ଆଜିର ରାଶିଫଳ, 25 ନଭେମ୍ବର 2022, ଶୁକ୍ରବାର, ମା ଦୂର୍ଗାଙ୍କ ଆଶୀର୍ବାଦ ରହିବ ଏହି ୫ ଟି ରାଶି ଉପରେ, ହେବ ଧନଲାଭ

ଦୈନିକ ରାଶିଫଳ ଚନ୍ଦ୍ର ଗ୍ରହର ଗଣନା ଉପରେ ଆଧାରିତ ହୋଇଥାଏ । ଆଜିର ରାଶିଫଳ ବିଷୟରେ କହିବା ସମୟରେ ପାଞ୍ଜିର ଗଣନା ଓ ସଠିକ ଖଗୋଲୀୟର ବିଶ୍ଲେଷଣ କରାଯାଇଥାଏ । ଆମର ଏହି ଦୈନିକ ରାଶିଫଳରେ ସମସ୍ତ ୧୨ଟି ରାଶି ଗୁଡିକ ଭବିଷ୍ୟତ କୁହାଯାଇଥାଏ । ଏହି ରାଶିଫଳକୁ ପଢି ଆପଣ ନିଜର ଦୈନିକ ଯୋଜନାକୁ ସଫଳ କରି ପାରିବେ ।

ଆଜିର ରାଶିଫଳରେ ଆପଣଙ୍କ ପାଇଁ ଚାକିରି, ବ୍ୟାପାର, ପରିବାର ଓ ମିତ୍ରଙ୍କ ସହିତ ସମ୍ବନ୍ଧ, ସ୍ୱାସ୍ଥ୍ୟ ଓ ଦିନସାରା ହେଉଥିବା ଶୁଭ – ଅଶୁଭ ଘଟଣାର ଭବିଷ୍ୟଫଳ ହୋଇଥାଏ । ପଢନ୍ତୁ ଚନ୍ଦ୍ର ରାଶି ଉପରେ ଆଧାରିତ ୨୫ ନଭେମ୍ବର ୨୦୨୨ର ଦୈନିକ ରାଶିଫଳ । ସମସ୍ତ ୧୨ଟି ରାଶି ପାଇଁ କେମିତି ରହିବ ଆଜିର ଦିନ । କାହାକୁ ମିଳିବ ଖୁସି ଓ କେଉଁ ରାଶିକୁ ସମସ୍ୟାର ସାମ୍ନା କରିବାକୁ ପଡିପାରେ । ନିଜ ରାଶି ଅନୁସାରେ ଜାଣନ୍ତୁ କଣ କହିଥାଏ ଆଜିର ରାଶିଫଳ ।

ମେଷ ରାଶି : ସ୍ଵାସ୍ଥ୍ୟରେ ଉନ୍ନତି ହେବାରୁ ମନ ଭଲ ରହିବ । ଗୁରୁଜନ ଓ ଉଚ୍ଚ ପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ବା ଯାନବାହନ ପ୍ରାପ୍ତି ହେବ । କୃଷିଜିବୀ ମାନଙ୍କୁ ସରକାରୀ ସାହାଯ୍ୟ ମିଳିପାରେ । ବ୍ୟବସାୟରେ ନାନା ପ୍ରକାର ସୁବିଧା ସୁଯୋଗ ମିଳିବ ଓ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ । ପରୀକ୍ଷା ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ । ମହିଳା ମାନେ ନିକଟସ୍ଥ ସ୍ଥାନ ମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ ।

ବୃଷ ରାଶି : ସମାଜ ସେବାରେ ସ୍ଵନାମ ଅର୍ଜନ କରିପାରିବେ । ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ବାଦ ବିବାଦ ମାଲି ମୋକଦ୍ଦମାର ଅବସାନ ହେବ । ନୂତନ କାର୍ଯ୍ୟ ଆରମ୍ଭ କରି ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ । ଉଚ୍ଚ ପଦସ୍ଥ କର୍ମକର୍ତ୍ତା ମାନଙ୍କର କର୍ମ ଉପରେ ନଜର ପଡ଼ିପାରେ । ମହିଳା ମାନେ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ପାଇବେ ।

ମିଥୁନ ରାଶି : କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ରାଜନୀତିରେ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ସହ କୃତକାର୍ଯ୍ୟ ହେବେ । ମହିଳା ମାନଙ୍କର ଉଚ୍ଚ ଆଶା ସଫଳ ହେବ । ପିଲାମାନଙ୍କ କାର୍ଯ୍ୟପ୍ରତି ଦ୍ରୁଷ୍ଟି ରଖିବା ଉଚିତ୍ ହେବ । ବ୍ୟବସାୟରେ ଉନ୍ନତି ଓ ଲାଭ ପ୍ରାପ୍ତି ହେବ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ । ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇବେ ଏବଂ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ ।

କର୍କଟ ରାଶି : ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ । ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବାସହ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ । ବୈଷୟିକ ଅଭିବୃଦ୍ଧି ପାଇଁ ସମାଧାନର ରାସ୍ତା ପ୍ରସ୍ତୁତ କରିବେ । ମାଲି ମୋକଦ୍ଦମାରେ ବିରୋଧୀ ମାନଙ୍କୁ ପରାସ୍ତ କରି ବିଜୟୀ ହେବେ । ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ଆମୋଦ, ପ୍ରମୋଦ, ମନୋରଞ୍ଜନ, ଦୀର୍ଘ ଯାତ୍ରା, ଛୋଟ ବଡ଼ ମିଟିଂରେ ଯୋଗ ଦେବେ ।

ସିଂହ ରାଶି : ବ୍ୟବସାୟରେ ସମସ୍ୟା ଅନେକାଂଶରେ ହ୍ରାସ ପାଇବ । କିଛି ନୂତନ ଯୋଜନା ମିଶାଇବା ଫଳରେ ବିଶେଷ ଲାଭବାନ୍ ହେବେ । କୁଳଶ୍ରେଷ୍ଠ ଓ କୀର୍ତ୍ତିଶାଳୀ ଭଳି ଦିବ୍ୟ ଗୁଣ ଗୁଡିକ ବିକାଶ ହେବ । ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ । ସହକର୍ମୀ ମାନଙ୍କ ସହ ବାଦବିବାଦର ଅବସାନ ଘଟିବ । ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ ଓ ଦୂର ଯାତ୍ରାର ସୁଯୋଗ ପାଇବେ । ମହିଳାମାନେ ଅଳଙ୍କାର କ୍ରୟ କରି ପାରନ୍ତି ଓ ନୂତନ ବନ୍ଧୁଙ୍କୁ ପାଇ ଖୁସୀ ହେବେ ।

କନ୍ୟା ରାଶି : ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ । ବ୍ୟବସାୟ କ୍ଷେତ୍ରରେ ବନ୍ଧୁଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ । ଭୋଗ ବିଳାସରେ ସାମିଲ ହେବାକୁ ଅବସର ସୃଷ୍ଟି କରି ପାରିବେ । ଋଣମୁକ୍ତି ହେବା ପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ । ଶୁଭ ଲାଭ ମଧ୍ୟେ ପାରିପାର୍ଶ୍ଵିକ ବାତାବରଣ ପ୍ରତି ସଚେତନତା ବୃଦ୍ଧି ପାଇବ । ମହିଳା ମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ । ରାଜନୀତିରେ ଲୋକ ସମ୍ପର୍କ ବୃଦ୍ଧି ଓ ନିଜର ମାନ ସମ୍ମାନ ପଦ ମର୍ଯ୍ୟାଦା ବୃଦ୍ଧି ହେବ ।

ତୁଳା ରାଶି : ବ୍ୟବସାୟୀ ମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ । କର୍ମ କ୍ଷେତ୍ରରେ ଉତ୍ତମ ରୋଜଗାର କରି ପାରିବେ । ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ଚାକିରୀ ଜୀବିମାନଙ୍କର ପରିବର୍ତ୍ତନର ଝଲକ ଦୃଶ୍ୟ ହେବ । ବାଦବିବାଦ ଓ ମାଲିମକଦ୍ଦମାର ଅବସାନ ହେବ । ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ ।

ବିଛା ରାଶି : ବ୍ୟବସାୟ କ୍ଷେତ୍ରରେ ପ୍ରସାର, ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ଆୟ ଉତ୍ତମ ଓ ବ୍ୟୟ ହ୍ରାସ ପାଇବା ସହ ଅର୍ଥଲାଭର ଯୋଗ ରହିଛି । ଲୋକ ସମ୍ପର୍କ, ସମାଜ ସେବା, ଧାର୍ମିକ ଅନୁଷ୍ଠାନରେ ଲାଭ ପାଇବେ । ସରକାରୀ କର୍ମଚାରୀ ମାନେ ପ୍ରତିଷ୍ଠାର ଅଧିକାରୀ ହେବେ । ମହିଳା ମାନେ ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ମାଲି ମୋକଦ୍ଦମାରେ ଉତ୍ସାହ ବୃଦ୍ଧି ହେବ । ରାଜନୀତି ସ୍ତରରେ ମୁଣ୍ଡ ଉଚ୍ଚା ରହିବ ।

ଧନୁ ରାଶି : ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ । କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ବ୍ୟବସାୟୀ ମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ । ମହିଳା ମାନେ ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ । ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ଘରୋଇ କର୍ମକ୍ଷେତ୍ରରେ ଉନ୍ନତି ପ୍ରତିଷ୍ଠା, ମାନସମ୍ମାନ ଓ କ୍ଷାତି ବଢ଼ିବ ।

ମକର ରାଶି : ସୁଖ ସମୃଦ୍ଧି ବୃଦ୍ଧି ସହ ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ । ଅଚାନକ ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର ଯୋଗେ ଲାଭ ପାଇବେ । ମୂଲ୍ୟବାନ ସଂଗ୍ରହ ତଥା ନିର୍ମାଣ କ୍ଷେତ୍ରରେ ଅଗ୍ରଗତି ନିମନ୍ତେ ସମର୍ଥ ହୋଇ ପାରିବେ । ପାରିବାରିକ ସୁଖ ସମୃଦ୍ଧିରେ ମୁଖ୍ୟ ଭୂମିକା ତୁଲାଇବେ । ଆର୍ଥିକ ଦିଗରୁ ସୁବିଧା ଜନକ ପରିସ୍ଥିତି ଦେଖାଦେବ । ମାନସିକ ଏକାଗ୍ରତା ବଜାୟ ରହିବ । ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବା ଉଚିତ୍ ।

କୁମ୍ଭ ରାଶି : ଗୁରୁଜନଙ୍କ ଆଶୀର୍ବାଦ ବହୁ କ୍ଷେତ୍ରରେ ସୁରକ୍ଷା ଦେବ । ସମାଜସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରି ପାରିବେ । କର୍ମ କ୍ଷେତ୍ରରେ ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ନ୍ୟାୟମାର୍ଗ ଆପଣଙ୍କର ଭୂଷଣ ହେବ । ମହିଳାମାନେ ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସମାଧାନ କରି ପ୍ରଶଂସିତ ହେବେ । ପ୍ରତିଷ୍ଠା, ପ୍ରତିପତି, ମାନ ସମ୍ମାନ ଓ ଖ୍ଯାତି ବଢ଼ିବ । ବୁଦ୍ଧିମତା କାରଣରୁ ଉତ୍ତମ ରୋଜଗାର କରି ପାରିବେ ଓ ପ୍ରଚୁର ଅର୍ଥ ଲାଭହେବ ।

ମୀନ ରାଶି : ପାରିବାରିକ ଜୀବନରେ ପ୍ରୀତିଲାଭ, ବନ୍ଧୁ ମିଳନ ଓ ଆନନ୍ଦ ଉତ୍ସାହ ବୃଦ୍ଧି ପାଇବ । ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁଁ ନୂତନ ବ୍ୟବସାୟର ଯୋଜନା କରିବେ । ପ୍ରେମ ସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୂରତା ସୃଷ୍ଟି ହେବ । କୌଣସି ବ୍ୟାଙ୍କରୁ ମଧ୍ୟ ଋଣ ପାଇବା ଯୋଗ ଅଛି । ବନ୍ଧୁ ମିତ୍ରଙ୍କ ଠାରୁ ଉପହାର ପ୍ରାପ୍ତି ହେବ । ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ । ଆମ ସହ ଆଗକୁ ରହିବା ପାଇଁ ଆମ ପେଜକୁ ଗୋଟିଏ ଲାଇକ କରନ୍ତୁ ।