ଆଜିର ରାଶିଫଳ, 6 ମେ 2022, ଶୁକ୍ରବାର, ମା ଦୂର୍ଗାଙ୍କ ଆଶୀର୍ବାଦ ରହିବ ଏହି ୫ଟି ରାଶି ଉପରେ, ହେବ ଧନଲାଭ

ଦୈନିକ ରାଶିଫଳ ଚନ୍ଦ୍ର ଗ୍ରହର ଗଣନା ଉପରେ ଆଧାରିତ ହୋଇଥାଏ । ଆଜିର ରାଶିଫଳ ବିଷୟରେ କହିବା ସମୟରେ ପାଞ୍ଜିର ଗଣନା ଓ ସଠିକ ଖଗୋଲୀୟର ବିଶ୍ଲେଷଣ କରାଯାଇଥାଏ । ଆମର ଏହି ଦୈନିକ ରାଶିଫଳରେ ସମସ୍ତ ୧୨ଟି ରାଶି ଗୁଡିକ ଭବିଷ୍ୟତ କୁହାଯାଇଥାଏ । ଏହି ରାଶିଫଳକୁ ପଢି ଆପଣ ନିଜର ଦୈନିକ ଯୋଜନାକୁ ସଫଳ କରି ପାରିବେ ।

ଆଜିର ରାଶିଫଳରେ ଆପଣଙ୍କ ପାଇଁ ଚାକିରି, ବ୍ୟାପାର, ପରିବାର ଓ ମିତ୍ରଙ୍କ ସହିତ ସମ୍ବନ୍ଧ, ସ୍ୱାସ୍ଥ୍ୟ ଓ ଦିନସାରା ହେଉଥିବା ଶୁଭ – ଅଶୁଭ ଘଟଣାର ଭବିଷ୍ୟଫଳ ହୋଇଥାଏ । ପଢନ୍ତୁ ଚନ୍ଦ୍ର ରାଶି ଉପରେ ଆଧାରିତ ୬ ମେ ୨୦୨୨ର ଦୈନିକ ରାଶିଫଳ । ସମସ୍ତ ୧୨ଟି ରାଶି ପାଇଁ କେମିତି ରହିବ ଆଜିର ଦିନ । କାହାକୁ ମିଳିବ ଖୁସି ଓ କେଉଁ ରାଶିକୁ ସମସ୍ୟାର ସାମ୍ନା କରିବାକୁ ପଡିପାରେ । ନିଜ ରାଶି ଅନୁସାରେ ଜାଣନ୍ତୁ କଣ କହିଥାଏ ଆଜିର ରାଶିଫଳ ।

୧-ମେଷ

ରାଜନୈତିକ କ୍ଷେତ୍ରରେ ସାମାଜିକ ଅନୁଷ୍ଠାନରେ ଯୋଗ ଦେବାର ସୁଯୋଗ ମିଳିବ । ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ଘରଲୋକଙ୍କୁ ଅବିଶ୍ଵାସ କଲେ ହଇରାଣରେ ପଡିବେ । କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । କର୍ମକ୍ଷେତ୍ରରେ ଟେନସନ ଦୂର ହେବ । ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ସମାଧାନ କରି ପ୍ରଶଂସା ପାଇବେ । ନୂତନ ବନ୍ଧୁଲାଭ ହେବା ସହ ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଧନସମ୍ପଦ, ବସ୍ତ୍ରଆଭୂଷଣ ଆଦି ଲାଭହେବ ।

୨-ବୃଷ

ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ । ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । ଯେତେ ଅଧିକ ପରିଶ୍ରମ କରିବ ସେତେ ଅଧିକ ଲାଭ ହେବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ପାରିବାରିକ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । କାରବାରରେ ସୁଧାର ଆସିବ ଓ ଟଙ୍କାର ଆବଶ୍ୟକତା ପୂରଣ ହେବ । ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ ।

୩-ମିଥୁନ

ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବ । ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚତୁରୀ କଥା କହି କାର୍ଯ୍ୟ ପୂରଣ କରିବେ । ମହିଳାମାନେ ପାରିବାରିକ ସମସ୍ୟା ଗୁଡ଼ିକୁ ସୁଧାରି ନେବା ଉଚିତ୍ । ସତର୍କତା ଅବଲମ୍ବନ ନକଲେ କୌଣସି ଭୁଲ୍ କାମରେ ଫଶିଯିବେ । ଶୁଭକାମ କରି ପ୍ରଶଂସିତ ହେବେ । ସାହିତ୍ୟଚର୍ଚ୍ଚା ଓ ସଭାସମିତିରେ ସଫଳତା ମିଳିବ । ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । ରାଜନୀତିରେ ଧାର୍ମିକ ଓ ସାମାଜିକ କାର୍ଯ୍ୟରେ ଯୋଗଦାନ ଦେଇ ପ୍ରଶଂସା ପାଇବେ । ବାଦବିବାଦ, ପ୍ରତିଯୋଗୀତା ପରୀକ୍ଷା, ଖେଳ ଓ ପ୍ରତିଦ୍ୱନ୍ଦିତାରେ ସଫଳ ହେବେ ।

୪-କର୍କଟ

ଅଟକିଥିବା ବା ଉଧାର ଦେଇଥିବା ଟଙ୍କା ମିଳିଯିବା ଫଳରେ ଧାର୍ମିକ କାର୍ଯ୍ୟରେ ରୁଚି ବଢିବ । ମହିଳାମାନେ ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ । ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ରାଜନୀତି କ୍ଷେତ୍ରରେ ସାମାଜିକ ସ୍ତରରେ ନିଜର ଉପସ୍ଥିତି ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ହାସଲ କରିବେ । ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହୋଇପାରେ । ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । କର୍ମକ୍ଷେତ୍ରରେ ସମୟ ଗୁଡିକ ହସ ଖୁସିରେ ବିତିବ । ବ୍ୟବସାୟରେ ରୋଜଗାର ସମସ୍ୟା ସୁଧୁରି ଯାଇ ଧନ ଲାଭ ହେବାରୁ ମନ ଖୁସି ରହିବ ।

୫-ସିଂହ

ବନ୍ଧୁବାନ୍ଧବ ମାନଙ୍କ ସହ ସାବଧାନତା ପୂର୍ବକ ନ ଚଳିଲେ ବିପଦରେ ପଡିବେ । ରାଜନୀତି କ୍ଷେତ୍ରରେ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଆନନ୍ଦ ରହିବ । କେତେକ କ୍ଷେତ୍ରରେ ସାମାନ୍ୟ ସୁବିଧା ପାଇବେ । କର୍ମନିଷ୍ଠା ମଧ୍ୟରେ ନିଜକୁ ସୀମିତ ରଖିବା ହିତକରହେବ । ମହିଳାମାନେ ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ । ପାରିବାରିକ କ୍ଷେତ୍ରରେ କିଛି ଭୁଲ ବୁଝାମଣା ଯୋଗୁ ମାନସିକ ଦ୍ଵନ୍ଦ ଦେଖା ଦେଇ ପାରେ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ ।

୬-କନ୍ୟା

ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ । ପ୍ରେମିକ ପ୍ରେମିକାମାନେ ଗୁପ୍ତ ପ୍ରେମରେ ସଫଳ ହୋଇ ବିବାହ ସମ୍ବନ୍ଧ ସ୍ଥିର ହୋଇପାରେ । ପରୀକ୍ଷା ପ୍ରତିଯୋଗିତା, ଓ ସାକ୍ଷାତ୍କାରରେ ବିଜୟୀହେବେ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧିହେବ । କର୍ମକ୍ଷେତ୍ରରେ ଅତ୍ୟଧିକ କାର୍ଯ୍ୟଚାପ ଯୋଗୁ ଚିନ୍ତିତ ରହି ପାରନ୍ତି । କଠିନ ପରିଶ୍ରମ କରିବା ଦ୍ଵାରା ଯଶ-ମାନ ସମ୍ମାନ ମିଳିବ । ରାଜନୈତିକ କ୍ଷେତ୍ରରେ ସାମାଜିକ ଅନୁଷ୍ଠାନରେ ଯୋଗ ଦେବାର ସୁଯୋଗ ମିଳିବ । ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ । ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ ।

୭-ତୁଳା

ତଳ ମହଲରୁ ଆଶାତୀତ ଲାଭ ପାଇବେ । ରାଜନୀତି କ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରି କ୍ଷମତା ଶକ୍ତି ବଳରେ ସମୟ ବିତାଇବେ । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ । ମନୋରଞ୍ଜନ କାର୍ଯ୍ୟ କ୍ରମରେ ଯୋଗଦେଇ କଳାସଙ୍ଗୀତ ଓ ନୃତ୍ୟ ଗୀତରେ ମଜ୍ଜି ରହିବେ । ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ସଂପୂର୍ଣ୍ଣ ହେବ । ସରକାରୀ କର୍ମକ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଯୋଗେ ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ । ଘରୋଇ କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ ।

୮-ବିଚ୍ଛା

ଆୟବୃଦ୍ଧି, ଋଣମୁକ୍ତି ଓ ଲୋକ ସମ୍ପର୍କ ବୃଦ୍ଧି ହେବ । ପୂର୍ବ ଶତୃମାନେ ପଛଘୁଞ୍ଚା ଦେଇ ମଥାନତ କରିବେ । ମହିଳାମାନଙ୍କର ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇ ବ୍ୟବସାୟରେ ଶତୃମାନେ ଦୂରେଇ ଯିବେ । ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ । ରାଜନୀତିରେ ଉଚ୍ଚପଦସ୍ଥ ବ୍ୟକ୍ତି ଓ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ନିବିଡ ହେବ ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ବ୍ୟବସାୟ ପାଇଁ ଭ୍ରମଣ କରିବା ଫଳରେ ବିଶେଷ ଲାଭାନ୍ଵିତ ହେବେ ।

୯ -ଧନୁ

ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ରାଜନୀତି କ୍ଷେତ୍ରରେ ନିଜର ସାମୁଦାୟିକ ମାମଲା ବା ଜନ କଲ୍ୟାଣର କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ । କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ । ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ । ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ବ୍ୟବସାୟୀ ମାନେ ଆଦର୍ଶବାଦୀ ହୋଇ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ ।

୧୦-ମକର

ପ୍ରପର୍ଟୀ ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ । ବନ୍ଧୁ ମିତ୍ରଙ୍କ ଆଗମନ ହେବ । ବାଦବିବାଦ, ପରୀକ୍ଷା, ପ୍ରତିଯୋଗୀତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପଡା ପଡୋଶୀ ବନ୍ଧୁ ମିତ୍ରଙ୍କ ବ୍ୟବହାରରେ ମନ ଶାନ୍ତ ହେବ । ରାଜନୈତିକ କ୍ଷେତ୍ରରେ ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇବେ । କର୍ମକ୍ଷେତ୍ରରେ କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେଇ ପଦୋନ୍ନତିର ସୂଚନା ପାଇବେ । ବ୍ୟବସାୟରେ ସଫଳତା ପୂର୍ବକ ସମସ୍ୟାର ସମାଧାନ ହେବ । ମାଲିମୋକଦ୍ଦମାରେ ସଫଳତା ମିଳିବ । ସେୟାର ବଜାରରେ ମୁନାଫା ମିଳିବ ଓ ପୁରୁଣା ନିବେଶ ଲାଭ ଦେବ ।

୧୧-କୁମ୍ଭ

ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍ । ଲୁହା, କାଠ, କୋଇଲା, କଳକବ୍ଜା, ବ୍ୟବସାୟରୁ, କଣ୍ଟ୍ରାକ୍ଟରୀରୁ ଯଥେଷ୍ଟ ଲାଭ ଉଠାଇବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ଆନ୍ତରିକ ଉତ୍ସାହ ବୃଦ୍ଧିହେବା ଫଳରେ ବ୍ୟବସାୟକ୍ଷେତ୍ରର ସମସ୍ୟାକୁ ସମାଧାନ କରି ମାନସମ୍ମାନ ପାଇବେ । ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ ।

୧୨-ମୀନ

ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ । ରାଜନୈତିକ କ୍ଷେତ୍ରରେ ବିରୋଧୀମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ । ପାରିବାରିକ କ୍ଷେତ୍ରରେ ଆୟ ଓ ପ୍ରତିଷ୍ଠାରେ ଅପ୍ରତ୍ୟାଶିତ ତେଜ ଆସିବା ଫଳରେ ସ୍ଥାନ-ମାନ ପ୍ରତି ବିପଦ କଟିଯିବ । ବ୍ୟବସାୟରେ ଭାଗୀଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ । ପଟ୍ଟ ପରିବର୍ତ୍ତନ ଘଟି ଅଶାନ୍ତି ଓ ବିଶୃଙ୍ଖଳାରୁ ମୁକ୍ତ ହେବେ । ସବୁପରେ ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ ଓ ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ । ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ ।