ଆଜିର ରାଶିଫଳ, ୧୯ ଜାନୁୟାରୀ ୨୦୨୦, ରବିବାର, ସୂର୍ଯ୍ୟଦେବଙ୍କ କୃପା ବର୍ଷିବ ଏହି ୩ଟି ରାଶି ଉପରେ

୧ – ମେଷ

ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ । ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷାକରି ପ୍ରଶଂସିତ ହେବେ । ଶିଳ୍ପ, ବାଣିଜ୍ୟ, ଯାତ୍ରା, ପ୍ରଶାସନକ୍ଷେତ୍ରରେ କର୍ମରତ ଥିବା ବ୍ୟକ୍ତିମାନେ ସମସ୍ୟାକୁ ସୁଧାରି ନବା ଫଳରେ କର୍ମକ୍ଷେତ୍ର ସୁଦୃଢ଼ ହେବ । ଖେଳ ଓ ବିଦ୍ୟାରେ ଉନ୍ନତି ହେବ । ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ । ବନ୍ଧୁ, ମିତ୍ର ଏବଂ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ । ପ୍ରତିକାର– ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

୨ – ବୃଷ

ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହୋଇ ପାରେ । ବ୍ୟବସାୟିକ କ୍ଷେତ୍ରରେ ଆଶାଜନକ ଫଳପ୍ରାପ୍ତି ହେବ । ଲେଖକ, ପତ୍ରକାର, ସଙ୍ଗୀତଜ୍ଞ ଓ ସରକାରୀ କର୍ମରତ ଥିବା ବ୍ୟକ୍ତିମାନଙ୍କର ଅନେକ ଶୁଭହେବ । ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇ ପାରନ୍ତି । ବାଦବିବାଦ, ପରୀକ୍ଷା, ପ୍ରତିଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ରାଜନୈତିକ କ୍ଷେତ୍ରରେ ଅପବାଦ ଅପଯଶ ମିଳିପାରେ । ପିଲାମାନଙ୍କ କାର୍ଯ୍ୟପ୍ରତି ଦ୍ରୁଷ୍ଟି ରଖିବା ଉଚିତ୍ ହେବ । ତୀର୍ଥାଟନଯୋଗ ଥିବାରୁ ଯାତ୍ରାକାଳରେ ଯନ୍ତ୍ରଣା ଭୋଗି ପାରନ୍ତି । ପ୍ରତିକାର– କୁକୁରକୁ ଖାଇବାକୁ ଦିଅନ୍ତୁ ।

୩ – ମିଥୁନ

ଉଚ୍ଚଆଶା ସଫଳ ହେବ । ବିଚାର ବିଭାଗ ରାୟ ସପକ୍ଷରେ ଯିବ । ବ୍ୟବସାୟରେ ସଫଳତା ଅର୍ଜନ କରି ଆଶାତୀତ ଲାଭ ଉଠେଇବେ । ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ସାର୍ବଜନୀନ ସମ୍ପର୍କରେ ନିଜର ବ୍ୟକ୍ତିତ୍ଵ ବିକଶିତ ହେବ । ଧନସମ୍ପଦ, ବସ୍ତ୍ରଭୂଷଣ ଆଦି ଲାଭହେବ । ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ କରିବାକୁ ଚେଷ୍ଟା କରିବେ । ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବ । ପରିବାରରେ ମାନ ମନାନ୍ତର ଦୂର ହେବ । ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଆର୍ଥିକ ଦିଗରୁ ସୁବିଧା ପାଇବେ । ପ୍ରତିକାର: – କେଶର, ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।

୪ – କର୍କଟ

ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ନୁତନ କାର୍ଯ୍ୟ ନିର୍ଦ୍ୱୋନ୍ଦରେ ଆଗେଇ ନେବେ । ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ । କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ରାଜନୀତି କ୍ଷେତ୍ରରେ ଯଶମାନ ବୃଦ୍ଧିହେବ । ପରୀକ୍ଷା, ପ୍ରତିଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ । ମହିଳାମାନଙ୍କର ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ ଓ ପରିସ୍ଥିତିରେ ଉନ୍ନତି ଘଟିବ । ପ୍ରତିକାର–ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

୫ – ସିଂହ

ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ । ଉଚ୍ଚପଦସ୍ଥ ଅଫିସରମାନେ ସନ୍ତୋଷ ହେବେ । ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ ଓ ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ । ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ଅବସାନ ହେବ । ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ ଓ ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ରାଜନୈତିକ କ୍ଷେତ୍ରରେ ଦଦୁଲ୍ୟମାନ ପରିସ୍ଥିତି ଯୋଗୁ ବାଦ ବିବାଦଠାରୁ ଦୂରେଇ ରହିବା ଉଚିତ । ଅନାବଶ୍ୟକ ଖର୍ଚ୍ଚ ଓ ଭ୍ରମଣ ଯୋଗେ ବ୍ୟଥିତ ହେବେ । ପ୍ରତିକାର– ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

୬ – କନ୍ୟା

ସନ୍ତାନର ବିଦ୍ୟାରେ ଉନ୍ନତି ଖବର ପାଇ ଖୁସି ହେବେ । ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ । ଲେଖକ, ପତ୍ରକାର, ସଙ୍ଗୀତଜ୍ଞ ଓ ସରକାରୀ କର୍ମରତ ଥିବା ବ୍ୟକ୍ତିମାନଙ୍କର ଅନେକ ଶୁଭହେବ । ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇ ପାରନ୍ତି । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ । ଧର୍ମ କାର୍ଯ୍ୟରେ ଯୋଗଦେଇ ଦେବଦର୍ଶନ କରିବେ ଓ ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ । ଆୟକୁ ଚାହିଁ ବ୍ୟୟର ଅଟକଳ ନ କଲେ ଲୋକହସା ହେବେ । ପ୍ରତିକାର: – କୁକୁରକୁ ଖାଇବାକୁ ଦେବେ ।

୭ – ତୁଳା

ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ରାଜନୈତିକ କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ଓ ମାନ – ସମ୍ମାନ ବୃଦ୍ଧି ହେବ । ଶତ୍ରୁମାନେ ମିତ୍ରବତ କାର୍ଯ୍ୟ କରିବେ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ଆର୍ଥିକ ଦିଗରୁ ସୁବିଧା ପାଇବେ । ବ୍ୟବସାୟରେ ଅଧିକ ଲାଭ ହେବା ଫଳରେ ମାନସିକ ଶାନ୍ତି ଓ ଋଣଭାର ଲାଘବ ହେବ । ଉପରିସ୍ଥ ଅଧିକାରୀଙ୍କ କୃପା ଦୃଷ୍ଟିରେ ରହିପାରିବେ । ନୁତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେମାପି ଚାଖଣ୍ଡେ ଚାଲିବା ଉଚ୍ଚିତ୍ । ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ । ପ୍ରତିକାର: – ଅସହାୟାଙ୍କୁ ସାହାଯ୍ୟ କରନ୍ତୁ ।

୮ – ବିଚ୍ଛା

ପରିବାରରେ ମାନ ମନାନ୍ତର ଦୂର ହେବ । ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତିହେବ । କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ । ଉତ୍ତମ ରୋଜଗାର ହେବ । ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ । ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ । କର୍ମକ୍ଷେତ୍ରରେ ପଦୋନ୍ନତି ପାଇ ପାରନ୍ତି । ପରୀକ୍ଷା, ପ୍ରତି ଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ । ନୁତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେମାପି ଚାଖଣ୍ଡେ ଚାଲିବା ଉଚ୍ଚିତ୍ । ମନକୁ ଆଘାତ ଲାଗିଲାପରି କଥା ଶୁଣିବାକୁ ପାଇ ପାରନ୍ତି । ପ୍ରତିକାର – ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

୯ – ଧନୁ

ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ । ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହୋଇ ପାରନ୍ତି । କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବ । ପରିବାରରେ ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ । ଆର୍ଥିକ ସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ । ରାଜନୀତିରେ କୃତକାର୍ଯ୍ୟ ହେବେ । ପରୀକ୍ଷା, ପ୍ରତି ଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ । ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଧନଲାଭ ହେବ କିନ୍ତୁ ବ୍ୟୟ ମଧ୍ୟ ହେବ । ଯାହାର ବେଶି ଉପକାର କରିବେ ତାହାଦ୍ୱାରା ବେଶି ଆଘାତ ପାଇବେ । ପ୍ରତିକାର– ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

୧୦ – ମକର

ପାରିବାରିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ରାଜନୀତିରେ ପ୍ରଶଂସିତ ହେବେ । କର୍ମକ୍ଷେତ୍ରରେ ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚ ସମ୍ମାନ ପାଇବେ । ସାମାଜିକ ପତିଆରା ଅମଳିନ ରହିବ । ସୁଖ, ସମ୍ପତ୍ତି ଲାଭ ଓ ସାହାଯ୍ୟ ପ୍ରାପ୍ତି ହେବ । ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ ହେବ । ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସମାଧାନ କରି ପ୍ରଶଂସିତ ହେବେ । ବିଦ୍ୟା ଓ ଖେଳରେ ପ୍ରଶଂସିତ ହେବେ । ପ୍ରତିକାର– ଭୋକିଲା ଲୋକକୁ ନିରାଶ କରିବେ ନାହିଁ ।

୧୧ – କୁମ୍ଭ

ସୁଖ ଶାନ୍ତିରେ ଦିନଟି କାଟିବେ । ବିଦେଶ ଯାତ୍ରାରେ ଯଶ ଲାଭ ଓ ନୂତନ ବାହନଆଦି ପ୍ରାପ୍ତି ହେବାର ଯୋଗ ଅଛି । ସରକାରୀ କ୍ଷେତ୍ରରେ ଉନ୍ନତିହେବ । ଚାକିରି କ୍ଷେତ୍ରରେ ଉନ୍ନତି ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ବ୍ୟବସାୟରେ ଲାଭବାନ ହେବେ । ରାଜନୀତି କ୍ଷେତ୍ରରେ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତି ଜାଗ୍ରତହେବ । କୋର୍ଟ – କଚେରୀ ମାମଲା ଓ ବିବାଦ ଆପଣଙ୍କ ସପକ୍ଷରେ ରହିବ । ସନ୍ତାନଙ୍କ ପାଇଁ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ । ବାଦବିବାଦ, ମାଲିମକଦ୍ଦମା ଓ ସାକ୍ଷାତ୍କାରରେ ସଫଳତା ମିଳିବ । ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।

୧୨ – ମୀନ

ସ୍ୱାସ୍ଥ୍ୟ ଭଲ ରହିବ । ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି । କର୍ମ କ୍ଷେତ୍ରରେ ପଦୋନ୍ନତିର ସୁଯୋଗ ପାଇବେ । ନୂତନ ବାହନ, ଜାଗା, ଜମି, ଗୃହ ଆଦି କ୍ରୟ କରିବାର ଯୋଜନା କରିବେ । ସମୟକୁ ହାତ ଛଡ଼ା ନ କରିବା ଉଚିତ୍ । କାରଣ ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ନିର୍ମାଣକ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ । ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ପ୍ରତିକାର: – କୁକୁରଙ୍କୁ ଖାଦ୍ୟ ଦେବା ଉଚିତ୍ ।