ଆଜିର ରାଶିଫଳ, 22 ଅଗଷ୍ଟ 2021, ରବିବାର, ସୂର୍ଯ୍ୟଦେବଙ୍କ କୃପା ରହିବ ଏହି ୬ଟି ରାଶି ଉପରେ, ଆର୍ଥିକ ସ୍ଥିତିରେ ହେବ ଉନ୍ନତି

ଦୈନିକ ରାଶିଫଳ ଚନ୍ଦ୍ର ଗ୍ରହର ଗଣନା ଉପରେ ଆଧାରିତ ହୋଇଥାଏ । ଆଜିର ରାଶିଫଳ ବିଷୟରେ କହିବା ସମୟରେ ପାଞ୍ଜିର ଗଣନା ଓ ସଠିକ ଖଗୋଲୀୟର ବିଶ୍ଲେଷଣ କରାଯାଇଥାଏ । ଆମର ଏହି ଦୈନିକ ରାଶିଫଳରେ ସମସ୍ତ ୧୨ଟି ରାଶି ଗୁଡିକ ଭବିଷ୍ୟତ କୁହାଯାଇଥାଏ । ଏହି ରାଶିଫଳକୁ ପଢି ଆପଣ ନିଜର ଦୈନିକ ଯୋଜନାକୁ ସଫଳ କରି ପାରିବେ ।

ଆଜିର ରାଶିଫଳରେ ଆପଣଙ୍କ ପାଇଁ ଚାକିରି, ବ୍ୟାପାର, ପରିବାର ଓ ମିତ୍ରଙ୍କ ସହିତ ସମ୍ବନ୍ଧ, ସ୍ୱାସ୍ଥ୍ୟ ଓ ଦିନସାରା ହେଉଥିବା ଶୁଭ – ଅଶୁଭ ଘଟଣାର ଭବିଷ୍ୟଫଳ ହୋଇଥାଏ । ପଢନ୍ତୁ ଚନ୍ଦ୍ର ରାଶି ଉପରେ ଆଧାରିତ ୨୨ ଅଗଷ୍ଟ ୨୦୨୧ର ଦୈନିକ ରାଶିଫଳ । ସମସ୍ତ ୧୨ଟି ରାଶି ପାଇଁ କେମିତି ରହିବ ଆଜିର ଦିନ । କାହାକୁ ମିଳିବ ଖୁସି ଓ କେଉଁ ରାଶିକୁ ସମସ୍ୟାର ସାମ୍ନା କରିବାକୁ ପଡିପାରେ । ନିଜ ରାଶି ଅନୁସାରେ ଜାଣନ୍ତୁ କଣ କହିଥାଏ ଆଜିର ରାଶିଫଳ ।

୧-ମେଷ

ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ ଓ କ୍ଷାତି ବଢିବ । ସମସ୍ତ କର୍ମ ବହୁତ ସହଜରେ ହିଁ ସମ୍ପନ୍ନ ହେବ । ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ । ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ । ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ । କର୍ମକ୍ଷେତ୍ରରେ ଶୁଭ ସୂଚନା ପାଇବେ । ବ୍ୟବସାୟୀମାନେ ପ୍ରଚୁର ଲାଭ ପାଇବେ । ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ । ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ । ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ ।

୨-ବୃଷ

ଅଫିସରେ କିମ୍ବା କର୍ମକ୍ଷେତ୍ରରେ ଜଣେ ବନ୍ଧୁଙ୍କ କାମରେ ସନ୍ତୁଷ୍ଟ ହୋଇପାରନ୍ତି । ପଡ଼ୋଶୀମାନେ କଅଁଳିଆ କଥା କହି କାର୍ଯ୍ୟ ହାସଲ କରିବାର ଚେଷ୍ଟା କରିବେ । ଆର୍ଥିକ ସ୍ଥିତି ପୂର୍ବପରି ରହିବ, ଯାହାକି ସାମୟିକ ଚିନ୍ତା ଉଦ୍ରେକ କରିପାରେ । ସମସ୍ୟା ଗୁଡ଼ିକ ସରଳ ସମାଧାନ କରିବାରେ ସମର୍ଥ ହେବେ । ଅର୍ଥ ଲାଭର ଯୋଜନା କରିବା କାମରେ ନିଜକୁ ନିୟୋଜିତ କରିପାରନ୍ତି । ମହିଳାମାନେ ନିଜ ଗୃହ ସମସ୍ୟା ସଜାଡିବାକୁ ସୁବିଧା ପାଇବେ । ଘରର ବରାଦ ମୁତାବକ କୌରସି ବିଳାସ ଉପକରଣ କିଣିପାରନ୍ତି । ପ୍ରତିକାର- ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ ।

୩-ମିଥୁନ

ମହିଳାମାନେ ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ । ରାଜ ନୈତିକ କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଓ ଶତୃବଧା ଦୂରେଇ ଯିବ । ଆୟବୃଦ୍ଧି, ଋଣମୁକ୍ତି, ଲୋକ ସମ୍ପର୍କ ବୃଦ୍ଧି ହେବା ସହ ଶତୃ ମାନେ ମଥାନତ କରିବେ । ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ । କର୍ମକ୍ଷେତ୍ରରେ ଉଚ୍ଚଅଧିକାରୀ ସହକର୍ମୀଙ୍କ ସହ ବାଦବିବାଦ ମେଣ୍ଟି ଯିବ । ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ । ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବ ଅତୁଟ ରହିବ । ନିର୍ମାଣମୂଳକ ଯୋଜନାରେ ଆଗେଇବେ । ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ । ଦୂରଯାତ୍ରାର ସୁଯୋଗ ପାଇବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

୪-କର୍କଟ

କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ । ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ଓ ଅନୁଭବି ହେବେ । ପରିବାରରେ ଅନେକ ସମସ୍ୟାର ସମାଧାନ ହୋଇ, ହସ ଖୁସିରେ ବାତାବରଣ ଖେଳି ଯିବ । କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ଶୁଭ ସମ୍ବାଦ ପାଇ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । କର୍ମକ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବାର ରାସ୍ତା ପରିଷ୍କାର କରିବେ । ପ୍ରତିକାର- ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ ।

୫-ସିଂହ

ରାଜନୀତି ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ । ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ । କର୍ମକ୍ଷେତ୍ରରେ ଶୁଭ ସୂଚନା ପାଇବେ । ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ବ୍ୟବସାୟୀମାନେ ପ୍ରଚୁର ଲାଭ ପାଇବେ । ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବା ଫଳରେ ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ମିଳିବ । ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ । ସମସ୍ତ କର୍ମ ବହୁତ ସହଜରେ ହିଁ ସମ୍ପନ୍ନ ହେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

୬-କନ୍ୟା

କାହାରି ପାଖରେ ମୁଣ୍ଡ ନଇଁବ ନାହିଁ । ଉତ୍ତମ ରୋଜଗାର କରିପାରିବେ । ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ପାଇ କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ । ଯଥେଷ୍ଟ ଆର୍ଥିକ ଉନ୍ନତି ଘଟିବ । ଲୁହା, କାଠ, କୋଇଲା, କଳକବ୍ଜା, ବ୍ୟବସାୟରୁ, କଣ୍ଟ୍ରାକ୍ଟରୀରୁ ଯଥେଷ୍ଟ ଲାଭ ଉଠାଇବେ । ରାଜନୀତି କ୍ଷେତ୍ରରେ ଅତ୍ୟନ୍ତ ଶୁଭଫଳ ପ୍ରାପ୍ତି ହେବ । ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ । ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ ।

୭-ତୁଳା

ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ । ପଟ୍ଟା, ଦସ୍ତାବେଜ ଏବଂ ଅନୁବନ୍ଧନ ଆଦିରେ ସଫଳତା ମିଳିବ । ମାନସିକ ଶାନ୍ତି ମିଳିବ ଓ ଧାନ ପ୍ରାପ୍ତି ହେବ । ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢି ପାରିବ । ବନ୍ଧୁଙ୍କ ଆଗମନ ହେବ । କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ । ନିଜର ସାମୁଦାୟିକ ମାମଲା ବା ଜନ କଲ୍ୟାଣର କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ । ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବେ । ନୀତିସମ୍ପନ୍ନ ପଢାପଢିରେ ମନ ଲାଗି ରହିବ ଓ ପରୀକ୍ଷାରେ କୃତକାର୍ଯ୍ୟ ହେବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

୮-ବିଚ୍ଛା

ବନ୍ଧୁ ମିତ୍ରଙ୍କର ସହଯୋଗ, ଓ ଆର୍ଥିକ ସହାୟତାରେ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ସୁଖ ସମୃଦ୍ଧି ବୃଦ୍ଧି ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ । ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ ।

୯-ଧନୁ

ପ୍ରଶାସନିକ ସ୍ତରରେ ପରିଚାଳନା ଦାୟିତ୍ୱ ବୃଦ୍ଧି ପାଇବ । ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ସ୍ଥଗିତ ଥିବା ଧନ ମିଳିବାରୁ ଖୁସି ହେବେ । ମନୋକାମନା ପୂରଣ ହେବ ଓ ଆତ୍ମ ବିଶ୍ୱାସ ବୃଦ୍ଧି ହୋଇ ଲାଭର ମାର୍ଗ ପ୍ରଶସ୍ଥ ହେବ । ବ୍ୟବସାୟରେ ଦୂରଯାତ୍ରାର ସୁଯୋଗ ପାଇ ସଫଳତା ଅର୍ଜନ କରିବେ । ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

୧୦-ମକର

ପ୍ରତେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ରହିବ । କର୍ମକ୍ଷେତ୍ରରେ କୌଣସି ଅସୁବିଧା ହେବ ନାହିଁ । ଆଇନ ଅଦାଲତ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ । ବୁଦ୍ଧିମାତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ । ସାମାଜିକ ସ୍ତରରେ ନିଜର ଉପସ୍ଥିତି ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ହାସଲ କରିବେ । ସାହିତ୍ୟ, ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ । ରାଜନୀତି କ୍ଷେତ୍ରରେ ସମ୍ମାନ ପାଇବେ । ବିଦ୍ୟା କ୍ଷେତ୍ରରେ ଆଶାମୁତାବକ ଫଳ ପାଇବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

୧୧-କୁମ୍ଭ

ଦୀର୍ଘଯାତ୍ରା, ଛୋଟ ବଡ ମିଟିଙ୍ଗୀରେ ଯୋଗ ଦେବେ । ବାଦବିବାଦ, ପ୍ରତିଯୋଗୀତା ପରୀକ୍ଷା ଓ ମାଲିମୋକଦ୍ଦମାର ସମାଧାନ ହେବ । ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସିବ । ସୁଖ ସମୃଦ୍ଧି ବୃଦ୍ଧି ପାଇବ । ପାରିବାରିକ କ୍ଷେତ୍ରରେ ପ୍ରଶଂସିତ ହେବେ । ସମ୍ମାନର ସହିତ ଦିନଚର୍ଯ୍ୟା କରି ଚଳିବାରେ ବାଧା ଉପୁଜିବ ନାହିଁ । ଅଚାନକ ଧନପ୍ରାପ୍ତି ହେବା ଫଳରେ ସ୍ଵର୍ଣ୍ଣ ଅଳଙ୍କାର କ୍ରୟ କରି ପାରନ୍ତି । କେତେକ ସୂତ୍ରରୁ କିଛି ଧନ ପାଇବାର ଯୋଗ ଅଛି । ନୂଆ ସମସ୍ୟାର ସମ୍ମୁଖୀନ ହେଲେବି ନିଜର ବୁଦ୍ଧି, ବିବେକ ଖଟାଇ ସମାଧାନ କରିପାରିବେ । ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ ।

୧୨-ମୀନ

ସଭାସମିତି, ସାହିତ୍ୟ ଓ କଳାରେ ପ୍ରଶଂସିତ ହେବେ । ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ । ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ । କାର୍ଯ୍ୟକ୍ଷେତ୍ରରେ ମାନସିକ ଶାନ୍ତି ମିଳିବ । ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ । ନିଜର ଯୋଜନା ମୁତାବକ କାର୍ଯ୍ୟକରିବେ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ । ପରିବାରରେ ଅପ୍ରୀତିକର ପରିସ୍ଥିତି ଦୂରେଇ ଯିବ । ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ । ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।