ଆଜିର ରାଶିଫଳ, 2 ସେପ୍ଟେମ୍ବର 2021, ଗୁରୁବାର, ମା ଲକ୍ଷ୍ମୀଙ୍କ ଆଶୀର୍ବାଦ ରହିବ ଏହି ୫ଟି ରାଶି ଉପରେ, ହେବ ଧନଲାଭ

ଦୈନିକ ରାଶିଫଳ ଚନ୍ଦ୍ର ଗ୍ରହର ଗଣନା ଉପରେ ଆଧାରିତ ହୋଇଥାଏ । ଆଜିର ରାଶିଫଳ ବିଷୟରେ କହିବା ସମୟରେ ପାଞ୍ଜିର ଗଣନା ଓ ସଠିକ ଖଗୋଲୀୟର ବିଶ୍ଲେଷଣ କରାଯାଇଥାଏ । ଆମର ଏହି ଦୈନିକ ରାଶିଫଳରେ ସମସ୍ତ ୧୨ଟି ରାଶି ଗୁଡିକ ଭବିଷ୍ୟତ କୁହାଯାଇଥାଏ । ଏହି ରାଶିଫଳକୁ ପଢି ଆପଣ ନିଜର ଦୈନିକ ଯୋଜନାକୁ ସଫଳ କରି ପାରିବେ ।

ଆଜିର ରାଶିଫଳରେ ଆପଣଙ୍କ ପାଇଁ ଚାକିରି, ବ୍ୟାପାର, ପରିବାର ଓ ମିତ୍ରଙ୍କ ସହିତ ସମ୍ବନ୍ଧ, ସ୍ୱାସ୍ଥ୍ୟ ଓ ଦିନସାରା ହେଉଥିବା ଶୁଭ – ଅଶୁଭ ଘଟଣାର ଭବିଷ୍ୟଫଳ ହୋଇଥାଏ । ପଢନ୍ତୁ ଚନ୍ଦ୍ର ରାଶି ଉପରେ ଆଧାରିତ ୨ ସେପ୍ଟେମ୍ବର ୨୦୨୧ର ଦୈନିକ ରାଶିଫଳ । ସମସ୍ତ ୧୨ଟି ରାଶି ପାଇଁ କେମିତି ରହିବ ଆଜିର ଦିନ । କାହାକୁ ମିଳିବ ଖୁସି ଓ କେଉଁ ରାଶିକୁ ସମସ୍ୟାର ସାମ୍ନା କରିବାକୁ ପଡିପାରେ । ନିଜ ରାଶି ଅନୁସାରେ ଜାଣନ୍ତୁ କଣ କହିଥାଏ ଆଜିର ରାଶିଫଳ ।

୧-ମେଷ

ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭ, ନୂତନ ବାହନ, ଗୃହ ଆଦି ଲାଭ ହୋଇପାରେ । ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ । ଛାତ୍ର-ଛାତ୍ରୀମାନେ ଉଚ୍ଚଶିକ୍ଷା କ୍ଷେତ୍ରରେ ସଫଳ ହେବେ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ । ପ୍ରେମୀ-ପ୍ରେମିକାଙ୍କ ସାମଞ୍ଜସ୍ୟ ସୃଷ୍ଟି ହେବ । ଆର୍ଥିକସ୍ଥିତି ସୁଧୁରିବ । ବନ୍ଧୁ ମିତ୍ରମାନଙ୍କର ସହଯୋଗ ପ୍ରାପ୍ତି ହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ଭୂମି, ଧନସମ୍ପଦ, ବସ୍ତ୍ରଭୂଷଣ ଆଦି ଲାଭହେବ । ବ୍ୟବସାୟ ପାଇଁ ବିଦେଶ ଯାତ୍ରା କରିବେ । ଉଧାର ଦେଇଥିବା ଟଙ୍କା ମିଳିଯିବ ।

୨-ବୃଷ

ବିଦ୍ୟାର୍ଥୀଙ୍କର ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ । ପାରିବାରିକ କ୍ଷେତ୍ରରେ ସୁଖ ଓ ଶାନ୍ତି ପ୍ରାପ୍ତି ହେବ । ପିତା-ମାତାଙ୍କ ଠାରୁ ସହଯୋଗ ପ୍ରାପ୍ତ ହେବ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ । ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ । ସରକାରୀ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ । କର୍ମ ନିଯୁକ୍ତି ପାଇଁ ଚେଷ୍ଟା କଲେ ଭବିଷ୍ୟତରେ କର୍ମପ୍ରାପ୍ତି ହେବ । ବ୍ୟବସାୟରେ ଉନ୍ନତି ଓ ଆର୍ଥିକ ସ୍ଥିତିରେ ବୃଦ୍ଧି ହେବ । ଶରୀର ସୁସ୍ଥ ରହିବ । ରାଜନୀତି କ୍ଷେତ୍ରରେ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ ।

୩-ମିଥୁନ

କୌଣସିଠାରୁ ପ୍ରିୟ ଓ ଶୁଭ ସମାଚାର ପ୍ରାପ୍ତ ହେବ । କୌଣସି ନୂତନ ବନ୍ଧୁଙ୍କ ସହିତ ଭେଟ ହେବ । ଲୋକଙ୍କୁ ନିଜର କରି ପାରିବେ । ଧନ ସମ୍ବନ୍ଧୀୟ ମାମଲାରେ ବିବେକ ଦ୍ଵାରା ବିଚାର କଲେ ଲାଭ ମିଳିବ । ପ୍ରଚୁର ଅର୍ଥ ଲାଭ ହେବା ଫଳରେ ପରିସ୍ଥିତି ବଦଳିଯିବ । ଭୌତିକ ଐଶ୍ଵର୍ଯ୍ୟ ସାଧନରେ ବୃଦ୍ଧି ହେବ । ପାରିବାରିକ ଜୀବନରେ ସୁଧାର ହେବ । କୋର୍ଟ-କଚେରୀ ମାମଲା ସମାଧାନ ହୋଇଯିବ । ବ୍ୟବସାୟରେ ପରିଶ୍ରମ ଫଳରେ ଉନ୍ନତି ହେବ । ପୈତୃକ ସମ୍ପତ୍ତିକୁ ନେଇ ପରିବାରରେ ଶାନ୍ତି ଦେଖା ଦେବ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ପାଇବ ।

୪-କର୍କଟ

ଏକତ୍ରିତ ହୋଇ ପାରିବାରିକ ସମସ୍ୟା ସମାଧାନ କରିବେ । କାମ-କାର୍ଯ୍ୟର ସ୍ଥିତି ସୁଧାର ହେବ ତେଣୁ ମନ ବହୁତ ହର୍ଷିତ ପ୍ରସନ୍ନ ଚିତ୍ତ ରହିବ । ଜ୍ୟୋତିଷ, କଳା, ସଙ୍ଗୀତ, ଧର୍ମସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ । ଅଧ୍ୟାପନ ଓ ଅନୁସନ୍ଧାନ ପରି କାର୍ଯ୍ୟରେ ସଫଳତା ମିଳିବ । ନିଜର ବୁଦ୍ଧି ଓ ବିବେକ ଦ୍ଵାରା ସମସ୍ତ ସମସ୍ୟା ସମାଧାନ କରିପାରିବେ । ଆତ୍ମବିଶ୍ଵାସ ଓ ମନବଳ ଦ୍ଵାରା ବହୁତ ଆଗକୁ ବଢି ପାରିବେ । ଉଧାର ଦେଇଥିବା ଟଙ୍କା ମିଳିଯିବ । ଯେତେ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ । ଭଲ କାର୍ଯ୍ୟ କରି ଆଶା ଆକାଂକ୍ଷାକୁ ପୂର୍ଣ୍ଣ କରି ପାରିବେ ।

୫-ସିଂହ

କାରବାରରେ ଲାଭ ହେବ । ଅଧା-ଅଧୁରାଥିବା କାର୍ଯ୍ୟ ପୂରଣ ହେବ । ଟିମ୍ ୱାର୍କ, ପ୍ରତିସ୍ପର୍ଦ୍ଧା ଓ ଦ୍ଵେଷର ସାମ୍ନା କରିବାକୁ ପଡିବ । କୌଣସି ମାଙ୍ଗଳିକ ଆୟୋଜନରେ ଯୋଗ ଦେବେ । ଶେୟର୍ସ, ନିବେଶ ଆଦିରେ ଲାଭ ହେବ । ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ । ସାମୁହିକ ଗତିବିଧି ଦ୍ଵାରା ଆପଣ ସଫଳତା ହାସଲ କରି ପାରିବେ । ଉଚ୍ଚାଧିକାରୀ ବ୍ୟକ୍ତିମାନେ ପ୍ରସନ୍ନ ରହିବେ । ରାଜନୈତିକ ଯାତ୍ରାରେ ପୁରାତନ ଶତୃମାନେ ମୁଣ୍ଡଟେକି ପାରନ୍ତି । ମାଲିମୋକଦ୍ଦମାରେ ବଂଧୁ ସହଯୋଗରେ ବିଜୟ ପ୍ରାପ୍ତ ହେବ । ଆର୍ଥିକ ମାମଲାରେ ସ୍ଥାୟିତ୍ଵ ଆସିବ ।

୬-କନ୍ୟା

ମାନସିକ ଚିନ୍ତା ଓ ମନ ବିଚଳିତରୁ ଶାନ୍ତି ଅନୁଭବ କରିବେ । କୌଣସି ଇଲୋକଟ୍ରନିକ ସାମଗ୍ରୀ ଓ ଘରର ଉପଯୋଗ ସାମଗ୍ରୀ କ୍ରୟ କରିପାରିବେ । ପୁରାତନ ରୋଗରୁ ଉପଶମ ମିଳିବ । ଅଚାନକ ଭାବରେ ଧନ ଲାଭ ହେବ । ଉଚ୍ଚାଧିକାରୀମାନେ ପ୍ରସନ୍ନ ରହିବେ । ଚାକିରି କ୍ଷେତ୍ରରେ କୌଣସି ମହତ୍ଵପୂର୍ଣ୍ଣ କାର୍ଯ୍ୟଭାର ହାତକୁ ନେବେ । ବ୍ୟବସାୟରେ ଅଚାନକ ଭାବରେ ପରିବର୍ତ୍ତନ ହୋଇପାରେ ଓ ଉଚିତ୍ ଲାଭ ମଧ୍ୟ ପ୍ରାପ୍ତି ହେବ । ଅଧିନସ୍ଥ କର୍ମଚାରୀ ଓ ସହକର୍ମୀଙ୍କ କାମ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ । ଆପଣଙ୍କ ପ୍ରୟାସରେ ସୁଖଦ ପରିଣାମ ଅବଶ୍ୟ ଆସିବ ।

୭-ତୁଳା

ବ୍ୟକ୍ତିଗତ ସୁଖ, ଦୁଃଖ ତଥା ମନର ଭାବ କେହି ଠିକ୍ ଭାବେ ଠଉରେଇ ପାରିବେ ନାହିଁ । ଚାକିରି କ୍ଷେତ୍ରରେ ଉନ୍ନତି କରି ପାରିବେ । ଅଧ୍ୟୟନରେ ମନ୍ଥର ହେବା ଫଳରେ ଅଧିକ ପରିଶ୍ରମ କରିବା ଆବଶ୍ୟକ । ବୈଷୟିକ ଅଭିବୃଦ୍ଧି ପାଇଁ ସମାଧାନର ରାସ୍ତା ପ୍ରସ୍ତୁତ କରିବେ । ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ । କୁଳଶ୍ରେଷ୍ଠ ଓ କୀର୍ତ୍ତିଶାଳୀ ଭଳି ଦିବ୍ୟ ଗୁଣ ଗୁଡିକ ଠୁଳ ହେବ । ମହିଳାମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । ବ୍ୟବସାୟୀମାନେ ନିଜର ପ୍ରତିପତ୍ତି ବିସ୍ତାର କରି ପାରିବେ ।

୮-ବିଚ୍ଛା

ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ । ଧନର ଆଗମନ ହୋଇପାରେ । ଗୃହବାହନ ପ୍ରାପ୍ତି ପରିଜନ ଓ ସାଧୁଜନପ୍ରିୟ ହେବେ । ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ଲାଭବାନ ହେବେ । ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ । ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ । ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ । ନିଜ ଚେଷ୍ଟାରେ ବହୁତ କଷ୍ଟକଲେ ବାକିଥିବା ଅର୍ଥ ପାଇବେ । ଗୃହ ସମସ୍ୟାରେ ଧନ୍ଦି ହୋଇଯିବେ । ନିଜ ଲୋକମାନେ ହିଁ କାମରେ ଆସିବେ ।

୯-ଧନୁ

ଏମିତି କାର୍ଯ୍ୟ ଆଜି କରିବେ ଯାହାକି ଭବିଷ୍ୟତ ଆକାଂକ୍ଷାକୁ ପୂର୍ଣ୍ଣ କରିବ । ଭରପୁର ଆନନ୍ଦ ପାଇଲାଭଳି ଫାଇଦା ଉଠେଇବେ । ପାଖରେ ଥିବା ସାଥୀ ଓ ପ୍ରିୟଜନଙ୍କୁ ଆର୍ଥିକ ଏବଂ ଭାବନାତ୍ମକ ସାହାଯ୍ୟ ସହଯୋଗ କରିବାକୁ ବାଧ୍ୟ ହେବେ । ନିଜର ସାମୁଦାୟିକ ମାମଲା ବା ଜନ କଲ୍ୟାଣର କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ । ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ । ଆତ୍ମବିଶ୍ଵାସ ବୃଦ୍ଧି ପାଇବ । କୀର୍ତ୍ତୀ ଓ ମାନ-ପ୍ରତିଷ୍ଠାରେ ବୃଦ୍ଧି ହେବ । ଚାକିରୀରେ ଉନ୍ନତି କରିବେ । ରୋଜଗାର ପ୍ରାପ୍ତି ହେବାର ସମ୍ଭାବନା ଅଛି ବା ନୂଆ ନିଯୁକ୍ତି ଯୋଗ ଅଛି ।

୧୦-ମକର

ଧର୍ମ କର୍ମରେ ରୁଚି ରହିବ । ମିତ୍ରଙ୍କ ସାହାଯ୍ୟ ଦ୍ଵାରା କର୍ମ ହେବ । ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ । କୋର୍ଟ କଚେରୀ ମାମଲା ଓ ବିବାଦ ଆପଣଙ୍କ ସପକ୍ଷରେ ଯିବ । ପରିବାରରେ ଶାନ୍ତି ଆସିବ । କୌଣସି କାମରେ ବିଶେଷଜ୍ଞତା ହାସିଲ କରିବେ । ଶୁଭ ସମାଚାର ଶୁଣିବାକୁ ମିଳିବ । ନୂତନ ବନ୍ଧୁ ଭେଟ ହେବେ ଓ ସମ୍ବନ୍ଧରେ ପ୍ରଗାଢତା ଆସିବ । କାର୍ଯ୍ୟକ୍ଷେତ୍ରରେ ଲାଭ ଉଠେଇବେ । ଫୋନ, ମୋବାଇଲ୍, ଇଣ୍ଟରନେଟ୍ ରେ ପୁରୁଣା ମିତ୍ରଙ୍କ ଦ୍ଵାରା ସମ୍ବାଦ କାୟମ ହେବ । ବିଦ୍ୟାର୍ଥୀଙ୍କ ପାଇଁ ସମୟ ଉପଯୁକ୍ତ ଅଟେ । ବିତିଯାଇଥିବା ମାମଲାରେ ମଧ୍ୟ ସଫଳତା ମିଳିବ ।

୧୧-କୁମ୍ଭ

ଭଗୀଦାରି କ୍ଷେତ୍ରରେ ଆଖିବନ୍ଦ କରି ଯେକୌଣସି ପଦକ୍ଷେପ ନିଅନ୍ତୁ ନାହିଁ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ । ନିମ୍ନବର୍ଗ କର୍ମୀଙ୍କ ପ୍ରତି ସତର୍କ ରହି ଚଉଆଖିଆ ହୋଇ କର୍ତ୍ତବ୍ୟ ପାଳି ନ ଚାଲିଲେ ପରେ ହଇରାଣ ହେବେ । ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିସ୍କାର କରିବେ । ମହିଳାମାନେ ଅଳ୍ପରେ ସନ୍ତୁଷ୍ଟ ହେବେ । କର୍ମକ୍ଷେତ୍ରରେ ବନ୍ଧୁଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ନିର୍ମାଣକ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ ।

୧୨-ମୀନ

ସନ୍ତାନଙ୍କ ପାଇଁ କୌଣସି ମହତ୍ଵପୂର୍ଣ୍ଣ କାମ କରି ପ୍ରଶଂସା ପାଇବେ । ସାର୍ବଜନୀନ ସମ୍ପର୍କରେ ନିଜର ବ୍ୟକ୍ତିତ୍ଵ ବିକଶିତ ହେବ । ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ । ମହିଳାମାନେ ଉଚିତ୍ ପନ୍ଥା ଗ୍ରହଣ କରିବେ । ସରକାରୀ ଚାକିରୀ କ୍ଷେତ୍ରରେ ଉନ୍ନତି ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ, କ୍ଷାତି ବଢ଼ିବ । ବ୍ୟବସାୟରେ ଲାଭବାନ ହେବେ । ରାଜନୀତି କ୍ଷେତ୍ରରେ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତି ଜାଗ୍ରତହେବ । କୋର୍ଟ-କଚେରୀ ମାମଲା ଓ ବାଦବିବାଦ ଆପଣଙ୍କ ସପକ୍ଷରେ ରହିବ ।