ଆଜିର ରାଶିଫଳ, 8 ଜାନୁଆରୀ 2021, ଶୁକ୍ରବାର, ମା ଦୂର୍ଗାଙ୍କ ଆଶୀର୍ବାଦ ରହିବ ଏହି ୬ଟି ରାଶି ଉପରେ, ହେବ ଧନଲାଭ

ଦୈନିକ ରାଶିଫଳ ଚନ୍ଦ୍ର ଗ୍ରହର ଗଣନା ଉପରେ ଆଧାରିତ ହୋଇଥାଏ । ଆଜିର ରାଶିଫଳ ବିଷୟରେ କହିବା ସମୟରେ ପାଞ୍ଜିର ଗଣନା ଓ ସଠିକ ଖଗୋଲୀୟର ବିଶ୍ଲେଷଣ କରାଯାଇଥାଏ । ଆମର ଏହି ଦୈନିକ ରାଶିଫଳରେ ସମସ୍ତ ୧୨ଟି ରାଶି ଗୁଡିକ ଭବିଷ୍ୟତ କୁହାଯାଇଥାଏ । ଏହି ରାଶିଫଳକୁ ପଢି ଆପଣ ନିଜର ଦୈନିକ ଯୋଜନାକୁ ସଫଳ କରି ପାରିବେ । ଆଜିର ରାଶିଫଳରେ ଆପଣଙ୍କ ପାଇଁ ଚାକିରି, ବ୍ୟାପାର, ପରିବାର ଓ ମିତ୍ରଙ୍କ ସହିତ ସମ୍ବନ୍ଧ, ସ୍ୱାସ୍ଥ୍ୟ ଓ ଦିନସାରା ହେଉଥିବା ଶୁଭ – ଅଶୁଭ ଘଟଣାର ଭବିଷ୍ୟଫଳ ହୋଇଥାଏ । ପଢନ୍ତୁ ଚନ୍ଦ୍ର ରାଶି ଉପରେ ଆଧାରିତ ୮ ଜାନୁଆରୀ ୨୦୨୧ର ଦୈନିକ ରାଶିଫଳ । ସମସ୍ତ ୧୨ଟି ରାଶି ପାଇଁ କେମିତି ରହିବ ଆଜିର ଦିନ । କାହାକୁ ମିଳିବ ଖୁସି ଓ କେଉଁ ରାଶିକୁ ସମସ୍ୟାର ସାମ୍ନା କରିବାକୁ ପଡିପାରେ । ନିଜ ରାଶି ଅନୁସାରେ ଜାଣନ୍ତୁ କଣ କହିଥାଏ ଆଜିର ରାଶିଫଳ ।

ମେଷ-

ଆଧ୍ୟାତ୍ମିକ ଓ ବୌଦ୍ଧିକ ଶକ୍ତି ଜାଗ୍ରତ ହେବ । ଅଧ୍ୟୟନ, ଅନୁସନ୍ଧାନ, ଧ୍ୟାନ ଓ ପ୍ରାର୍ଥନା ପାଇଁ ସମୟ ଦେବେ । ପରିବାରରେ କାହାର ସ୍ଵାସ୍ଥ୍ୟରେ ଉନ୍ନତି ଦେଖାଦେବ । ସହଜ ସରଳରେ ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ଦୂରଯାତ୍ରା କରିବେ ଓ ଆତ୍ମବିଶ୍ଵାସରେ ବୃଦ୍ଧି ହେବ । କଠିନ ପରିଶ୍ରମ ଦ୍ଵାରା ସଫଳତା ପାଇବେ । ଏକ ସମୟରେ ଅନେକ ଗୁଡ଼ିଏ କାର୍ଯ୍ୟବ୍ୟସ୍ତତା ଭିତରେ ରହି ନିଜର ମାନସିକ-ଭାରସାମ୍ୟ ହରାଇବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ-

ଆର୍ଥିକକ୍ଷେତ୍ରରେ ଉନ୍ନତି ହେବ । ଜନସମ୍ପର୍କ ସୁଦୃଢ ହେବା ଫଳରେ ଯାହା ଚିନ୍ତା କରିବେ ତାହା ପୂରଣ ହେବ । ବ୍ୟକ୍ତିତ୍ୱର ପ୍ରଭାବ ବୃଦ୍ଧି ପାଇବା ସହ ଲାଭବାନ ହେବେ । କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ । ସମସ୍ୟା ଗୁଡ଼ିକ ଆପଣାଛାଏଁ ସମାଧାନ ହୋଇଯିବାରୁ ମନ ହାଲୁକା ହୋଇଯିବ । ପରିବାରରେ ଆଦରଣୀୟ ହୋଇ ସୁଖି ହେବେ । ବୌଦ୍ଧିକ କ୍ଷମତାରେ ବୃଦ୍ଧି ହେବ, କୌଣସି ମିତ୍ରଙ୍କ ଉପଦେଶ କାମରେ ଲାଗିବ । ପ୍ରତିକାର- ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମିଥୁନ-

ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ । ପ୍ରତିଯୋଗିତା କ୍ଷେତ୍ରରେ ଜୟଯୁକ୍ତ ହେବେ । ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବାର ପ୍ରଯତ୍ନ କରିବେ । ମିତ୍ରମାନେ ପରାମର୍ଶ ଦେଇ କିଛି ସମସ୍ୟା ମୂଳକ କାମ ସମାଧାନ କରାଇ ପାରନ୍ତି । କାମଗୁଡ଼ିକୁ ଯଥାଶୀଘ୍ର ଶେଷ କରିବାରେ କିଛି ଅସୁବିଧା ହେବ ନାହିଁ । ଆଇନ, ଅଦାଲତ ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ସମସ୍ୟା ଦୂର ହୋଇ ପାରେ । ଆୟ ବ୍ୟୟ ପ୍ରାୟତଃ ସମାନ ରହିବ । ପ୍ରତିକାର- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

କର୍କଟ-

ସାମାଜିକ କଲ୍ୟାଣ କାର୍ଯ୍ୟରେ ଅପ୍ରତ୍ୟାଶିତ ଘଟଣା ଘଟିବ । ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟା ସମାଧାନ ହୋଇ ଧନସମ୍ପତ୍ତି ବୃଦ୍ଧି ପାଇବ । ରାଜନୀତି କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ବ୍ୟବସାୟୀ ମାନେ ସ୍ଥଳ ବିଶେଷରେ ବିନା ପରିଶ୍ରମରେ ଅଧିକ ଲାଭବାନ ହେବା ନିମନ୍ତେ ଅନ୍ୟମାନଙ୍କୁ ସିଡି ରୂପେ ବ୍ୟବହାର କରିବେ । ପୁରାତନ ରୋଗର ଉନ୍ନତି ପରିଲକ୍ଷିତ ହେବ । ଠିକାଦାର ଓ ଘରୋଇ କର୍ମରତଥିବା ବ୍ୟକ୍ତି ମାନଙ୍କର ଅନେକ ଶୁଭହେବ । ପ୍ରତିକାର- ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ସିଂହ-

ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ । କର୍ମକ୍ଷେତ୍ରରେ କିଛି ନୂଆ ସୁଯୋଗ ଆସିବ ଓ ରାଜକୀୟ ସମ୍ମାନ ପାଇବେ । ପ୍ରବାସ ଯାତ୍ରାରେ ଲାଭବାନ୍ ହେବେ । ଶିକ୍ଷାକ୍ଷେତ୍ରରେ ଉଚ୍ଚଶ୍ରେଣୀ ପାଇବେ ଏବଂ ଉଚ୍ଚଶିକ୍ଷା ପାଇବାର ସୁଯୋଗ ମଧ୍ୟ ପାଇ ପାରିବେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର, ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

କନ୍ୟା-

ସାମାଜିକ କଲ୍ୟାଣ କାର୍ଯ୍ୟରେ ଯୋଗଦାନ କରି ଉତ୍ସାହ ଉଦ୍ଦିପନାରେ ଆଗେଇ ପାରିବେ । କୋର୍ଟ କଚେରୀ ସମ୍ବନ୍ଧୀୟ ମାମଲା ଆପଣଙ୍କ ସପକ୍ଷରେ ଆସିବ । ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢ଼ୀଭୂତ ହେବ । ଯୁକ୍ତିତର୍କରେ ଦକ୍ଷତା ସହ ବ୍ୟବହାରିକ ବିଜ୍ଞାନ ଓ ଦର୍ଶନର ଗଭୀରତା ଭିତରକୁ ଟାଣିହୋଇ ଯିବେ । ବାଦବିବାଦ, ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ । ପ୍ରତିକାର- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ତୁଳା-

ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ବିଦ୍ୟାରେ ଉନ୍ନତି ହେବା ସହ ଉଚ୍ଚ ବିଦ୍ୟା ଅଧ୍ୟୟନ ପାଇଁ ସୁଯୋଗ ପାଇବେ । ଅଧିକାରୀଙ୍କଠାରୁ ସହଯୋଗ ମିଳିଲେ ମଧ୍ୟ ସଂଘର୍ଷ ଦ୍ଵାରା ସଫଳତା ମିଳିବ । ତରବରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କାମ କରିବା ଉଚିତ୍ । ନିଜର ଆତ୍ମନିରୀକ୍ଷଣ, ମନୋବୈଜ୍ଞାନିକ ତଥ୍ୟ, ଅନ୍ୱେଷଣ, ଅନ୍ତର୍ଦୃଷ୍ଟି ଏବଂ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତ ଜାଗ୍ରତ ହେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା-

ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ନିମ୍ନବର୍ଗ ଲୋକଙ୍କ ଠାରୁ ସମ୍ମାନ ପାଇବା ସମ୍ଭବ ହେବ । ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ । ବିଚାର ବିଭାଗ ରାୟ ସପକ୍ଷରେ ଯିବ । ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ । ପାରିବାରିକ ଜୀବନରେ ଶାନ୍ତି ଶୃଙ୍ଖଳା ବଜାୟ ରହିବା ଫଳରେ ଦାମ୍ପତ୍ୟ ସୁଖ ବୃଦ୍ଧି ହେବା ସହ ଆମୋଦ ପ୍ରମୋଦ, ଆଡମ୍ବରରେ ଆଗ୍ରହ ବଢିବ । ପଡାପଡୋଶୀ ବନ୍ଧୁ ମିତ୍ରଙ୍କ ବ୍ୟବହାରରେ ମନ ବିଚଳିତ ହେବ । ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ ।

ଧନୁ-

ବ୍ୟବସାୟରେ କର୍ତ୍ତୁତ୍ଵ ଜାରି ରଖି ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ । ବିବାଦମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା ମଧ୍ୟେ ସମୟ ବିତିବ ଓ ଅର୍ଥାଗମ ଦିଗ ଖୋଲା ରହିବ । ଛାତ୍ରଛାତ୍ରୀମାନେ ପ୍ରତିଯୋଗୀତା ମୁଳକ କ୍ଷେତ୍ରକୁ ସାହସର ସହିତ ଲମ୍ଫ ଦେବେ । ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରି ପାରିବେ । ଧନସମ୍ପଦରେ ଅଭିବୃଦ୍ଧି ତଥା ଗୃହବାହନ ପ୍ରାପ୍ତି ହେବ । ପ୍ରତିକାର- ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମକର-

ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ । ବ୍ୟବସାୟରେ ଗୁରୁ ଦାୟିତ୍ୱ ବହନ କରି, କଠିନ ପରିଶ୍ରମ କରିବାକୁ ପଡିବ । ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ରୋଜଗାର ସମସ୍ୟା ସୁଧୁରି ଯିବ । ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ପଢିବା, ପଢେଇବାରେ ସଫଳତା ମିଳିବ । ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ବିବାଦରୁ ମୁକ୍ତ ହେବେ । ନିଜର ଇଚ୍ଛା ବିରୋଧରେ କୌଣସି କାର୍ଯ୍ୟ କରିବା ଅନୁଚିତ୍ । ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ ।

କୁମ୍ଭ-

ପାରିବାରିକ କ୍ଷେତ୍ରରେ କିଛି ଅସୁବିଧା ଥିଲେ ସମାଧାନ କରିପାରିବେ । ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢି ପାରିବେ । ବେମାର, ବୃଦ୍ଧଜନ ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ । ଦାମ୍ପତ୍ୟ ସୁଖରେ ପ୍ରସନ୍ନତା ଅନୁଭୂତି ହେବ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ବ୍ୟକ୍ତିତ୍ଵ ଓ ପ୍ରତିଭା ବଳରେ ଲୋକ ପ୍ରିୟତା ଅର୍ଜ୍ଜନ କରି ଯଶଲାଭ, ଆର୍ଥିକ ଉନ୍ନତି, ଶୁଭ ସମ୍ବାଦ ପ୍ରାପ୍ତିହେବ । ପ୍ରତିକାର- ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ମୀନ-

ଋଣରୁ ମୁକ୍ତି, ଗୃହବାହନ ପ୍ରାପ୍ତି, ପରିଜନ ଓ ସାଧୁଜନପ୍ରିୟ ହୋଇ ସୁଖଭୋଗ କରିବେ । ନୂତନ ଲୋକଙ୍କ ସହିତ ଭେଟ ହୋଇ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବ । ସାମାଜିକ କାର୍ଯ୍ୟରେ ଯୋଗଦାନ କରି ମାନସିକ, ବୌଦ୍ଧିକ, ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହୋଇ କ୍ଷମତା ଓ ଶକ୍ତି ବଳରେ ସମୟ ବିତାଇବେ । ଅନେକ ସୁଯୋଗ ହାତ ପାହାନ୍ତାରେ ପାଇବା ଫଳରେ ଉତ୍ସାହ ଉଦ୍ଦିପନା ବୃଦ୍ଧି ପାଇବ । ମିତ୍ରଙ୍କ ସାହାଯ୍ୟ ସହଯୋଗ ଅବିସ୍ମରଣୀୟ ରହିବ । ପ୍ରତିକାର- ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ । ଆଗକୁ ଆମ ସହିତ ରହିବା ପାଇଁ ପେଜକୁ ଲାଇକ କରନ୍ତୁ ।