ଆଜିର ରାଶିଫଳ, 1 ଅକ୍ଟୋବର 2019 ମଙ୍ଗଳବାର, ହନୁମାନ ଙ୍କ କୃପା ରହିବ ଏହି ୩ଟି ରାଶି ଉପରେ

୧-ମେଷ

ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ । ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ । ଅଚାନକ ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରି ପାରନ୍ତି । ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ । ଆଇନ ଅଦାଲତ ଓ ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ । ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ । ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ । ପ୍ରତେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ରହିବ । ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

୨-ବୃଷ

କଚେରି ମାମଲାର ଶୁଣାଣି ହେବ, ଯାହାକି ଆପଣଙ୍କ ସପକ୍ଷରେ ଯାଇପାରେ । ମହିଳାମାନେ ନୂତନ ପ୍ରସ୍ତାବ ଦେଇ ବନ୍ଧୁ ଗହଣରେ ଚର୍ଚ୍ଚିତ ହୋଇପାରନ୍ତି । ପ୍ରତ୍ୟେକ କ୍ଷେତ୍ରରେ କେବଳ କୌଶଳପୂର୍ଣ୍ଣ କଥା କହିବା ଦ୍ୱାରା କାମ ହାସଲ କରିପାରିବେ । ଅଫିସ୍ ରେ ଅଟକି ରହିଥିବା କାମଗୁଡ଼ିକ ସୁରୁଖୁରୁରେ ସମ୍ପନ୍ନ ହେବ । ବ୍ୟବସାୟ କ୍ଷେତ୍ରରେ ଆଶାଜନକ ସଫଳତା ହାସଲ କରିବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

୩-ମିଥୁନ

ଗୃହରେ ଧାର୍ମିକ କାର୍ଯ୍ୟ ପାଇଁ ଆୟୋଜନ କରିବେ । ବିରୋଧୀମାନେ ହଇରାଣ ହୋଇ ମଥାନତ କରିବେ । ନୂତନ କର୍ମ ନିଯୁକ୍ତି ପାଇବେ । ପରିବାର ଓ ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ । ଉଚ୍ଚଶିକ୍ଷା କ୍ଷେତ୍ରରେ ସଫଳ ହେବେ । କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ । ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ । ଶତୃମାନେ ପରାଜିତ ହେବେ ଏବଂ ଆୟରପନ୍ଥା ସହଜ ହେବ । ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ । ମହିଳା ମାନଙ୍କର ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ ।

୪-କର୍କଟ

ଅଚାନକ ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରନ୍ତି । ପ୍ରତେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ରହିବ । ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ । ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ । ପ୍ରେମସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୁରତା ସୃଷ୍ଟି ହେବ । ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ । ଅନ୍ୟମାନଙ୍କୁ ସାହାଯ୍ୟ କରିବେ, ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ । ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ ଓ ସମୟ ଆନନ୍ଦ ମୟହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

୫-ସିଂହ

ବିଦ୍ୟାକ୍ଷେତ୍ରରେ ପ୍ରତିଭାର ବିକାଶ ହେବ । ହଜିଯାଇଥିବା କିମ୍ବା ଖୋଜୁଥିବା ଜିନିଷ ଆଜି ମିଳିଯିବ । ମହିଳାମାନଙ୍କର ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ । କୌଶଳପୂର୍ଣ୍ଣ କାର୍ଯ୍ୟଶୈଳୀ ଓ ବିବେକାନୁମୋଦିତ ଚିନ୍ତାଧାରା ସାଙ୍ଗକୁ ଦୃଢ଼ ପଦକ୍ଷେପ ନେଇ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ । ଆନୁଷ୍ଠାନିକ କାମରେ ଦକ୍ଷତା ହେତୁ ବନ୍ଧୁମାନଙ୍କ ଦ୍ୱାରା ପ୍ରଶଂସିତ ହେବେ । ସୁଖ-ସମୃଦ୍ଧି ପ୍ରତି ବାଧାବିଘ୍ନ ଘଟିବା ଯୋଗେ ଉଦ୍ ବେଗ ଓ ଅଶାନ୍ତି ବୃଦ୍ଧିହେବ । କର୍ମକ୍ଷେତ୍ରରେ ଅପ୍ରିୟ ସତ୍ୟ ପ୍ରକାଶ କରି ବିବାଦୀୟ ପରିସ୍ଥିତିକୁ ଟାଣିହୋଇ ଯିବେ । ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ ।

୬-କନ୍ୟା

ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବା ଫଳରେ ସଫଳତା ଅର୍ଜନକରିବେ । ପାରିବାରିକ ସ୍ଥିତି ସାମାନ୍ୟ ବଦଳିବ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଆୟ ବୃଦ୍ଧିହେବ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ ।

୭-ତୁଳା

ସାମାଜିକ କ୍ଷେତ୍ରରେ ଉତ୍ସାହ ଓ ଯୋଗ୍ୟତାରେ ଯୋଡି ହେବେ । କିଛି ନୂଆ କରିବାକୁ ଇଛା ପ୍ରକାଶ ହେବ । କୌଣସି ମହତ୍ଵପୂର୍ଣ୍ଣ କାର୍ଯ୍ୟ କରିପାରିବେ । ଲକ୍ଷ ପ୍ରାପ୍ତି ସହଜ ହୋଇଯିବ । ଭବିଷ୍ୟ ଯୋଜନାରେ ଲିପ୍ତ ରହିବେ । ଘର କାର୍ଯ୍ୟରେ ବ୍ୟତୀତ ହେବେ । ଆୟ ଓ ପ୍ରତିଷ୍ଠାରେ ଅପ୍ରତ୍ୟାଶିତ ତେଜ ଆସିବ । ଅର୍ଥବ୍ୟବସ୍ଥା ପୂର୍ଣ୍ଣ ରୂପରେ ସଞ୍ଚାଳିତ ହେବ । ନିଜର ଟେକ ରଖିବା ପାଇଁ କିଛି ଏମିତି କାର୍ଯ୍ୟ କରିବେ ଯାହା ଫଳରେ ଲୋକମାନେ ଆପଣଙ୍କ ପ୍ରତି ପ୍ରସନ୍ନ ରହିବେ । ଅଧିନସ୍ଥ କର୍ମଚାରୀଙ୍କ ଓ ସହକର୍ମୀଙ୍କ କାମ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ । ଉଚ୍ଚାଧିକାରୀମାନେ ପ୍ରସନ୍ନ ରହିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

୮-ବିଚ୍ଛା

ଉନ୍ନତି କରିବା ପାଇଁ ବନ୍ଧୁ ମିତ୍ର ଓ ଶୁଭଚିନ୍ତକଙ୍କ ସାହାଯ୍ୟ ଲୋଡିବେ । ବାକି ରହିଥିବା କାର୍ଯ୍ୟରେ ସଫଳତା ମିଳିବ ତେଣୁ ମନରେ ସନ୍ତୁଷ୍ଟି ଆସିବ । ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢିବାର ଆଶା ସଫଳ ହେବ । ଉଧାର ନେଇଥିବା ଟଙ୍କା ଫେରସ୍ତ ପାଇବେ । ପରିବାରର ଗୁରୁଜନଙ୍କ ପ୍ରତି ଆଦରଭାବ ଜାଗୃତ ହେବ । ଉଚ୍ଚଶିକ୍ଷା ତଥା ନୂଆ ଜିନିଷ ହାସିଲ କରିବା ପାଇଁ ଚେଷ୍ଟା କରିବେ । ଚାକିରୀରେ ପଦୋନ୍ନତି, ଯଶ-ପ୍ରତିଷ୍ଠା, ମାନ-ସମ୍ମାନ ତଥା ଲୋକପ୍ରିୟତା ହାସିଲ କରିପାରିବେ । କୌଣସି ମହାପୁରୁଷଙ୍କ ଆଦର୍ଶ ଓ ସିଦ୍ଧାନ୍ତକୁ ମନେ ପକାଇବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

୯-ଧନୁ

ସାମାଜିକ ସ୍ତରରେ ସମ୍ମାନଲାଭ କରିବେ । ପରିବହନରେ ବିଶେଷ ଲାଭବାନ ହେବେ । ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ । ପଡାପଡୋଶୀ ବନ୍ଧୁ ମିତ୍ରଙ୍କ ବ୍ୟବହାରରେ ମନ ଆନନ୍ଦିତ ହେବ । ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ । ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ । ଶୁଭ କାମ କରି ପ୍ରଶଂସିତ ହେବେ । କର୍ମକ୍ଷେତ୍ରରେ ଈର୍ଷାପରାୟଣ ବ୍ୟକ୍ତିମାନେ ଦୂରେଇଯିବେ । ପରୀକ୍ଷା ପ୍ରତିଯୋଗୀତା, ବାଦବିବାଦ, ମାଲିମୋକଦ୍ଦମା ଓ ସାକ୍ଷାତରେ ବିଜୟୀ ହେବେ । ମହିଳାମାନେ ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

୧୦-ମକର

କଳା, ସାହିତ୍ୟ, କ୍ରିଡା, ଚଳଚିତ୍ର, ଶିଳ୍ପ, ବାଣିଜ୍ୟ ଓ ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ବିଦ୍ୟାର୍ଥୀମାନେ ପ୍ରତିଯୋଗୀତା ପରୀକ୍ଷାରେ ଆଶାତୀତ ନମ୍ବର ରଖି ପ୍ରଶଂସିତ ହେବେ । ବ୍ୟବସାୟୀମାନେ ପ୍ରଚୁର ଲାଭ ପାଇବେ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ । କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ ଓ ଶୁଭ ସୂଚନା ମଧ୍ୟ ପାଇବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ । ଭାଗୀଦାରୀଙ୍କ ସହିତ ଲାଗିରହିଥିବା ବିବାଦ ବା ମତଭେଦର ନିରାକରଣ ହୋଇଯିବ । ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ ।

୧୧-କୁମ୍ଭ

ଶତୃମାନେ ପରାଜିତ ହେବେ । ଦାମ୍ପତ୍ୟ ସୁଖରେ ସୁଖୀ ହେବେ । ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ । ବିଦ୍ୟୁତ୍ ଓ ଯନ୍ତ୍ର ଚାଳନ, ଯାନବାହାନ ତଥା ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ବିଶେଷ ଲାଭବାନ ହୋଇ ପାରନ୍ତି । ପାରିବାରିକ ଜୀବନରେ ଗୁରୁଜନ କେହି ସନ୍ତୁଷ୍ଟ ରହିବେ । କର୍ମକ୍ଷେତ୍ରରେ ସମ୍ମାନ ପ୍ରାପ୍ତି ଓ ସହକର୍ମୀଙ୍କ ସହ ବୁଝାମଣା ଠିକ୍ ରହିବ । ଋଣଭାର କମିଯିବ । ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଦେଖାଦେବ । ପରୀକ୍ଷା ପ୍ରତିଯୋଗିତା, ବାଦବିବାଦ ଓ ମାଲିମୋକଦ୍ଦମାରେ ସଫଳତା ମିଳିବ । ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ ।

୧୨-ମୀନ

ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ । ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ । କର୍ମକ୍ଷେତ୍ରରେ ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ । ବ୍ୟୟ ଅପେକ୍ଷା ଆୟ ବୃଦ୍ଧି ହେବ । ମହିଳାମାନେ ସ୍ୱର୍ଣ୍ଣ ଅଳଙ୍କାର କ୍ରୟ କରିବା ପାଇଁ ମନ ବଳାଇବେ । ବ୍ୟବସାୟରେ ଶତୃମାନେ ଦୂରେଇ ଯିବେ ଓ ଉନ୍ନତି ହେବା ସହ ଗୃହବାହାନ ପ୍ରାପ୍ତି ହେବ । ବାଦବିବାଦ, ମାଲିମକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ । ରାଜନୀତିରେ ସହକର୍ମୀଙ୍କ ସହ ବିବାଦ ମେଣ୍ଟିଯିବା ଫଳରେ ସନ୍ତୋଷ ହେବେ । ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ ।