ଆଜିର ରାଶିଫଳ, 29 ଅଗଷ୍ଟ 2021, ରବିବାର, ସୂର୍ଯ୍ୟଦେବଙ୍କ ଆଶୀର୍ବାଦ ରହିବ ଏହି ୫ଟି ରାଶି ଉପରେ, ହେବ ଧନଲାଭ

ଦୈନିକ ରାଶିଫଳ ଚନ୍ଦ୍ର ଗ୍ରହର ଗଣନା ଉପରେ ଆଧାରିତ ହୋଇଥାଏ । ଆଜିର ରାଶିଫଳ ବିଷୟରେ କହିବା ସମୟରେ ପାଞ୍ଜିର ଗଣନା ଓ ସଠିକ ଖଗୋଲୀୟର ବିଶ୍ଲେଷଣ କରାଯାଇଥାଏ । ଆମର ଏହି ଦୈନିକ ରାଶିଫଳରେ ସମସ୍ତ ୧୨ଟି ରାଶି ଗୁଡିକ ଭବିଷ୍ୟତ କୁହାଯାଇଥାଏ । ଏହି ରାଶିଫଳକୁ ପଢି ଆପଣ ନିଜର ଦୈନିକ ଯୋଜନାକୁ ସଫଳ କରି ପାରିବେ ।

ଆଜିର ରାଶିଫଳରେ ଆପଣଙ୍କ ପାଇଁ ଚାକିରି, ବ୍ୟାପାର, ପରିବାର ଓ ମିତ୍ରଙ୍କ ସହିତ ସମ୍ବନ୍ଧ, ସ୍ୱାସ୍ଥ୍ୟ ଓ ଦିନସାରା ହେଉଥିବା ଶୁଭ – ଅଶୁଭ ଘଟଣାର ଭବିଷ୍ୟଫଳ ହୋଇଥାଏ । ପଢନ୍ତୁ ଚନ୍ଦ୍ର ରାଶି ଉପରେ ଆଧାରିତ ୨୯ ଅଗଷ୍ଟ ୨୦୨୧ର ଦୈନିକ ରାଶିଫଳ । ସମସ୍ତ ୧୨ଟି ରାଶି ପାଇଁ କେମିତି ରହିବ ଆଜିର ଦିନ । କାହାକୁ ମିଳିବ ଖୁସି ଓ କେଉଁ ରାଶିକୁ ସମସ୍ୟାର ସାମ୍ନା କରିବାକୁ ପଡିପାରେ । ନିଜ ରାଶି ଅନୁସାରେ ଜାଣନ୍ତୁ କଣ କହିଥାଏ ଆଜିର ରାଶିଫଳ ।

୧-ମେଷ

ବନ୍ଧୁ, ମିତ୍ର ଏବଂ ଭାଇ ଭଉଣୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ । ଧର୍ମ କାର୍ଯ୍ୟପ୍ରତି ମନ ବଳାଇ ଦୂର ଯାତ୍ରା କରି ପାରନ୍ତି । ସନ୍ତାନ ପକ୍ଷର ଚିନ୍ତା ଦୂର ହୋଇଯିବ । ନୂତନ ବ୍ୟବସାୟ ଆରମ୍ଭ କଲେ ଲାଭ ହେବ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶୁଖିହେବେ । ସ୍ୱାସ୍ଥ୍ୟ କ୍ଷେତ୍ରରେ ପରିବର୍ତ୍ତନ ଆସିବ । ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁଁ ବ୍ୟବସାୟ କ୍ଷେତ୍ରରେ ଲାଭବାନ୍ ହେବେ । ଆକସ୍ମିକ ଧନ ପ୍ରାପ୍ତି ହେବ । ପରୀକ୍ଷା ପ୍ରତିଯୋଗିତାରେ ଆଶା ମୁତାବକ ଫଳ ପାଇବେ । ପରିବାରର ସଦସ୍ୟଙ୍କ ସହିତ ସୌହାଦ୍ୟ ପୂର୍ଣ୍ଣ ସଂପର୍କ ରହିବ ।

୨-ବୃଷ

ଘରୋଇ କର୍ମକ୍ଷେତ୍ରରେ ଉଚ୍ଚଅଧିକାରୀ ଓ ସହକର୍ମୀଙ୍କ ସହ ବାଦବିବାଦ ମେଣ୍ଟିଯିବ । ରାଜନୀତି କ୍ଷେତ୍ରରେ ଲୋକପ୍ରିୟତା ବୃଦ୍ଧି ହେବ । କାମ-କାର୍ଯ୍ୟରେ ନୂଆ ଏକ୍ସପେରିମେଣ୍ଟ ପ୍ରୟୋଗ କରିପାରିବେ । ମାନସିକ ଦୁଃଶ୍ଚିନ୍ତା ଦୂର ହେବ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ । ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ଲାଭବାନ ହେବେ ଓ ଆର୍ଥିକ ବୃଦ୍ଧି ହେବ । ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ । ସରକାରୀ କର୍ମଚାରୀମାନଙ୍କର କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ ।

୩-ମିଥୁନ

ପାରିବାରିକ କ୍ଷେତ୍ରରେ ଶାନ୍ତି ଶୃଙ୍ଖଳା ଦେଖାଦେବ । ଉଚ୍ଚାଧିକାରି ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ । ସ୍ୱଳ୍ପ ଲାଭ ଦ୍ୱାରା ଆର୍ଥିକ ଉନ୍ନତି ହେବ । ନୂତନ କର୍ମପ୍ରାପ୍ତିର ସୁଯୋଗ ମିଳିବ । କୌଣସି ଶୁଭ ସମାଚାର ଶୁଣିବାକୁ ମିଳିବ । ସ୍ୱାସ୍ଥ୍ୟରେ ଉନ୍ନତି, ଆର୍ଥିକ ଦିଗରୁ ସୁବିଧା ପୈତୃକ ସମ୍ପତ୍ତି ନେଇ ପାରିବାରିକ ଦ୍ୱନ୍ଦର ଅବସାନ ହୋଇପାରେ । ପଦନ୍ନୋତି, ସ୍ଥାନପରିବର୍ତ୍ତନ, ବିନା ପରିଶ୍ରମରେ ଧନପ୍ରାପ୍ତି ହେବ । ଅନ୍ୟର ଉପକାର କରି ପ୍ରଶଂସିତ ହେବେ । ବ୍ୟବସାୟରେ ନୂତନଧାରା ଖୋଲିବେ । ଧର୍ମକାର୍ଯ୍ୟରେ ମତି । ପୁରାତନ ରୋଗର ଉପଶମ ।

୪-କର୍କଟ

ଆତ୍ମବିଶ୍ଵାସ ଓ ମନବଳ ଦୃଢ ହେବ । ବଡ ବଡ ଲୋକଙ୍କ ସହିତ ସମ୍ପର୍କ ସୃଷ୍ଟି ହେବ । ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ । ପାରିବାରିକ ସୁଖ ଶାନ୍ତି ମିଳିବ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ପ୍ରେମ ପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ । ଶୁଭ ସମାଚାର ଶୁଣି ସ୍ଵାସ୍ଥ୍ୟରେ ସୁଧାର ଆସିବ । ଧନ ସମ୍ବନ୍ଧୀୟ ମାମଲାରେ ବିବେକ ଦ୍ଵାରା ବିଚାର କଲେ ସଫଳ ମିଳିବ ଓ ହସ-ଖୁସିରେ ସମୟ ବିତେଇବେ । କୌଣସି ନୂତନ ପ୍ରୋଜେକ୍ଟ ଆରମ୍ଭ କରି ପାରନ୍ତି । ଭବିଷ୍ୟ ଯୋଜନାରେ ଖୁସି ରହିବେ । ନୂତନ ରୋଜଗାର ମିଳିବାର ଉପଯୁକ୍ତ ସମୟ ଅଟେ ।

୫-ସିଂହ

ବିଦ୍ୟାର୍ଥୀଙ୍କ ପାଇଁ ସମୟ ଲାଭପ୍ରଦ ହେବ । ନୂତନ ବନ୍ଧୁଙ୍କ ଆଗମନ ହେବ । ଧର୍ମକାର୍ଯ୍ୟରେ ରୁଚି ବୃଦ୍ଧି ହେବ । ପ୍ରେମୀ-ପ୍ରେମିକାଙ୍କ ସାମଞ୍ଜସ୍ୟ ସୃଷ୍ଟି ହେବ । ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ପୂର୍ଣ୍ଣ ହେବ । କାହାକୁ ଉଧାର ଦେଇଥିବା ବା ଅଟକିଥିବା ଟଙ୍କା ମିଳିଯିବ । ଆଧ୍ୟାତ୍ମିକ ଓ ବୌଦ୍ଧିକ କ୍ଷମତା ପ୍ରାପ୍ତ କରିବେ । ଅଧ୍ୟୟନ, ଅନୁସନ୍ଧାନ, ଧ୍ୟାନ, ପ୍ରାର୍ଥନା ଆଦି ପାଇଁ ସମୟ ଉପଯୁକ୍ତ ଅଟେ । ସନ୍ତାନ ସମ୍ବନ୍ଧୀୟ ଚିନ୍ତା ଦୂର ହୋଇଯିବ । ଆତ୍ମବିଶ୍ଵାସ ଓ ମନବଳ ଦୃଢ ହେବ । ଦୁର୍ବଳ ବା ବୃଦ୍ଧ ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ ହାତ ବଢେଇବେ ।

୬-କନ୍ୟା

ବ୍ୟବସାୟ କ୍ଷେତ୍ରରେ ବହୁତ କଷ୍ଟ ଓ କଠିନ ପରିଶ୍ରମ କଲେ ସଫଳତାପୂର୍ଣ୍ଣ ଫଳ ପ୍ରାପ୍ତ କରିବେ । ଶୁଭ ସମାଚାର ପାଇ ଖୁସିହେବେ । ଜଗିରଖି କଥାବାର୍ତ୍ତା କରିଲେ ପାରିବାରିକସ୍ଥିତି ବଦଳିବ । ସ୍ଵାସ୍ଥ୍ୟରେ ଉନ୍ନତି ହେବ । ଦୂରଯାତ୍ରା କରିଲେ ବହୁତ ଭଲ ହେବ ଓ ଆତ୍ମବିଶ୍ଵାସ ବୃଦ୍ଧି ହେବ । ଭଲ ଚାକିରୀ ମିଳିପାରେ । କାମ-କାର୍ଯ୍ୟରେ ଗମ୍ଭୀରତା ସହ ଧ୍ୟାନ ଦେବେ । କର୍ମକ୍ଷେତ୍ରରେ ମାନ-ସମ୍ମାନ, ଯଶ, କୀର୍ତ୍ତି ବୃଦ୍ଧି ହେବା ସହ ବୋନସ୍ ଏବଂ ପଦୋନ୍ନତି ଆଦି ମିଳିବାର ସମ୍ଭାବନା ଅଛି । ବିଦ୍ୟାର୍ଥୀମାନଙ୍କୁ ଶୁଭ-ସୂଚନା ପ୍ରାପ୍ତ ହେବ ।

୭-ତୁଳା

କୌଣସି ଅଚିହ୍ନା ବ୍ୟକ୍ତି ସାହାଯ୍ୟ କରିବେ । ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ବ୍ୟବସାୟରେ ନୂତନ ଯୋଜନା ପ୍ରସ୍ତୁତ କରି ଲାଭବାନ ହେବେ । କର୍ମଚାରୀମାନେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ସ୍ୱାସ୍ଥ୍ୟ ସ୍ଥିତି ମଧ୍ୟମ ରହିବ । ପ୍ରେମ-ପ୍ରସଙ୍ଗରେ ଭୁଲ୍ ବୁଝାମଣାର ନିରାକରଣ ହେବ । ଭାଗୀଦାର ବା ମିତ୍ରଙ୍କ ସହିତ ଲାଗିଥିବା ବିବାଦ ଦୂର ହେବ । କୌଣସି ବରିଷ୍ଠ ରାଜନେତାଙ୍କ ସାହାଯ୍ୟ ପାଇବେ । ଯଶ କୀର୍ତ୍ତିରେ ଉନ୍ନତି ହେବ । ଶତୃଙ୍କ ସହିତ ମୁକାବିଲା କରି ପାରିବେ । ସମସ୍ତ କାର୍ଯ୍ୟର ସମସ୍ୟା ସମାଧାନ ହୋଇଯିବ ।

୮-ବିଚ୍ଛା

ବ୍ୟବସାୟ ପାଇଁ ଦୂରଯାତ୍ରା କରି ମନ ଖୁସି ରହିବ । ପାରିବାରିକ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ ଓ ଶୁଭ ସୂଚନା ମଧ୍ୟ ପାଇବେ । ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ । ଖେଳ, କୁଦ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । ସନ୍ତାନମାନଙ୍କ ଉନ୍ନତି ପାଇଁ ଆନନ୍ଦିତ ହେବେ । ମନରେ ଭୟ ଆଶଙ୍କା, ଶାରୀରିକ ଅସୁସ୍ଥତା ଦୂରେଇଯିବ । ପ୍ରେମ-ପ୍ରସଙ୍ଗ ଓ ଗୁପ୍ତ ସମ୍ପର୍କକୁ ବନ୍ଧୁମାନେ ବାହାରକୁ ପ୍ରକାଶ କରି ପାରନ୍ତି । ଜ୍ୟୋତିଷ, ତନ୍ତ୍ର-ମନ୍ତ୍ର, ଧାର୍ମିକ ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ । ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ ।

୯-ଧନୁ

ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷାକରି ପ୍ରଶଂସିତ ହେବେ । ରାଜନୀତିରେ କୃତକାର୍ଯ୍ୟ ହେବେ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ଉପରିସ୍ଥଙ୍କ ଶ୍ରଦ୍ଧାଭାଜନ ହେଲେ ମଧ୍ୟ ଅଧସ୍ତନଙ୍କ ଈର୍ଷା ଓ ଅସହିଷ୍ଣୁତାର ଶିକାର ହୋଇ ପାରନ୍ତି । ପରୀକ୍ଷା ପ୍ରତିଯୋଗିତା, ବାଦବିବାଦ ଓ ମାଲିମୋକଦ୍ଦମାରେ ସଫଳତା ମିଳିବ । ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ପରାଧୀନତା ବେଡିରେ ଶୃଙ୍ଖଳିତ ହୋଇ ମଧ୍ୟ ନିଜସ୍ଵ ପ୍ରତିଭା ପ୍ରଦର୍ଶନର ସୁଯୋଗ ପାଇବେ । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ । ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ ।

୧୦-ମକର

କର୍ମକ୍ଷେତ୍ରରେ ନିଜର ପ୍ରତିପତ୍ତି ବିସ୍ତାର କରି ପାରିବେ । ମହିଳାମାନେ ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ । ଶରୀର ସୁସ୍ଥ ରହିବ । ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ । ବ୍ୟବସାୟରେ ବନ୍ଧୁ ମିତ୍ରଙ୍କ ସାହାଯ୍ୟରେ ବାକି ପଡ଼ିଥିବା ଅର୍ଥ ପ୍ରାପ୍ତି ହେବ । କର୍ମନିଯୁକ୍ତି କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂରଣ ହେବ । ପୁରାତନ ରୋଗର ପ୍ରକୋପ ହ୍ରାସ ହେବାଫଳରେ ମନଶାନ୍ତ ରହିବ ।

୧୧-କୁମ୍ଭ

ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚ ପ୍ରଶଂସିତ ହେବେ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେବେ । ଜନସେବାକରି ଯଶ, ମାନ, ପ୍ରତିଷ୍ଠାର ଅଧିକାରୀ ହେବେ । ଶିକ୍ଷାକ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । କର୍ମକ୍ଷେତ୍ରରେ ଦାୟିତ୍ଵ ବଢିବା ସହ ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ । ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ । ମହିଳାମାନେ ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣାତାକୁ ମୁଖ୍ୟ କରି ହସଖୁସିରେ ଚଳିବେ ।

୧୨-ମୀନ

ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ରାଜନୀତି କ୍ଷେତ୍ରରେ ଯଶମାନ ବୃଦ୍ଧିହେବ । ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ବିଜୟୀ ହେବେ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ ଓ ପରିସ୍ଥିତିରେ ଉନ୍ନତି ଘଟିବ । ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । କର୍ମକ୍ଷେତ୍ରରେ ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚ ସମ୍ମାନ ପାଇବେ । ନୁତନ କାର୍ଯ୍ୟ ନିର୍ଦ୍ୱୋନ୍ଦରେ ଆଗେଇ ନେବେ । ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ । କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ ।