ଆଜିର ରାଶିଫଳ, 23 ସେପ୍ଟେମ୍ବର 2021, ଗୁରୁବାର, ମା ଲକ୍ଷ୍ମୀଙ୍କ କୃପା ରହିବ ଏହି ୫ଟି ରାଶି ଉପରେ, ଆର୍ଥିକ ସ୍ଥିତିରେ ହେବ ବଡ ପରିବର୍ତ୍ତନ

ଦୈନିକ ରାଶିଫଳ ଚନ୍ଦ୍ର ଗ୍ରହର ଗଣନା ଉପରେ ଆଧାରିତ ହୋଇଥାଏ । ଆଜିର ରାଶିଫଳ ବିଷୟରେ କହିବା ସମୟରେ ପାଞ୍ଜିର ଗଣନା ଓ ସଠିକ ଖଗୋଲୀୟର ବିଶ୍ଲେଷଣ କରାଯାଇଥାଏ । ଆମର ଏହି ଦୈନିକ ରାଶିଫଳରେ ସମସ୍ତ ୧୨ଟି ରାଶି ଗୁଡିକ ଭବିଷ୍ୟତ କୁହାଯାଇଥାଏ । ଏହି ରାଶିଫଳକୁ ପଢି ଆପଣ ନିଜର ଦୈନିକ ଯୋଜନାକୁ ସଫଳ କରି ପାରିବେ ।

ଆଜିର ରାଶିଫଳରେ ଆପଣଙ୍କ ପାଇଁ ଚାକିରି, ବ୍ୟାପାର, ପରିବାର ଓ ମିତ୍ରଙ୍କ ସହିତ ସମ୍ବନ୍ଧ, ସ୍ୱାସ୍ଥ୍ୟ ଓ ଦିନସାରା ହେଉଥିବା ଶୁଭ – ଅଶୁଭ ଘଟଣାର ଭବିଷ୍ୟଫଳ ହୋଇଥାଏ । ପଢନ୍ତୁ ଚନ୍ଦ୍ର ରାଶି ଉପରେ ଆଧାରିତ ୨୩ ସେପ୍ଟେମ୍ବର ୨୦୨୧ର ଦୈନିକ ରାଶିଫଳ । ସମସ୍ତ ୧୨ଟି ରାଶି ପାଇଁ କେମିତି ରହିବ ଆଜିର ଦିନ । କାହାକୁ ମିଳିବ ଖୁସି ଓ କେଉଁ ରାଶିକୁ ସମସ୍ୟାର ସାମ୍ନା କରିବାକୁ ପଡିପାରେ । ନିଜ ରାଶି ଅନୁସାରେ ଜାଣନ୍ତୁ କଣ କହିଥାଏ ଆଜିର ରାଶିଫଳ ।

୧-ମେଷ

ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ । ମହିଳାମାନଙ୍କର ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ସାମାଜିକ ପତିଆରା ଅମଳିନ ରହିବ । ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ । ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ । କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେଇ ସୁଖ ଶାନ୍ତି ପାଇବେ ।

୨-ବୃଷ

ନିଜର ଚତୁରତା ଓ ବିବେକରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇପାରିବେ । ମହିଳାମାନେ ସୁଖ ଶାନ୍ତିରେ ଦିନ କଟାଇବେ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ମହିଳାମାନେ ସନ୍ତାନ ସୁଖରେ ସୁଖୀ ହେବେ । ରାଜନୀତି କ୍ଷେତ୍ରରେ ମାନ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ଆଲୋଚନା କ୍ଷେତ୍ରରେ ଠିକ୍ ନିସ୍ପତି ନେବେ । ପାରିବାରିକ ଆର୍ଥିକ ସଙ୍କଟ ଦୂର ହେବ । ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ନୂତନ ଗୃହସୁଖ ଓ ଯାନବାହନ ସୁଖ ମିଳିବ । ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ ।

୩-ମିଥୁନ

ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ । ଆର୍ଥିକସ୍ଥିତି ସୁଧୁରି ଯିବା ଫଳରେ ଅଟକିଥିବା କାର୍ଯ୍ୟ ପୂରଣ ହେବ । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ । ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ । କୌଣସି କାମରେ ବିଶେଷ ଜ୍ଞାନ ହାସିଲ କରିବେ । ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ । ପରିବାରର କେତେକ ଅକୁହା କଥା ଚିନ୍ତା କରି ଅନ୍ୟମାନଙ୍କୁ ସନ୍ଦେହ ଦୃଷ୍ଟିରେ ଦେଖିବେ । ପ୍ରେମୀ-ପ୍ରେମିକାଙ୍କ ସାମଞ୍ଜସ୍ୟ ବୃଦ୍ଧି ହେବ । ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ ।

୪-କର୍କଟ

ପ୍ରେମିକ ପ୍ରେମିକାମାନେ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ପାଇବେ । ପରିବାରର ସାହାଯ୍ୟରେ ଉପକୃତ ହେବେ । ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢିବ । ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ସୁନାମ ଅର୍ଜନ କରିବେ । ବାଦବିବାଦ, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ପ୍ରଶଂସା ମିଳିବ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବ ସ୍ଥିର ହେବ । ପରିବହନ ବ୍ୟବସାୟିକ ସ୍ଥିତି ସୁଦୃଢ ହେବ । ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିବ । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ ।

୫-ସିଂହ

କର୍ମଜୀବିମାନେ ସୁବିଧା ବାଦକୁ ଆପଣେଇ ନେଇ ମନ ବିକାର ଦୂର ହେବ । ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ଆତ୍ମବିଶ୍ଵାସ ବୃଦ୍ଧି ପାଇବ । ବନ୍ଧୁଙ୍କ ଆଗମନ ହେବ । ଯାତ୍ରାଫଳରେ ଉତ୍ସାହିତ ହେବେ । ଗୃହୋପକରଣ କ୍ରୟ କରି ପାରନ୍ତି । ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ । ମହିଳାମାନେ ଉଚିତ୍ ପନ୍ଥା ଗ୍ରହଣ କରିବେ । ସନ୍ତାନର ଶିକ୍ଷା ପାଇଁ ଦୂର ଯାତ୍ରା କରିବାକୁ ପଡ଼ି ପାରେ । ପାଖରେ ଥିବା ସାଥୀ ଓ ପ୍ରିୟଜନଙ୍କୁ ଆର୍ଥିକ ସାହାଯ୍ୟ ସହଯୋଗ କରିବାକୁ ବାଧ୍ୟ ହେବେ ।

୬-କନ୍ୟା

ଖେଳ ରେ ପ୍ରଶଂସା ମିଳିବ । ରାଜନୀତିରେ ଲୋକପ୍ରିୟତା ଯୋଗେ ମହିଳାଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହୋଇ ପାରେ । ପ୍ରତିକାର ଦ୍ୱାରା ବାଧା ଦୂର ହେବ । ସାମାଜିକ ଉତ୍ସବରେ ଭାଗ ନେବେ । ବ୍ୟବସାୟରେ ବାକିଥିବା ଅର୍ଥ ଆଦାୟ ହେବା ଫଳରେ ଖୁବ୍ ଆଶାବାଦୀ ହେବେ । କର୍ମକ୍ଷେତ୍ରରେ ମାନ ସମ୍ମାନ ପ୍ରତିଷ୍ଠା ବୃଦ୍ଧି ହେବ । ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବା ଫଳରେ ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ ।

୭-ତୁଳା

ଯାତ୍ରାଫଳରେ ଉତ୍ସାହିତ ହେବେ । ଗୃହୋପକରଣ କ୍ରୟ କରିବେ । ପରିବାର ହିତ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ । ଶେଷ କରିବାକୁ ଚାହୁଁଥିବା କର୍ମଟି ପୂରଣ କରିବା ପାଇଁ ବହୁତ କଷ୍ଟ କରିବାକୁ ପଡିବ । କେତେକ କ୍ଷେତ୍ରରେ ଅନ୍ୟମାନଙ୍କର ଭଲ କରିବାକୁ ଯାଇ ଅପଦସ୍ତ ହେବେ । କର୍ମକ୍ଷେତ୍ର ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ସଂପାଦନ ହେବ ଓ ସହଯୋଗୀ ମାନଙ୍କ ଯୋଗୁଁ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ । ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ଯଶସ୍ଵୀ ହେବେ । ଜନ ସେବାରେ ନିଜକୁ ନିୟୋଜିତ କରିବେ ।

୮-ବିଚ୍ଛା

ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ । କଳା, ସାହିତ୍ୟ, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ମଧୁରତା ଆସିବ । ଛୋଟ ଛୋଟ କାମକୁ ବୁଝିବିଚାରି ନକଲେ ଦ୍ଵନ୍ଦରେ ପଡିବେ । ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ । ଶିକ୍ଷାର୍ଥୀମାନେ ଉଚ୍ଚ ଶିକ୍ଷାସ୍ଵପ୍ନକୁ ସାର୍ଥକ କରିବେ । ବ୍ୟବସାୟୀମାନେ ଧନମାନ ଦିଗରୁ ସୁରକ୍ଷିତ ରହିବେ । ରାଜନୀତି କ୍ଷେତ୍ରରେ ବନ୍ଧୁମିଳନ ପାଇଁ ଦୂରଯାତ୍ରା କରିବେ ।

୯-ଧନୁ

ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ମହିଳାମାନେ ଉଚିତ୍ପନ୍ଥା ଗ୍ରହଣ କଲେ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ସେୟାର ମାର୍କେଟ, ଲଟେରୀ, ଜୁଆ ଆଦିରେ ଅର୍ଥ ଖଟେଇଲେ ବିଶେଷ ଲାଭବାନ୍ ହେବେ । କୌଣସି ବ୍ୟାଙ୍କରୁ ଋଣ ପାଇଁ ଯୋଗାଯୋଗ କଲେ ସହଜ ସରଳରେ ରୁଣ ପ୍ରାପ୍ତି ହେବ ।

୧୦-ମକର

ପୁରାତନ ରୋଗର ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ । ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ । ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ବିଭିନ୍ନ ପ୍ରକାରର ସମସ୍ୟା ସମାଧାନ ହେବ । ସତସଙ୍ଗ ଓ ମନୋରଞ୍ଜନ, କ୍ରୀଡ଼ାବିଦ୍ମାନେ ପ୍ରଶଂସିତ ହେବେ । କର୍ମକ୍ଷେତ୍ର ପାଇଁ ସମୟ ପ୍ରାୟତଃ ଅନୁକୂଳ ରହିବ । ମହିଳାମାନେ ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବା ପାଇଁ ପ୍ରଯତ୍ନ କରିବେ । ବିଦ୍ୟାରେ ଉନ୍ନତି ଓ ପ୍ରଶଂସିତ ହେବେ । କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ଆର୍ଥିକ କ୍ଷେତ୍ରରେ ଉନ୍ନତିହେବ ।

୧୧-କୁମ୍ଭ

ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ସାମ୍ବାଦିକତାରୁ ଆଶାତୀତ ଲାଭ ପାଇବେ । ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରନ୍ତି । ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ଗୃହସ୍ଥ ଜୀବନ ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ପାଇ ସୁଖମୟ ହେବ । ମହିଳାମାନେ ଉତ୍ତମ ଗୃହିଣୀ ହେବେ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ କ୍ଷେତ୍ରରେ ଶୁଭ ସମାଚାର ମିଳିବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ଜୟଯୁକ୍ତ ହେବେ । ବ୍ୟବସାୟରେ ଶତୃ ପରାଜିତ ହୋଇ ବାକିଥିବା ଅର୍ଥପ୍ରାପ୍ତି ହେବା ଫଳରେ ଭଲ ଲାଭ ପାଇବେ ।

୧୨-ମୀନ

ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ଚେଷ୍ଟା କଲେ କାହାକୁ ଦେଇଥିବା ଧନ ମିଳିଯିବ । ଶତୃମାନେ ଦୂରେଇ ଯିବେ । ବିବାହ ସମ୍ବନ୍ଧୀୟ କଥାବାର୍ତ୍ତା ଆଗକୁ ବଢିବ । ନିଜର ଦକ୍ଷତା ଲୋକମାନଙ୍କୁ ପ୍ରଭାବିତ କରିବ । ବିଦ୍ୟାକ୍ଷେତ୍ରରେ ଉତ୍ସାହ-ଉଦ୍ଦୀପନାଯୁକ୍ତ ହେବେ । ପରିବାର ସଦସ୍ୟଙ୍କ ସମ୍ବନ୍ଧ ଦୃଢ ହେବ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରିବେ । ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ପ୍ରଶଂସା ପାଇବେ । ଭାଇ ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ ।