ଆଜିର ରାଶିଫଳ, 7 ଅକ୍ଟୋବର 2021, ଗୁରୁବାର, ମା ଲକ୍ଷ୍ମୀଙ୍କ କୃପା ରହିବ ଏହି ୪ଟି ରାଶି ଉପରେ, ଆର୍ଥିକ ସ୍ଥିତିରେ ଆସିବ ବଡ ପରିବର୍ତ୍ତନ

ଦୈନିକ ରାଶିଫଳ ଚନ୍ଦ୍ର ଗ୍ରହର ଗଣନା ଉପରେ ଆଧାରିତ ହୋଇଥାଏ । ଆଜିର ରାଶିଫଳ ବିଷୟରେ କହିବା ସମୟରେ ପାଞ୍ଜିର ଗଣନା ଓ ସଠିକ ଖଗୋଲୀୟର ବିଶ୍ଲେଷଣ କରାଯାଇଥାଏ । ଆମର ଏହି ଦୈନିକ ରାଶିଫଳରେ ସମସ୍ତ ୧୨ଟି ରାଶି ଗୁଡିକ ଭବିଷ୍ୟତ କୁହାଯାଇଥାଏ । ଏହି ରାଶିଫଳକୁ ପଢି ଆପଣ ନିଜର ଦୈନିକ ଯୋଜନାକୁ ସଫଳ କରି ପାରିବେ ।

ଆଜିର ରାଶିଫଳରେ ଆପଣଙ୍କ ପାଇଁ ଚାକିରି, ବ୍ୟାପାର, ପରିବାର ଓ ମିତ୍ରଙ୍କ ସହିତ ସମ୍ବନ୍ଧ, ସ୍ୱାସ୍ଥ୍ୟ ଓ ଦିନସାରା ହେଉଥିବା ଶୁଭ – ଅଶୁଭ ଘଟଣାର ଭବିଷ୍ୟଫଳ ହୋଇଥାଏ । ପଢନ୍ତୁ ଚନ୍ଦ୍ର ରାଶି ଉପରେ ଆଧାରିତ ୭ ଅକ୍ଟୋବର ୨୦୨୧ର ଦୈନିକ ରାଶିଫଳ । ସମସ୍ତ ୧୨ଟି ରାଶି ପାଇଁ କେମିତି ରହିବ ଆଜିର ଦିନ । କାହାକୁ ମିଳିବ ଖୁସି ଓ କେଉଁ ରାଶିକୁ ସମସ୍ୟାର ସାମ୍ନା କରିବାକୁ ପଡିପାରେ । ନିଜ ରାଶି ଅନୁସାରେ ଜାଣନ୍ତୁ କଣ କହିଥାଏ ଆଜିର ରାଶିଫଳ ।

୧-ମେଷ

ବିଦ୍ୟାକ୍ଷେତ୍ରରେ ମନଯୋଗ ଦେଇ ସଫଳହେବେ । ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ । ରାଜନୈତିକ କ୍ଷେତ୍ରରେ ଉପଯୁକ୍ତ ଲୋକମାନଙ୍କ ସହିତ ସ୍ଥାୟୀ ବନ୍ଧୁତା ସ୍ଥାପନ କରି ପାରିବେ । ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ଭାଗୀଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ । ଆର୍ଥିକ ସ୍ଥିତି ସ୍ଵଛଳ ରହିବା ଫଳରେ ଆଶା କରିଥିବା କାର୍ଯ୍ୟଟି ପୂରଣ ହେବ । ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ । ବ୍ୟବହାର କୁଶଳତାକୁ ଆଧାରକରୀ ନିମ୍ନବର୍ଗର ସହାୟତା ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ସ୍ଥାପିତ ହେବ ।

୨-ବୃଷ

ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ । ରାଜନୀତିରେ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ । ସ୍ୱାସ୍ଥ୍ୟ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ । ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । ବ୍ୟବସାୟରେ ସଫଳତା ଅର୍ଜନ କରିବେ । ବନ୍ଧୁବାନ୍ଧବଙ୍କ ସହ ଉତ୍ତମ ସମ୍ପର୍କ ରହିବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ସାକ୍ଷାତ୍କାରରେ ସଫଳହେବେ । ପ୍ରେମିକ ପ୍ରେମିକା ମାନେ ଶୁଭ ସୂଚନାପାଇ ଖୁସି ହେବେ । ନୂତନକର୍ମ ପ୍ରାପ୍ତିର ସୁଯୋଗ ପାଇବେ ।

୩-ମିଥୁନ

ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ । କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । କର୍ମକ୍ଷେତ୍ରରେ ଟେନସନ ଦୂର ହେବ । ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ । ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ । ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ । ବ୍ୟବସାୟ ପାଇଁ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । ପରିବାରରେ ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ । ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ସଂପୂର୍ଣ୍ଣ ହେବ ।

୪-କର୍କଟ

ବ୍ୟବସାୟ କ୍ଷେତ୍ରରେ ପୁରୁଣାପ୍ରାପ୍ୟ ଆଦାୟ ହୋଇ ପାରିବ ଓ ବନ୍ଧୁ, ମିତ୍ର ଏବଂ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ମାଲିମକଦ୍ଦମାରେ ଆଶା ମୁତାବକ ଫଳ ପାଇବେ । କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବା ଫଳରେ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ ।

୫-ସିଂହ

ପ୍ରତିଦ୍ଵନ୍ଦିତାରେ ଉନ୍ନତମାନର ଫଳପାଇବେ । ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ । ଆଧ୍ୟାତ୍ମିକ ବା ଧାର୍ମିକ କ୍ଷେତ୍ରରେ ବ୍ୟସ୍ତ ରହିବେ । ସ୍ୱାସ୍ଥ୍ୟସମସ୍ୟା ସୁଧୁରି ଗଲେ ମଧ୍ୟ ଅଳସୁଆ ପ୍ରକୃତି ପ୍ରକାଶ ପାଇବ । ପାରିବାରିକ ସମସ୍ୟା ସୁଧାରି ନେବେ ଓ ଶାରୀରିକ କଷ୍ଟ ଦୂର ହେବ । ରାଜନୈତିକ କ୍ଷେତ୍ରରେ ସମସ୍ତ ସମସ୍ୟାର ଫଇସଲା ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ । ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ । ମହିଳାମାନେ ହସ ଖୁସିରେ ଚଳିବେ । କର୍ମକ୍ଷେତ୍ରରେ ଆନୁଷ୍ଠାନିକ କାମରେ ଠିକ୍ ପରାମର୍ଶ ଦେଇ ଆଦର, ସମ୍ମାନ ଓ ପ୍ରଶଂସା ମିଳିବ ।

୬-କନ୍ୟା

ସହାବସ୍ଥାନର ନିରାପଦ ବଳୟ ଭିତରେ ଆପଣା ଲୋକଙ୍କ ସାହାଯ୍ୟ ପାଇ ପାରିବାରିକ ଜୀବନ ସୁଧାରୀ ନେବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ । ରାଜନୀତି କ୍ଷେତ୍ରରେ ବିଜୟୀ ହେବେ । ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଉତ୍ତମ ଆୟର ପଥ ପରିଷ୍କାର କରିବେ । ରାଜନୀତିରେ ଯଶ ମାନକୁ ଅଧିକ ମହତ୍ତ୍ଵ ଦେବେ ଓ ଲୋକ ସମ୍ପର୍କ ବୃଦ୍ଧି ହେବ । ମହିଳାମାନେ ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ ।

୭-ତୁଳା

ପଟ୍ଟ ପରିବର୍ତ୍ତନ ଘଟି ଅଶାନ୍ତି ଓ ବିଶୃଙ୍ଖଳାରୁ ମୁକ୍ତ ହେବେ । ନିଜର କାର୍ଯ୍ୟବ୍ୟସ୍ତତା ଯୋଗୁ ଛୋଟ ଛୋଟ କାମକୁ ବୁଝି ବିଚାରି ନକଲେ ଦ୍ଵନ୍ଦରେ ପଡିବେ । ପାରିବାରିକ ସ୍ଥିତିର ଅବ୍ୟବସ୍ଥିତତାକୁ ଆଧାର କରି ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ । କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ । ଅସହାୟ ଲୋକଙ୍କୁ ସାହାଯ୍ୟ କରିବାକୁ ମନ ବଳାଇବେ । ରାଜନୈତିକ କ୍ଷେତ୍ରରେ ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ ଓ ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ । ଲୋକଙ୍କ ସମ୍ପର୍କରେ ରହିବାପାଇଁ ଇଣ୍ଟରନେଟ୍ ରେ ଯୋଗାଯୋଗ କରିବେ ।

୮-ବିଚ୍ଛା

ଶତୃମାନେ ମିତ୍ରଭାବ ଆଚରଣ କରିବେ । ପାରିବାରିକ ଜୀବନ ସୁଖରେ କାଟିବେ ଓ କାର୍ଯ୍ୟ ସିଦ୍ଧି ହେବ । ବକେୟା ଅର୍ଥ କିଛି ମିଳିବ । ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ । ଆୟ ଉପାର୍ଜ୍ଜନର ବୃଦ୍ଧି ହେବାସହ ଋଣରୁ ମୁକ୍ତି ମିଳିବ । ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ । ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଚିତ୍ତପ୍ରସନ୍ନ ରହିବ । ପଦୋନ୍ନତି ସହ ନୂତନକର୍ମ ପ୍ରାପ୍ତିର ସୂଚନା ପାଇ ମନ ଆନନ୍ଦ ହେବ । ଧନ ଆଦାନ ପ୍ରଦାନରେ ବିଶେଷ ଲାଭବାନ୍ ହେବା ସହ ବ୍ୟବସାୟିକ ସଫଳତା ମିଳିବ । ମାନସିକଶାନ୍ତି ଓ ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବ ।

୯-ଧନୁ

ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ । ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ । ମାନସିକ ଶାନ୍ତି ଅନୁଭବ କରିବେ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । ଶେଷ କରିବାକୁ ଚାହୁଁଥିବା କର୍ମଟି ପୂରଣ ହୋଇଯିବ । ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଆଶାତୀତ ଲାଭହେବ । ପରିବାରରେ ମନୋମାଳିନ୍ୟ ବା ଯେଉଁପ୍ରକାର ସମସ୍ୟାଥିଲେ ଚେଷ୍ଟାକଲେ ମେଣ୍ଟିଯିବ ।

୧୦-ମକର

ବନ୍ଧୁ ମିତ୍ରଙ୍କ ଆଗମନ ହେବ ଓ ବନ୍ଧୁଙ୍କର କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ । ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ବିଜୟ ହେବ । ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ । ପୁରୁଣା ନିବେଶ ଲାଭ ଦେବ । ଆର୍ଥିକସ୍ଥିତି ସୁଧୁରି ଯିବା ଫଳରେ ଯଶ ପ୍ରତିଷ୍ଠା ମିଳିବ । ସେୟାର ବଜାରରେ ମୁନାଫା ମିଳିବ । ସମସ୍ତ କ୍ଷେତ୍ରରେ ଖୁସି ମିଳିବ । ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସି ଶାରୀରିକ କଷ୍ଟ ଦୂର ହେବ । ଅଟକିଥିବା କାର୍ଯ୍ୟ ପୂରଣ ହେବ । ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନୂଆ ଚାକିରୀ ହେବାର ସୁଯୋଗ ମିଳି ପାରେ । କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ ।

୧୧-କୁମ୍ଭ

ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହେବ । ଆର୍ଥିକ ଚିନ୍ତା ଦୁରହେବ । ରାଜନୀତି କାର୍ଯ୍ୟରେ ବିରୋଧୀ ମାନେ ହଇରାଣ ହୋଇ ମଥାନତ କରିବେ । ଚାକିରୀ ସମ୍ବନ୍ଧୀୟ କାର୍ଯ୍ୟ ହୋଇଯିବ । ଧାର୍ମିକ କାର୍ଯ୍ୟରେ ମନ ଲାଗିବ ଏବଂ ତୀର୍ଥଯାତ୍ରା କରିବାକୁ ପଡିପାରେ । ସାମାଜିକ ଉତ୍ସବରେ ଯୋଗ ଦେବେ । ପୁରୁଣା ଧନଲାଭ ହେବାରୁ ଖୁସି ହେବେ ଓ ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ପଡିପାରେ । ପିଲାମାନଙ୍କ କାର୍ଯ୍ୟରେ ଖୁସି ହେବେ । ପିଲାମାନେ ପରୀକ୍ଷାରେ ସଫଳତା ପ୍ରାପ୍ତ ହେବେ । ପରିବାରରେ କିମ୍ବା କୁଟୁମ୍ବରେ ଶୁଭ କାର୍ଯ୍ୟର ଦାୟିତ୍ଵ ନେଇ ଧାଦୌଡ କରିବା ଫଳରେ କଷ୍ଟ ସ୍ଵୀକାର କରିବେ ।

୧୨-ମୀନ

ପିତା ମାତାଙ୍କର ଶରୀର ସୁସ୍ଥ ରହିବ କିନ୍ତୁ ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖାଦେଇ ପାରେ । ମହିଳାମାନଙ୍କର ଅତ୍ୟନ୍ତ ଶୁଭଫଳ ପ୍ରାପ୍ତି ହେବା ସହ ଭାଇ, ବନ୍ଧୁ, ମିତ୍ର ଓ ସହକର୍ମୀମାନଙ୍କ ସହିତ ମତଭେଦ ସମାପ୍ତ ହେବ । ବ୍ୟବସାୟରେ ବନ୍ଧୁମାନେ ବିଶ୍ୱାସ ଘାତକତା କରି ପାରନ୍ତି । ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନରେ ବାଧା ଉପୁଜିପାରେ । ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । କର୍ମକ୍ଷେତ୍ରରେ ପ୍ରସିଦ୍ଧି, ସାମାଜିକସ୍ଥିତି, ମାନସମ୍ମାନ ପାଇଁ କଠିନ ପରିଶ୍ରମ କରିବେ । ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବାସହ ଆୟ ସାମାନ୍ୟ ହେବ ।