ଆଜିର ରାଶିଫଳ, 4 ଅକ୍ଟୋବର 2021, ସୋମବାର, ମହାଦେବଙ୍କ ଆଶୀର୍ବାଦ ରହିବ ଏହି ୬ଟି ରାଶି ଉପରେ, ହେବ ଧନଲାଭ

ଦୈନିକ ରାଶିଫଳ ଚନ୍ଦ୍ର ଗ୍ରହର ଗଣନା ଉପରେ ଆଧାରିତ ହୋଇଥାଏ । ଆଜିର ରାଶିଫଳ ବିଷୟରେ କହିବା ସମୟରେ ପାଞ୍ଜିର ଗଣନା ଓ ସଠିକ ଖଗୋଲୀୟର ବିଶ୍ଲେଷଣ କରାଯାଇଥାଏ । ଆମର ଏହି ଦୈନିକ ରାଶିଫଳରେ ସମସ୍ତ ୧୨ଟି ରାଶି ଗୁଡିକ ଭବିଷ୍ୟତ କୁହାଯାଇଥାଏ । ଏହି ରାଶିଫଳକୁ ପଢି ଆପଣ ନିଜର ଦୈନିକ ଯୋଜନାକୁ ସଫଳ କରି ପାରିବେ ।

ଆଜିର ରାଶିଫଳରେ ଆପଣଙ୍କ ପାଇଁ ଚାକିରି, ବ୍ୟାପାର, ପରିବାର ଓ ମିତ୍ରଙ୍କ ସହିତ ସମ୍ବନ୍ଧ, ସ୍ୱାସ୍ଥ୍ୟ ଓ ଦିନସାରା ହେଉଥିବା ଶୁଭ – ଅଶୁଭ ଘଟଣାର ଭବିଷ୍ୟଫଳ ହୋଇଥାଏ । ପଢନ୍ତୁ ଚନ୍ଦ୍ର ରାଶି ଉପରେ ଆଧାରିତ ୪ ଅକ୍ଟୋବର ୨୦୨୧ର ଦୈନିକ ରାଶିଫଳ । ସମସ୍ତ ୧୨ଟି ରାଶି ପାଇଁ କେମିତି ରହିବ ଆଜିର ଦିନ । କାହାକୁ ମିଳିବ ଖୁସି ଓ କେଉଁ ରାଶିକୁ ସମସ୍ୟାର ସାମ୍ନା କରିବାକୁ ପଡିପାରେ । ନିଜ ରାଶି ଅନୁସାରେ ଜାଣନ୍ତୁ କଣ କହିଥାଏ ଆଜିର ରାଶିଫଳ ।

୧-ମେଷ

ବିଦେଶ ଯାତ୍ରାରେ ଲାଭ ପାଇବେ । ଅଧ୍ୟୟନ, ଅଧ୍ୟାପନ, ଓ ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ । ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ । ସହକର୍ମୀ ମାନଙ୍କ ସହ ଶତ୍ରୁତାର ଅବସାନ ଘଟିବ । ଶତୃମାନଙ୍କୁ ମୁକାବିଲା କରିପାରିବେ । ଧନ, ଧାନ୍ୟ, ଐଶ୍ଚର୍ଯ୍ୟ, ମାନସମ୍ମାନ ତଥା ପରାକ୍ରମର ବୃଦ୍ଧି ହେବ । ବ୍ୟବସାୟୀ ମାନେ ଆମଦାନୀ ରପ୍ତାନି କ୍ଷେତ୍ରରେ ପରିଶ୍ରମ କରି ଲାଭବାନ ହେବେ ଓ ବକେୟା ଅର୍ଥ ଆଦାୟ ହେବ । ମାନସିକ ବିଷାଦ, ଦାମ୍ପତ୍ୟ କଳହ, ଭୟ ଆଶଙ୍କା ଦୂରେଇଯିବ ।

୨-ବୃଷ

ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ । ଆର୍ଥିକ ସନ୍ତୁଳନ ସୁରକ୍ଷିତ ହେବା କାରଣରୁ ବିପର୍ଜ୍ୟସ୍ତ ଅର୍ଥନୀତିର ବିପଦରୁ ମୁକ୍ତ ହେବେ । ବହୁତ ଦିନରୁ ରଖିଥିବା ଧନ ଭିନ୍ନ ବାଟରେ ଖର୍ଚ୍ଚ ହୋଇଯିବ । ଘର ପରିବାରରେ କୌଣସି ଖୁସି ପ୍ରସଙ୍ଗ ଆସିବା ଫଳରେ ମନ ପ୍ରଫୁଲ୍ଲିତ ରହିବ । ବେମାର, ବୃଦ୍ଧଜନ ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ । ଆଧ୍ୟାତ୍ମିକ ବା ଧାର୍ମିକ କ୍ଷେତ୍ରରେ ବ୍ୟସ୍ତ ରହିବେ । ସହକର୍ମୀ କେହି ଇର୍ଷାତୁର ହେଲେବି କ୍ଷତିକାରୀ ହେବେ ନାହିଁ ।

୩-ମିଥୁନ

ନୂତନ ଜ୍ଞାନର ବୃଦ୍ଧି ହେବ । ପ୍ରେମୀ-ପ୍ରେମିକାଙ୍କ ଉନ୍ନତି ପାଇଁ ପ୍ରୟାସରତ ହେବେ । ସନ୍ତାନର ଖୁସି ଓ ସୁରକ୍ଷିତ ଅନୁଭବ କରିବେ । ରାଜନୀତି କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ଓ ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ । ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହୋଇ ପାରେ । ପାରିବାରିକ ସ୍ତରରେ ସ୍ଵାର୍ଥ ପ୍ରବୃତ୍ତିର ଅଧୀନ ହୋଇ ସମ୍ପର୍କର ମଧୁର ସ୍ଵାଦ ଅନୁଭବ କରିବେ । ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ । କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । କର୍ମକ୍ଷେତ୍ରରେ ଟେନସନ ଦୂର ହେବ ।

୪-କର୍କଟ

କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ଆଗ୍ରହ ବଢିବ । ବାଦବିବାଦ, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ଅପେକ୍ଷା କରିଥିବା କାମର ଶୁଭ ସୂଚନା ପାଇବେ । ବ୍ୟବସାୟ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବନାହିଁ । ପ୍ରତ୍ୟେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥାକହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ ।

୫-ସିଂହ

ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ବ୍ୟବସାୟୀମାନଙ୍କର କାରବାର ବଢିବ । ରାଜନୀତିରେ ଲୋକ ସମ୍ପର୍କ ବୃଦ୍ଧି ହେବ । ମାନସିକ ସ୍ୱାସ୍ଥ୍ୟ ବ୍ୟବସ୍ଥିତ ରହିବ । ମହିଳାମାନେ ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ । ପରୀକ୍ଷା, ପ୍ରତି ଯୋଗୀତାରେ ବିଜୟୀ ହେବେ । କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ଫଳରେ ପ୍ରଶଂସିତ ହେବେ । ବନ୍ଧୁବାନ୍ଧବଙ୍କ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ । ଅନେକ ସୁଯୋଗ ହାତପାହାନ୍ତାରେ ପହଞ୍ଚିବ । ଭାତୃ ବିବାଦ, ଜମି ବାଡି ଓ ଘର ଜାଗା ନେଇଥିବା ଦ୍ଵନ୍ଦର ସମାଧାନ ହେବ ।

୬-କନ୍ୟା

ବ୍ୟବସାୟ ବୃଦ୍ଧି କିମ୍ବା ନୂଆ ଯୋଜନା ଅନୁସାରେ କାର୍ଯ୍ୟ କରିବେ । ସ୍ଥଗିତ ଥିବା ଧନପ୍ରାପ୍ତ ହେବ । ମହିଳାମାନେ ନୂତନ କର୍ମ ଓ ବ୍ୟବସାୟ ପାଇଁ ଚେଷ୍ଟିତ ହେବେ । ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ । ଗୃହ, ବାହାନ କ୍ରୟ ଓ ବିକ୍ରୟ କରନ୍ତୁ ନାହିଁ । ସାମୟିକ ଚିନ୍ତା ଦୂରହେବ । କାର୍ଯ୍ୟ ସହଜ ସରଳରେ ସମାଧାନ ହେବ । ରାଜନୀତିରେ ପ୍ରସଂଶା, ବିଦ୍ୟାରେଉନ୍ନତି, ଖେଳରେ ବିଜୟୀ ହେବେ । ମିତ୍ର, ଭାଇ ଓ ବନ୍ଧୁମାନେ ସହଯୋଗ କରିବେ । କର୍ମରେ ମନସନ୍ତୁଷ୍ଟ ରହିବ । ଆୟର ମାର୍ଗ ପ୍ରଶସ୍ତ ହେବ ।

୭-ତୁଳା

ଛାତ୍ରଛାତ୍ରୀମାନଙ୍କର ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ । ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ରାଜନୀତି କ୍ଷେତ୍ରରେ ଦୂରଯାତ୍ରା କରି ନିଜକୁ ଅସୁସ୍ଥ ମନେକରିବେ । କର୍ମକ୍ଷେତ୍ରରେ କିଛି ନୂଆସୁଯୋଗ ଆସିବ । ବ୍ୟବସାୟିକ କ୍ଷେତ୍ରରେ ଉନ୍ନତିହେବ । ଦୂରଯାତ୍ରାରେ ଲାଭପାଇବେ । ପରିଶ୍ରମ କାର୍ଯ୍ୟ କରି ପ୍ରଶଂସିତ ହେବେ । ଚିକିତ୍ସକ, ରସାୟନଜ୍ଞ, ଔଷଧନିର୍ମାଣ ଓ ବିକ୍ରୟ କରୁଥିବା ବ୍ୟକ୍ତିମାନେ ବିଶେଷ ଲାଭାନ୍ୱିତ ହେବେ ।

୮-ବିଚ୍ଛା

ରାଜନୀତିରେ ଶତ୍ରୁ ଓ ବିରୋଧୀମାନଙ୍କୁ ପରାସ୍ତ କରି ବିଜୟୀ ହେବେ । ପ୍ରତିଯୋଗି ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ କର୍ମ ନିଯୁକ୍ତି ପାଇବେ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଆତ୍ମୀୟ–ସ୍ଵଜନଙ୍କ ବୈରତା, ବୃଥା ଭ୍ରମଣରୁ ଆର୍ଥିକ କ୍ଷତି ସହିବାକୁ ପଡି ପରେ । ଶିକ୍ଷାଖେତ୍ରରେ ଉଚ୍ଚାକାଂକ୍ଷା ପୁର୍ତ୍ତିର ଫଳ ସ୍ୱରୂପ ନିଜ କ୍ଷେତ୍ରରେ ଅଗ୍ରଣୀ ଭୂମିକା ଗ୍ରହଣ କରି ପାରିବେ । ଗୁରୁ ଗୁରୁ ଜନଙ୍କ ଆଶୀର୍ବାଦ ବହୁକ୍ଷେତ୍ରରେ ସୁରକ୍ଷା ଦେବ । ବୈଷୟିକ ଅଭିବୃଦ୍ଧି ପାଇଁ ସମାଧାନର ରାସ୍ତା ପ୍ରସ୍ତୁତ କରିବେ ।

୯-ଧନୁ

ବାଦବିବାଦ, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ପ୍ରଶଂସା ମିଳିବ । ଯେତେ ସମସ୍ୟା ଲାଗିଲେ ମଧ୍ୟ କାମକୁ ଅବହେଳା କରିବେ ନାହିଁ । ପ୍ରେମିକ ପ୍ରେମିକାମାନେ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢିବ । ପରିବାରର ସାହାଯ୍ୟରେ ଉପକୃତ ହେବେ । ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିବ । ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ । ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ସୁନାମ ଅର୍ଜନ କରିବେ ।

୧୦-ମକର

କର୍ମକ୍ଷେତ୍ରରେ ପରିବର୍ତ୍ତନ ଆସିବ ଓ କର୍ମ ସମ୍ବନ୍ଧିତ ଯାତ୍ରା ନକରିବା ଉଚିତ୍ । ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ହୋଇପାରେ । ରାଜନୀତି କ୍ଷେତ୍ରରେ ଆପଣାଲୋକ ଭାବେ ଗଣତି ହେଉଥିବା ବ୍ୟକ୍ତି ମାନଙ୍କ ଠାରୁ ଆଶ୍ଵାସନା ପାଇବେ । ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ସୁଯୋଗକୁ ଅପେକ୍ଷା କରିବା ଉଚିତ୍ ।

୧୧-କୁମ୍ଭ

ପ୍ରେମିକ-ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ଶତୃମାନେ ତଳମୁହାଁ ହେବେ । ଆର୍ଥୀକ କ୍ଷେତ୍ରରେ ଉନ୍ନତି ଦେଖାଦେବ । ମାନସିକ ଦୁଃଶ୍ଚିନ୍ତା ଦୂର ହେବ । ନୂତନକର୍ମ ନିଯୁକ୍ତି ପାଇଁ ଚେଷ୍ଟା ସଫଳ ହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହୋଇପାରେ । ସାମାଜିକ ପ୍ରତିଷ୍ଠା. ମାନ-ସମ୍ମାନ ବୃଦ୍ଧି ହେବ । ନୂତନ ଆୟପନ୍ଥା ପ୍ରାପ୍ତି ହେବ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ । ପାରିବାରିକ ଜୀବନରେ ଆନନ୍ଦିତ ହେବେ ।

୧୨-ମୀନ

ଆଇନ ଅଦାଲତ ଓ ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ । ସାହିତ୍ୟ, ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ପଢାପଢିରେ ମାନସିକ ଶାନ୍ତି ମିଳିବ । ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁ ରୂପେ ହେବ । ଅଯଥା ଝଗଡା ବଢିଯିବା ଫଳରେ ନିଜେ ଲଜ୍ଜିତ ହେବେ । ବ୍ୟବସାୟୀମାନଙ୍କର ଲାଭ ଅଧିକ ହେବା ଫଳରେ ମନ ଖୁସି ରହିବ । ଜଗାଜମି, ଗୃହ ଉପକରଣ କ୍ରୟ କରିବେ । କର୍ମକ୍ଷେତ୍ରରେ ସଙ୍କଟ ଜନକ ପରିସ୍ଥିତିର ଅବସାନ ଘଟିବ । ଋଣପ୍ରାପ୍ତି ଓ ଋଣମୁକ୍ତର ରାସ୍ତା ପରିଷ୍କାର ହେବ ।