ଆଜିର ରାଶିଫଳ, 24 ସେପ୍ଟେମ୍ବର 2021, ଶୁକ୍ରବାର, ମା ଦୂର୍ଗାଙ୍କ ଆଶୀର୍ବାଦ ରହିବ ଏହି ୬ଟି ରାଶି ଉପରେ, ହେବ ଧନଲାଭ

ଦୈନିକ ରାଶିଫଳ ଚନ୍ଦ୍ର ଗ୍ରହର ଗଣନା ଉପରେ ଆଧାରିତ ହୋଇଥାଏ । ଆଜିର ରାଶିଫଳ ବିଷୟରେ କହିବା ସମୟରେ ପାଞ୍ଜିର ଗଣନା ଓ ସଠିକ ଖଗୋଲୀୟର ବିଶ୍ଲେଷଣ କରାଯାଇଥାଏ । ଆମର ଏହି ଦୈନିକ ରାଶିଫଳରେ ସମସ୍ତ ୧୨ଟି ରାଶି ଗୁଡିକ ଭବିଷ୍ୟତ କୁହାଯାଇଥାଏ । ଏହି ରାଶିଫଳକୁ ପଢି ଆପଣ ନିଜର ଦୈନିକ ଯୋଜନାକୁ ସଫଳ କରି ପାରିବେ ।

ଆଜିର ରାଶିଫଳରେ ଆପଣଙ୍କ ପାଇଁ ଚାକିରି, ବ୍ୟାପାର, ପରିବାର ଓ ମିତ୍ରଙ୍କ ସହିତ ସମ୍ବନ୍ଧ, ସ୍ୱାସ୍ଥ୍ୟ ଓ ଦିନସାରା ହେଉଥିବା ଶୁଭ – ଅଶୁଭ ଘଟଣାର ଭବିଷ୍ୟଫଳ ହୋଇଥାଏ । ପଢନ୍ତୁ ଚନ୍ଦ୍ର ରାଶି ଉପରେ ଆଧାରିତ ୨୩ ସେପ୍ଟେମ୍ବର ୨୦୨୧ର ଦୈନିକ ରାଶିଫଳ । ସମସ୍ତ ୧୨ଟି ରାଶି ପାଇଁ କେମିତି ରହିବ ଆଜିର ଦିନ । କାହାକୁ ମିଳିବ ଖୁସି ଓ କେଉଁ ରାଶିକୁ ସମସ୍ୟାର ସାମ୍ନା କରିବାକୁ ପଡିପାରେ । ନିଜ ରାଶି ଅନୁସାରେ ଜାଣନ୍ତୁ କଣ କହିଥାଏ ଆଜିର ରାଶିଫଳ ।

୧-ମେଷ

କର୍ମକ୍ଷେତ୍ରରେ ମାନସିକ ଅଶାନ୍ତି ଦୂର ହୋଇ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ପରିବାରରେ ସୁଖଶାନ୍ତି ଯୋଗେ ସମସ୍ତ ଚିନ୍ତା ଦୂର ହେବ । ମହିଳାମାନେ କର୍ମକ୍ଷେତ୍ରରେ ସତକଥା କହି ନିଜ ପରିସରରେ ପ୍ରଶଂସିତ ହୋଇ ପାରନ୍ତି । ରାଜନୀତି କ୍ଷେତ୍ରରେ ଯଶମାନ ବୃଦ୍ଧିହେବ । ସମ୍ମାନର ସହ ଦିନଚର୍ଯ୍ୟା ସମ୍ପାଦନ କରିବେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ସ୍ୱାସ୍ଥ୍ୟ ଠିକ୍ ରହିବ । ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ ।

୨-ବୃଷ

ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ । କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ କରିବେ । ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇଯିବ । ଜୀବନରେ ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ । ପ୍ରେମ-ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ । ସ୍ଵାର୍ଥରକ୍ଷା କରିବାରେ ସମୟ ବିତିବ । ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ । ତୀର୍ଥାଟନଯୋଗ ଥିବାରୁ ଯାତ୍ରାକଲେ ଲାଭବାନ ହେବେ । ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ । ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚ ରହିବ । ଦୂର ଯାତ୍ରାରେ ସଫଳତା ମିଳିବ ।

୩-ମିଥୁନ

କର୍ମ କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ଆୟ ବୃଦ୍ଧି ହେବ । ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ । ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ । ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ । ସ୍ଥଗିତଥିବା କର୍ମଟି ପୂରଣ ହେବ । ଇଲେକ୍ଟ୍ରୀ, ଇଲେକ୍ଟ୍ରୋନିକସ୍, ଠିକାଦାରୀ, ଧାତୁବ୍ୟବସାୟୀ, ଔଷଧଦୋକାନ, ଭୋଜନାଳୟ, କଳକାରଖାନା, ଖଣିଜପଦାର୍ଥ, ଗୁଡ଼, ଲଙ୍କାମରିଚ, ମସୁରଡାଲି, ଧାନ, ଗହମ ଇତ୍ୟାଦି ବ୍ୟବସାୟ କରୁଥିବା ବ୍ୟକ୍ତିମାନେ କିମ୍ବା ଏହି ସଂସ୍ଥାରେ କର୍ମରତ ବ୍ୟକ୍ତିମାନେ ବିଶେଷ ଲାଭବାନ ହେବେ ।

୪-କର୍କଟ

ଯେତେ ସମସ୍ୟା ଲାଗିଲେ ମଧ୍ୟ କାମକୁ ଅବହେଳା କରିବେ ନାହିଁ । ମନ ଭଲ ରହିବ । ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରକ୍ଷାକରିବେ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ପାଇବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ଆଗ୍ରହ ବଢିବ । ବାଦବିବାଦ, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ । ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ । ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ । ଆଶା କରିଥିବା କାମଟି ସମ୍ପନ୍ନ କରିପାରିବେ ।

୫-ସିଂହ

ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ପଢିବା, ପଢେଇବାରେ ସଫଳତା ମିଳିବ । ପାରିବାରିକ କ୍ଷେତ୍ରରେ କିଛି ଅସୁବିଧା ଥିଲେ ସମାଧାନ କରିପାରିବେ । ଆୟର ସ୍ରୋତ ଖୋଲିଯିବ । ପଦୋନ୍ନତି ସହ ନୂତନ କର୍ମପ୍ରାପ୍ତିର ସୁଯୋଗ ପାଇ ପାରନ୍ତି । ଦୂରଯାତ୍ରାର ସୁଯୋଗ ପାଇ ସଫଳ ହେବେ । କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବ । ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳତା ହେବ । ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ରୋଜଗାର ସମସ୍ୟା ସୁଧୁରି ଯିବ । ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ । ବ୍ୟବସାୟ ରେ ସାହାଯ୍ୟ ସହଯୋଗ ମିଳିବ ।

୬-କନ୍ୟା

ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ ଓ ମାନସିକ ଶାନ୍ତି ପାଇବେ । ଲଟେରୀ ଓ ଜୁଆଖେଳରୁ ନିବୃତ୍ତ ରହନ୍ତୁ ନଚେତ୍ କ୍ଷତିସହିବେ । ବହୁତ ଦିନରୁ ରଖିଥିବା ଧନ ଭିନ୍ନ ବାଟରେ ଖର୍ଚ୍ଚ ହୋଇ ଯାଇ ପାରେ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ । ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ । ବାହ୍ୟ ଯୋଗା ଯୋଗରେ ଲାଭ ମିଳିବ । ଗୁରୁଜନ ମାନଙ୍କ ଠାରୁ ଆର୍ଶିବାଦ ପାଇବେ ଓ ଆମୋଦ ପ୍ରମୋଦର ସୁଯୋଗ ପାଇବେ । ବିଦ୍ୟା ଓ ଖେଳରେ ଉତ୍ସାହ ବଢ଼ିବ ।

୭-ତୁଳା

କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ସ୍ଥଗିତଥିବା କର୍ମଟି ପୂରଣ ହେବ । ରାଜନୀତିରେ ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ । ଅଚାନକ ଧନ ପ୍ରାପ୍ତି ହେବ ଓ ଉଚ୍ଚଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ । ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ । ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ ।

୮-ବିଚ୍ଛା

ପାରିବାରିକ ବ୍ୟବସ୍ଥା ପରି ବର୍ତ୍ତନ ସାଙ୍ଗକୁ ଅର୍ଥସଙ୍କଟରୁ ମୁକ୍ତି ମିଳିବ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ମହିଳାମାନେ ପରିବାରରେ ଆଦର ଣୀୟା ହୋଇ ସୁଖଭୋଗ କରିବେ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିରହେବ । ବ୍ୟବସାୟ କ୍ଷେତ୍ରରେ ଖୁବ ଅଗ୍ରଗତି ଘଟିବ । କରଜ ଭାରରୁ ମୁକ୍ତି ମିଳିବ । ଆଇନ ଅଦାଲତରେ ଜୟଯୁକ୍ତ ହେବେ । ଚାକିରିରେ ପ୍ରତିଷ୍ଠିତ ହେବେ । ଉପରିସ୍ଥ କର୍ମଚାରୀ ଆପଣଙ୍କର ସହଯୋଗ ଲୋଡିବେ । ବିପତ୍ତି କଟିବା ଫଳରେ ସୁଖ ସୌଭାଗ୍ୟ ବୃଦ୍ଧି ହେବ ।

୯-ଧନୁ

ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ଅପେକ୍ଷା କରିଥିବା କାମର ଶୁଭ ସୂଚନା ପାଇବେ । ବ୍ୟବସାୟ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବନାହିଁ । ପ୍ରତ୍ୟେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥାକହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ଆଗ୍ରହ ବଢିବ । ବାଦବିବାଦ, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ ।

୧୦-ମକର

ତଳ ମହଲରୁ ଆଶାତୀତ ଲାଭ ପାଇବେ । କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ଫଳରେ ପ୍ରଶଂସିତ ହେବେ । ବନ୍ଧୁବାନ୍ଧବଙ୍କ ଚେଷ୍ଟାରେ ଅତି ସହଜରେ ବାକିଥିବା ଅର୍ଥ ପାଇବେ । ସୁଯୋଗ ହାତପାହାନ୍ତାରେ ପହଞ୍ଚିବ । ପରୀକ୍ଷା ପ୍ରତିଯୋଗିତାରେ ବିଜୟୀ ହେବେ । ଧାର୍ମିକ କାର୍ଯ୍ୟପ୍ରତି ମନ ବଳାଇବେ । ନିକଟସ୍ଥ ବ୍ୟକ୍ତି ସାହାଯ୍ୟ କରିବା ଦ୍ଵାରା ବ୍ୟବସାୟରେ ସଫଳତା ମିଳିବ ଓ ବ୍ୟବସାୟ ବଢାଇବାରେ ସମର୍ଥ ହେବେ । ଆରମ୍ଭ କରିଥିବା କାର୍ଯ୍ୟ ଶେଷ କରିପାରିବେ । କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ ।

୧୧-କୁମ୍ଭ

ମହିଳାମାନେ ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ଆୟ ଉତ୍ତମ ହେବାରୁ ଧନ ସମ୍ପତିରେ ଘର ହସି ଉଠିବ । ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ । ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ଭ୍ରମଣ, ରାଜନୀତି, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଜୟଯୁକ୍ତ ହେବେ । ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ । ଆମୋଦ ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍, ଆଡମ୍ବରରେ ଉତ୍ସାହ ବଢିବ । ପ୍ରତିଯୋଗିତା ପରୀକ୍ଷାରେ ସଫଳ ହୋଇ ନୂତନ କର୍ମର ସୂଚନା ପାଇବେ ।

୧୨-ମୀନ

ମାଲିମୋକଦ୍ଦମାରେ ସଫଳତା ମିଳିବ । ଅପେକ୍ଷା କରିଥିବା କାମର ଶୁଭସୂଚନା ମିଳିବ । ଅତିରିକ୍ତ ଆୟର ଦରକାର ଅନୁଭବ ହେବ । ବାକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବାରୁ ସନ୍ତୁଷ୍ଟି ମିଳିବ । ଆତ୍ମୀୟବର୍ଗରେ ଉନ୍ନତି ତଥା ଉତ୍ତମ ବୁଝାମଣା ଯୋଗେ ମାନସିକ ଶାନ୍ତି ପାଇବେ । ସାମାଜିକ ପ୍ରତିଷ୍ଠା ଓ ପ୍ରତିପତ୍ତି, ଉଚ୍ଚସ୍ଥାନ ଲାଭ ବା ପଦୋନ୍ନତି ଭଳି ମର୍ଯ୍ୟଦା ପ୍ରାପ୍ତିହେବ । କାରବାର ବଢିବ ଓ ଭୁଲ୍ ବୁଝାମଣା ଦୂର ହେବା ଯୋଗେ ହିତୈଷିମାନେ ଅଧିକ ନିବିଡ ହେବା ସାଙ୍ଗକୁ ମର୍ଯ୍ୟଦାଜନକ ପରିସ୍ଥିତି ସୃଷ୍ଟି କରିବେ । ଆମ ସହ ଆଗକୁ ରହିବା ପାଇଁ ଆମ ପେଜକୁ ଗୋଟିଏ ଲାଇକ କରନ୍ତୁ ।