ୍ୟବସାୟର ଯୋଜନା କରିବେ । ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ । ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ ।

୮-ବିଚ୍ଛା

ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ । ଅଶାନ୍ତି ଓ ବିଶୃଙ୍ଖଳାରୁ ମୁକ୍ତ ହେବେ । କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ଫଳରେ ପ୍ରଶଂସିତ ହେବେ । ନିକଟସ୍ଥ ବ୍ୟକ୍ତି ସାହାଯ୍ୟ କରିବା ଦ୍ଵାରା ସଫଳତା ମିଳିବ । ବାସସ୍ଥାନ ବା ଯାନବାହାନ ପ୍ରାପ୍ତି ହେବାର ଯୋଗ ଅଛି । ଆକସ୍ମିକ ଅର୍ଥଲାଭ ଓ ସୁନାମ ପ୍ରାପ୍ତି ହେବ । ଦୂରସ୍ଥାନକୁ ଯାତ୍ରା କଲେ ମଧ୍ୟ ଶାରୀରିକ ସୁସ୍ଥତା ଅନୁଭବ କରିବେ । ରାଜନୀତି କ୍ଷେତ୍ରରେ ଧର୍ମ କର୍ମ ବା ଇଷ୍ଟ ସାଧନାରେ ରତ ରହି ଆବଦ୍ଧ ଯୋଗରୁ ମୁକୁଳି ପାରିବେ ।

୯-ଧନୁ

ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ । ଅଧିକାରୀ କାମରେ ପ୍ରସନ୍ନ ରହିବେ । କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ । ରାଜନୀତିରେ ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳହେବେ । ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ । କର୍ମକ୍ଷେତ୍ରରେ ପଦୋନ୍ନତିର ସଙ୍କେତ ପାଇବେ । ପ୍ରତିଦ୍ଵନ୍ଦିତାରେ ସଫଳ, ବିଦ୍ୟାକ୍ଷେତ୍ରରେ ଶୁଭଯୋଗ, ସନ୍ତାନମାନେ ଶ୍ରେଷ୍ଠସ୍ଥାନ ଲାଭ କରିବେ ।

୧୦-ମକର

ରାଜନୈତିକ କ୍ଷେତ୍ରର ଅତ୍ୟଧିକ ପରିଶ୍ରମ କରି ସାଧାରଣ ଲୋକ ସମ୍ପର୍କ ବୃଦ୍ଧିହେବା ଯୋଗେ ବିଜୟୀହେବେ । ମନୋରଞ୍ଜନ କାର୍ଯ୍ୟ କ୍ରମରେ ଯୋଗଦେଇ କଳାସଙ୍ଗୀତ ଓ ନୃତ୍ୟ ଗୀତରେ ମଜ୍ଜି ରହିବେ । ଘରୋଇ କର୍ମଚାରୀମାନେ ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ । ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ । ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ । ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ ।

୧୧-କୁମ୍ଭ

କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ରାଜନୀତି ମାମଲାରେ ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ସଫଳତା ମିଳିବ । ଭାବନାର ବଶୀଭୂତ ହୋଇ ଅମିନୀ, ଜାମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ । ଯେତେ ଅଧିକ ପରିଶ୍ରମ କରିବ ସେତେ ଅଧିକ ଲାଭ ହେବେ । ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବ ଓ ମନ ଖୁସି ରହିବ । ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ । ବ୍ୟବସାୟରେ ଉନ୍ନତି ହେବାଫଳରେ ଖୁସି ରହିବେ । କୌଣସି ମହତ୍ତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ ।

୧୨-ମୀନ

ପେଶା, ବ୍ୟବସାୟ, ଭାଗୀଦାରୀ ଓ ବନ୍ଧୁମିତ୍ରଙ୍କଦ୍ଵାରା ଲାଭବାନ ହେବେ । ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ । ବାଦବିବାଦ, କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ । କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ । କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଆର୍ଥିକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଆଗ୍ରହ ବଢିବ । ସ୍ୱାସ୍ଥ୍ୟ ଉତ୍ତମ ରହିବା ସହ ବ୍ୟାଙ୍କବାଲାନ୍ସ ବୃଦ୍ଧି ପାଇବ । ପାରିବାରିକ ସମ୍ପର୍କରେ ଉନ୍ନତି ହେବ । ରାଜନୈତିକ ଜୀବନରେ ଶତୃମାନେ ଦୁର୍ବଳ ହେବେ ।