ଆଜିର ରାଶିଫଳ, 28 ଅଗଷ୍ଟ 2021, ଶନିବାର, ଶନିଦେବଙ୍କ କୃପା ରହିବ ଏହି ୬ଟି ରାଶି ଉପରେ, ଆର୍ଥିକ ସ୍ଥିତିରେ ହେବ ଉନ୍ନତି

ଦୈନିକ ରାଶିଫଳ ଚନ୍ଦ୍ର ଗ୍ରହର ଗଣନା ଉପରେ ଆଧାରିତ ହୋଇଥାଏ । ଆଜିର ରାଶିଫଳ ବିଷୟରେ କହିବା ସମୟରେ ପାଞ୍ଜିର ଗଣନା ଓ ସଠିକ ଖଗୋଲୀୟର ବିଶ୍ଲେଷଣ କରାଯାଇଥାଏ । ଆମର ଏହି ଦୈନିକ ରାଶିଫଳରେ ସମସ୍ତ ୧୨ଟି ରାଶି ଗୁଡିକ ଭବିଷ୍ୟତ କୁହାଯାଇଥାଏ । ଏହି ରାଶିଫଳକୁ ପଢି ଆପଣ ନିଜର ଦୈନିକ ଯୋଜନାକୁ ସଫଳ କରି ପାରିବେ ।

ଆଜିର ରାଶିଫଳରେ ଆପଣଙ୍କ ପାଇଁ ଚାକିରି, ବ୍ୟାପାର, ପରିବାର ଓ ମିତ୍ରଙ୍କ ସହିତ ସମ୍ବନ୍ଧ, ସ୍ୱାସ୍ଥ୍ୟ ଓ ଦିନସାରା ହେଉଥିବା ଶୁଭ – ଅଶୁଭ ଘଟଣାର ଭବିଷ୍ୟଫଳ ହୋଇଥାଏ । ପଢନ୍ତୁ ଚନ୍ଦ୍ର ରାଶି ଉପରେ ଆଧାରିତ ୨୮ ଅଗଷ୍ଟ ୨୦୨୧ର ଦୈନିକ ରାଶିଫଳ । ସମସ୍ତ ୧୨ଟି ରାଶି ପାଇଁ କେମିତି ରହିବ ଆଜିର ଦିନ । କାହାକୁ ମିଳିବ ଖୁସି ଓ କେଉଁ ରାଶିକୁ ସମସ୍ୟାର ସାମ୍ନା କରିବାକୁ ପଡିପାରେ । ନିଜ ରାଶି ଅନୁସାରେ ଜାଣନ୍ତୁ କଣ କହିଥାଏ ଆଜିର ରାଶିଫଳ ।

୧-ମେଷ

ନୂତନ ଯୋଜନା ପ୍ରସ୍ତୁତ କରି ଆୟ ଉପାର୍ଜ୍ଜନର ବୃଦ୍ଧି ହେବ । ଦାମ୍ପତ୍ୟ ସୁଖରେ ପ୍ରସନ୍ନତା ଅନୁଭୂତି ହେବ । ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ । ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢି ପାରିବେ । ଖେଳ, କୁଦ ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । ଗୃହୋପକରଣ କ୍ରୟ କରିବେ । ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧି ହେବ । ଯାତ୍ରାଫଳରେ ଉତ୍ସାହିତ ହେବେ ।

୨-ବୃଷ

ବ୍ୟବସାୟରେ ଉତ୍ତମ ରୋଜଗାର ହୋଇ ଆଶାତୀତ ଲାଭ ହେବ । ଶେୟର୍ସ, ନିବେଶ ଆଦିରେ ଲାଭ ହେବ । ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ । ମାନସିକ ଚିନ୍ତା ଓ ମନ ବିଚଳିତରୁ ଶାନ୍ତି ଅନୁଭବ କରିବେ । କାମ କାର୍ଯ୍ୟରେ କୌଣସି ନୂତନ ପଦ୍ଧତି ବ୍ୟବହାର କରି ଦୁଇଗୁଣା ଲାଭ ଉଠେଇବେ । କର୍ମ କ୍ଷେତ୍ରରେ ମାନ-ସମ୍ମାନ ସାମାଜିକ ପ୍ରତିଷ୍ଠା, ପ୍ରତିପତ୍ତି ବୃଦ୍ଧି ହେବ । ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବେ । ବିଦ୍ୟାର୍ଥୀଙ୍କ ପାଇଁ ସମୟ ଅତ୍ୟନ୍ତ ଅନୁକୂଳ ହୋଇ ଥିବାରୁ ପ୍ରତିଯୋଗୀତା, ପରୀକ୍ଷା ଓ ପ୍ରତିସ୍ପର୍ଦ୍ଧାର ନିର୍ଣ୍ଣୟ ଆପଣଙ୍କ ସପକ୍ଷରେ ଯିବ ।

୩-ମିଥୁନ

ଛାତ୍ର ଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ । ନୂତନ କର୍ମଆଶାୟୀ ଯୁବକ ଯୁବତୀମାନଙ୍କର ଆଶା ପୂରଣ ହେବ । ଉଚ୍ଚ ଶିକ୍ଷାର ସୁଯୋଗ ପାଇବେ । ପାରିବାରିକ ଜୀବନରେ ଶାନ୍ତି ଆସିବ । ମାଲିମୋକଦ୍ଦମାରେ ବିଜୟ ଲାଭ କରିବେ । ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ନୂତନ କାର୍ଯ୍ୟ କରିବାର ସୁଯୋଗ ପାଇବେ । କର୍ମଚାରୀମାନଙ୍କର ଉପରିସ୍ଥ ଅଧିକାରୀମାନଙ୍କ ସହିତ ସୁ ସମ୍ପର୍କ ସ୍ଥାପନ ହେବ ଓ ସାମାଜିକ ପ୍ରତିଷ୍ଠା ମାନ-ସମ୍ମାନ ବୃଦ୍ଧି ହେବ । ଦୂର ସ୍ଥାନକୁ ଯାତ୍ରା ଯୋଗ ଅଛି । ରାଜନୀତିରେ ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ ।

୪-କର୍କଟ

ଧର୍ମକାର୍ଯ୍ୟରେ ନିୟୋଜିତ ହେବେ । ଆଧ୍ୟାତ୍ମିକ ଊର୍ଜାରେ ମନ ଓତ-ପ୍ରୋତ ରହିବ । କୌଣସି ମହାପୁରୁଷଙ୍କ ଆଦର୍ଶ ଓ ସିଦ୍ଧାନ୍ତକୁ ମନେ ପକାଇବେ । ରାଜନୀତି କ୍ଷେତ୍ରରେ ମଧ୍ୟ ଲୋକପ୍ରିୟତା ବୃଦ୍ଧି ହେବ । କୌଣସି ଶୁଭ ସମାଚାର ଶୁଣିବେ । କାମ-କାର୍ଯ୍ୟ ଓ ଚାକିରୀରେ ଉନ୍ନତି କରିବା ପାଇଁ ବହୁତ ପରିଶ୍ରମ କରିବାକୁ ପଡିବ । ଉନ୍ନତିର ମାର୍ଗ ପ୍ରଶସ୍ତ ହେବ । ସ୍ୱାସ୍ଥ୍ୟ ଭଲ ରହିବ । ପୁରାତନ ଶତୃମାନେ ଦୂରେଇ ଯିବେ । ଭୂମି ବା ଭବନ କ୍ରୟ କରି ପାରିବେ । ଦୂର ଯାତ୍ରା କରି ଲାଭବାନ ହେବେ । ଉଚ୍ଚାଧିକାରୀ ବ୍ୟକ୍ତିମାନେ ପ୍ରସନ୍ନ ରହିବେ । ଅଧା-ଅଧୁରାଥିବା କାର୍ଯ୍ୟ ପୂରଣ ହେବ ।

୫-ସିଂହ

ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ । କୋର୍ଟ-କଚେରୀ ମାମଲା ଓ ବିବାଦ ଆପଣଙ୍କ ସପକ୍ଷରେ ରହିବ । ସନ୍ତାନଙ୍କ ପାଇଁ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇ ପାରେ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ନିଜର ଚତୁରତା ଓ ବିବେକ ହେତୁ ବିପରୀତ ପରିସ୍ଥିତିକୁ ମୁକାବିଲା କରିବେ । ବ୍ୟାପାରରେ ନୂଆ ଅର୍ଡର ବା ଏଗ୍ରୀମେଣ୍ଟ କରିପାରିବେ । ଅସହାୟ ଓ ଦୁର୍ବଳ ଲୋକଙ୍କୁ ସାହାଯ୍ୟ କରିବାକୁ ମନ ବଳାଇବେ । ପରିବାରରେ କୌଣସି ଶୁଭକାର୍ଯ୍ୟ ହେବ । ବ୍ୟାଙ୍କ, ବୀମା, ନିବେଶ ପରି ଆର୍ଥିକ ଗତିବିଧିରେ ବ୍ୟସ୍ତ ରହିବେ ।

୬-କନ୍ୟା

କୀର୍ତ୍ତି ଓ ପ୍ରତିଷ୍ଠାକୁ ସ୍ପର୍ଶ ମଧ୍ୟ କରିପାରିବେ ନାହିଁ । ଅଚାନକ ପରିଣାମରେ ଧନ ପ୍ରାପ୍ତି ହେବାର ସମ୍ଭାବନା ଅଛି । ନିଜର ବ୍ୟବହାର ଓ ଜୀବନ ଶୈଳୀକୁ ମଧ୍ୟ ପରିବର୍ତ୍ତନ କରିବେ । ମାନସିକତାରେ ପରିବର୍ତ୍ତନ ହେବ । ଗୁରୁଜନଙ୍କ ଠାରୁ ଆଶୀର୍ବାଦ ପାଇ ମାଲିମୋକଦ୍ଦମାରେ ଜିତିବେ । ବହୁତ ପଇସା ଇନକମ୍ କରିବେ । ନୂଆ କ୍ୟାରିୟର ଆରମ୍ଭ କରିପାରିବେ । ବିଦ୍ୟାର୍ଥୀଙ୍କ ପାଇଁ ସମୟ ଲାଭପ୍ରଦ ହେବ । ଅଧ୍ୟୟନ, ଶୋଧ, ଅନୁସନ୍ଧାନ, ଧ୍ୟାନ, ପ୍ରାର୍ଥନା ଆଦି ପାଇଁ ସମୟ ଉପଯୁକ୍ତ ଅଟେ । ଶତୃ ଓ ବିରୋଧୀମାନେ ଯେତେ ଚାହିଁଲେ ମଧ୍ୟ ଆପଣଙ୍କର କିଛି ଅହିତ କରିପାରିବେ ନାହିଁ ।

୭-ତୁଳା

ଛାତ୍ରଛାତ୍ରୀମାନେ ପ୍ରତିଯୋଗିତା ମୂଳକ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ ଓ ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ । ଦୂରଯାତ୍ରାରେ ବିବାଦମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା ମଧ୍ୟେ ସମୟ ବିତିବ ଓ ଅର୍ଥାଗମ ଦିଗ ଖୋଲା ରହିବ । ଦୂରଯାତ୍ରା କରିବା ଦ୍ଵାରା ସୁସ୍ଥତା ଅନୁଭବ କରିବେ । ସ୍ଵାସ୍ଥ୍ୟ ସମସ୍ୟା ନେଇ ଖୁସି ରହିବେ । ରାଜନୀତି କ୍ଷେତ୍ରରେ ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ । ବ୍ୟବସାୟରେ କର୍ତ୍ତୁତ୍ଵ ଜାରି ରଖି ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ ।

୮-ବିଚ୍ଛା

ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ । ଏହି ସମୟରେ ସମାନ ବିଚାରଧାରା ଲୋକଙ୍କ ଦରକାର ଅନୁଭବ ହେବ । ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ । ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ପରିବହନରେ ବିଶେଷ ଲାଭବାନ ହେବେ । ପରିବାରର ସାହାଯ୍ୟ ଦ୍ଵାରା ଉନ୍ନତି କରିବେ । ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ । ସମସ୍ତ ସମସ୍ୟାର ସମାଧାନ କରି ସତ୍ୟର ସାମ୍ନା କରିବାକୁ ପଡିବ । ଧାର୍ମିକ ଅନୁଷ୍ଠାନ କାମରେ ପ୍ରଶଂସା ମିଳିବ ।

୯-ଧନୁ

ମହିଳାମାନଙ୍କର କର୍ମ, ବ୍ୟବସାୟରେ କେତେକ କ୍ଷେତ୍ରରେ ଉନ୍ନତିକର ହେବ । ଅଧ୍ୟୟନରେ ଅଧିକ ପରିଶ୍ରମ କରିବା ଆବଶ୍ୟକ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ । ଆମୋଦ-ପ୍ରମୋଦ, କ୍ରିଡା, ଆଡମ୍ବରରେ ଆଗ୍ରହ ବଢିବ । ବ୍ୟକ୍ତିଗତ ସୁଖ, ଦୁଃଖ ତଥା ମନର ଭାବ କେହି ଠିକ୍ ଭାବେ ଠଉରେଇ ପାରିବେ ନାହିଁ । ବ୍ୟବସାୟୀମାନେ ଧୈର୍ଯ୍ୟଧରୀ ପରିଶ୍ରମ ନ କଲେ ବ୍ୟବସାୟକୁ ରକ୍ଷା କରିବା କାଠିକର ପାଠ ହେବ ।

୧୦-ମକର

ପ୍ରପର୍ଟୀ ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ । ବନ୍ଧୁ ମିତ୍ରଙ୍କ ଆଗମନ ହେବ । ସନ୍ତାନ ସମ୍ବନ୍ଧିୟ କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ । ପ୍ରେମୀ ପ୍ରେମିକାଙ୍କ ସାମଞ୍ଜସ୍ୟ ବୃଦ୍ଧି ହେବ । ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ । କୌଣସି ବନ୍ଧୁଙ୍କ ଦ୍ଵାରା ଶୁଭ ସମାଚାର ଶୁଣିବେ । ସ୍ଵାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବେ । ବ୍ୟାପାର ଓ କାମ-କାର୍ଯ୍ୟର ସ୍ଥିତି ବହୁତ ସନ୍ତୋଷଜନକ ହେବ । ସେୟାର ବଜାରରେ ମୁନାଫା ମିଳିବ । ପୁରୁଣା ନିବେଶ ଲାଭ ଦେବ । ଆର୍ଥିକସ୍ଥିତି ସୁଧୁରିବ । ଯଶ ପ୍ରତିଷ୍ଠା ମିଳିବ ।

୧୧-କୁମ୍ଭ

ମହିଳାମାନେ କଠିନ ପରିଶ୍ରମ କରି ପ୍ରଶଂସା ପାଇବେ । ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ । କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ଧାର କରଜ କରିବାକୁ ବାଧ୍ୟ ହେବେ । କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଦେଖାଦେଇ ପାରେ । ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ । ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ । ରାଜନୀତିରେ ସ୍ୱାର୍ଥରକ୍ଷା କରିବାରେ ସମର୍ଥ ହେବେ ।

୧୨-ମୀନ

ଭାବନାର ବଶୀଭୂତ ହୋଇ ଅମିନୀ, ଜାମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ । ସନ୍ତାନର ବିଦ୍ୟାରେ ଉନ୍ନତି ଖବର ପାଇ ଖୁସି ହେବେ । ବାଦବିବାଦ, ମାଲିମୋକଦ୍ଦମାରେ କୃତକାର୍ଯ୍ୟ ହେବେ । ଗୃହୋପକରଣ କ୍ରୟ କରିବେ । ସଂଘର୍ଷ ଦ୍ଵାରା ସଫଳତା ମିଳିବ । ପାରିବାରିକ ଜୀବନ ସୁଖମୟ ହେବ । କୌଣସି ଯୋଜନା କରିବା ପୂର୍ବରୁ ଗଭୀର ଚିନ୍ତା କରନ୍ତୁ । ପରୀକ୍ଷାପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳତା ପାଇବେ । ବିଦ୍ୟା ଓ ଖେଳରେ ପ୍ରଶଂସିତ ହେବେ । ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ ।