ଆଜିର ରାଶିଫଳ, 16 ସେପ୍ଟେମ୍ବର 2021, ଗୁରୁବାର, ମା ଲକ୍ଷ୍ମୀଙ୍କ ଆଶୀର୍ବାଦ ରହିବ ଏହି ୪ଟି ରାଶି ଉପରେ, ହେବ ଧନବର୍ଷା

ଦୈନିକ ରାଶିଫଳ ଚନ୍ଦ୍ର ଗ୍ରହର ଗଣନା ଉପରେ ଆଧାରିତ ହୋଇଥାଏ । ଆଜିର ରାଶିଫଳ ବିଷୟରେ କହିବା ସମୟରେ ପାଞ୍ଜିର ଗଣନା ଓ ସଠିକ ଖଗୋଲୀୟର ବିଶ୍ଲେଷଣ କରାଯାଇଥାଏ । ଆମର ଏହି ଦୈନିକ ରାଶିଫଳରେ ସମସ୍ତ ୧୨ଟି ରାଶି ଗୁଡିକ ଭବିଷ୍ୟତ କୁହାଯାଇଥାଏ । ଏହି ରାଶିଫଳକୁ ପଢି ଆପଣ ନିଜର ଦୈନିକ ଯୋଜନାକୁ ସଫଳ କରି ପାରିବେ ।

ଆଜିର ରାଶିଫଳରେ ଆପଣଙ୍କ ପାଇଁ ଚାକିରି, ବ୍ୟାପାର, ପରିବାର ଓ ମିତ୍ରଙ୍କ ସହିତ ସମ୍ବନ୍ଧ, ସ୍ୱାସ୍ଥ୍ୟ ଓ ଦିନସାରା ହେଉଥିବା ଶୁଭ – ଅଶୁଭ ଘଟଣାର ଭବିଷ୍ୟଫଳ ହୋଇଥାଏ । ପଢନ୍ତୁ ଚନ୍ଦ୍ର ରାଶି ଉପରେ ଆଧାରିତ ୧୬ ସେପ୍ଟେମ୍ବର ୨୦୨୧ର ଦୈନିକ ରାଶିଫଳ । ସମସ୍ତ ୧୨ଟି ରାଶି ପାଇଁ କେମିତି ରହିବ ଆଜିର ଦିନ । କାହାକୁ ମିଳିବ ଖୁସି ଓ କେଉଁ ରାଶିକୁ ସମସ୍ୟାର ସାମ୍ନା କରିବାକୁ ପଡିପାରେ । ନିଜ ରାଶି ଅନୁସାରେ ଜାଣନ୍ତୁ କଣ କହିଥାଏ ଆଜିର ରାଶିଫଳ ।

୧-ମେଷ

କର୍ମକ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂରହେବ । ଋଣ ମୁକ୍ତି ପାଇଁ ରାସ୍ତା ଦେଖା ଦେବ । ଶତୃବଧା ଦୂରେଇ ଯିବ । ଆୟବୃଦ୍ଧି ଓ ଲୋକ ସମ୍ପର୍କ ବୃଦ୍ଧି ହେବ । ମାନ, ସମ୍ମାନ, ଯଶ, ପ୍ରତିଷ୍ଠା, ପ୍ରତିପତ୍ତି ଓ ସୁଖ ସମ୍ପଦ ପ୍ରାପ୍ତିହେବ । ଶୁଭକାମ କରି ପ୍ରଶଂସିତ ହେବେ । ଭାଇ ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବା ଫଳରେ ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ । ରାଜନୀତିରେ ବିଶେଷ ଲାଭବାନ ହେବେ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ ସଫଳତା ମିଳିବ । କଳେବଳେ କୌଶଳରେ ଅର୍ଥ ସଂଗ୍ରହ କରି ମଉଜ ମଜଲିସ୍ କରିବା ପାଇଁ ସମୟ ପାଇବେ ।

୨-ବୃଷ

ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ । ଶେଷ କରିବାକୁ ଚାହୁଁଥିବା କର୍ମଟି ପୂରଣ ହୋଇଯିବ । ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହେବେ । ବନ୍ଧୁ, ମିତ୍ର ଓ ସହକର୍ମୀ ମାନଙ୍କ ଦ୍ୱାରା ଲାଭବାନ୍ ହେବେ । ରାଜନୀତି କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ଓ ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ । ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି, ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । ପାରିବାରିକ ତିକ୍ତତାର ସମସ୍ୟା ଦୂର ହୋଇ ସାଧାରଣ ଚଳଣି ଅତୁଟ ରହିବ ।

୩-ମିଥୁନ

ରାଜନୀତି କ୍ଷେତ୍ରରେ ଯଶ ମାନକୁ ଅଧିକ ମହତ୍ତ୍ଵ ଦେବେ । ମହିଳାମାନେ ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ । ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ । ସତର୍କ ରହି ଯାତାୟତ କରିବା ଉଚିତ୍ । ଶୁଭକାମ କରି ପ୍ରଶଂସିତ ହେବେ । ସାହିତ୍ୟଚର୍ଚ୍ଚା ଓ ସଭାସମିତିରେ ସଫଳତା ମିଳିବ । ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ । ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ ।

୪-କର୍କଟ

ମଉଜ-ମସ୍ତିରେ ସମୟ କଟିପାରେ । ଧର୍ମ-କର୍ମରେ ରୁଚି ରହିବ ଓ କୌଣସି ଆୟୋଜନ ମଧ୍ୟ କରେଇବେ । ମହିଳାଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ । ବ୍ୟବସାୟ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ । କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, ବାସସ୍ଥାନ ବା ଯାନବାହାନ ପ୍ରାପ୍ତି ହେବ । ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ ଓ ସୁଖ ସମୃଦ୍ଧି ବୃଦ୍ଧି ହେବ । ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ । ପୁଅ ଝିଅଙ୍କ ସୁ ଖବର ପାଇବା ଫଳରେ ଖୁସି ହେବେ ।

୫-ସିଂହ

ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ଓ ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ । ରାଜନେତା ମାନେ ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁଁ ଓ କଠିନ ପରିଶ୍ରମ ହେତୁ ଶାରିରୀକ ଏବଂ ମାନସିକ କଷ୍ଟ ଭୋଗିବେ । ପ୍ରତିଯୋଗୀତା ପରୀକ୍ଷାରେ ଯଶରସହ ଉତ୍ତୀର୍ଣ୍ଣ ହୋଇ ପ୍ରଶଂସିତ ହେବେ । ଋଣ ଭରଣାରେ କଷ୍ଟ ହେବ । ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ । କର୍ମଚାରୀମାନେ ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ ।

୬-କନ୍ୟା

ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ଅବସାନ ହେବ । ବିଦ୍ୟାର୍ଥିମାନେ ନିଜ ଲକ୍ଷ୍ୟ ସ୍ଥଳରେ ପହଞ୍ଚି ପାରିବେ । କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । ରାଜନୈତିକ ଜୀବନରେ ଶତୃମାନେ ଦୁର୍ବଳ ହେବେ । ସହଯୋଗୀ, ସହକର୍ମୀ, ବରିଷ୍ଠ ବ୍ୟକ୍ତିମାନଙ୍କ ସହିତ ସମ୍ପର୍କ ନିବିଡ଼ ହେବ । କାର୍ପାସ, ଚିତ୍ରକଳା, ଷ୍ଟେସ୍ନାରୀ, ଚଳଚିତ୍ର, ମିଠାଦ୍ରବ୍ୟ ବା ମିଷ୍ଠାନ୍ନ ଭଣ୍ଡାର, ଚାନ୍ଦି, ଚାଉଳ, ଗହମ, ବସ୍ତ୍ର, ଫଟୋଗ୍ରାଫି, ଶୃଙ୍ଗାର ପ୍ରସାଧନୀ ବ୍ୟବସାୟୀ ମାନେ ବା ଏହି ସଂସ୍ଥାରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନେ ବିଶେଷ ଲାଭବାନ ହେବେ ।

୭-ତୁଳା

ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ । ଆମୋଦ ପ୍ରମୋଦ, ମନୋରଞ୍ଜନ, ଦୀର୍ଘଯାତ୍ରା, ଓ ଛୋଟ ବଡ ମିଟିଙ୍ଗରେ ଯୋଗ ଦେଇ ପାରନ୍ତି । ବ୍ୟବସାୟ ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ । ପ୍ରତେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ରହିବ । ଦୁଃଖୀ ଲୋକଙ୍କୁ ସାହାରାହେବେ । ବାସଗୃହ ଓ ଯାନବାହନର କେତେକ ସମସ୍ୟା ସମାଧାନ ହୋଇଯିବ । ରାଜନୈତିକ କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବା ସହ ପ୍ରଶଂସିତ ହେବେ । ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ ।

୮-ବିଚ୍ଛା

ପାରିବାରିକ ଜୀବନ ସମସ୍ତଙ୍କ ମେଳରେ ରହି ସୁଖ-ସନ୍ତୋଷରେ କଟିବ । ରାଜନୀତି କ୍ଷେତ୍ରରେ ସାମାଜିକ ସ୍ଥିତି ଓ ମାନସମ୍ମ । ନ ବଜାୟ ରହିବ । ଗୁରୁଜନଙ୍କ ସହାନୁଭୁତି ଉପଲବ୍ଧ ହେବ ଓ ସନ୍ତାନର ସୁ-ଖବର ଶୁଣି ଖୁସି ହେବେ । ବାଦବିବାଦ, ପରୀକ୍ଷା, ପ୍ରତିଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । କର୍ମକ୍ଷେତ୍ରରେ ନିଜର ପ୍ରତିଷ୍ଠା ସୁନାମ ବଢିବ । ବ୍ୟବସାୟ କ୍ଷେତ୍ରରେ ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ । ଧାର୍ମିକ ଅନୁଷ୍ଠାନ କାମରେ ପ୍ରଶଂସା ମିଳିବ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ ।

୯-ଧନୁ

ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମାରେ ବିଜୟୀ ହେବେ । ସ୍ଥଗିତଥିବା କର୍ମଟି ପୂରଣ ହେବାପାଇଁ ଆର୍ଥିକ ସଙ୍କଟ ଦୂରେଇ ଯାଇ ପାରେ । ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦ ଅନୁଭବ କରିବେ । ରାଜନୀତିରେ ବାକ୍ୟ ସଂଯମତା ରଖିଲେ ଉଚ୍ଚପ୍ରଶଂସିତ ହେବେ । ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ନିଶ୍ଚିତ ଭାବେ ପାଇବେ । କାର୍ଯ୍ୟ କ୍ଷେତ୍ରରେ ପଦୋନ୍ନତିର ସଙ୍କେତ ପାଇବେ ଓ ସୁଖ-ଶାନ୍ତି ବୃଦ୍ଧି ହେବ । ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ । ଆୟ ଊତ୍ତମ ସ୍ଥଳେ କେତେକ ବାଧା ପ୍ରତିବନ୍ଧକ ଦେଖାଦେଇ ପାରେ ।

୧୦-ମକର

ଗୁରୁଜନଙ୍କ ସହାନୁଭୁତି ଉପଲବ୍ଧ ହେବ । ସ୍ଥଗିତଥିବା କର୍ମଟି ପୂରଣ ହେବ । ନିଜର ଆବଶ୍ୟକତା ପୂରଣ ଦିଗରେ ଗୁରୁତ୍ଵ ଦେବେ । ରାଜନୀତି କ୍ଷେତ୍ରରେ ସାମାଜିକ ସ୍ତରରେ ସମସ୍ତଙ୍କ ମେଳରେ ରହି ପ୍ରଶଂସିତ ହେବେ । ମହିଳାମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ଓ ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ । ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ସଫଳ ହେବେ । ବନ୍ଧୁମିଳନ ତୀର୍ଥ ଭ୍ରମଣ ଓ ସଂସ୍କୃତିକ ତଥା ସାମାଜିକ କାର୍ଯ୍ୟରେ ଭାଗନେବେ ।

୧୧-କୁମ୍ଭ

ସନ୍ତାନର ଖୁସି ଓ ସୁରକ୍ଷିତ ଅନୁଭବ କରିବେ । ପାରିବାରିକ ସମସ୍ୟା ନିଜର ବୁଦ୍ଧି, ବିବେକ ଖଟାଇ ସମାଧାନ କରିପାରିବେ । ରାଜନୀତି ମାମଲାରେ ଶୁଭ ସମାଚାର ମିଳିପାରେ, ଦୀର୍ଘଯାତ୍ରା ଓ ଛୋଟ ବଡ ମିଟିଙ୍ଗୀରେ ଯୋଗ ଦେଇ ପାରନ୍ତି । ବ୍ୟବସାୟ ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ପାରିବାରିକ କ୍ଷେତ୍ରରେ ଅଧୁରା କାର୍ଯ୍ୟ ପୂରଣ ହେବ । ନୂଆ ଚାକିରୀ ମଧ୍ୟ ମିଳିପାରେ । ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ ଓ ନୂତନ ଜ୍ଞାନର ବୃଦ୍ଧି ହେବ । ପ୍ରେମୀ-ପ୍ରେମିକାଙ୍କ ଉନ୍ନତି ପାଇଁ ପ୍ରୟାସରତ ହେବେ ।

୧୨-ମୀନ

କର୍ମକ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ଆୟ ବୃଦ୍ଧି ହେବ । ବ୍ୟବସାୟ କ୍ଷେତ୍ରରେ ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ । ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ । ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ କରିବାକୁ ଚେଷ୍ଟିତ ହେବେ । ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ । ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ । କର୍ମ କ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ନେଇ ପ୍ରଶଂସିତ ହେବେ । ପରିବହନ ଓ ବ୍ୟବସାୟିକସ୍ଥିତି ସୁଦୃଢ ହେବ । ଧାର୍ମିକ କାର୍ଯ୍ୟରେ ମନ ବଳାଇ ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ ।