ଆଜିର ରାଶିଫଳ, 7 ସେପ୍ଟେମ୍ବର 2021, ମଙ୍ଗଳବାର, ବଜରଙ୍ଗବଲିଙ୍କ କୃପା ରହିବ ଏହି ୬ଟି ରାଶି ଉପରେ, ଆର୍ଥିକ ସ୍ଥିତିରେ ହେବ ବଡ ପରିବର୍ତ୍ତନ

ଦୈନିକ ରାଶିଫଳ ଚନ୍ଦ୍ର ଗ୍ରହର ଗଣନା ଉପରେ ଆଧାରିତ ହୋଇଥାଏ । ଆଜିର ରାଶିଫଳ ବିଷୟରେ କହିବା ସମୟରେ ପାଞ୍ଜିର ଗଣନା ଓ ସଠିକ ଖଗୋଲୀୟର ବିଶ୍ଲେଷଣ କରାଯାଇଥାଏ । ଆମର ଏହି ଦୈନିକ ରାଶିଫଳରେ ସମସ୍ତ ୧୨ଟି ରାଶି ଗୁଡିକ ଭବିଷ୍ୟତ କୁହାଯାଇଥାଏ । ଏହି ରାଶିଫଳକୁ ପଢି ଆପଣ ନିଜର ଦୈନିକ ଯୋଜନାକୁ ସଫଳ କରି ପାରିବେ ।

ଆଜିର ରାଶିଫଳରେ ଆପଣଙ୍କ ପାଇଁ ଚାକିରି, ବ୍ୟାପାର, ପରିବାର ଓ ମିତ୍ରଙ୍କ ସହିତ ସମ୍ବନ୍ଧ, ସ୍ୱାସ୍ଥ୍ୟ ଓ ଦିନସାରା ହେଉଥିବା ଶୁଭ – ଅଶୁଭ ଘଟଣାର ଭବିଷ୍ୟଫଳ ହୋଇଥାଏ । ପଢନ୍ତୁ ଚନ୍ଦ୍ର ରାଶି ଉପରେ ଆଧାରିତ ୭ ସେପ୍ଟେମ୍ବର ୨୦୨୧ର ଦୈନିକ ରାଶିଫଳ । ସମସ୍ତ ୧୨ଟି ରାଶି ପାଇଁ କେମିତି ରହିବ ଆଜିର ଦିନ । କାହାକୁ ମିଳିବ ଖୁସି ଓ କେଉଁ ରାଶିକୁ ସମସ୍ୟାର ସାମ୍ନା କରିବାକୁ ପଡିପାରେ । ନିଜ ରାଶି ଅନୁସାରେ ଜାଣନ୍ତୁ କଣ କହିଥାଏ ଆଜିର ରାଶିଫଳ ।

୧-ମେଷ

କୌଣସି ପ୍ରକାରେ ଉଚ୍ଚମାନ୍ୟତା ରକ୍ଷା କରି ଆର୍ଥିକ ସ୍ଥିତିକୁ ସୁଦୃଢ କରିପାରିବେ । କର୍ମକ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବେ । ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚ ରହିବ । ରାଜନୀତି କ୍ଷେତ୍ରରେ ମାନ ସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ଆୟବୃଦ୍ଧି ଯୋଗେ ଆର୍ଥିକ ସଙ୍କଟ ଦୂର ହେବ । ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ । ଉଚ୍ଚଶିକ୍ଷା ଅଧ୍ୟୟନ ପାଇଁ ବିଦେଶ ଯାତ୍ରାପାଇଁ ଯୋଗା ଯୋଗ କରି ପାରନ୍ତି । ମହିଳାମାନେ ଭଲ କାମ କରି ସୁଖରେ ଦିନଟି ବିତାଇବେ ।

୨-ବୃଷ

ମହିଳାମାନେ ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ । ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । ରାଜନୈତିକ କ୍ଷେତ୍ରରେ ଠିକ୍ ନିଷ୍ପତି ନେବେ । ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ବ୍ୟବସାୟ ପାଇଁ ଦୂରଯାତ୍ରା କରି ଆଶାତୀତ ଲାଭପାଇ ମନ ଖୁସି ରହିବ । ପାରିବାରିକକ୍ଷେତ୍ରରେ ବୁଝାମଣା ଠିକ୍ ରହିବ । କଳକାରଖାନା ଓ ଶିଳ୍ପ ପ୍ରଭୃତିର ମାଲିକମାନେ ଏବଂ କଣ୍ଟ୍ରାକ୍ଟରମାନେ ଆନନ୍ଦିତ ହେବେ ।

