ଆଜିର ରାଶିଫଳ, 2 ଅକ୍ଟୋବର 2021, ଶନିବାର, ଶନିଦେବଙ୍କ ଆଶୀର୍ବାଦ ରହିବ ଏହି ୬ଟି ରାଶି ଉପରେ, ହେବ ଧନଲାଭ

ଦୈନିକ ରାଶିଫଳ ଚନ୍ଦ୍ର ଗ୍ରହର ଗଣନା ଉପରେ ଆଧାରିତ ହୋଇଥାଏ । ଆଜିର ରାଶିଫଳ ବିଷୟରେ କହିବା ସମୟରେ ପାଞ୍ଜିର ଗଣନା ଓ ସଠିକ ଖଗୋଲୀୟର ବିଶ୍ଲେଷଣ କରାଯାଇଥାଏ । ଆମର ଏହି ଦୈନିକ ରାଶିଫଳରେ ସମସ୍ତ ୧୨ଟି ରାଶି ଗୁଡିକ ଭବିଷ୍ୟତ କୁହାଯାଇଥାଏ । ଏହି ରାଶିଫଳକୁ ପଢି ଆପଣ ନିଜର ଦୈନିକ ଯୋଜନାକୁ ସଫଳ କରି ପାରିବେ ।

ଆଜିର ରାଶିଫଳରେ ଆପଣଙ୍କ ପାଇଁ ଚାକିରି, ବ୍ୟାପାର, ପରିବାର ଓ ମିତ୍ରଙ୍କ ସହିତ ସମ୍ବନ୍ଧ, ସ୍ୱାସ୍ଥ୍ୟ ଓ ଦିନସାରା ହେଉଥିବା ଶୁଭ – ଅଶୁଭ ଘଟଣାର ଭବିଷ୍ୟଫଳ ହୋଇଥାଏ । ପଢନ୍ତୁ ଚନ୍ଦ୍ର ରାଶି ଉପରେ ଆଧାରିତ ୨ ଅକ୍ଟୋବର ୨୦୨୧ର ଦୈନିକ ରାଶିଫଳ । ସମସ୍ତ ୧୨ଟି ରାଶି ପାଇଁ କେମିତି ରହିବ ଆଜିର ଦିନ । କାହାକୁ ମିଳିବ ଖୁସି ଓ କେଉଁ ରାଶିକୁ ସମସ୍ୟାର ସାମ୍ନା କରିବାକୁ ପଡିପାରେ । ନିଜ ରାଶି ଅନୁସାରେ ଜାଣନ୍ତୁ କଣ କହିଥାଏ ଆଜିର ରାଶିଫଳ ।

୧-ମେଷ

କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ଫଳରେ ପ୍ରଶଂସିତ ହେବେ । ଶ୍ରମିକ ଓ କର୍ମଚାରୀମାନେ ଉପରିସ୍ଥଙ୍କ କୃପାଭାଜନ ହେବେ । ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ । ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ । ମାନସିକ ସ୍ଥିତି ଓ ସ୍ୱାସ୍ଥ୍ୟ ଅବ୍ୟବସ୍ଥିତ ରହିବ । ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ । ବାଦବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହୋଇ ପାରନ୍ତି । ବ୍ୟବସାୟୀ ମାନଙ୍କର କାରବାର ବଢିବ । ମହିଳାମାନେ ଭଲ କାମ କରି ସୁଖଶାନ୍ତି ପାଇବେ ।

୨-ବୃଷ

ମହିଳାମାନେ ଭୋଗ ବିଳାସକୁ ତୁଚ୍ଛମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ । ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂରେଇ ଯିବ । ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ । ରାଜନୀତି କ୍ଷେତ୍ରରେ ସମ୍ମାନ ପାଇବେ । ସ୍ୱାସ୍ଥ୍ୟ ଠିକ୍ ରହିବ । କର୍ମକ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ଠିକ୍ ଭାବେ ସଂପୂର୍ଣ୍ଣ ହେବ । ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ଲାଭ ପାଇବେ । ବିଦ୍ୟାରେ ଉନ୍ନତି କରିବେ । ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ । କୋର୍ଟ-କଚେରୀ ଧନ୍ଦା ମଧ୍ୟରେ ଆଶ୍ଵସ୍ତି ପାଇବେ ।

୩-ମିଥୁନ

ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ । ପରିବାରରେ ଅପ୍ରୀତିକର ପରିସ୍ଥିତିକୁ ସୁଧାରିବା ପାଇଁ ଚେଷ୍ଟା କରି ସମାଧାନ କରିବେ । ମହିଳାମାନଙ୍କ ପାଇଁ କେତେକ କ୍ଷେତ୍ରରେ ଉନ୍ନତିର ରାସ୍ତା ପରିଷ୍କାର ହୋଇଯିବ । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ । କର୍ମକ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ । ସାଙ୍ଗସାଥିମାନେ ସାହାଯ୍ୟ ସହଯୋଗ କରିବେ । ରାଜନୀତି କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ବନ୍ଧୁଙ୍କ ପ୍ରତିଶ୍ରୁତି ପାଇ ଆଶ୍ଵସ୍ତି ଅନୁଭବ କରିବେ । ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ଦେଇ ପ୍ରଶଂସିତ ହେବେ ।

୪-କର୍କଟ

କଳା, ସାହିତ୍ୟ, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ମଧୁରତା ଆସିବ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବ ସ୍ଥିର ହୋଇ ପାରେ । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ମହିଳାମାନେ ଉଚିତ୍ପନ୍ଥା ଗ୍ରହଣ କଲେ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ ।

୫-ସିଂହ

ଛାତ୍ରଛାତ୍ରୀମାନଙ୍କ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ ଓ ପରୀକ୍ଷାରେ ଉଚ୍ଚ ଶ୍ରେଣୀ ମିଳିବ । କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧିହେବ । ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ବ୍ୟବସାୟ କ୍ଷେତ୍ରରେ କର୍ତ୍ତୁତ୍ଵ ଜାରି ରଖି କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ । ବରିଷ୍ଠ କର୍ମୀଙ୍କ ସ୍ନେହର ପାତ୍ର ହେବେ । ଦାମ୍ପତ୍ୟ କଳହ ମେଣ୍ଟିଯିବା ଫଳରେ ମନ ଓ ଶରୀର ଭଲ ରହିବ । ଜମି ଜମା ସଙ୍କ୍ରାନ୍ତିୟ ସମସ୍ୟାରେ ସଫଳତା ମିଳିବ । ନୂଆ ନିଯୁକ୍ତି ପାଇବାର ସମ୍ଭାବନା ଅଛି ।

୬-କନ୍ୟା

ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ । ରାଜନୀତିରେ ସତର୍କତା ଅବଲମ୍ବନ କରିବା ଉଚିତ୍ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ସାମାଜିକ କାର୍ଯ୍ୟରେ ଭାଗ ନେବେ ଓ ସୁଖମିଳିବ ଏବଂ ଲାଭ ବାନ୍ ହେବେ । ପରିବାରରେ ଆନନ୍ଦ ଲହରୀ ଖେଳିଯିବ । ପରିଶ୍ରମଦ୍ୱାରା କାର୍ଯ୍ୟ ସଫଳ ହେବ । ବାଦବିବାଦ ମାଲି ମୋକଦ୍ଦମା ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ । ମହିଳାମାନେ ସମସ୍ୟା ସମାଧାନ କରି ଶାନ୍ତି ପାଇବେ ।

୭-ତୁଳା

ପରିବାରରେ ନିଜର ଲୋକମାନେ ସାହାଯ୍ୟ ସହଯୋଗର ହାତ ବଢେଇବେ ଓ ବନ୍ଧୁ ମିତ୍ରଙ୍କ ଠାରୁ ସାହାଯ୍ୟ ସହଯୋଗ ମିଳିବ । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ବ୍ୟବସାୟ କ୍ଷେତ୍ରରେ ନୂଆ ଯୋଜନା ଉପରେ କାର୍ଯ୍ୟ କରିବେ । ସ୍ଥଗିତ ଥିବା ଧନ ମିଳିଯିବ । ରାଜନୀତି କ୍ଷେତ୍ରରେ ଅପ୍ରିତିକର ପରିସ୍ଥିତିକୁ ସମାଧାନ କରି କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ ।

୮-ବିଚ୍ଛା

ପାରିବାରିକ କ୍ଷେତ୍ରରେ ସୁଖ ଶାନ୍ତି ପ୍ରାପ୍ତି ହେବ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ । ମହିଳାମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । କର୍ମକ୍ଷେତ୍ରରେ ସମ୍ମାନ ଲାଭ ସହ ନୂଆ ନୂଆ ଯୋଜନା ପ୍ରସ୍ତୁତ କରିବେ ।

୯-ଧନୁ

ନୂତନ ସମ୍ବନ୍ଧ ସୃଷ୍ଟିହେବ । କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ବାଦବିବାଦ, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ । ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ । ନୂଆ ଯୋଜନାରେ ସଫଳହେବେ । ବ୍ୟବସାୟପାଇଁ ଦୂରଯାତ୍ରାର ସୁଯୋଗ ପାଇବେ । ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ପରିବାରରେ ସମସ୍ତ ପରିସ୍ଥିତି ସମାଧାନ ହୋଇ ଖୁସିର ବାତାବରଣ ସ୍ଥାୟି ରହିବ ।

୧୦-ମକର

ଅଟକିଥିବା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟା କରିବେ । ଉତ୍ତରଦାୟିତ୍ୱ ବଢ଼ିବ । କର୍ମରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ । ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ । ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ନୂଆ ଯୋଜନାରେ ସଫଳ ହେବେ । ପାରିବାରିକ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ । ଦୂରଯାତ୍ରାରେ ସଫଳତା ଓ ଲାଭ ପାଇବେ ।

୧୧-କୁମ୍ଭ

ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ନୂତନ ଗୃହସୁଖ ଓ ଯାନବାହନ ସୁଖ ମିଳିବ । ରାଜନୀତି କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । କଳା, ସଂଗୀତାଦି କ୍ଷେତ୍ରରେ, କ୍ରିଡା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପରିବାରର ସଦସ୍ୟଙ୍କ ସହିତ ସୌହାଦ୍ୟ ପୂର୍ଣ୍ଣ ସଂପର୍କ ରହିବ । ବନ୍ଧୁ, ମିତ୍ରଙ୍କ ସାହାଯ୍ୟ ସହଯୋଗ ପାଇ ପୁରୁଣା ପ୍ରାପ୍ୟ ଆଦାୟ ହେବ । ବ୍ୟବସାୟରେ ବହୁବିଧ ସୁଯୋଗ ଜୁଟିବ ଓ ଅଧିକ ଲାଭବାନ୍ ହେବେ । ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ ।

୧୨-ମୀନ

ପିଲାମାନଙ୍କ ପାଠପଢା ନେଇ କରିଥିବା ଚିନ୍ତା ଦୂରେଇ ଯିବ । ସମୟ ଅନୁକୂଳ ହେଲେ ମଧ୍ୟ କାର୍ଯ୍ୟ ପୁରଣରେ ବାଧା ଆସିବ ଓ ବିଳମ୍ବ ହେବ । ତୀର୍ଥାଟନ କରି ଯାତ୍ରା କାଳରେ ଯନ୍ତ୍ରଣା ଭୋଗି ପାରନ୍ତି । ଯାନବାହାନ ଓ ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ । ଶୁଭକାମ କରି ପ୍ରଶଂସିତ ହେବେ । କର୍ମକ୍ଷେତ୍ରରେ ସହଯୋଗ ପାଇ ମନ ଖୁସୀ ରହିବ । ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ । ପ୍ରତିଦ୍ଵନ୍ଦିତାରେ ସଫଳ, ବିଦ୍ୟାକ୍ଷେତ୍ରରେ ଶୁଭଯୋଗ, ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ । ଆମ ସହ ଆଗକୁ ରହିବା ପାଇଁ ଆମ ପେଜକୁ ଗୋଟିଏ ଲାଇକ କରନ୍ତୁ ।