ଆଜିର ରାଶିଫଳ, 3 ମେ 2022, ମଙ୍ଗଳବାର, ବଜରଙ୍ଗବଲିଙ୍କ କୃପା ରହିବ ଏହି ୫ଟି ରାଶି ଉପରେ, ଆର୍ଥିକ ସ୍ଥିତିରେ ହେବ ଉନ୍ନତି

ଦୈନିକ ରାଶିଫଳ ଚନ୍ଦ୍ର ଗ୍ରହର ଗଣନା ଉପରେ ଆଧାରିତ ହୋଇଥାଏ । ଆଜିର ରାଶିଫଳ ବିଷୟରେ କହିବା ସମୟରେ ପାଞ୍ଜିର ଗଣନା ଓ ସଠିକ ଖଗୋଲୀୟର ବିଶ୍ଲେଷଣ କରାଯାଇଥାଏ । ଆମର ଏହି ଦୈନିକ ରାଶିଫଳରେ ସମସ୍ତ ୧୨ଟି ରାଶି ଗୁଡିକ ଭବିଷ୍ୟତ କୁହାଯାଇଥାଏ । ଏହି ରାଶିଫଳକୁ ପଢି ଆପଣ ନିଜର ଦୈନିକ ଯୋଜନାକୁ ସଫଳ କରି ପାରିବେ ।

ଆଜିର ରାଶିଫଳରେ ଆପଣଙ୍କ ପାଇଁ ଚାକିରି, ବ୍ୟାପାର, ପରିବାର ଓ ମିତ୍ରଙ୍କ ସହିତ ସମ୍ବନ୍ଧ, ସ୍ୱାସ୍ଥ୍ୟ ଓ ଦିନସାରା ହେଉଥିବା ଶୁଭ – ଅଶୁଭ ଘଟଣାର ଭବିଷ୍ୟଫଳ ହୋଇଥାଏ । ପଢନ୍ତୁ ଚନ୍ଦ୍ର ରାଶି ଉପରେ ଆଧାରିତ ୩ ମେ ୨୦୨୨ର ଦୈନିକ ରାଶିଫଳ । ସମସ୍ତ ୧୨ଟି ରାଶି ପାଇଁ କେମିତି ରହିବ ଆଜିର ଦିନ । କାହାକୁ ମିଳିବ ଖୁସି ଓ କେଉଁ ରାଶିକୁ ସମସ୍ୟାର ସାମ୍ନା କରିବାକୁ ପଡିପାରେ । ନିଜ ରାଶି ଅନୁସାରେ ଜାଣନ୍ତୁ କଣ କହିଥାଏ ଆଜିର ରାଶିଫଳ ।

୧-ମେଷ

ପରୋପକାର ବା ଲୋକକଲ୍ୟାଣ କାମରେ ବ୍ୟସ୍ତ ରହିବେ । ଗୃହ ସମସ୍ୟାରେ ଜଡିତ ଥିଲେ ମଧ୍ୟ ଅନ୍ୟକାର୍ଯ୍ୟରେ ଧ୍ୟାନ ରଖିବାକୁ ହେବ । ନୈତିକତା ହିସାବରୁ ଆପଣ ବହୁତ ଉଚ୍ଚରେ ରହିବେ । ଅଧ୍ୟୟନ, ଅନୁସନ୍ଧାନ, ଲେଖନ ଆଦି କାର୍ଯ୍ୟ ଆରମ୍ଭ କରିପାରିବେ । ପରିଶ୍ରମର ପୁରା ଲାଭ ମିଳିବ । ଆଶାକରିଥିବା ଦିଗରୁ ଅର୍ଥପ୍ରାପ୍ତି ହେବ । ପ୍ରକାଶନ, ପ୍ରଶାସନ, ଆଇନ ଅଦାଲତ, ସଭାସମିତି ଓ ଆମଦାନୀ ବାଣିଜ୍ୟ କ୍ଷେତ୍ରରେ ଉପକୃତ ହେବେ । ମହିଳାମାନଙ୍କୁ ପାରିବାରିକ କ୍ଷେତ୍ରରୁ ମଧ୍ୟ ପ୍ରଶଂସା ମିଳିବ । ବିଦ୍ୟାକ୍ଷେତ୍ରରେ ପ୍ରଶଂସିତ ହେବେ । ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ ।

୨-ବୃଷ

ଶୁଭ ସମାଚାର ଶୁଣି ମାନସିକ ଚିନ୍ତା ଦୂର ହେବ । ପୁରୁଣା ବନ୍ଧୁଙ୍କ ସହାୟତାରେ ଆର୍ଥିକସ୍ଥିତି ବଦଳିବ । ମିତ୍ର ସହଯୋଗୀମାନେ ସାହାଯ୍ୟ ସହଯୋଗ କରିବେ । ପିକ୍ଚର, ପାର୍ଟି ବା କୌଣସି ସମାରୋହ ଆଦିରେ ଭାଗ ନେଇପାରନ୍ତି । ଶତୃ ଓ ବିରୋଧୀମାନେ ଦୂରେଇଯିବେ । ଘରର ଗୁରୁଜନ ବା ମାତା-ପିତାଙ୍କୁ ସମ୍ମାନ ଦେଲେ ତାଙ୍କର ଆଶୀର୍ବାଦରେ ଆପଣଙ୍କର ବିକାଶ ହେବ । ମହିଳାମାନେ ଦୁଃଶ୍ଚିନ୍ତା ମଧ୍ୟରେ ସମୟ କଟାଇବେ । ବିଦ୍ୟାର୍ଥୀମାନେ ମାନସିକ ଚିନ୍ତାରେ ପଡ଼ିବେ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ପ୍ରତିକାର:- ଷଣ୍ଢକୁ ଖାଦ୍ୟ ଦିଅନ୍ତୁ ।

୩-ମିଥୁନ

ପ୍ରେମୀ-ପ୍ରେମିକାଙ୍କ ସମ୍ପର୍କ ସ୍ଥାପିତ ହେବ । ଗୁରୁଜନଙ୍କ ଆଶୀର୍ବାଦ ମିଳିବ । ଆଧ୍ୟାତ୍ମିକ ଓ ବୌଦ୍ଧିକ କ୍ଷେତ୍ରରେ ଦୃଢତା ପ୍ରାପ୍ତ କରିବେ । ବ୍ୟାପାରରେ ନୂଆ ଅର୍ଡର ବା ଏଗ୍ରୀମେଣ୍ଟ କରିପାରିବେ । ଯେଉଁ କାମରେ ହାତଦେବେ ତାହା ନିର୍ବିଘ୍ନରେ ସମାପନ ହେବ । ଆନୁଷ୍ଠାନିକ କାମ, ଜମିଜମା, ଗାଡ଼ି ମୋଟର, ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ମାନସିକତା ଅକ୍ଷୁର୍ଣ୍ଣ ରହିବ । ବନ୍ଧୁଙ୍କଠାରୁ ସାହାଯ୍ୟର ପ୍ରତିଶୃତି ପାଇ ମାନସିକଶାନ୍ତି ପାଇବେ । କୋର୍ଟ କଚେରି ମାମଲାର ଶୁଣାଣି ହେବ । ବିଦ୍ୟାର୍ଥୀମାନେ ଆନନ୍ଦିତ ହେବେ । ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ ।

୪-କର୍କଟ

ପରିବହନ ବ୍ୟବସାୟରେ ଆଶାଜନକ ସଫଳତା ହାସଲ କରିବେ । ବିଦ୍ୟାର୍ଥୀମାନେ ଆନନ୍ଦିତ ହେବେ । ରାଜନୀତିରେ ସଫଳହେବେ । ନୂଆ ଲକ୍ଷ ନିର୍ଦ୍ଧାରିତ କରି ତାହାର ପ୍ରାପ୍ତି ପାଇଁ ପ୍ରଯତ୍ନଶୀଳ ହେବେ । ପ୍ରଭାବଶାଳୀ ବ୍ୟକ୍ତିଙ୍କ ସାନ୍ନିଧ୍ୟ ପ୍ରାପ୍ତ ହେବ । ସମସ୍ତ କାମ ନିର୍ବିଘ୍ନରେ ସମ୍ପନ୍ନ ହୋଇଯିବ । ବ୍ୟବସାଇକ ଯାତ୍ରା କରିବା ଦ୍ଵାରା ଧନ ଲାଭ ହେବାର ସମ୍ଭାବନା ଅଛି । ନୂତନକର୍ମାରମ୍ଭ ଓ ବିନ୍ଧୁମିଳନ ହେତୁ ନୂଆଉତ୍ସାହନେଇ କାମ କରିବେ । ପ୍ରତ୍ୟେକକ୍ଷେତ୍ରରେ କେବଳ କୌଶଳପୂର୍ଣ୍ଣ କଥାକହିବା ଦ୍ୱାରା କାମହାସଲ କରି ପାରିବେ । ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ ।

୫-ସିଂହ

ପଡୋଶୀଙ୍କ ସହିତ ଲାଗିଥିବା ବିବାଦ ଦୂର ହେବ । ଧର୍ମ କାର୍ଯ୍ୟ ଓ ଶୁଭ କାର୍ଯ୍ୟରେ ଯୋଗଦାନ କରି କିଛି ଅର୍ଥ ମଧ୍ୟ ବ୍ୟୟ କରିପାରନ୍ତି । ଗୃହାପୋକରଣ ନୂତନ ଦ୍ରବ୍ୟ କ୍ରୟ କରିବେ । ବ୍ୟାପାରରେ କୌଣସି ନୂଆ କାମ, ଏଗ୍ରୀମେଣ୍ଟ ବା ନୂଆ ଅର୍ଡର ମିଳିପାରେ । ସମସ୍ତ ସମସ୍ୟା ଶାନ୍ତିପୂର୍ବକ ଢଙ୍ଗରେ ସମାଧାନ କରିପାରିବେ ଓ କଷ୍ଟରୁ ମୁକ୍ତି ପାଇବେ । ସଭାସମିତି, କଳା, କ୍ରୀଡ଼ା, ସଙ୍ଗୀତ ତଥା ନୂତନବନ୍ଧୁ ସମ୍ପର୍କ ସ୍ଥାପନ କ୍ଷେତ୍ରରେ ଆଶାନୁଯାୟୀ ଫଳ ପାଇବେ । ସାଙ୍ଗଠନିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିବ । ପ୍ରତିକାର:- ଗୋମାତାଙ୍କୁ ଖାଦ୍ୟ ଦିଅନ୍ତୁ ।

୬-କନ୍ୟା

ଗୁରୁଜନଙ୍କ ଠାରୁ ଆଶୀର୍ବାଦ ପାଇ ମାଲିମୋକଦ୍ଦମାରେ ଜିତିବେ । ବହୁତ ପଇସା ଇନକମ୍ କରିବେ । କାମ-କାର୍ଯ୍ୟରେ ଗମ୍ଭୀରତାରେ ଧ୍ୟାନ ଦେବେ । କର୍ମ କ୍ଷେତ୍ରରେ ବୋନସ୍ ଏବଂ ପଦୋନ୍ନତି ଆଦି ମିଳିବାର ସମ୍ଭାବନା ଅଛି । ଭଲ ଚାକିରୀ ମଧ୍ୟ ମିଳିବ । ମାନ-ସମ୍ମାନ, ଯଶ, କୀର୍ତ୍ତିରେ ବୃଦ୍ଧି ହେବ । କର୍ମକ୍ଷେତ୍ରରେ ବହୁତ ଗୁଡିଏ କାମ ହାତକୁ ନେଇ ବ୍ୟସ୍ତ ହେବେ । କଳା, ସାହିତ୍ୟକ୍ଷେତ୍ରରୁ ସୁଫଳ ଓ ଆନନ୍ଦ ମିଳିବ । ମହିଳାମାନଙ୍କ କର୍ମକ୍ଷେତ୍ର ସମସ୍ୟା ଦୂର ହୋଇଯିବ । ସତସଙ୍ଗ ଓ ମନୋରଞ୍ଜନ, କ୍ରୀଡ଼ା କାମରୁପ୍ରଶଂସିତହେବେ । ପ୍ରତିକାର- ଅସହାୟ ବୃଦ୍ଧଙ୍କୁ ଖାଦ୍ୟ ଦିଅନ୍ତୁ ।

୭-ତୁଳା

ସ୍ଥିର ସ୍ଵଭାବ ଏବଂ ମଧୁରଭାଷି ହେତୁ ଲାଭକୁ ଦ୍ଵିଗୁଣା ବଢେଇପାରିବେ । ଅତିରିକ୍ତ ଆୟର ମଧ୍ୟ ସମ୍ଭାବନା ଅଛି । ଆନ୍ତରିକଶକ୍ତି ଓ ଆତ୍ମବଳ ଦ୍ଵାରା ଆଗକୁ ବଢିବାରେ ସକ୍ଷମ ହେବେ । ମାନସିକଶାନ୍ତି ଅନୁଭବ କରିବେ । ଡାକଦ୍ଵାରା କୌଣସି ମହତ୍ଵପୂର୍ଣ୍ଣ ସୂଚନା ବା ସନ୍ଦେଶ ପ୍ରାପ୍ତ ହେବାର ସମ୍ଭାବନା ଅଛି । ଆନୁଷ୍ଠାନିକ କାମ, ଗୃହସୀମା, ଜମିଜମା, ଗାଡ଼ି ମୋଟର, ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ମାନସିକତା ଅକ୍ଷୁର୍ଣ୍ଣ ରହିବ । ବନ୍ଧୁଙ୍କଠାରୁ ସାହାଯ୍ୟର ପ୍ରତିଶୃତି ପାଇ ମାନସିକଶାନ୍ତି ପାଇବେ । ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ ।

୮-ବିଚ୍ଛା

ବିଦ୍ୟାର୍ଥୀମାନଙ୍କୁ ଶୁଭ-ସୂଚନା ପ୍ରାପ୍ତ ହେବ । ଚାକିରୀକ୍ଷେତ୍ରରେ ବହୁତ କଷ୍ଟ ଓ କଠିନ ପରିଶ୍ରମ କଲେ ସଫଳତାପୂର୍ଣ୍ଣ ଫଳ ପ୍ରାପ୍ତ କରିବେ । ଶୁଭ ସମାଚାର ପାଇ ଖୁସିହେବେ । ଜଗିରଖି କଥାବାର୍ତ୍ତା କରିଲେ ପାରିବାରିକସ୍ଥିତି ବଦଳିବ । ସ୍ଵାସ୍ଥ୍ୟରେ ଉନ୍ନତି ହେବ । ଦୂରଯାତ୍ରା କରିଲେ ବହୁତ ଭଲ ହେବ ଓ ଆତ୍ମବିଶ୍ଵାସ ବୃଦ୍ଧି ହେବ । ଶାରୀରିକସୁସ୍ଥତା ଅନୁଭବ କରିବେ । ବନ୍ଧୁ ପରିଜନଙ୍କ ସ୍ନେହ, ଶ୍ରଦ୍ଧା ପାଇବେ । କେତେକ ସାଧାରଣ ଘଟଣାକୁ କେନ୍ଦ୍ରକରି ପରିବାରରେ ଉପୁଜିଥିବା ବିବାଦ ମେଣ୍ଟିଯିବ । ପ୍ରତିକାର:-ଅସହାୟଙ୍କର ସେବା କରନ୍ତୁ ।

୯-ଧନୁ

ବିଦ୍ୟାର୍ଥୀଙ୍କ ପାଇଁ ସମୟ ଲାଭପ୍ରଦ ହେବ । ଅଧ୍ୟୟନ, ଶୋଧ, ଅନୁସନ୍ଧାନ, ଧ୍ୟାନ, ପ୍ରାର୍ଥନା ଆଦି ପାଇଁ ସମୟ ଉପଯୁକ୍ତ ଅଟେ । ଚାକିରିରେ ସ୍ଥାନାନ୍ତର ଭୟ ରହିବ । ପରିବାରର ଅନ୍ୟ ସଦସ୍ୟଙ୍କ ପ୍ରତି ସମ୍ବନ୍ଧ ସୁଦୃଢ ହେବ । ମନୋରଞ୍ଜନ ଓ ହସ-ଖୁସିରେ ସମୟ ବ୍ୟତୀତ ହେବ । କ୍ରୋଧିତ ହେଲେ ତିଆରି କରିଥିବା କାର୍ଯ୍ୟରେ ସଫଳ ହେବେ ନାହିଁ । କୌଣସି କାଗଜରେ ନପଢି ନବୁଝି ଦସ୍ତଖତ କରିବେ ନାହିଁ । ନୂଆ କ୍ୟାରିୟର ଆରମ୍ଭ କରିପାରିବେ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ । ପ୍ରତିକାର:- ଗୋମାତାର ସେବାକରିବା ଆବଶ୍ୟକ ।

୧୦-ମକର

ସନ୍ତାନ ସମ୍ବନ୍ଧୀୟ ଚିନ୍ତା ଦୂର ହୋଇଯିବ । ନୂତନବନ୍ଧୁଙ୍କ ଆଗମନ ହେବ । ଦୁର୍ବଳ ବା ବୃଦ୍ଧ ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ ହାତ ବଢେଇବେ । କଳା, ସାହିତ୍ୟକ୍ଷେତ୍ରରୁ ସୁଫଳ ଓ ଆନନ୍ଦ ମିଳିବ । ମହିଳାମାନଙ୍କ କର୍ମକ୍ଷେତ୍ର ସମସ୍ୟା ଦୂର ହୋଇଯିବ । କର୍ମକ୍ଷେତ୍ରରେ ବହୁତ ଗୁଡିଏ କାମ ହାତକୁ ନେଇ ବ୍ୟସ୍ତ ହେବେ । ବ୍ୟବସାୟ ପାଇଁ ଆଖପାଖକୁ ଯାତ୍ରା କରି କଷ୍ଟ ଅନୁଭବ କରିବେ । ବହୁତ ପରିଶ୍ରମ କଲେ ବ୍ୟବସାୟ ବୃଦ୍ଧି ହେବ । କାମ-କାର୍ଯ୍ୟରେ ନୂଆ ଏକ୍ସପେରିମେଣ୍ଟ ପ୍ରୟୋଗ କରିପାରିବେ । ପ୍ରତିକାର- ଗୁଡ ରୁଟି ଗାଈକୁ ଖାଇବାକୁ ଦିଅନ୍ତୁ ।

୧୧-କୁମ୍ଭ

ଶତୃ ଓ ବିରୋଧୀମାନେ ଯେତେ ଚାହିଁଲେ ମଧ୍ୟ ଆପଣଙ୍କର କିଛି ଅହିତ କରିପାରିବେ ନାହିଁ । କୀର୍ତ୍ତି ଓ ପ୍ରତିଷ୍ଠାକୁ ସ୍ପର୍ଶ ମଧ୍ୟ କରିପାରିବେ ନାହିଁ । ଅଚାନକ ପରିଣାମରେ ଧନ ପ୍ରାପ୍ତି ହେବାର ସମ୍ଭାବନା ଅଛି । ନିଜର ବ୍ୟବହାର ଓ ଜୀବନ ଶୈଳୀକୁ ମଧ୍ୟ ପରିବର୍ତ୍ତନ କରିବେ । ମାନସିକତାରେ ପରିବର୍ତ୍ତନ ହେବ । ନୂତନ ଦ୍ରବ୍ୟ କ୍ରୟ କରିବେ । ମହିଳାମାନେ ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବାରେ ପ୍ରଯତ୍ନ କରିବେ । ବିଦ୍ୟାରେ ଉନ୍ନତି ହେବ । ରାଜ ନୀତିରେ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ ଓ ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ ।

୧୨-ମୀନ

ଜମି, ଯାନବାହାନ, ସମ୍ପତ୍ତି କ୍ରୟ ଓ ବିକ୍ରୟ କରିପାରିବେ । ଚାକିରିରେ କୌଣସି ମହତ୍ଵପୂର୍ଣ୍ଣ କାର୍ଯ୍ୟ ନିଜ ହାତକୁ ନେବେ ଓ ସ୍ଥାନାନ୍ତରର ଭୟ ମଧ୍ୟ ରହିବ । ପୈତୃକ ସମ୍ପତ୍ତି ସମ୍ବନ୍ଧୀୟ ମାମଲା ସମସ୍ୟା ଦୂର ହେବ । ମାଙ୍ଗଳିକ କାର୍ଯ୍ୟରେ ଯୋଗ ଦେବେ । ପାରିବାରିକ କ୍ଷେତ୍ରରେ ସାହାଯ୍ୟ ଓ ସହଯୋଗ ମାନସିକ ସ୍ଥିତିକୁ ମଜଭୁତ୍ କରିବ । ଆର୍ଥିକ ସ୍ୱଚ୍ଛଳତା ଫେରିପାଇବେ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ପୁରାତନ ରୋଗର ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ । ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ବିଭିନ୍ନ ଆଡୁ ଲାଭ ପାଇବେ । ପ୍ରତିକାର- ଗାଈକୁ ଖାଇବାକୁ ଦେବେ ।