୩-ମିଥୁନ

ସାମାଜିକ ସ୍ତରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ । ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ । ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପାଇବେ । ଆକସ୍ମିକ ଧନ ପ୍ରାପ୍ତି ହେବ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ପାରିବାରିକ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସମାଧାନ କରି ପ୍ରଶଂସିତ ହେବେ । ରାଜନୀତି କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବ ଓ ସହକର୍ମୀ ମାନଙ୍କର ସମର୍ଥନ ସାହାଯ୍ୟ ସହଯୋଗ ମିଳିବ ।

୪-କର୍କଟ

ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ଦ୍ୟ ପୂର୍ଣ୍ଣ ସଂପର୍କ ରହିବ । ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହେବେ । ବନ୍ଧୁ, ମିତ୍ର ଏବଂ ଉଚ୍ଚପଦାଧି କାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ । ଅଧିକ ପରିଶ୍ରମ କରି ଅତ୍ୟଧିକ ଲାଭ ପାଇବେ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ । ରାଜନୈତିକ କ୍ଷେତ୍ରରେ ବିଜୟୀ ହେବେ । ପେଶା, ବ୍ୟବସାୟ, ଭାଗୀଦାରୀ ଓ ବନ୍ଧୁମିତ୍ରଙ୍କଦ୍ଵାରା ଲାଭବାନ ହେବେ । କର୍ମକ୍ଷେତ୍ରରେ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନଲାଭ ଓ ବହୁବିଧ ସୁଯୋଗ ପାଇବେ । କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ ।

୫-ସିଂହ

ଯାନ, ବାହନ, ଜାଗା, ଜମି, ଗୃହପୋକରଣ ଆଦି କ୍ରୟ କରିବା ପାଇଁ ଋଣ କରିଲେ ଋଣ ମିଳିଯିବ । ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ । ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ । ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ନୂତନ ଲୋକଙ୍କ ସହ ବନ୍ଧୁତ୍ୱ ସ୍ଥାପନ ହେବ । ରାଜନୀତି କ୍ଷେତ୍ରରେ ଉନ୍ନତି ଓ ଅଗ୍ରଗତିର ସୁଯୋଗ ପାଇବେ । ନୂତନ ବ୍ୟବସାୟ ଆରମ୍ଭ କଲେ ଲାଭବାନ ହେବେ ।

୬-କନ୍ୟା

ସ୍ଥଗିତଥିବା କର୍ମଟି ପୂରଣ କରିବାପାଇଁ ଆର୍ଥିକ ସଙ୍କଟ ଦୂରେଇ ଯିବ । କୌଣସି ନୂତନ କର୍ମ କରୁଥିଲେ ସେଥିରେ ବିଜୟୀ ହେବେ । ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦ ଅନୁଭବ କରିବେ । ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଅଧିକ ଲାଭ ପାଇବେ । ବାକ୍ୟ ସଂଯମତା ରଖିଲେ ମାଲିମୋକଦ୍ଦମାରେ ବିଜୟ ସୁନିଶ୍ଚିତ । ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବ । ଯେକୌଣସି ନୂତନକାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ ଅତ୍ୟନ୍ତ ଶୁଭ ।

୭-ତୁଳା

ଯୌଥ ପରିବାର ସମ୍ପର୍କୀୟ ଘଟଣା ଯୋଗୁଁ ବିଶେଷ ବ୍ୟସ୍ତ ରହିବେ । ଶୁଭ କାମ କରି ପ୍ରଶଂସିତ ହେବେ । ସଭାସମିତିରେ ସାହିତ୍ୟ ଚର୍ଚ୍ଚାରେ ସଫଳତା ମିଳିବ । ଆତ୍ମୀୟ ସ୍ଵଜନଙ୍କ ପାଇଁ ଭୋଗ ବିଳାସଦ୍ରବ୍ୟ ଓ ଗୃହୋପକାରଣ କ୍ରୟକରିବେ । ଦୂରଯାତ୍ରା କରିବା ଦ୍ଵାରା ଅସୁସ୍ଥତା ଅନୁଭବ କରିବେ । ସାଧାରଣ କଥାକୁ ନେଇ ମନରେ ବିରକ୍ତିଭାବ ପ୍ରକାଶ ପାଇବ । ରାଜନୀତି, ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ । ବନ୍ଧୁ ମିତ୍ର ଦେଇଥିବା ପ୍ରତିଶୃତି ରକ୍ଷା କରିବା ଫଳରେ ମାନ-ପ୍ରତିଷ୍ଠା ବଢିବ । ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଦେଖାଦେବ ।

୮-ବିଚ୍ଛା

ଅତି ନିକଟର ବନ୍ଧୁବାନ୍ଧବଙ୍କ ସହ ଅତି ପ୍ରିୟତା ସୃଷ୍ଟିହେବ । ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ । ରାଜନୀତି କ୍ଷେତ୍ରରେ ଇଛା ନ ଥିଲେ ମଧ୍ୟ କେତେକ କର୍ମ କରିବାକୁ ବାଧ୍ୟ ହେବେ । ମାଲିମୋକଦ୍ଦମାରେ ସଫଳତା ମିଳିବ । ପିଲାମାନଙ୍କ ପାଠପଢା ନେଇ ଖୁସି ରହିବେ । ଅତିରିକ୍ତ ଆୟର ଦରକାର ଅନୁଭବ ହେବ । ବ୍ୟବସାୟରେ ଭାଗୀଦାରୀମାନଙ୍କ ସହ ମତାନ୍ତର ମନାନ୍ତର ଦୂରେଇ ଯିବ । କାରବାରରେ ଉତ୍ଥାନ ହେବା ଫଳରେ ବ୍ୟବସାୟର ପରିବର୍ତ୍ତନ କରିବାର ଇଚ୍ଛା ଜାଗ୍ରତ ହେବ ।

୯-ଧନୁ

ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । ଆୟ ଅପରିବର୍ତ୍ତିତ ରହିବ । ଶତ୍ରୁବାଧା ଦୂରେଇ ଯିବ । ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ । କର୍ମକ୍ଷେତ୍ରରେ ସଙ୍କୁଚିତ ହେଲେମଧ୍ୟ ସ୍ଵାଭିମାନକୁ ବଜାୟ ରଖି କର୍ମୋନ୍ନତି ଭାଗ୍ୟୋନ୍ନତି କରି ପାରିବେ । ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ । ଆୟ ଉପାର୍ଜ୍ଜନର ବୃଦ୍ଧି ହେବାସହ ଋଣରୁ ମୁକ୍ତି ମିଳିବ । ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ନିର୍ମାଣମୂଳକ ଯୋଜନାରେ ଆଗେଇବେ ।

୧୦-ମକର

ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ । ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ । ମାନସିକ ଶାନ୍ତି ଅନୁଭବ କରିବେ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ଆୟ ଊତ୍ତମ ସ୍ଥଳେ କେତେକ ବାଧା ପ୍ରତିବନ୍ଧକର ସାମ୍ନା କରିବାକୁ ପଡିବ । ଶେଷ କରିବାକୁ ଚାହୁଁଥିବା କର୍ମଟି ପୂରଣ ହୋଇଯିବ । ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଆଶାତୀତ ଲାଭହେବ । ପରିବାରରେ ମନୋମାଳିନ୍ୟ ବା ବିହିନ୍ନ ପ୍ରକାର ସମସ୍ୟାଥିଲେ ଚେଷ୍ଟାକଲେ ମେଣ୍ଟିଯିବ ।

୧୧-କୁମ୍ଭ

କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ । ବନ୍ଧୁ ମିତ୍ରଙ୍କ ଆଗମନ ହେବ ଓ ବନ୍ଧୁଙ୍କର କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ । ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ବିଜୟ ହେବ । ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ । ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି । ସମସ୍ତ କ୍ଷେତ୍ରରେ ଖୁସି ମିଳିବ । ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସି ଶାରୀରିକ କଷ୍ଟ ଦୂର ହେବ । ଅଟକିଥିବା କାର୍ଯ୍ୟ ପୂରଣ ହେବ । ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନୂଆ ଚାକିରୀ ହେବାର ଅଫର୍ ମିଳି ପାରେ ।

୧୨-ମୀନ

ଗୃହ, ଜମି ଓ ପାରିବାରିକ ସମସ୍ୟାରେ ପରିବର୍ତ୍ତନ ଆସିବ । ଛାତ୍ର-ଛତ୍ରୀମାନେ ପରିଶ୍ରମ କରିବା ଫଳରେ ପ୍ରଶଂସା ପାଇବେ । ମହିଳାମାନେ ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ । ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ପୁରାତନ ବନ୍ଧୁ ଓ ଅଚିହ୍ନା ଲୋକଙ୍କଠାରୁ ସାହାଯ୍ୟ ପାଇ ଧନ୍ୟ ହେବେ । ବାଦ-ବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ । କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ ।