ଆଜିର ରାଶିଫଳ, 5 ଡିସେମ୍ବର 2020, ଶନିବାର, ଶନିଦେବଙ୍କ ଆଶୀର୍ବାଦ ରହିବ ଏହି ୪ଟି ରାଶି ଉପରେ, ଆର୍ଥିକ ସ୍ଥିତିରେ ହେବ ଉନ୍ନତ୍ତି

ଦୈନିକ ରାଶିଫଳ ଚନ୍ଦ୍ର ଗ୍ରହର ଗଣନା ଉପରେ ଆଧାରିତ ହୋଇଥାଏ । ଆଜିର ରାଶିଫଳ ବିଷୟରେ କହିବା ସମୟରେ ପାଞ୍ଜିର ଗଣନା ଓ ସଠିକ ଖଗୋଲୀୟର ବିଶ୍ଲେଷଣ କରାଯାଇଥାଏ । ଆମର ଏହି ଦୈନିକ ରାଶିଫଳରେ ସମସ୍ତ ୧୨ଟି ରାଶି ଗୁଡିକ ଭବିଷ୍ୟତ କୁହାଯାଇଥାଏ । ଏହି ରାଶିଫଳକୁ ପଢି ଆପଣ ନିଜର ଦୈନିକ ଯୋଜନାକୁ ସଫଳ କରି ପାରିବେ । ଆଜିର ରାଶିଫଳରେ ଆପଣଙ୍କ ପାଇଁ ଚାକିରି, ବ୍ୟାପାର, ପରିବାର ଓ ମିତ୍ରଙ୍କ ସହିତ ସମ୍ବନ୍ଧ, ସ୍ୱାସ୍ଥ୍ୟ ଓ ଦିନସାରା ହେଉଥିବା ଶୁଭ – ଅଶୁଭ ଘଟଣାର ଭବିଷ୍ୟଫଳ ହୋଇଥାଏ । ପଢନ୍ତୁ ଚନ୍ଦ୍ର ରାଶି ଉପରେ ଆଧାରିତ ୫ ଡିସେମ୍ବର ୨୦୨୦ର ଦୈନିକ ରାଶିଫଳ । ସମସ୍ତ ୧୨ଟି ରାଶି ପାଇଁ କେମିତି ରହିବ ଆଜିର ଦିନ । କାହାକୁ ମିଳିବ ଖୁସି ଓ କେଉଁ ରାଶିକୁ ସମସ୍ୟାର ସାମ୍ନା କରିବାକୁ ପଡିପାରେ । ନିଜ ରାଶି ଅନୁସାରେ ଜାଣନ୍ତୁ କଣ କହିଥାଏ ଆଜିର ରାଶିଫଳ ।

ମେଷ-

ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ଫଳରେ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ଗୃହସମସ୍ୟା ସମାଧାନ ହେବ । ଅଟକିଥିବା କାର୍ଯ୍ୟ ପୂରଣ ହେବ । କର୍ମକ୍ଷେତ୍ରରେ ସଫଳତା ମିଳିବ ଓ ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ । ମହିଳାମାନେ ସକ୍ରିୟ ହେବେ । ବିରୋଧିମାନେ ଦୂରେଇଯିବେ । ପରିବାରରେ ଖୁସିର ବାତାବରଣ ସୃଷ୍ଟି ହେବ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ଯାନ ବାହନ ସୁଖ ମିଳିବ । ବିଦ୍ୟା, ଖେଳରେ ପ୍ରଶଂସିତ ହେବେ । ପ୍ରତିକାର–ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ ।

ବୃଷ-

କର୍ମକ୍ଷେତ୍ର ସୁଦୃଢ଼ ହେବ ଓ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ । ବ୍ୟବସାୟୀ ମାନେ ବହୁତ ଦିନର ବାକିପଡିଥିବା ଅର୍ଥ ପାଇ ସମସ୍ୟାକୁ ସୁଧାରି ନେବେ ଓ ଆଶାତୀତ ଲାଭ ପାଇବେ । ରାଜନୀତିରେ ସତର୍କତା ଅବଲମ୍ବନ କରିବା ଉଚିତ୍ । ଭାଇ ମିତ୍ରଙ୍କଠାରୁ ସହଯୋଗ ପାଇ ଭବିଷ୍ୟତ ଚିନ୍ତାକରି ପରିଶ୍ରମ କଲେ ଚେଷ୍ଟା ସାର୍ଥକ ହେବ । ପରିବାରରେ ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତି କରିବାର କ୍ଷମତା ଜନ୍ମହେବ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ । ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ମିଥୁନ-

ସାମାଜିକ କାର୍ଯ୍ୟରେ ଭାଗ ନେବେ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବା ଯୋଗେ ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ । ବାଦବିବାଦ ମାଲି ମୋକଦ୍ଦମା ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ । ମହିଳାମାନେ ସମସ୍ୟା ସମାଧାନ କରି ଶାନ୍ତି ପାଇବେ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ଦୂରଯାତ୍ରାରେ ସୁଖମିଳିବ ଏବଂ ଲାଭ ବାନ୍ ହେବେ । ପରିବାରରେ ଆନନ୍ଦ ଲହରୀ ଖେଳିଯିବ । ପ୍ରତିକାର– ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ-

ସାମୟିକ ଚିନ୍ତା ଦୂରହେବ । କାର୍ଯ୍ୟ ସହଜ ସରଳରେ ସମାଧାନ ହେବ । ରାଜନୀତିରେ ପ୍ରସଂଶା, ବିଦ୍ୟାରେଉନ୍ନତି, ଖେଳରେ ବିଜୟୀ ହେବେ । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ଯେକୌଣସି ନୂତନକାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ ଅତ୍ୟନ୍ତ ଶୁଭ । ମିତ୍ର, ଭାଇ ଓ ବନ୍ଧୁମାନେ ସହଯୋଗ କରିବେ । କର୍ମରେ ମନସନ୍ତୁଷ୍ଟ ରହିବ । ମହିଳାମାନେ ପିଲାଙ୍କସହ ଖୁସିରେ ରହିବେ । ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ପ୍ରତିକାର–ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ସିଂହ–

ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ପ୍ରବଳ ଲାଭ ପାଇବେ । ପୈତୃକସମ୍ପତ୍ତି ନେଇ ପାରିବାରିକ ଦ୍ୱନ୍ଦ ଦୂରେଇ ଯିବ । ଆୟର ମାର୍ଗ ପ୍ରଶସ୍ତ ହେବ । ସ୍ଥଗିତ ଥିବା ଧନପ୍ରାପ୍ତ ହେବ । ମହିଳାମାନେ ନୂତନ କର୍ମ ଓ ବ୍ୟବସାୟ ପାଇଁ ଚେଷ୍ଟିତ ହେବେ । ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ । ରାଜନୀତିରେ ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ । ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

କନ୍ୟା-

କୌଣସି ଆନୁଷ୍ଠାନିକ, ମାଙ୍ଗଳିକ ଓ ସାଙ୍ଗଠନିକ କାର୍ଯ୍ୟରେ ଯୋଗ ଦେବେ । ଆର୍ଥିକସ୍ଥିତି ମନ୍ଦ ହେବନାହିଁ, ଯାହାଦ୍ୱାରା କି ବହୁ ପରିମାଣରେ ଅଭିବୃଦ୍ଧିର ହାର ବଢ଼ିଯିବ । ଲେଖାପଢ଼ାରୁ, ସଭାସମିତିରୁ, ବନ୍ଧୁମିଳନରୁ ଶୁଭଫଳ ପାଇବେ । ବ୍ୟବସାୟୀ ମାନେ ନିଜର ପ୍ରାଧାନ୍ୟ ବିସ୍ତାର କରି ସମସ୍ୟାକୁ ସୁଧାରି ନେବେ । ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ପ୍ରତିଯୋଗିତା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟ ଲାଭ କରିବେ । ମହିଳାମାନେ ଅନ୍ୟକୁ ନିଜ ସହ ତୁଳନା କରି ମାନସିକ ଶାନ୍ତି ଅନୁଭବ କରିବେ । ବିଦ୍ୟାରେ ଉନ୍ନତି, ଖେଳରେ ପ୍ରଶଂସିତ ହେବେ । ପ୍ରତିକାର– ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା-

ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ । କର୍ମକ୍ଷେତ୍ରରେ ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ । ଦାମ୍ପତ୍ୟଜୀବନ ସୁଖମୟ ହେବ । କାର୍ଯ୍ୟରେ ମାନସିକ ସ୍ଥିରତା ବଢ଼ିବ ଓ ପରିଶ୍ରମ ଦ୍ୱାରା ଲାଭ ପାଇବେ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ । ବିଦ୍ୟା ଓ ଖେଳରେ ଉନ୍ନତି ହେବ । ମହିଳାମାନେ ମିତ୍ର ଓ ଭାଇମାନଙ୍କୁ ସାହାଯ୍ୟ କରି ଆର୍ଥିକ ସମସ୍ୟାରେ ଚିନ୍ତିତ ହେବେ । ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ ।

ବିଚ୍ଛା-

ସଂପତ୍ତି କ୍ରୟ ବିକ୍ରୟ ଦ୍ୱାରା ଲାଭ ପାଇବେ ଓ ଗୃହର ସମସ୍ୟା ଦୂର ହୋଇଯିବ । ମହିଳାମାନଙ୍କର ସ୍ୱଜନ ଓ ମିତ୍ରଙ୍କ ଠାରୁ ପୂର୍ଣ୍ଣ ସହଯୋଗ ମିଳିବ ଓ ଅଟକିଥିବା ଧନଲାଭ ହେବ । ଦିନଚର୍ଯ୍ୟା ସୁଖଦାୟକ ହେବ । ଦାମ୍ପତ୍ୟ ଜୀବନରେ ସୁଖବୃଦ୍ଧି ହେବ । ବ୍ୟବସାୟରେ ସଫଳତା ମିଳିବ । ରାଜନୀତି କ୍ଷେତ୍ରରେ ପ୍ରଶଂସିତ ହେବେ । ବିଦ୍ୟା ଓ ଖେଳରେ ସଫଳ ହେବେ । ଶୁଭ ସମାଚାର ପାଇ ମନ ଖୁସି ହେବ । ଦୂରଯାତ୍ରାକରି ଲାଭ ପାଇବେ ଓ ଅଭିଷ୍ଟ ପ୍ରାପ୍ତି ହେବ । ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ । ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସିବ । ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ ।

ଧନୁ-

କର୍ମକ୍ଷେତ୍ରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଯିବା ଫଳରେ ସମ୍ମାନୀତ ହେବେ । ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସମସ୍ୟା ଦୂର ହେବ । ଧନଧାନ୍ୟ, ଗୋ-ସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହବାର ଯୋଗ ଅଛି । ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ନିର୍ମାଣ କାର୍ଯ୍ୟ ତ୍ୱରାନ୍ୱିତହେବ । ସାମାଜିକ ଉତ୍ସବରେ ଭାଗ ନେବେ । ଶିକ୍ଷାକ୍ଷେତ୍ରରେ ଉଚ୍ଚଶ୍ରେଣୀ ପାଇବେ ଓ ଉଚ୍ଚ ଆଶାରେ ଆଗେଇବେ । ମହିଳାମାନେ ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ । ପ୍ରତିକାର–ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମକର-

ବ୍ୟବସାୟରେ ବାକିଥିବା ଅର୍ଥ ଆଦାୟ ହେବା ଫଳରେ ଖୁବ୍ ଆଶାବାଦୀ ହେବେ । କର୍ମକ୍ଷେତ୍ରରେ ମାନ ସମ୍ମାନ ପ୍ରତିଷ୍ଠା ବୃଦ୍ଧି ହେବ । ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବା ଫଳରେ ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ । ଖେଳ ରେ ପ୍ରଶଂସା ମିଳିବ । ରାଜନୀତିରେ ଲୋକପ୍ରିୟତା ଯୋଗେ ଆତ୍ମୀୟଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହୋଇ ପାରେ । ପ୍ରତିକାର ଦ୍ୱାରା ବାଧା ଦୂର ହେବ । ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ ।

କୁମ୍ଭ-

ସହଯୋଗୀମାନେ ଉନ୍ନତିପାଇଁ ଚେଷ୍ଟା କରିବେ । ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ । ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ । ବିଶିଷ୍ଟ ବ୍ୟକ୍ତିଙ୍କ ସହ ସଂପର୍କ ଫଳରେ ଶୁଭକାର୍ଯ୍ୟ ପାଇଁ ଇଚ୍ଛାକରି ପାରନ୍ତି । କର୍ମକ୍ଷେତ୍ରରେ ସଫଳତା ମିଳିବ । ଛୋଟ ଛୋଟ କାମକୁ ବୁଝିବିଚାରି ନକଲେ ଦ୍ଵନ୍ଦରେ ପଡିବେ । କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ଧାର କରଜ କରିବାକୁ ପଡିପାରେ । ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ । ପରିଶ୍ରମଦ୍ୱାରା କାର୍ଯ୍ୟ ସଫଳ ହେବ । ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ ।

ମୀନ-

ବ୍ୟବସାୟ ପାଇଁ ବିଦେଶ ଯାତ୍ରା କରି ଲାଭବାନ ହେବେ । ଚିତ୍ତପ୍ରସନ୍ନ ସହ କାର୍ଯ୍ୟ ସିଦ୍ଧି ହେବ । ଜନ ସେବାରେ ପ୍ରଶଂସା ମିଳିବ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ବିଦ୍ୟା ଓ ଖେଳରେ ଉତ୍ସାହ ବଢ଼ିବ । ନୂଆ ଯୋଜନା ଅନୁସାରେ କାର୍ଯ୍ୟ କରିବେ । ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ବାହାନ କ୍ରୟ ଓ ବିକ୍ରୟ କରି ପାରନ୍ତି । ନୂତନ ଗୃହସୁଖ ମିଳିବ । ମହିଳାମାନେ ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ । ରାଜନୀତିରେ ସମସ୍ୟା ଦୂର ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ । ଆଗକୁ ଆମ ସହିତ ରହିବା ପାଇଁ ପେଜକୁ ଲାଇକ କରନ୍ତୁ ।