ଆଜିର ରାଶିଫଳ, 7 ଅଗଷ୍ଟ 2021, ଶନିବାର, ଶନିଦେବଙ୍କ ଆଶୀର୍ବାଦ ରହିବ ଏହି ୬ଟି ରାଶି ଉପରେ, ହେବ ଧନଲାଭ

ଦୈନିକ ରାଶିଫଳ ଚନ୍ଦ୍ର ଗ୍ରହର ଗଣନା ଉପରେ ଆଧାରିତ ହୋଇଥାଏ । ଆଜିର ରାଶିଫଳ ବିଷୟରେ କହିବା ସମୟରେ ପାଞ୍ଜିର ଗଣନା ଓ ସଠିକ ଖଗୋଲୀୟର ବିଶ୍ଲେଷଣ କରାଯାଇଥାଏ । ଆମର ଏହି ଦୈନିକ ରାଶିଫଳରେ ସମସ୍ତ ୧୨ଟି ରାଶି ଗୁଡିକ ଭବିଷ୍ୟତ କୁହାଯାଇଥାଏ । ଏହି ରାଶିଫଳକୁ ପଢି ଆପଣ ନିଜର ଦୈନିକ ଯୋଜନାକୁ ସଫଳ କରି ପାରିବେ ।

ଆଜିର ରାଶିଫଳରେ ଆପଣଙ୍କ ପାଇଁ ଚାକିରି, ବ୍ୟାପାର, ପରିବାର ଓ ମିତ୍ରଙ୍କ ସହିତ ସମ୍ବନ୍ଧ, ସ୍ୱାସ୍ଥ୍ୟ ଓ ଦିନସାରା ହେଉଥିବା ଶୁଭ – ଅଶୁଭ ଘଟଣାର ଭବିଷ୍ୟଫଳ ହୋଇଥାଏ । ପଢନ୍ତୁ ଚନ୍ଦ୍ର ରାଶି ଉପରେ ଆଧାରିତ ୭ ଅଗଷ୍ଟ ୨୦୨୧ର ଦୈନିକ ରାଶିଫଳ । ସମସ୍ତ ୧୨ଟି ରାଶି ପାଇଁ କେମିତି ରହିବ ଆଜିର ଦିନ । କାହାକୁ ମିଳିବ ଖୁସି ଓ କେଉଁ ରାଶିକୁ ସମସ୍ୟାର ସାମ୍ନା କରିବାକୁ ପଡିପାରେ । ନିଜ ରାଶି ଅନୁସାରେ ଜାଣନ୍ତୁ କଣ କହିଥାଏ ଆଜିର ରାଶିଫଳ ।

ମେଷ:-

ରାଜନୀତିରେ ଫାଇଦା ଉଠାଇବେ । ପଢାପଢିରେ ମାନସିକ ଶାନ୍ତି ମିଳିବ । ବ୍ୟବସାୟରେ ଲାଭ ପାଇ ମନର ଅଶାନ୍ତି ଦୂରହେବ । କର୍ମକ୍ଷେତ୍ରରେ ସଙ୍କଟ ଜନକ ପରିସ୍ଥିତିର ଅବସାନ ଘଟିବ । ପରିବାରରେ ସାଧାରଣ ପରିବର୍ତ୍ତନ ଯୋଗେ ଆଶା ଆକାଂକ୍ଷା ପୂରଣ ହୋଇପାରିବ । ଆଇନ ଅଦାଲତ ଓ ପାରିବାରିକକ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ । ସାହିତ୍ୟ, ସମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ସାମାଜିକ ସ୍ତରରେ ନିଜର ଉପସ୍ଥିତି ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ହାସଲ କରିବେ । ଦାମ୍ପତ୍ୟ ସୁଖରେ ଶୁଖିହେବେ ।  ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ ।

ବୃଷ:-

ନିଜର ଯୋଜନା ମୁତାବକ କାର୍ଯ୍ୟକରିବେ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ । ପରିବାର ରେ ଅପ୍ରୀତିକର ପରିସ୍ଥିତି ଦୂରେଇ ଯିବ । ସଭାସମିତି, ସାହିତ୍ୟ ଓ କଳାରେ ପ୍ରଶଂସିତ ହେବେ । ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ । ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ । କାର୍ଯ୍ୟକ୍ଷେତ୍ରରେ ଓ ପରିବାରରେ ମାନସିକ ଶାନ୍ତି ମିଳିବ । କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ । ସଂଘର୍ଷ ଦ୍ଵାରା ସଫଳତା ମିଳିବ । ଦୂରସ୍ଥାନକୁ ଯାତ୍ରା କରି ଶାରୀରିକ ଅସୁସ୍ଥତା ଅନୁଭବ କରିବେ ।  ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-

ଜଗାଜମି, ଗୃହ ଉପକରଣ କ୍ରୟ କରିବେ । ଋଣପ୍ରାପ୍ତି ଓ ଋଣମୁକ୍ତିର ରାସ୍ତା ପରିଷ୍କାର ହେବ । ସ୍ଵାସ୍ଥ୍ୟରେ ଉନ୍ନତି ପରି ଲିଖିତ ହେବ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ସେବାକାରୀମାନଙ୍କ କଠିନ ପରିଶ୍ରମ ଦ୍ଵାରା ଯଶମାନ ସମ୍ମାନ ମିଳିବ । ଅଧିକାରୀଙ୍କଠାରୁ ସହଯୋଗ ମିଳିବ । ସନ୍ତାନଙ୍କ ଉନ୍ନତି ଚିନ୍ତାରେ ମାନସିକ ଶାନ୍ତି ବୃଦ୍ଧି ହେବ । ନିର୍ମାଣମୂଳକ ଯୋଜନାରେ ଆଗେଇବେ । ଶତ୍ରୁବାଧା ଦୂରେଇ ଯିବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ । ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ ।  ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ ।

କର୍କଟ:-

ବନ୍ଧୁ ମିତ୍ରଙ୍କର ସହଯୋଗ ପାଇ ସୁଖ ସମୃଦ୍ଧି ବୃଦ୍ଧି ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । କର୍ମକ୍ଷେତ୍ର ରେ ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିତିକୁ ନିଜ ତରଫରେ ନେଇ ପ୍ରଶଂସା ପାଇବେ । ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ଶିଳ୍ପ, ବାଣିଜ୍ୟ ଓ ପରିବହନ ବ୍ୟବସାୟରେ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ ଯଶ ପାଇବେ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ବନ୍ଧୁମାନଙ୍କ ସାହାଯ୍ୟ ନେଇ ପାରିବାରିକ ତିକ୍ତତାର ସମାପ୍ତି ହେବ । ପଦୋନ୍ନତି ସହ ନୂତନ କର୍ମପ୍ରାପ୍ତି ହେବ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ସିଂହ:-

କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବ । ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳତା ହେବ । ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ରୋଜଗାର ସମସ୍ୟା ସୁଧୁରି ଯିବ । ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ । ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳିବ । ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ପଢିବା, ପଢେଇବାରେ ସଫଳତା ମିଳିବ । ପାରିବାରିକ କ୍ଷେତ୍ରରେ କିଛି ଅସୁବିଧା ଥିଲେ ସମାଧାନ କରିପାରିବେ । ଆୟର ସ୍ରୋତ ଖୋଲିଯିବ । ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ । ବ୍ୟବସାୟ ବାଣିଜ୍ୟ ଓ ପରିବହନକ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ ।  ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।

କନ୍ୟା:-

ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ । ସନ୍ତାନର ଶିକ୍ଷା ପାଇଁ ଦୂର ଯାତ୍ରା କରିବାକୁ ପଡ଼ିବ । ପାଖରେ ଥିବା ସାଥୀ ଓ ପ୍ରିୟଜନଙ୍କୁ ଆର୍ଥିକ ସାହାଯ୍ୟ ସହଯୋଗ କରିବାକୁ ବାଧ୍ୟ ହେବେ । ସୁବିଧା ବାଦକୁ ଆପଣେଇ ନେଇ ମନବିକାର ଦୂରହେବ । ଛାତ୍ରଛାତ୍ରୀମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ ।  ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ତୁଳା:-

ଯଶକୀର୍ତ୍ତୀ, ମାନସମ୍ମାନ, ପ୍ରତିଷ୍ଠା ପ୍ରତିପତ୍ତିରେ ବୃଦ୍ଧି ହେବ । ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ । ବ୍ୟବସାୟରେ ସଫଳତା ଅର୍ଜନ କରିବେ । ମହିଳାମାନେ ଉଚିତ୍ ପନ୍ଥା ଗ୍ରହଣ କରିବେ । ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ । ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ । ଜମି ଜମା ସଙ୍କ୍ରାନ୍ତିୟ ପଟ୍ଟା, ଦସ୍ତାବେଜ ଏବଂ ଅନୁବନ୍ଧନ ଆଦିରେ ସଫଳତା ମିଳିବ । ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି କରି ପାରିବେ ।  ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ବିଚ୍ଛା:-

ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧି ହେବ । ନୂତନ ଯୋଜନା ପ୍ରସ୍ତୁତ କରି ବ୍ୟବସାୟରେ ଆୟ ଉପାର୍ଜ୍ଜନର ବୃଦ୍ଧି ହେବ । କର୍ମ କ୍ଷେତ୍ରରେ ଉଚ୍ଚାଧିକାରୀଙ୍କ ସହଯୋଗରେ ଉନ୍ନତି ହେବ । ଦାମ୍ପତ୍ୟ ସୁଖରେ ପ୍ରସନ୍ନତା ଅନୁଭୂତି ହେବ । ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ । ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢି ପାରିବେ । ଖେଳ, କୁଦ ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । ବନ୍ଧୁଙ୍କ ସାହାଯ୍ୟ କ୍ରମେ ମାଲିମୋକଦ୍ଦମାରେ ବିଜୟୀ ହେବେ । ଦୂରଯାତ୍ରାରେ ସଫଳତା ମିଳିବ ଓ ଆକସ୍ମିକ ଧନଲାଭ ହେବ ।  ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ ।

ଧନୁ:-

ମିତ୍ରମାନଙ୍କଦ୍ୱାରା ଅନେକ କାର୍ଯ୍ୟରେ ଓ ବ୍ୟବସାୟ କାର୍ଯ୍ୟଗୁଡ଼ିକ ଲାଭଦାୟକ ହେବ । ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ପରିବାରରେ ମାନ ମନାନ୍ତର ଦୂର ହେବ । କର୍ମକ୍ଷେତ୍ରରେ ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ । ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ । ବ୍ୟବସାୟୀକ କ୍ଷେତ୍ରରେ ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା, ପ୍ରତିଯୋଗିତାରେ ସଫଳତା ମିଳିବ । ମାନସିକ ଶାନ୍ତି ଓ ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ ।  ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ ।

ମକର:-

ସରକାରୀ କାମରେ ସଫଳତା ପାଇବେ । ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ । ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ । ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଆଜି ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ । ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ । ସାମାଜିକ ପତିଆରା ଅମଳିନ ରହିବ । ଛାତ୍ର ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ଦେଇ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ । ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ ।  ପ୍ରତିକାର- ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ ।

କୁମ୍ଭ:-

ବ୍ୟାପାର ଓ କାରବାରରେ ସୁଧାର ଆସିବ । ଟଙ୍କାର ଆବଶ୍ୟକତା ପୂରଣ ହେବ । ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ । ଅଧିକାରୀ କାମରେ ପ୍ରସନ୍ନ ରହିବେ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । କର୍ମ ସମ୍ବନ୍ଧିତ ଯାତ୍ରା କରିବାକୁ ପଡିବ । ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତା ରେ ନୂତନପନ୍ଥା ଅନୁସରଣ କରିବେ । ବ୍ୟବହାରିକ ଜ୍ଞାନ କୌଶଳ ପ୍ରୟୋଗ କରି ଲାଭବାନ୍ ହେବେ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଙ୍ଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମୀନ:-

ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ । ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଭାବନାର ବଶୀଭୂତ ହୋଇ ଜାମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ କଷ୍ଟ ଅନୁଭବ କରିବେ । ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହେବ ଓ ପନିପରିବା ଚାଷି ଏବଂ ବ୍ୟବସାୟୀମାନେ ପ୍ରଚୁର ଲାଭ ପାଇବେ । ଭ୍ରମଣ ରାଜନୀତି, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭପାଇବେ । ପିଲାମାନଙ୍କ ସମସ୍ୟା ବିଷୟରେ ଚିନ୍ତା କରିବେ । ବିଦ୍ୟାରେ ମଧ୍ୟମଫଳ, ରାଜନୀତିରେ ପ୍ରଶଂସିତ ହେବେ ।  ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ ।